< ଦ୍ବିତୀୟ ବଂଶାବଳୀ 28 >

1 ଆହସ୍‌ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ। ପୁଣି, ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ।
जब आहाज राज्य करने लगा तब वह बीस वर्ष का था, और सोलह वर्ष तक यरूशलेम में राज्य करता रहा। और अपने मूलपुरुष दाऊद के समान काम नहीं किया, जो यहोवा की दृष्टि में ठीक था,
2 ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ମଧ୍ୟ ବାଲ୍‍ଦେବଗଣ ଉଦ୍ଦେଶ୍ୟରେ ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କଲେ।
परन्तु वह इस्राएल के राजाओं की सी चाल चला, और बाल देवताओं की मूर्तियाँ ढलवा कर बनाईं;
3 ଆହୁରି, ସେ ହିନ୍ନୋମ ପୁତ୍ରର ଉପତ୍ୟକାରେ ଧୂପ ଜ୍ୱଳାଇଲେ ଓ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରିଥିଲେ, ସେମାନଙ୍କର ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ସନ୍ତାନଗଣକୁ ଅଗ୍ନିରେ ଦଗ୍ଧ କଲେ।
और हिन्नोम के बेटे की तराई में धूप जलाया, और उन जातियों के घिनौने कामों के अनुसार जिन्हें यहोवा ने इस्राएलियों के सामने देश से निकाल दिया था, अपने बच्चों को आग में होम कर दिया।
4 ପୁଣି, ସେ ଉଚ୍ଚସ୍ଥଳୀରେ ଓ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
ऊँचे स्थानों पर, और पहाड़ियों पर, और सब हरे वृक्षों के तले वह बलि चढ़ाया और धूप जलाया करता था।
5 ଏହେତୁ ସଦାପ୍ରଭୁ ତାଙ୍କର ପରମେଶ୍ୱର ଅରାମ-ରାଜାର ହସ୍ତରେ ତାଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ତାଙ୍କୁ ପରାସ୍ତ କଲେ ଓ ତାଙ୍କର ଅସଂଖ୍ୟ ଲୋକଙ୍କୁ ବନ୍ଦୀ କରି ଦମ୍ମେଶକକୁ ନେଇଗଲେ। ମଧ୍ୟ ସେ ଇସ୍ରାଏଲ ରାଜାଙ୍କର ହସ୍ତରେ ସମର୍ପିତ ହୁଅନ୍ତେ, ସେ ତାଙ୍କୁ ମହାସଂହାରରେ ପରାସ୍ତ କଲେ।
इसलिए उसके परमेश्वर यहोवा ने उसको अरामियों के राजा के हाथ कर दिया, और वे उसको जीतकर, उसके बहुत से लोगों को बन्दी बनाकर दमिश्क को ले गए। और वह इस्राएल के राजा के वश में कर दिया गया, जिसने उसे बड़ी मार से मारा।
6 କାରଣ ରମଲୀୟର ପୁତ୍ର ପେକହ ଯିହୁଦାରେ ଏକ ଲକ୍ଷ କୋଡ଼ିଏ ହଜାର ବିକ୍ରମଶାଳୀ ଲୋକଙ୍କୁ ଏକ ଦିନରେ ବଧ କଲା; ଯେଣୁ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ।
रमल्याह के पुत्र पेकह ने, यहूदा में एक ही दिन में एक लाख बीस हजार लोगों को जो सब के सब वीर थे, घात किया, क्योंकि उन्होंने अपने पितरों के परमेश्वर यहोवा को त्याग दिया था।
7 ପୁଣି, ସିଖ୍ରି ନାମରେ ଇଫ୍ରୟିମୀୟ ଏକ ବିକ୍ରମଶାଳୀ ଲୋକ ରାଜପୁତ୍ର ମାସେୟକୁ ଓ ଗୃହାଧ୍ୟକ୍ଷ ଅସ୍ରୀକାମକୁ ଓ ରାଜାଙ୍କର ଦ୍ୱିତୀୟ (ସ୍ଥାନୀୟ) ଇଲ୍‍କାନାକୁ ବଧ କଲା।
जिक्री नामक एक एप्रैमी वीर ने मासेयाह नामक एक राजपुत्र को, और राजभवन के प्रधान अज्रीकाम को, और एल्काना को, जो राजा का मंत्री था, मार डाला।
8 ଆଉ, ଇସ୍ରାଏଲ ସନ୍ତାନମାନେ ଆପଣାମାନଙ୍କ ଭ୍ରାତୃଗଣର ସ୍ତ୍ରୀ, ପୁତ୍ର ଓ କନ୍ୟା, ଦୁଇ ଲକ୍ଷ ପ୍ରାଣୀକୁ ବନ୍ଦୀ କରି ନେଇଗଲେ, ମଧ୍ୟ ସେମାନଙ୍କଠାରୁ ବହୁତ ଲୁଟଦ୍ରବ୍ୟ ନେଲେ ଓ ସେହି ଲୁଟ ଦ୍ରବ୍ୟସବୁ ଶମରୀୟାକୁ ଆଣିଲେ।
इस्राएली अपने भाइयों में से स्त्रियों, बेटों और बेटियों को मिलाकर दो लाख लोगों को बन्दी बनाकर, और उनकी बहुत लूट भी छीनकर सामरिया की ओर ले चले।
9 ମାତ୍ର ସେଠାରେ ଓଦେଦ୍‍ ନାମରେ ସଦାପ୍ରଭୁଙ୍କର ଜଣେ ଭବିଷ୍ୟଦ୍‍ବକ୍ତା ଥିଲେ; ସେ ଶମରୀୟାକୁ ଆଗତ ସୈନ୍ୟଦଳ ସଙ୍ଗେ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ କହିଲା, “ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ଯିହୁଦା ପ୍ରତି କୋପାନ୍ୱିତ ହେବାରୁ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ଆଉ ତୁମ୍ଭେମାନେ ଗଗନସ୍ପର୍ଶୀ କ୍ରୋଧାଗ୍ନି ଦ୍ୱାରା ସେମାନଙ୍କୁ ବଧ କରିଅଛ।
परन्तु वहाँ ओदेद नामक यहोवा का एक नबी था; वह सामरिया को आनेवाली सेना से मिलकर उनसे कहने लगा, “सुनो, तुम्हारे पितरों के परमेश्वर यहोवा ने यहूदियों पर झुँझलाकर उनको तुम्हारे हाथ कर दिया है, और तुम ने उनको ऐसा क्रोध करके घात किया जिसकी चिल्लाहट स्वर्ग को पहुँच गई है।
10 ଆଉ, ଏବେ ତୁମ୍ଭେମାନେ ଯିହୁଦାର ଓ ଯିରୂଶାଲମର ସନ୍ତାନସନ୍ତତିଗଣକୁ ଆପଣାମାନଙ୍କର ବନ୍ଧାଦାସ ଓ ବନ୍ଧାଦାସୀ କରି ରଖିବାକୁ ମନସ୍ଥ କରୁଅଛ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ କʼଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସ୍ୱକୃତ ଅପରାଧ ନାହିଁ?
१०अब तुम ने ठाना है कि यहूदियों और यरूशलेमियों को अपने दास-दासी बनाकर दबाए रखो। क्या तुम भी अपने परमेश्वर यहोवा के यहाँ दोषी नहीं हो?
11 ଏହେତୁ ଏବେ ଆମ୍ଭ କଥା ଶୁଣ, ଆଉ ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତୃଗଣ ମଧ୍ୟରୁ ଯେଉଁମାନଙ୍କୁ ବନ୍ଦୀ କରି ଆଣିଅଛ, ସେମାନଙ୍କୁ ଫେରି ପଠାଇଦିଅ; କାରଣ ତୁମ୍ଭମାନଙ୍କ ଉପରେ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ରହିଅଛି।”
११इसलिए अब मेरी सुनो और इन बन्दियों को जिन्हें तुम अपने भाइयों में से बन्दी बनाकर ले आए हो, लौटा दो, यहोवा का क्रोध तो तुम पर भड़का है।”
12 ଏଥିରେ ଯିହୋହାନନ୍‍ର ପୁତ୍ର ଅସରୀୟ, ମଶିଲ୍ଲୋମୋତ୍‍ର ପୁତ୍ର ବେରିଖୀୟ ଓ ଶଲ୍ଲୁମ୍‍ର ପୁତ୍ର ଯିହିଷ୍କିୟ ଓ ହଦ୍‍ଲୟର ପୁତ୍ର ଅମାସା, ଏହି କେତେକ ଇଫ୍ରୟିମ-ସନ୍ତାନଗଣର ପ୍ରଧାନ ଲୋକ ଯୁଦ୍ଧରୁ ଆଗତ ଲୋକମାନଙ୍କ ବିରୁଦ୍ଧରେ ଠିଆ ହୋଇ ସେମାନଙ୍କୁ କହିଲେ,
१२तब एप्रैमियों के कुछ मुख्य पुरुष अर्थात् योहानान का पुत्र अजर्याह, मशिल्लेमोत का पुत्र बेरेक्याह, शल्लूम का पुत्र यहिजकिय्याह, और हदलै का पुत्र अमासा, लड़ाई से आनेवालों का सामना करके, उनसे कहने लगे।
13 “ତୁମ୍ଭେମାନେ ବନ୍ଦୀମାନଙ୍କୁ ଏହି ସ୍ଥାନକୁ ଆଣିବ ନାହିଁ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆମ୍ଭମାନଙ୍କୁ ଆହୁରି ଅପରାଧଗ୍ରସ୍ତ କରିବା ପାଇଁ ଆମ୍ଭମାନଙ୍କର ପାପ ଓ ଅପରାଧସକଳର ବୃଦ୍ଧି କରିବାକୁ ମନସ୍ଥ କରୁଅଛ; ଆମ୍ଭମାନଙ୍କର ଭାରୀ ଅପରାଧ ହୋଇଅଛି ଓ ଇସ୍ରାଏଲ ଉପରେ ପ୍ରଚଣ୍ଡ କ୍ରୋଧ ରହିଅଛି।”
१३“तुम इन बन्दियों को यहाँ मत लाओ; क्योंकि तुम ने वह बात ठानी है जिसके कारण हम यहोवा के यहाँ दोषी हो जाएँगे, और उससे हमारा पाप और दोष बढ़ जाएगा, हमारा दोष तो बड़ा है और इस्राएल पर बहुत क्रोध भड़का है।”
14 ତହିଁରେ ଅସ୍ତ୍ରଧାରୀ ଲୋକମାନେ ସେହି ବନ୍ଦୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଅଧିପତିମାନଙ୍କର ଓ ସମଗ୍ର ସମାଜର ସମ୍ମୁଖରେ ରଖିଲେ।
१४तब उन हथियार-बन्दों ने बन्दियों और लूट को हाकिमों और सारी सभा के सामने छोड़ दिया।
15 ତହିଁରେ ପୂର୍ବୋକ୍ତ ଲୋକମାନେ ଉଠି ବନ୍ଦୀମାନଙ୍କୁ ନେଲେ ଓ ଲୁଟିତ ଦ୍ରବ୍ୟ ନେଇ ସେମାନଙ୍କ ମଧ୍ୟରେ ସମସ୍ତ ବସ୍ତ୍ରହୀନ ଲୋକଙ୍କୁ ବସ୍ତ୍ର ଓ ପାଦୁକା ପିନ୍ଧାଇଲେ ଓ ସେମାନଙ୍କୁ ଭୋଜନପାନ କରିବାକୁ ଦେଇ ତୈଳ ମର୍ଦ୍ଦନ କଲେ ଓ ସେମାନଙ୍କ ମଧ୍ୟରୁ ଦୁର୍ବଳ ସମସ୍ତଙ୍କୁ ଗର୍ଦ୍ଦଭରେ ଚଢ଼ାଇ ଖର୍ଜ୍ଜୁରପୁର ଯିରୀହୋକୁ ସେମାନଙ୍କ ଭ୍ରାତୃଗଣ ନିକଟକୁ ନେଇଗଲେ; ଏଥିଉତ୍ତାରେ ସେମାନେ ଶମରୀୟାକୁ ଫେରି ଆସିଲେ।
१५तब जिन पुरुषों के नाम ऊपर लिखे हैं, उन्होंने उठकर बन्दियों को ले लिया, और लूट में से सब नंगे लोगों को कपड़े, और जूतियाँ पहनाईं; और खाना खिलाया, और पानी पिलाया, और तेल मला; और तब निर्बल लोगों को गदहों पर चढ़ाकर, यरीहो को जो खजूर का नगर कहलाता है, उनके भाइयों के पास पहुँचा दिया। तब वे सामरिया को लौट आए।
16 ସେହି ସମୟରେ ଆହସ୍‌ ରାଜା ଆପଣାର ସାହାଯ୍ୟ ପାଇଁ ଅଶୂରୀୟ ରାଜାମାନଙ୍କ ନିକଟକୁ ଲୋକ ପଠାଇଲେ।
१६उस समय राजा आहाज ने अश्शूर के राजाओं के पास दूत भेजकर सहायता माँगी।
17 କାରଣ ଇଦୋମୀୟ ଲୋକମାନେ ପୁନର୍ବାର ଯିହୁଦା ଦେଶକୁ ଆସି ପରାସ୍ତ କରି ଅନେକଙ୍କୁ ବନ୍ଦୀ କରି ନେଇ ଯାଇଥିଲେ।
१७क्योंकि एदोमियों ने यहूदा में आकर उसको मारा, और बन्दियों को ले गए थे।
18 ପଲେଷ୍ଟୀୟମାନେ ମଧ୍ୟ ତଳଭୂମିର ଓ ଯିହୁଦା-ଦକ୍ଷିଣାଞ୍ଚଳର ନଗରମାନ ଆକ୍ରମଣ କରି ବେଥ୍-ଶେମଶ ଓ ଅୟାଲୋନ୍‍ ଓ ଗଦେରୋତ୍‍, ପୁଣି ସୋଖୋ ଓ ତହିଁର ଉପନଗର, ତିମ୍ନା ଓ ତହିଁର ଉପନଗର, ଗିମ୍‍ସୋ ଓ ତହିଁର ଉପନଗରସକଳ ହସ୍ତଗତ କରି ସେଠାରେ ବାସ କରୁଥିଲେ।
१८पलिश्तियों ने नीचे के देश और यहूदा के दक्षिण के नगरों पर चढ़ाई करके, बेतशेमेश, अय्यालोन और गदेरोत को, और अपने-अपने गाँवों समेत सोको, तिम्नाह, और गिमजो को ले लिया; और उनमें रहने लगे थे।
19 କାରଣ ଇସ୍ରାଏଲର ରାଜା ଆହସ୍‌ଙ୍କ ସକାଶୁ ସଦାପ୍ରଭୁ ଯିହୁଦାକୁ ଖର୍ବ କଲେ; ଯେଣୁ ସେ ଯିହୁଦା ମଧ୍ୟରେ ସ୍ୱେଚ୍ଛାଚାର କରି ସଦାପ୍ରଭୁଙ୍କ ବିରୁଦ୍ଧରେ ନିତାନ୍ତ ସତ୍ୟ-ଲଙ୍ଘନ କରିଥିଲେ।
१९अतः यहोवा ने इस्राएल के राजा आहाज के कारण यहूदा को दबा दिया, क्योंकि वह निरंकुश होकर चला, और यहोवा से बड़ा विश्वासघात किया।
20 ଏଥିଉତ୍ତାରେ ଅଶୂରର ରାଜା ତିଗ୍ଲତ୍‍-ପିଲ୍‍ନେଷର ତାଙ୍କ ନିକଟକୁ ଆସିଲା, ମାତ୍ର ତାଙ୍କୁ ବଳ ନ ଦେଇ କ୍ଳେଶ ଦେଲା।
२०तब अश्शूर का राजा तिग्लत्पिलेसेर उसके विरुद्ध आया, और उसको कष्ट दिया; दृढ़ नहीं किया।
21 କାରଣ ଆହସ୍‌ ସଦାପ୍ରଭୁଙ୍କ ଗୃହରୁ ଓ ରାଜାଙ୍କର ଓ ଅଧିପତିମାନଙ୍କ ଗୃହରୁ ଧନ ହରଣ କରି ଅଶୂରର ରାଜାଙ୍କୁ ଦେଲେ; ମାତ୍ର ତଦ୍ଦ୍ୱାରା ତାଙ୍କର ସାହାଯ୍ୟ ହେଲା ନାହିଁ।
२१आहाज ने तो यहोवा के भवन और राजभवन और हाकिमों के घरों में से धन निकालकर अश्शूर के राजा को दिया, परन्तु इससे उसको कुछ सहायता न हुई।
22 ପୁଣି, ସେହି ଆହସ୍‌ ରାଜା ଆପଣାର କ୍ଳେଶ ସମୟରେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆହୁରି ସତ୍ୟ-ଲଙ୍ଘନ କଲେ।
२२क्लेश के समय राजा आहाज ने यहोवा से और भी विश्वासघात किया।
23 କାରଣ ଯେଉଁ ଦମ୍ମେଶକୀୟ ଦେବଗଣ ତାଙ୍କୁ ପରାସ୍ତ କରିଥିଲେ, ସେମାନଙ୍କ ଉଦ୍ଦେଶ୍ୟରେ ସେ ବଳିଦାନ କଲେ; ଆଉ ସେ କହିଲେ, ଅରାମୀୟ ରାଜାମାନଙ୍କ ଦେବଗଣ ସେମାନଙ୍କର ସାହାଯ୍ୟ କରିଅଛନ୍ତି, ଏହେତୁ ମୁଁ ସେମାନଙ୍କ ନିକଟରେ ବଳିଦାନ କରିବି, ତହିଁରେ ସେମାନେ ମୋହର ସାହାଯ୍ୟ କରିବେ। ମାତ୍ର ସେମାନେ ତାଙ୍କର ଓ ସମଗ୍ର ଇସ୍ରାଏଲର ବିନାଶର କାରଣ ହେଲେ।
२३उसने दमिश्क के देवताओं के लिये जिन्होंने उसको मारा था, बलि चढ़ाया; क्योंकि उसने यह सोचा, कि अरामी राजाओं के देवताओं ने उनकी सहायता की, तो मैं उनके लिये बलि चढ़ाऊँगा कि वे मेरी सहायता करें। परन्तु वे उसके और सारे इस्राएल के पतन का कारण हुए।
24 ଏଉତ୍ତାରେ ଆହସ୍‌ ପରମେଶ୍ୱରଙ୍କ ଗୃହର ପାତ୍ରସକଳ ଏକତ୍ର କଲେ ଓ ପରମେଶ୍ୱରଙ୍କ ଗୃହର ସେହି ପାତ୍ରସବୁ କାଟି ଖଣ୍ଡ ଖଣ୍ଡ କଲେ ଓ ସଦାପ୍ରଭୁଙ୍କ ଗୃହର କବାଟସବୁ ବନ୍ଦ କଲେ; ପୁଣି ସେ ଯିରୂଶାଲମର ପ୍ରତ୍ୟେକ କୋଣରେ ଆପଣା ପାଇଁ ଯଜ୍ଞବେଦି ନିର୍ମାଣ କଲେ।
२४फिर आहाज ने परमेश्वर के भवन के पात्र बटोरकर तुड़वा डाले, और यहोवा के भवन के द्वारों को बन्द कर दिया; और यरूशलेम के सब कोनों में वेदियाँ बनाईं।
25 ଆହୁରି, ସେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଯିହୁଦାର ପ୍ରତ୍ୟେକ ନଗରରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ଓ ସଦାପ୍ରଭୁ ତାଙ୍କର ପିତୃଗଣଙ୍କର ପରମେଶ୍ୱରଙ୍କୁ ବିରକ୍ତ କଲେ।
२५यहूदा के एक-एक नगर में उसने पराए देवताओं को धूप जलाने के लिये ऊँचे स्थान बनाए, और अपने पितरों के परमेश्वर यहोवा को रिस दिलाई।
26 ତାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ଆଦ୍ୟନ୍ତସକଳ ଆଚରଣ, ଦେଖ, ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ପୁସ୍ତକରେ ଲେଖାଅଛି।
२६उसके और कामों, और आदि से अन्त तक उसकी पूरी चाल चलन का वर्णन यहूदा और इस्राएल के राजाओं के इतिहास की पुस्तक में लिखा है।
27 ଏଉତ୍ତାରେ ଆହସ୍‌ଙ୍କ ମୃତ୍ୟୁ ପରେ, ଲୋକମାନେ ଯିରୂଶାଲମରେ, ନଗର ମଧ୍ୟରେ ତାଙ୍କୁ କବର ଦେଲେ; କାରଣ ସେମାନେ ତାଙ୍କୁ ଇସ୍ରାଏଲର ରାଜାମାନଙ୍କ କବରକୁ ଆଣିଲେ ନାହିଁ; ତହିଁ ଉତ୍ତାରେ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ।
२७अन्त में आहाज मरकर अपने पुरखाओं के संग जा मिला और उसको यरूशलेम नगर में मिट्टी दी गई, परन्तु वह इस्राएल के राजाओं के कब्रिस्तान में पहुँचाया न गया। और उसका पुत्र हिजकिय्याह उसके स्थान पर राज्य करने लगा।

< ଦ୍ବିତୀୟ ବଂଶାବଳୀ 28 >