< ଦ୍ବିତୀୟ ବଂଶାବଳୀ 29 >

1 ହିଜକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଅବୀୟ, ଯେ ଜିଖରୀୟର କନ୍ୟା ଥିଲେ।
Igitur Ezechias regnare cœpit, cum viginti quinque esset annorum, et viginti novem annis regnavit in Jerusalem: nomen matris ejus Abia filia Zachariæ.
2 ପୁଣି, ସେ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
Fecitque quod erat placitum in conspectu Domini, juxta omnia quæ fecerat David pater ejus.
3 ସେ ଆପଣା ରାଜତ୍ଵର ପ୍ରଥମ ବର୍ଷର ପ୍ରଥମ ମାସରେ ସଦାପ୍ରଭୁଙ୍କ ଗୃହର କବାଟସବୁ ଫିଟାଇ ସେସବୁର ମରାମତି କଲେ।
Ipse, anno et mense primo regni sui, aperuit valvas domus Domini, et instauravit eas.
4 ପୁଣି, ସେ ଯାଜକ ଓ ଲେବୀୟମାନଙ୍କୁ ଆଣି ପୂର୍ବଦିଗ ଛକରେ ଏକତ୍ର କରି ସେମାନଙ୍କୁ କହିଲେ,
Adduxitque sacerdotes atque Levitas, et congregavit eos in plateam orientalem.
5 “ହେ ଲେବୀୟମାନେ, ତୁମ୍ଭେମାନେ ମୋʼ କଥା ଶୁଣ; ଏବେ ଆପଣାମାନଙ୍କୁ ପବିତ୍ର କର ଓ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଗୃହ ପବିତ୍ର କରି ସେହି ପବିତ୍ର ସ୍ଥାନରୁ ଅଶୁଚିତା ଦୂର କର।
Dixitque ad eos: Audite me, Levitæ, et sanctificamini: mundate domum Domini Dei patrum vestrorum, et auferte omnem immunditiam de sanctuario.
6 କାରଣ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ସତ୍ୟ-ଲଙ୍ଘନ କରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ତାହାଙ୍କୁ ପରିତ୍ୟାଗ କରି ସଦାପ୍ରଭୁଙ୍କ ଆବାସରୁ ବିମୁଖ ହୋଇ ତାହାଙ୍କ ପ୍ରତି ଆପଣା ପିଠି ଦେଖାଇଅଛନ୍ତି।
Peccaverunt patres nostri, et fecerunt malum in conspectu Domini Dei nostri, derelinquentes eum: averterunt facies suas a tabernaculo Domini, et præbuerunt dorsum.
7 ଆହୁରି, ସେମାନେ ବାରଣ୍ଡାର କବାଟସବୁ ବନ୍ଦ କରି ପ୍ରଦୀପସବୁ ଲିଭାଇ ଦେଇଅଛନ୍ତି ଓ ସେହି ପବିତ୍ର ସ୍ଥାନରେ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ନାହାନ୍ତି, କିଅବା ହୋମବଳି ଉତ୍ସର୍ଗ କରି ନାହାନ୍ତି।
Clauserunt ostia quæ erant in porticu, et extinxerunt lucernas, incensumque non adoleverunt, et holocausta non obtulerunt in sanctuario Deo Israël.
8 ଏହେତୁ ଯିହୁଦା ଓ ଯିରୂଶାଲମ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା, ପୁଣି ତୁମ୍ଭେମାନେ ସ୍ୱଚକ୍ଷୁରେ ଦେଖୁଅଛ ଯେ, ସେ ସେମାନଙ୍କୁ ଏଣେତେଣେ ଚାଳିତ ହେବା ପାଇଁ, ଆଶଙ୍କାର ଓ ଶୀସ୍‍ର ବିଷୟ କରିବା ପାଇଁ ସମର୍ପଣ କରିଅଛନ୍ତି।
Concitatus est itaque furor Domini super Judam et Jerusalem, tradiditque eos in commotionem, et in interitum, et in sibilum, sicut ipsi cernitis oculis vestris.
9 କାରଣ ଦେଖ, ତହିଁ ସକାଶୁ ଆମ୍ଭମାନଙ୍କ ପିତୃଗଣ ଖଡ୍ଗରେ ପଡ଼ିଅଛନ୍ତି ଓ ଆମ୍ଭମାନଙ୍କ ପୁତ୍ରକନ୍ୟା ଓ ଆମ୍ଭମାନଙ୍କ ଭାର୍ଯ୍ୟାଗଣ ବନ୍ଦୀ ହୋଇଅଛନ୍ତି।
En corruerunt patres nostri gladiis: filii nostri, et filiæ nostræ, et conjuges captivæ ductæ sunt propter hoc scelus.
10 ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧ ଯେପରି ଆମ୍ଭମାନଙ୍କ ଉପରୁ ନିବୃତ୍ତ ହେବ, ଏଥିପାଇଁ ତାହାଙ୍କ ସଙ୍ଗେ ଏକ ନିୟମ କରିବାକୁ ମୋʼ ମନରେ ଅଛି।
Nunc ergo placet mihi ut ineamus fœdus cum Domino Deo Israël, et avertet a nobis furorem iræ suæ.
11 ହେ ମୋହର ପୁତ୍ରମାନେ, ଏବେ ହେଳା କର ନାହିଁ; କାରଣ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବା ପାଇଁ, ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ତୁମ୍ଭେମାନେ ଯେପରି ତାହାଙ୍କର ପରିଚାରକ ହେବ ଓ ଧୂପ ଜ୍ୱଳାଇବ, ଏଥିପାଇଁ ସେ ତୁମ୍ଭମାନଙ୍କୁ ମନୋନୀତ କରିଅଛନ୍ତି।”
Filii mei, nolite negligere: vos elegit Dominus ut stetis coram eo, et ministretis illi, colatisque eum, et cremetis ei incensum.
12 ଏଥିରେ କହାତୀୟ ସନ୍ତାନଗଣ ମଧ୍ୟରୁ ଅମାସୟର ପୁତ୍ର ମାହତ୍‍ ଓ ଅସରୀୟର ପୁତ୍ର ଯୋୟେଲ, ଆଉ ମରାରି-ସନ୍ତାନଗଣ ମଧ୍ୟରୁ ଅବ୍‍ଦିର ପୁତ୍ର କୀଶ୍‍ ଓ ଯିହଲିଲେଲର ପୁତ୍ର ଅସରୀୟ, ପୁଣି ଗେର୍ଶୋନୀୟମାନଙ୍କ ମଧ୍ୟରୁ ସିମ୍ମର ପୁତ୍ର ଯୋୟାହ ଓ ଯୋୟାହର ପୁତ୍ର ଏଦନ,
Surrexerunt ergo Levitæ: Mahath filius Amasai, et Joël filius Azariæ de filiis Caath: porro de filiis Merari, Cis filius Abdi, et Azarias filius Jalaleel. De filiis autem Gersom, Joah filius Zemma, et Eden filius Joah.
13 ଆଉ, ଇଲୀଶାଫନ୍‍ର ସନ୍ତାନମାନଙ୍କ ମଧ୍ୟରୁ ଶିମ୍ରି ଓ ଯିୟୀୟେଲ୍‍ ଓ ଆସଫର ସନ୍ତାନମାନଙ୍କ ମଧ୍ୟରୁ ଜିଖରୀୟ ଓ ମତ୍ତନୀୟ
At vero de filiis Elisaphan, Samri, et Jahiel. De filiis quoque Asaph, Zacharias, et Mathanias:
14 ଓ ହେମନର ସନ୍ତାନମାନଙ୍କ ମଧ୍ୟରୁ ଯିହୀୟେଲ ଓ ଶିମୀୟି ଓ ଯିଦୂଥୂନ୍‍‍ର ସନ୍ତାନମାନଙ୍କ ମଧ୍ୟରୁ ଶମୟୀୟ ଓ ଉଷୀୟେଲ, ଏହିସବୁ ଲେବୀୟ ଲୋକ ଉଠିଲେ।
necnon de filiis Heman, Jahiel, et Semei: sed et de filiis Idithun, Semeias, et Oziel.
15 ପୁଣି, ସେମାନେ ଆପଣା ଭ୍ରାତୃଗଣକୁ ଏକତ୍ର କରି ଆପଣା ଆପଣାକୁ ପବିତ୍ର କଲେ ଓ ରାଜାଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟମତେ ସଦାପ୍ରଭୁଙ୍କ ଗୃହ ଶୁଚି କରିବାକୁ ଭିତରକୁ ଗଲେ।
Congregaveruntque fratres suos, et sanctificati sunt, et ingressi sunt juxta mandatum regis et imperium Domini, ut expiarent domum Dei.
16 ପୁଣି, ଯାଜକମାନେ ସଦାପ୍ରଭୁଙ୍କ ଗୃହର ଅନ୍ତର୍ଭାଗକୁ ଶୁଚି କରିବା ପାଇଁ ଗଲେ, ପୁଣି ସଦାପ୍ରଭୁଙ୍କ ମନ୍ଦିରରେ ଯେସବୁ ଅଶୁଚି ବସ୍ତୁ ପାଇଲେ, ତାହା ବାହାର କରି ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣକୁ ଆଣିଲେ ଆଉ, ଲେବୀୟମାନେ ତାହା ସଂଗ୍ରହ କରି ବାହାରକୁ କିଦ୍ରୋଣ ନଦୀକୁ ବହି ନେଇଗଲେ।
Sacerdotes quoque ingressi templum Domini ut sanctificarent illud, extulerunt omnem immunditiam quam intro repererant in vestibulo domus Domini: quam tulerunt Levitæ, et asportaverunt ad torrentem Cedron foras.
17 ସେମାନେ ପ୍ରଥମ ମାସର ପ୍ରଥମ ଦିନରେ ପବିତ୍ର କରିବାକୁ ଆରମ୍ଭ କଲେ ଓ ମାସର ଅଷ୍ଟମ ଦିନରେ ସେମାନେ ସଦାପ୍ରଭୁଙ୍କ ବାରଣ୍ଡାକୁ ଆସିଲେ; ପୁଣି ଆଠ ଦିନ ମଧ୍ୟରେ ସେମାନେ ସଦାପ୍ରଭୁଙ୍କ ଗୃହ ପବିତ୍ର କଲେ; ଆଉ ସେମାନେ ପ୍ରଥମ ମାସର ଷୋଡ଼ଶ ଦିନରେ ସମାପ୍ତ କଲେ।
Cœperunt autem prima die mensis primi mundare, et in die octavo ejusdem mensis ingressi sunt porticum templi Domini, expiaveruntque templum diebus octo, et in die sextadecima mensis ejusdem, quod cœperant, impleverunt.
18 ତହୁଁ ସେମାନେ ରାଜଗୃହ ଭିତରକୁ ହିଜକୀୟ ରାଜାଙ୍କ ନିକଟକୁ ଯାଇ କହିଲେ, “ଆମ୍ଭେମାନେ ସଦାପ୍ରଭୁଙ୍କର ସମୁଦାୟ ଗୃହ ଓ ହୋମବଳିର ଯଜ୍ଞବେଦି ଓ ତହିଁର ପାତ୍ରସକଳ, ଦର୍ଶନୀୟ ରୁଟିର ମେଜ ଓ ତହିଁର ପାତ୍ରସକଳ ଶୁଚି କରିଅଛୁ।
Ingressi quoque sunt ad Ezechiam regem, et dixerunt ei: Sanctificavimus omnem domum Domini, et altare holocausti, vasaque ejus, necnon et mensam propositionis cum omnibus vasis suis,
19 ଆହୁରି, ଆହସ୍‌ ରାଜା ଆପଣା ରାଜତ୍ୱ ସମୟରେ ସତ୍ୟ-ଲଙ୍ଘନ କରି ଯେ ଯେ ପାତ୍ର ପକାଇ ଦେଇଥିଲେ, ତାହାସବୁ ଆମ୍ଭେମାନେ ପ୍ରସ୍ତୁତ କରି ପବିତ୍ର କରିଅଛୁ; ଆଉ ଦେଖନ୍ତୁ, ତାହାସବୁ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଅଛି।”
cunctamque templi supellectilem, quam polluerat rex Achaz in regno suo, postquam prævaricatus est: et ecce exposita sunt omnia coram altare Domini.
20 ତହିଁ ଉତ୍ତାରେ ହିଜକୀୟ ରାଜା ପ୍ରତ୍ୟୁଷରେ ଉଠି ନଗରର ଅଧିପତିମାନଙ୍କୁ ଏକତ୍ର କରି ସଦାପ୍ରଭୁଙ୍କ ଗୃହକୁ ଗଲେ।
Consurgensque diluculo Ezechias rex, adunavit omnes principes civitatis, et ascendit in domum Domini:
21 ପୁଣି, ସେମାନେ ରାଜ୍ୟ ନିମନ୍ତେ ଓ ଧର୍ମଧାମ ନିମନ୍ତେ ଓ ଯିହୁଦା ନିମନ୍ତେ ପାପାର୍ଥକ ବଳି ରୂପେ ସାତ ବୃଷ ଓ ସାତ ମେଷ ଓ ସାତ ମେଷଶାବକ ଓ ସାତ ଛାଗ ଆଣିଲେ। ତହିଁରେ ସେ ହାରୋଣ-ସନ୍ତାନ ଯାଜକମାନଙ୍କୁ ସଦାପ୍ରଭୁଙ୍କ ଯଜ୍ଞବେଦିରେ ତାହାସବୁ ଉତ୍ସର୍ଗ କରିବାକୁ ଆଜ୍ଞା କଲେ।
obtuleruntque simul tauros septem, et arietes septem, agnos septem, et hircos septem pro peccato, pro regno, pro sanctuario, pro Juda: dixitque sacerdotibus filiis Aaron, ut offerrent super altare Domini.
22 ତେଣୁ ବୃଷସବୁ ବଧ କରାଯାʼନ୍ତେ, ଯାଜକମାନେ ରକ୍ତ ଗ୍ରହଣ କରି ବେଦି ଉପରେ ସେଚନ କଲେ; ପୁଣି ମେଷ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ; ଆହୁରି, ମେଷଶାବକ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ।
Mactaverunt igitur tauros, et susceperunt sanguinem sacerdotes, et fuderunt illum super altare: mactaverunt etiam arietes, et illorum sanguinem super altare fuderunt, immolaveruntque agnos, et fuderunt super altare sanguinem.
23 ଏଉତ୍ତାରେ ସେମାନେ ପାପାର୍ଥକ ବଳିରୂପ ଛାଗସକଳ ରାଜା ଓ ସମାଜ ସାକ୍ଷାତରେ ନିକଟକୁ ଆଣିଲେ; ତହିଁରେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ;
Applicuerunt hircos pro peccato coram rege, et universa multitudine, imposueruntque manus suas super eos:
24 ତହୁଁ ସମଗ୍ର ଇସ୍ରାଏଲ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଯାଜକମାନେ ସେସବୁ ବଧ କରି ଯଜ୍ଞବେଦି ଉପରେ ସେମାନଙ୍କ ରକ୍ତ ଦ୍ୱାରା ପାପାର୍ଥକ ବଳି କଲେ; କାରଣ ସମଗ୍ର ଇସ୍ରାଏଲ ନିମନ୍ତେ ହୋମବଳି ଓ ପାପାର୍ଥକ ବଳି ଉତ୍ସର୍ଗ କରିବାକୁ ରାଜା ଆଜ୍ଞା ଦେଇଥିଲେ।
et immolaverunt illos sacerdotes, et asperserunt sanguinem eorum coram altare pro piaculo universi Israëlis: pro omni quippe Israël præceperat rex ut holocaustum fieret, et pro peccato.
25 ଆଉ, ସେ ଦାଉଦଙ୍କର ଓ ରାଜାଙ୍କର ଦର୍ଶକ ଗାଦ୍‍ର ଓ ନାଥନ ଭବିଷ୍ୟଦ୍‍ବକ୍ତାଙ୍କର ଆଜ୍ଞାନୁସାରେ କରତାଳ ଓ ନେବଲ ଓ ବୀଣାଧାରୀ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ଗୃହରେ ସ୍ଥାପନ କଲେ; କାରଣ ସଦାପ୍ରଭୁ ଆପଣା ଭବିଷ୍ୟଦ୍‍ବକ୍ତାମାନଙ୍କ ଦ୍ୱାରା ଏହି ଆଜ୍ଞା କରିଥିଲେ।
Constituit quoque Levitas in domo Domini cum cymbalis, et psalteriis, et citharis secundum dispositionem David regis, et Gad videntis, et Nathan prophetæ: siquidem Domini præceptum fuit per manum prophetarum ejus.
26 ଏହେତୁ ଲେବୀୟମାନେ ଦାଉଦଙ୍କର ବାଦ୍ୟଯନ୍ତ୍ର ଓ ଯାଜକମାନେ ତୂରୀ ନେଇ ଠିଆ ହେଲେ।
Steteruntque Levitæ tenentes organa David, et sacerdotes tubas.
27 ଏଉତ୍ତାରେ ଯଜ୍ଞବେଦି ଉପରେ ହୋମବଳି ଉତ୍ସର୍ଗ କରିବାକୁ ହିଜକୀୟ ଆଜ୍ଞା କଲେ। ଯେତେବେଳେ ହୋମବଳି ଆରମ୍ଭ ହେଲା, ସେତେବେଳେ ତୂରୀ ଓ ଇସ୍ରାଏଲର ରାଜା ଦାଉଦଙ୍କର ବାଦ୍ୟଯନ୍ତ୍ର ସହିତ ସଦାପ୍ରଭୁଙ୍କ ଗୀତ ମଧ୍ୟ ଆରମ୍ଭ ହେଲା।
Et jussit Ezechias ut offerrent holocausta super altare: cumque offerrentur holocausta, cœperunt laudes canere Domino, et clangere tubis, atque in diversis organis quæ David rex Israël præparaverat, concrepare.
28 ତହିଁରେ ସମଗ୍ର ସମାଜ ପ୍ରଣାମ କଲେ ଓ ଗାୟକମାନେ ଗାନ କଲେ ଓ ତୂରୀବାଦକମାନେ ତୂରୀ ବଜାଇଲେ; ହୋମବଳିଦାନର ସମାପ୍ତି ପର୍ଯ୍ୟନ୍ତ ଏସବୁ ହେଲା।
Omni autem turba adorante, cantores, et ii qui tenebant tubas, erant in officio suo donec compleretur holocaustum.
29 ପୁଣି, ସେମାନେ ବଳିଦାନ ସମାପ୍ତ କରନ୍ତେ, ରାଜା ଓ ତାଙ୍କ ସଙ୍ଗେ ଉପସ୍ଥିତ ଲୋକ ସମସ୍ତେ ମୁହଁ ମାଡ଼ି ପଡ଼ି ପ୍ରଣାମ କଲେ।
Cumque finita esset oblatio, incurvatus est rex, et omnes qui erant cum eo, et adoraverunt.
30 ଆହୁରି, ହିଜକୀୟ ରାଜା ଓ ଅଧିପତିମାନେ ଦାଉଦଙ୍କର ଓ ଆସଫ ଦର୍ଶକର ବାକ୍ୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାକୁ ଲେବୀୟମାନଙ୍କୁ ଆଜ୍ଞା କଲେ ତହୁଁ ସେମାନେ ଆନନ୍ଦରେ ପ୍ରଶଂସା ଗାନ କଲେ ଓ ମସ୍ତକ ନତ କରି ପ୍ରଣାମ କଲେ।
Præcepitque Ezechias et principes Levitis, ut laudarent Dominum sermonibus David, et Asaph videntis: qui laudaverunt eum magna lætitia, et incurvato genu adoraverunt.
31 ସେତେବେଳେ ହିଜକୀୟ ଉତ୍ତର କରି କହିଲେ, “ଏବେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କରିଅଛ, ନିକଟକୁ ଆସ ଓ ସଦାପ୍ରଭୁଙ୍କ ଗୃହକୁ ବଳି ଓ ପ୍ରଶଂସାର୍ଥକ ଉପହାର ଆଣ।” ତହିଁରେ ସମାଜ ବଳି ଓ ପ୍ରଶଂସାର୍ଥକ ଉପହାର ଆଣିଲେ ଓ ଯେତେ ଲୋକର ମନରେ ପ୍ରବୃତ୍ତି ଜନ୍ମିଲା, ସେମାନେ ହୋମବଳି ଆଣିଲେ।
Ezechias autem etiam hæc addidit: Implestis manus vestras Domino: accedite, et offerte victimas et laudes in domo Domini. Obtulit ergo universa multitudo hostias, et laudes, et holocausta, mente devota.
32 ସମାଜ ଯେଉଁ ହୋମବଳି ଆଣିଲେ, ତହିଁର ସଂଖ୍ୟା, ଯଥା, ସତୁରି ବୃଷ ଓ ଏକ ଶହ ମେଷ ଓ ଦୁଇ ଶହ ମେଷଶାବକ, ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ବଳି।
Porro numerus holocaustorum quæ obtulit multitudo, hic fuit: tauros septuaginta, arietes centum, agnos ducentos.
33 ପୁଣି ଛଅ ଶହ ବୃଷ ଓ ତିନି ସହସ୍ର ମେଷ ପବିତ୍ରୀକୃତ ହେଲେ।
Sanctificaveruntque Domino boves sexcentos, et oves tria millia.
34 ମାତ୍ର ଯାଜକମାନେ ଅଳ୍ପସଂଖ୍ୟକ ଥିବାରୁ ସେମାନେ ହୋମାର୍ଥକ ସକଳ ପଶୁର ଚର୍ମ କାଢ଼ି ପାରିଲେ ନାହିଁ। ଏଣୁ କାର୍ଯ୍ୟ ସମାପ୍ତ ନ ହେବା ପର୍ଯ୍ୟନ୍ତ ଓ ଯାଜକମାନେ ଆପଣାମାନଙ୍କୁ ପବିତ୍ର ନ କରିବା ପର୍ଯ୍ୟନ୍ତ ସେମାନଙ୍କ ଭ୍ରାତା ଲେବୀୟମାନେ ସେମାନଙ୍କର ସାହାଯ୍ୟ କଲେ; କାରଣ ଲେବୀୟମାନେ ଆପଣାମାନଙ୍କୁ ପବିତ୍ର କରିବା ପାଇଁ ଯାଜକମାନଙ୍କ ଅପେକ୍ଷା ଅଧିକ ସିଦ୍ଧମନା ଥିଲେ।
Sacerdotes vero pauci erant, nec poterant sufficere ut pelles holocaustorum detraherent: unde et Levitæ fratres eorum adjuverunt eos, donec impleretur opus, et sanctificarentur antistites: Levitæ quippe faciliori ritu sanctificantur quam sacerdotes.
35 ଆହୁରି ହୋମବଳି, ମଙ୍ଗଳାର୍ଥକ ବଳିର ମେଦ ଓ ପ୍ରତ୍ୟେକ ହୋମବଳିର ପେୟ-ନୈବେଦ୍ୟ ପ୍ରଚୁର ହୋଇଥିଲା। ଏହିରୂପେ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ ସୁଧାରାମତେ ସ୍ଥାପିତ ହେଲା।
Fuerunt ergo holocausta plurima, adipes pacificorum, et libamina holocaustorum: et completus est cultus domus Domini.
36 ଆଉ, ପରମେଶ୍ୱର ଲୋକମାନଙ୍କ ନିମନ୍ତେ ଏହାସବୁ ପ୍ରସ୍ତୁତ କରିଥିବାରୁ ହିଜକୀୟ ଓ ସମସ୍ତ ଲୋକ ଆନନ୍ଦ କଲେ; କାରଣ ଏହି କାର୍ଯ୍ୟ ଅକସ୍ମାତ୍‍ ସାଧିତ ହେଲା।
Lætatusque est Ezechias et omnis populus, eo quod ministerium Domini esset expletum: de repente quippe hoc fieri placuerat.

< ଦ୍ବିତୀୟ ବଂଶାବଳୀ 29 >