< ଦ୍ବିତୀୟ ବଂଶାବଳୀ 27 >
1 ଯୋଥମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିରୁଶା, ଯେ ସାଦୋକର କନ୍ୟା ଥିଲେ।
Jotam tenía 25 años cuando comenzó a reinar, y reinó en Jerusalén 16 años. El nombre de su madre fue Jerusa, hija de Sadoc.
2 ପୁଣି, ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ତଥାପି ସେ ସଦାପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କଲେ ନାହିଁ। ଆଉ, ଲୋକମାନେ ସେସମୟରେ ହେଁ ଦୁରାଚରଣ କଲେ।
Hizo lo recto ante Yavé, según todo lo que hizo su padre Uzías, excepto que no entró en el Santuario de Yavé. Sin embargo, el pueblo seguía su acción hacia la corrupción.
3 ସେ ସଦାପ୍ରଭୁଙ୍କ ଗୃହର ଉପର ଦ୍ୱାର ଦୃଢ଼ କଲେ, ପୁଣି ଓଫଲର ପ୍ରାଚୀର ଉପରେ ଅନେକ ସ୍ଥାନ ନିର୍ମାଣ କଲେ।
Él edificó la puerta superior de la Casa de Yavé, y construyó extensamente el muro de Ofel.
4 ଆହୁରି, ସେ ଯିହୁଦାର ପର୍ବତମୟ ଦେଶରେ ନାନା ନଗର ଓ ବନରେ ଗଡ଼ ଓ ଦୁର୍ଗସବୁ ନିର୍ମାଣ କଲେ।
También edificó ciudades en la región montañosa de Judá y construyó fortalezas y torres en los bosques.
5 ମଧ୍ୟ ସେ ଅମ୍ମୋନ-ସନ୍ତାନଗଣର ରାଜା ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କଲେ; ତହିଁରେ ଅମ୍ମୋନ-ସନ୍ତାନଗଣ ସେହି ବର୍ଷ ତାଙ୍କୁ ଏକ ଶହ ତାଳନ୍ତ ରୂପା ଓ ଦଶ ସହସ୍ର ମହଣ ଗହମ ଓ ଦଶ ସହସ୍ର ମହଣ ଯବ ଦେଲେ। ଅମ୍ମୋନ-ସନ୍ତାନଗଣ ଦ୍ୱିତୀୟ ଓ ତୃତୀୟ ବର୍ଷ ମଧ୍ୟ ସେତିକି ତାଙ୍କୁ ଦେଲେ।
También tuvo guerra contra el rey de los hijos de Amón, a quienes derrotó. En aquel año los amonitas le dieron 3,3 toneladas de plata, 2.200.000 litros de trigo y 2.200.000 litros de cebada. Los amonitas le pagaron también esto en el segundo y en el tercer año.
6 ଏହିରୂପେ ଯୋଥମ୍ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ସମ୍ମୁଖରେ ଆପଣା ପଥ ସଜାଡ଼ିବାରୁ ପରାକ୍ରାନ୍ତ ହେଲେ।
Jotam se fortaleció, porque dispuso sus procedimientos delante de Yavé su ʼElohim.
7 ଏହି ଯୋଥମ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସକଳ ଯୁଦ୍ଧ ଓ ତାଙ୍କର ଆଚରଣ ବିଷୟ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ପୁସ୍ତକରେ ଲେଖାଅଛି।
Los demás hechos de Jotam, todas sus guerras y sus procedimientos, ciertamente están escritos en el rollo de los Reyes de Israel y de Judá.
8 ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ।
Tenía 25 años cuando comenzó a reinar, y reinó 16 años en Jerusalén.
9 ପୁଣି, ଯୋଥମ୍ଙ୍କ ମୃତ୍ୟୁ ପରେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆହସ୍ ତାଙ୍କର ପଦରେ ରାଜ୍ୟ କଲେ।
Jotam reposó con sus antepasados, y lo sepultaron en la Ciudad de David. Reinó en su lugar su hijo Acaz.