< ଦ୍ବିତୀୟ ବଂଶାବଳୀ 26 >
1 ଏଥିଉତ୍ତାରେ ଯିହୁଦାର ଲୋକ ସମସ୍ତେ ଷୋଳ ବର୍ଷ ବୟସ୍କ ଉଷୀୟଙ୍କୁ ନେଇ ତାଙ୍କର ପିତା ଅମତ୍ସୀୟଙ୍କର ପଦରେ ତାଙ୍କୁ ରାଜା କଲେ।
Da tog alt Judas Folk Ussia, da han var seksten Aar gammel, og de gjorde ham til Konge i hans Faders Amazias Sted.
2 ରାଜାଙ୍କ ମୃତ୍ୟୁ ପରେ ଉଷୀୟ ଏଲତ୍ ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ।
Han byggede Eloth og bragte den til Juda igen, efter at Kongen laa hos sine Fædre.
3 ଉଷୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ବାବନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ।
Ussia var seksten Aar gammel, der han blev Konge, og regerede to og halvtredsindstyve Aar i Jerusalem; og hans Moders Navn var Jekolia fra Jerusalem.
4 ପୁଣି, ସେ ଆପଣା ପିତା ଅମତ୍ସୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
Og han gjorde det, som var ret for Herrens Øjne, efter alt det, som hans Fader Amazia gjorde.
5 ଆଉ, ପରମେଶ୍ୱରୀୟ ଦର୍ଶନ ସମ୍ବନ୍ଧରେ ବୁଦ୍ଧିମାନ ଜିଖରୀୟର ସମୟରେ ସେ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣାକୁ ନିବିଷ୍ଟ କଲେ ଓ ସେ ଯେତେ ସମୟ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ, ସେତେ ସମୟ ପର୍ଯ୍ୟନ୍ତ ପରମେଶ୍ୱର ତାଙ୍କୁ କୃତକାର୍ଯ୍ୟ ହେବାକୁ ଦେଲେ।
Og han søgte Gud i Sakarias Dage, og denne forstod sig paa Guds Syner; og i de Dage, han søgte Herren, gav Gud ham Lykke.
6 ପୁଣି, ସେ ଯାଇ ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଯୁଦ୍ଧ କଲେ; ଆଉ ଗାଥ୍-ନଗରର ପ୍ରାଚୀର ଓ ଯବ୍ନିର ପ୍ରାଚୀର ଓ ଅସ୍ଦୋଦର ପ୍ରାଚୀର ଭାଙ୍ଗି ପକାଇଲେ; ପୁଣି ଅସ୍ଦୋଦ ଦେଶରେ ଓ ପଲେଷ୍ଟୀୟମାନଙ୍କ ମଧ୍ୟରେ ନାନା ନଗର ନିର୍ମାଣ କଲେ
Thi han drog ud og stred imod Filisterne og nedrev Murene i Gath og Murene i Jabne og Murene i Asdod og byggede Stæder ved Asdod og iblandt Filisterne.
7 ଆହୁରି, ପରମେଶ୍ୱର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଓ ଗୁରୁବାଲ୍-ନିବାସୀ ଆରବୀୟମାନଙ୍କ ଓ ମିୟୂନୀୟମାନଙ୍କ ପ୍ରତିକୂଳରେ ତାଙ୍କର ସାହାଯ୍ୟ କଲେ।
Og Gud hjalp ham imod Filisterne og imod de Araber, som boede i Gur-Baal, og imod Meuniterne.
8 ପୁଣି, ଅମ୍ମୋନୀୟମାନେ ଉଷୀୟଙ୍କୁ ଦର୍ଶନୀ ଦେଲେ ଓ ତାଙ୍କର ନାମ ମିସରର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ହେଲା; କାରଣ ସେ ବେଳକୁ ବେଳ ବଳିଷ୍ଠ ହେଲେ।
Og Ammoniterne gave Ussia Skænk, og han blev navnkundig indtil Ægypten, thi han blev saare mægtig.
9 ଆହୁରି, ଉଷୀୟ ଯିରୂଶାଲମର କୋଣ-ଦ୍ୱାରରେ ଓ ଉପତ୍ୟକା-ଦ୍ୱାରରେ ଓ ପ୍ରାଚୀର-କୋଣରେ ଦୁର୍ଗ ନିର୍ମାଣ କରି ତାହାସବୁ ଦୃଢ କଲେ।
Tilmed byggede Ussia Taarne i Jerusalem ved Hjørneporten og ved Dalporten og paa Hjørnet og befæstede dem.
10 ପୁଣି, ସେ ପ୍ରାନ୍ତରରେ ଦୁର୍ଗମାନ ନିର୍ମାଣ କଲେ, ମଧ୍ୟ ତଳଭୂମିରେ ଓ ସମଭୂମିରେ ତାଙ୍କର ବହୁତ ପଶୁ ଥିବାରୁ ଅନେକ କୂପ ଖୋଳିଲେ; ଆଉ, ପର୍ବତରେ ଓ ଫଳବତ୍ କ୍ଷେତ୍ରରେ ତାଙ୍କର କୃଷକ ଓ ଦ୍ରାକ୍ଷା-କୃଷକଗଣ ଥିଲେ; କାରଣ ସେ କୃଷିପ୍ରିୟ ଥିଲେ।
Han byggede og Taarne i Ørken og udhuggede mange Brønde; thi han havde meget Kvæg, baade i Lavlandet og paa Sletten, Agerdyrkere og Vingaardsmænd paa Bjergene og paa de frugtbare Marker; thi han var en Elsker af Jordbrug.
11 ଆହୁରି, ଉଷୀୟଙ୍କର ଯୁଦ୍ଧକାରୀ ସୈନ୍ୟସାମନ୍ତ ଥିଲେ, ସେମାନେ ରାଜାଙ୍କର ହନାନୀୟ ନାମକ ଏକ ସେନାପତିର ଅଧୀନରେ ଯିୟୀୟେଲ୍ ଲେଖକର ଓ ମାସେୟ ଶାସନକର୍ତ୍ତାର ଗଣିତ ସଂଖ୍ୟାନୁସାରେ ଦଳ ଦଳ ହୋଇ ଯୁଦ୍ଧ କରିବାକୁ ଯାତ୍ରା କଲେ।
Og Ussia havde en Hær, som kunde føre Krig, og som tropvis drog ud i Strid, efter det Mandtal, som var optaget af Skriveren Jejel og af Fogeden Maeseja under Tilsyn af Hanania, en af Kongens Øverster.
12 ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ ଲୋକଙ୍କର ସମୁଦାୟ ସଂଖ୍ୟା ଦୁଇ ହଜାର ଛଅ ଶହ ଥିଲା।
Det hele Tal af de Øverste for Fædrenehusene, af de vældige til Strid, var to Tusinde og seks Hundrede.
13 ପୁଣି, ସେମାନଙ୍କ ହସ୍ତାଧୀନରେ ତିନି ଲକ୍ଷ ସାତ ହଜାର ପାଞ୍ଚ ଶହ ଶିକ୍ଷିତ ସୈନ୍ୟ ଥିଲେ, ଏମାନେ ଶତ୍ରୁ ବିରୁଦ୍ଧରେ ରାଜାଙ୍କର ସାହାଯ୍ୟ ନିମନ୍ତେ ଅତି ପରାକ୍ରମରେ ଯୁଦ୍ଧ କଲେ।
Og Stridshæren under deres Haand var tre Hundrede Tusinde og syv Tusinde og fem Hundrede, som kunde føre Krig med vældig Kraft til at hjælpe Kongen imod Fjenden.
14 ପୁଣି, ଉଷୀୟ ସେହି ସମସ୍ତ ସୈନ୍ୟଦଳ ନିମନ୍ତେ ଢାଲ, ବର୍ଚ୍ଛା, ଟୋପର, ସାଞ୍ଜୁଆ, ଧନୁ ଓ ଛାଟିଣୀ ପଥର ପ୍ରସ୍ତୁତ କଲେ।
Og Ussia beredte for dem, for den ganske Hær, Skjolde og Spyd og Hjelme og Pansere og Buer og Slyngestene.
15 ଆଉ, ସେ ଯିରୂଶାଲମରେ ଶିଳ୍ପକାରମାନଙ୍କ କଳ୍ପିତ ଯନ୍ତ୍ର ପ୍ରସ୍ତୁତ କରି ତଦ୍ଦ୍ୱାରା ତୀର ଓ ବଡ଼ ବଡ଼ ପଥର ନିକ୍ଷେପ କରିବା ନିମନ୍ତେ ତାହାସବୁ ଦୁର୍ଗସବୁରେ ଓ ପ୍ରାଚୀର-ଚୂଡ଼ାରେ ରଖିଲେ ପୁଣି, ତାଙ୍କର ନାମ ବହୁ ଦୂର ବ୍ୟାପ୍ତ ହେଲା; କାରଣ ସେ ବଳିଷ୍ଠ ହେବା ପର୍ଯ୍ୟନ୍ତ ଆଶ୍ଚର୍ଯ୍ୟ ରୂପେ ସାହାଯ୍ୟ ପ୍ରାପ୍ତ ହେଲେ।
Han indrettede ogsaa i Jerusalem kunstige Krigsredskaber, udtænkte af Kunstnere, for at sætte dem paa Taarnene og paa Hjørnerne, for at udskyde Pile og store Stene; og hans Navn kom ud indtil langt fraliggende Steder, fordi han vidunderligt blev hjulpen, indtil han blev stærk.
16 ମାତ୍ର ସେ ବଳବାନ ହୁଅନ୍ତେ, ତାଙ୍କର ଅନ୍ତଃକରଣ ଉଦ୍ଧତ ହେଲା, ତହୁଁ ସେ ଦୁରାଚରଣ କରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ; କାରଣ ସେ ଧୂପବେଦିରେ ଧୂପ ଜ୍ୱଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।
Men der han var bleven stærk, ophøjede hans Hjerte sig, indtil han handlede fordærveligt, og han forgreb sig imod Herren sin Gud og gik ind i Herrens Tempel for at gøre Røgelse paa Røgofferalteret.
17 ତହିଁରେ ଅସରୀୟ ଯାଜକ ଓ ତାହା ସଙ୍ଗେ ସଦାପ୍ରଭୁଙ୍କର ଅଶୀ ଜଣ ପରାକ୍ରାନ୍ତ ଯାଜକ ତାଙ୍କର ପଛେ ପଛେ ଗଲେ;
Men Asaria, Præsten, og firsindstyve Herrens Præster med ham, duelige Folk, gik ind efter ham.
18 ପୁଣି, ସେମାନେ ଉଷୀୟ ରାଜାଙ୍କୁ ନିବାରଣ କରି ତାଙ୍କୁ କହିଲେ, “ହେ ଉଷୀୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଆପଣଙ୍କର ଅଧିକାର ନାହିଁ, ମାତ୍ର ହାରୋଣଙ୍କର ସନ୍ତାନ ଯେଉଁ ଯାଜକମାନେ ଧୂପ ଜ୍ୱଳାଇବା ପାଇଁ ପବିତ୍ରୀକୃତ ହୋଇଅଛନ୍ତି, ସେମାନଙ୍କର ଅଧିକାର ଅଟେ; ପବିତ୍ର ସ୍ଥାନରୁ ବାହାରି ଯାଉନ୍ତୁ; ଆପଣ ସତ୍ୟ-ଲଙ୍ଘନ କରିଅଛନ୍ତି; ଏହା ସଦାପ୍ରଭୁ ପରମେଶ୍ୱରଙ୍କଠାରୁ ଆପଣଙ୍କ ଗୌରବାର୍ଥେ ହେବ ନାହିଁ।”
Og de stode Kong Ussia imod og sagde til ham: Ussia! at gøre Røgoffer for Herren hører ikke dig til, men Præsterne, Arons Børn, som ere helligede til at gøre Røgoffer; gak ud af Helligdommen, thi du forgriber dig, og det bliver dig ikke til Ære for Gud Herren.
19 ସେତେବେଳେ ଉଷୀୟ କୋପାନ୍ୱିତ ହେଲେ; ପୁଣି ଧୂପ ଜ୍ୱଳାଇବା ନିମନ୍ତେ ତାଙ୍କର ହସ୍ତରେ ଧୂପାଚି ଥିଲା; ପୁଣି ସେ ଯାଜକମାନଙ୍କ ପ୍ରତି କୋପାନ୍ୱିତ ଥାଉ ଥାଉ ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କ ସାକ୍ଷାତରେ ଧୂପବେଦି ନିକଟରେ ତାଙ୍କର କପାଳରେ କୁଷ୍ଠ ପ୍ରକାଶ ପାଇଲା।
Da blev Ussia vred, og han havde et Røgelsekar i Haanden til at gøre Røgoffer; og som han blev vred paa Præsterne, da brød Spedalskheden frem i hans Pande i Præsternes Paasyn i Herrens Hus ved Røgofferalteret.
20 ତହିଁରେ ପ୍ରଧାନ ଯାଜକ ଅସରୀୟ ଓ ଅନ୍ୟ ସକଳ ଯାଜକ ତାଙ୍କୁ ଅନାନ୍ତେ, ଦେଖ, ତାଙ୍କର କପାଳରେ କୁଷ୍ଠ ହୋଇଅଛି, ତହୁଁ ସେମାନେ ଶୀଘ୍ର ତାଙ୍କୁ ସେଠାରୁ ତଡ଼ିଦେଲେ; ମଧ୍ୟ ସେ ଆପେ ବାହାରି ଯିବା ପାଇଁ ଚଞ୍ଚଳ ହେଲେ, କାରଣ ସଦାପ୍ରଭୁ ତାଙ୍କୁ ଆଘାତ କରିଥିଲେ।
Og Asaria, den Ypperstepræst, og alle Præsterne vendte Ansigtet imod ham, og se, da var han spedalsk i sin Pande, og de hastede med ham derfra; ja, han skyndte sig selv ogsaa at gaa ud, thi Herren havde slaget ham.
21 ତହିଁରେ ଉଷୀୟ ରାଜା ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ପୃଥକ ଗୃହରେ ବାସ କଲେ; କାରଣ ସେ ସଦାପ୍ରଭୁଙ୍କ ଗୃହରୁ ଉଚ୍ଛିନ୍ନ ହେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍ ରାଜଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ।
Saa var Kong Ussia spedalsk indtil sin Dødsdag og boede spedalsk udi et særskilt Hus, thi han var udelukket fra Herrens Hus; og Jotham, hans Søn, var over Kongens Hus og dømte Folket i Landet.
22 ଏହି ଉଷୀୟଙ୍କର ଆଦ୍ୟନ୍ତ ଅବଶିଷ୍ଟ ବୃତ୍ତାନ୍ତ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ଲେଖିଲେ।
Men det øvrige af Ussias Handeler, de første og de sidste, har Profeten Esajas, Amoz's Søn, beskrevet.
23 ଏହିରୂପେ ଉଷୀୟ ମୃତ୍ୟୁବରଣ କଲେ; ତହିଁରେ ଲୋକମାନେ ତାଙ୍କର ପିତୃଗଣ ସହିତ ରାଜାମାନଙ୍କ କବର କ୍ଷେତ୍ରରେ ତାଙ୍କୁ କବର ଦେଲେ; କାରଣ ସେମାନେ କହିଲେ, “ସେ କୁଷ୍ଠୀ;” ତହୁଁ ତାଙ୍କର ପୁତ୍ର ଯୋଥମ୍ ତାଙ୍କର ପଦରେ ରାଜ୍ୟ କଲେ।
Og Ussia laa med sine Fædre, og de begrove ham hos hans Fædre i den Begravelsesager, som hørte Kongerne til; thi de sagde: Han er spedalsk; og Jotham, hans Søn, blev Konge i hans Sted!