< ଦ୍ବିତୀୟ ବଂଶାବଳୀ 26 >

1 ଏଥିଉତ୍ତାରେ ଯିହୁଦାର ଲୋକ ସମସ୍ତେ ଷୋଳ ବର୍ଷ ବୟସ୍କ ଉଷୀୟଙ୍କୁ ନେଇ ତାଙ୍କର ପିତା ଅମତ୍‍ସୀୟଙ୍କର ପଦରେ ତାଙ୍କୁ ରାଜା କଲେ।
Et tout le peuple de Juda prit Ozias, qui était âgé de 16 ans, et ils le firent roi à la place de son père Amatsia.
2 ରାଜାଙ୍କ ମୃତ୍ୟୁ ପରେ ଉଷୀୟ ଏଲତ୍‍ ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ।
Ce fut lui qui bâtit Éloth, et la recouvra pour Juda, après que le roi se fut endormi avec ses pères.
3 ଉଷୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ବାବନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ।
Ozias était âgé de 16 ans lorsqu’il commença de régner; et il régna 52 ans à Jérusalem; et le nom de sa mère était Jecolia, de Jérusalem.
4 ପୁଣି, ସେ ଆପଣା ପିତା ଅମତ୍‍ସୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
Et il fit ce qui est droit aux yeux de l’Éternel, selon tout ce qu’avait fait Amatsia, son père.
5 ଆଉ, ପରମେଶ୍ୱରୀୟ ଦର୍ଶନ ସମ୍ବନ୍ଧରେ ବୁଦ୍ଧିମାନ ଜିଖରୀୟର ସମୟରେ ସେ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣାକୁ ନିବିଷ୍ଟ କଲେ ଓ ସେ ଯେତେ ସମୟ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ, ସେତେ ସମୟ ପର୍ଯ୍ୟନ୍ତ ପରମେଶ୍ୱର ତାଙ୍କୁ କୃତକାର୍ଯ୍ୟ ହେବାକୁ ଦେଲେ।
Et il rechercha Dieu pendant les jours de Zacharie, qui avait l’intelligence des visions de Dieu; et pendant les jours où il rechercha l’Éternel, Dieu le fit prospérer.
6 ପୁଣି, ସେ ଯାଇ ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଯୁଦ୍ଧ କଲେ; ଆଉ ଗାଥ୍‍-ନଗରର ପ୍ରାଚୀର ଓ ଯବ୍‍ନିର ପ୍ରାଚୀର ଓ ଅସ୍ଦୋଦର ପ୍ରାଚୀର ଭାଙ୍ଗି ପକାଇଲେ; ପୁଣି ଅସ୍ଦୋଦ ଦେଶରେ ଓ ପଲେଷ୍ଟୀୟମାନଙ୍କ ମଧ୍ୟରେ ନାନା ନଗର ନିର୍ମାଣ କଲେ
Et il sortit, et fit la guerre contre les Philistins, et abattit la muraille de Gath, et la muraille de Jabné, et la muraille d’Asdod; et il bâtit des villes autour d’Asdod et au milieu des Philistins.
7 ଆହୁରି, ପରମେଶ୍ୱର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଓ ଗୁରୁବାଲ୍‍-ନିବାସୀ ଆରବୀୟମାନଙ୍କ ଓ ମିୟୂନୀୟମାନଙ୍କ ପ୍ରତିକୂଳରେ ତାଙ୍କର ସାହାଯ୍ୟ କଲେ।
Et Dieu l’aida contre les Philistins, et contre les Arabes qui habitaient à Gur-Baal, et contre les Maonites.
8 ପୁଣି, ଅମ୍ମୋନୀୟମାନେ ଉଷୀୟଙ୍କୁ ଦର୍ଶନୀ ଦେଲେ ଓ ତାଙ୍କର ନାମ ମିସରର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ହେଲା; କାରଣ ସେ ବେଳକୁ ବେଳ ବଳିଷ୍ଠ ହେଲେ।
Et les Ammonites apportèrent des présents à Ozias: et son renom parvint jusqu’à l’entrée de l’Égypte, car il était devenu extrêmement fort.
9 ଆହୁରି, ଉଷୀୟ ଯିରୂଶାଲମର କୋଣ-ଦ୍ୱାରରେ ଓ ଉପତ୍ୟକା-ଦ୍ୱାରରେ ଓ ପ୍ରାଚୀର-କୋଣରେ ଦୁର୍ଗ ନିର୍ମାଣ କରି ତାହାସବୁ ଦୃଢ କଲେ।
Et Ozias bâtit des tours à Jérusalem, sur la porte du coin, et sur la porte de la vallée, et sur l’angle, et les fortifia;
10 ପୁଣି, ସେ ପ୍ରାନ୍ତରରେ ଦୁର୍ଗମାନ ନିର୍ମାଣ କଲେ, ମଧ୍ୟ ତଳଭୂମିରେ ଓ ସମଭୂମିରେ ତାଙ୍କର ବହୁତ ପଶୁ ଥିବାରୁ ଅନେକ କୂପ ଖୋଳିଲେ; ଆଉ, ପର୍ବତରେ ଓ ଫଳବତ୍‍ କ୍ଷେତ୍ରରେ ତାଙ୍କର କୃଷକ ଓ ଦ୍ରାକ୍ଷା-କୃଷକଗଣ ଥିଲେ; କାରଣ ସେ କୃଷିପ୍ରିୟ ଥିଲେ।
et il bâtit des tours dans le désert, et creusa beaucoup de puits, car il avait beaucoup de bétail dans le pays plat et sur le plateau, [et] des laboureurs et des vignerons dans les montagnes et en Carmel; car il aimait la campagne.
11 ଆହୁରି, ଉଷୀୟଙ୍କର ଯୁଦ୍ଧକାରୀ ସୈନ୍ୟସାମନ୍ତ ଥିଲେ, ସେମାନେ ରାଜାଙ୍କର ହନାନୀୟ ନାମକ ଏକ ସେନାପତିର ଅଧୀନରେ ଯିୟୀୟେଲ୍‍ ଲେଖକର ଓ ମାସେୟ ଶାସନକର୍ତ୍ତାର ଗଣିତ ସଂଖ୍ୟାନୁସାରେ ଦଳ ଦଳ ହୋଇ ଯୁଦ୍ଧ କରିବାକୁ ଯାତ୍ରା କଲେ।
Et Ozias avait une armée pour faire la guerre, allant au combat par bandes, selon le chiffre de leur recensement [fait] par la main de Jehiel, le scribe, et de Maascéïa, l’intendant, sous la main de Hanania, l’un des chefs du roi.
12 ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ ଲୋକଙ୍କର ସମୁଦାୟ ସଂଖ୍ୟା ଦୁଇ ହଜାର ଛଅ ଶହ ଥିଲା।
Tout le nombre des chefs des pères, des hommes forts et vaillants, était de 2 600.
13 ପୁଣି, ସେମାନଙ୍କ ହସ୍ତାଧୀନରେ ତିନି ଲକ୍ଷ ସାତ ହଜାର ପାଞ୍ଚ ଶହ ଶିକ୍ଷିତ ସୈନ୍ୟ ଥିଲେ, ଏମାନେ ଶତ୍ରୁ ବିରୁଦ୍ଧରେ ରାଜାଙ୍କର ସାହାଯ୍ୟ ନିମନ୍ତେ ଅତି ପରାକ୍ରମରେ ଯୁଦ୍ଧ କଲେ।
Et il y avait sous leur main une armée de 307 500 [hommes] pour faire la guerre avec une force puissante, afin d’aider le roi contre l’ennemi.
14 ପୁଣି, ଉଷୀୟ ସେହି ସମସ୍ତ ସୈନ୍ୟଦଳ ନିମନ୍ତେ ଢାଲ, ବର୍ଚ୍ଛା, ଟୋପର, ସାଞ୍ଜୁଆ, ଧନୁ ଓ ଛାଟିଣୀ ପଥର ପ୍ରସ୍ତୁତ କଲେ।
Et Ozias leur prépara, pour toute l’armée, des boucliers, et des piques, et des casques, et des cuirasses, et des arcs, et jusqu’à des pierres de fronde.
15 ଆଉ, ସେ ଯିରୂଶାଲମରେ ଶିଳ୍ପକାରମାନଙ୍କ କଳ୍ପିତ ଯନ୍ତ୍ର ପ୍ରସ୍ତୁତ କରି ତଦ୍ଦ୍ୱାରା ତୀର ଓ ବଡ଼ ବଡ଼ ପଥର ନିକ୍ଷେପ କରିବା ନିମନ୍ତେ ତାହାସବୁ ଦୁର୍ଗସବୁରେ ଓ ପ୍ରାଚୀର-ଚୂଡ଼ାରେ ରଖିଲେ ପୁଣି, ତାଙ୍କର ନାମ ବହୁ ଦୂର ବ୍ୟାପ୍ତ ହେଲା; କାରଣ ସେ ବଳିଷ୍ଠ ହେବା ପର୍ଯ୍ୟନ୍ତ ଆଶ୍ଚର୍ଯ୍ୟ ରୂପେ ସାହାଯ୍ୟ ପ୍ରାପ୍ତ ହେଲେ।
Et il fit à Jérusalem des machines, inventées par des ingénieurs, pour être [placées] sur les tours et sur le haut des remparts, pour lancer des flèches et de grosses pierres. Et son renom s’étendit au loin; car il fut merveilleusement aidé jusqu’à ce qu’il devint fort.
16 ମାତ୍ର ସେ ବଳବାନ ହୁଅନ୍ତେ, ତାଙ୍କର ଅନ୍ତଃକରଣ ଉଦ୍ଧତ ହେଲା, ତହୁଁ ସେ ଦୁରାଚରଣ କରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ; କାରଣ ସେ ଧୂପବେଦିରେ ଧୂପ ଜ୍ୱଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।
Mais quand il fut devenu fort, son cœur s’éleva jusqu’à le perdre, et il pécha contre l’Éternel, son Dieu, et entra dans le temple de l’Éternel pour faire fumer [l’encens] sur l’autel de l’encens.
17 ତହିଁରେ ଅସରୀୟ ଯାଜକ ଓ ତାହା ସଙ୍ଗେ ସଦାପ୍ରଭୁଙ୍କର ଅଶୀ ଜଣ ପରାକ୍ରାନ୍ତ ଯାଜକ ତାଙ୍କର ପଛେ ପଛେ ଗଲେ;
Et Azaria, le sacrificateur, entra après lui, et avec lui les sacrificateurs de l’Éternel, 80 hommes vaillants.
18 ପୁଣି, ସେମାନେ ଉଷୀୟ ରାଜାଙ୍କୁ ନିବାରଣ କରି ତାଙ୍କୁ କହିଲେ, “ହେ ଉଷୀୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଆପଣଙ୍କର ଅଧିକାର ନାହିଁ, ମାତ୍ର ହାରୋଣଙ୍କର ସନ୍ତାନ ଯେଉଁ ଯାଜକମାନେ ଧୂପ ଜ୍ୱଳାଇବା ପାଇଁ ପବିତ୍ରୀକୃତ ହୋଇଅଛନ୍ତି, ସେମାନଙ୍କର ଅଧିକାର ଅଟେ; ପବିତ୍ର ସ୍ଥାନରୁ ବାହାରି ଯାଉନ୍ତୁ; ଆପଣ ସତ୍ୟ-ଲଙ୍ଘନ କରିଅଛନ୍ତି; ଏହା ସଦାପ୍ରଭୁ ପରମେଶ୍ୱରଙ୍କଠାରୁ ଆପଣଙ୍କ ଗୌରବାର୍ଥେ ହେବ ନାହିଁ।”
Et ils s’opposèrent au roi Ozias, et lui dirent: Ce n’est pas à toi, Ozias, de faire fumer l’encens à l’Éternel, mais aux sacrificateurs, fils d’Aaron, qui sont sanctifiés pour faire fumer l’encens. Sors du sanctuaire; car tu as péché, et [cela] ne sera pas à ta gloire de la part de l’Éternel Dieu.
19 ସେତେବେଳେ ଉଷୀୟ କୋପାନ୍ୱିତ ହେଲେ; ପୁଣି ଧୂପ ଜ୍ୱଳାଇବା ନିମନ୍ତେ ତାଙ୍କର ହସ୍ତରେ ଧୂପାଚି ଥିଲା; ପୁଣି ସେ ଯାଜକମାନଙ୍କ ପ୍ରତି କୋପାନ୍ୱିତ ଥାଉ ଥାଉ ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କ ସାକ୍ଷାତରେ ଧୂପବେଦି ନିକଟରେ ତାଙ୍କର କପାଳରେ କୁଷ୍ଠ ପ୍ରକାଶ ପାଇଲା।
Et Ozias s’emporta; et il avait en sa main un encensoir pour faire fumer l’encens; et comme il s’emportait contre les sacrificateurs, la lèpre éclata sur son front devant les sacrificateurs, dans la maison de l’Éternel, auprès de l’autel de l’encens.
20 ତହିଁରେ ପ୍ରଧାନ ଯାଜକ ଅସରୀୟ ଓ ଅନ୍ୟ ସକଳ ଯାଜକ ତାଙ୍କୁ ଅନାନ୍ତେ, ଦେଖ, ତାଙ୍କର କପାଳରେ କୁଷ୍ଠ ହୋଇଅଛି, ତହୁଁ ସେମାନେ ଶୀଘ୍ର ତାଙ୍କୁ ସେଠାରୁ ତଡ଼ିଦେଲେ; ମଧ୍ୟ ସେ ଆପେ ବାହାରି ଯିବା ପାଇଁ ଚଞ୍ଚଳ ହେଲେ, କାରଣ ସଦାପ୍ରଭୁ ତାଙ୍କୁ ଆଘାତ କରିଥିଲେ।
Et Azaria, le principal sacrificateur, et tous les sacrificateurs, le regardèrent; et voici, il était lépreux au front; et ils le chassèrent de là; et lui aussi se hâta de sortir, car l’Éternel l’avait frappé.
21 ତହିଁରେ ଉଷୀୟ ରାଜା ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ପୃଥକ ଗୃହରେ ବାସ କଲେ; କାରଣ ସେ ସଦାପ୍ରଭୁଙ୍କ ଗୃହରୁ ଉଚ୍ଛିନ୍ନ ହେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍‍ ରାଜଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ।
Et le roi Ozias fut lépreux jusqu’au jour de sa mort; et il habita, lépreux, dans une maison d’isolement, car il fut exclu de la maison de l’Éternel; et Jotham, son fils, fut chef de la maison du roi, jugeant le peuple du pays.
22 ଏହି ଉଷୀୟଙ୍କର ଆଦ୍ୟନ୍ତ ଅବଶିଷ୍ଟ ବୃତ୍ତାନ୍ତ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ଲେଖିଲେ।
Et le reste des actes d’Ozias, les premiers et les derniers, Ésaïe, fils d’Amots, le prophète, les a écrits.
23 ଏହିରୂପେ ଉଷୀୟ ମୃତ୍ୟୁବରଣ କଲେ; ତହିଁରେ ଲୋକମାନେ ତାଙ୍କର ପିତୃଗଣ ସହିତ ରାଜାମାନଙ୍କ କବର କ୍ଷେତ୍ରରେ ତାଙ୍କୁ କବର ଦେଲେ; କାରଣ ସେମାନେ କହିଲେ, “ସେ କୁଷ୍ଠୀ;” ତହୁଁ ତାଙ୍କର ପୁତ୍ର ଯୋଥମ୍‍ ତାଙ୍କର ପଦରେ ରାଜ୍ୟ କଲେ।
Et Ozias s’endormit avec ses pères, et on l’enterra auprès de ses pères, dans le champ de la sépulture des rois; car on dit: Il est lépreux. Et Jotham, son fils, régna à sa place.

< ଦ୍ବିତୀୟ ବଂଶାବଳୀ 26 >