< ଦ୍ବିତୀୟ ବଂଶାବଳୀ 27 >

1 ଯୋଥମ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିରୁଶା, ଯେ ସାଦୋକର କନ୍ୟା ଥିଲେ।
約坦登基的時候年二十五歲,在耶路撒冷作王十六年,他母親名叫耶路沙,是撒督的女兒。
2 ପୁଣି, ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ତଥାପି ସେ ସଦାପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କଲେ ନାହିଁ। ଆଉ, ଲୋକମାନେ ସେସମୟରେ ହେଁ ଦୁରାଚରଣ କଲେ।
約坦行耶和華眼中看為正的事,效法他父烏西雅一切所行的,只是不入耶和華的殿。百姓還行邪僻的事。
3 ସେ ସଦାପ୍ରଭୁଙ୍କ ଗୃହର ଉପର ଦ୍ୱାର ଦୃଢ଼ କଲେ, ପୁଣି ଓଫଲର ପ୍ରାଚୀର ଉପରେ ଅନେକ ସ୍ଥାନ ନିର୍ମାଣ କଲେ।
約坦建立耶和華殿的上門,在俄斐勒城上多有建造,
4 ଆହୁରି, ସେ ଯିହୁଦାର ପର୍ବତମୟ ଦେଶରେ ନାନା ନଗର ଓ ବନରେ ଗଡ଼ ଓ ଦୁର୍ଗସବୁ ନିର୍ମାଣ କଲେ।
又在猶大山地建造城邑,在樹林中建築營寨和高樓。
5 ମଧ୍ୟ ସେ ଅମ୍ମୋନ-ସନ୍ତାନଗଣର ରାଜା ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କଲେ; ତହିଁରେ ଅମ୍ମୋନ-ସନ୍ତାନଗଣ ସେହି ବର୍ଷ ତାଙ୍କୁ ଏକ ଶହ ତାଳନ୍ତ ରୂପା ଓ ଦଶ ସହସ୍ର ମହଣ ଗହମ ଓ ଦଶ ସହସ୍ର ମହଣ ଯବ ଦେଲେ। ଅମ୍ମୋନ-ସନ୍ତାନଗଣ ଦ୍ୱିତୀୟ ଓ ତୃତୀୟ ବର୍ଷ ମଧ୍ୟ ସେତିକି ତାଙ୍କୁ ଦେଲେ।
約坦與亞捫人的王打仗勝了他們,當年他們進貢銀一百他連得,小麥一萬歌珥,大麥一萬歌珥;第二年、第三年也是這樣。
6 ଏହିରୂପେ ଯୋଥମ୍‍ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ସମ୍ମୁଖରେ ଆପଣା ପଥ ସଜାଡ଼ିବାରୁ ପରାକ୍ରାନ୍ତ ହେଲେ।
約坦在耶和華-他上帝面前行正道,以致日漸強盛。
7 ଏହି ଯୋଥମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସକଳ ଯୁଦ୍ଧ ଓ ତାଙ୍କର ଆଚରଣ ବିଷୟ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ପୁସ୍ତକରେ ଲେଖାଅଛି।
約坦其餘的事和一切爭戰,並他的行為,都寫在以色列和猶大列王記上。
8 ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ।
他登基的時候年二十五歲,在耶路撒冷作王十六年。
9 ପୁଣି, ଯୋଥମ୍‍ଙ୍କ ମୃତ୍ୟୁ ପରେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆହସ୍‌ ତାଙ୍କର ପଦରେ ରାଜ୍ୟ କଲେ।
約坦與他列祖同睡,葬在大衛城裏。他兒子亞哈斯接續他作王。

< ଦ୍ବିତୀୟ ବଂଶାବଳୀ 27 >