< ଦ୍ବିତୀୟ ବଂଶାବଳୀ 29 >
1 ହିଜକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଅବୀୟ, ଯେ ଜିଖରୀୟର କନ୍ୟା ଥିଲେ।
Ezequías tenía 25 años cuando comenzó a reinar, y reinó 29 años en Jerusalén. El nombre de su madre fue Abías, hija de Zacarías.
2 ପୁଣି, ସେ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
Hizo lo recto ante Yavé, según todo lo que hizo su antepasado David.
3 ସେ ଆପଣା ରାଜତ୍ଵର ପ୍ରଥମ ବର୍ଷର ପ୍ରଥମ ମାସରେ ସଦାପ୍ରଭୁଙ୍କ ଗୃହର କବାଟସବୁ ଫିଟାଇ ସେସବୁର ମରାମତି କଲେ।
El primer año de su reinado, el mes primero, él abrió las puertas de la Casa de Yavé y las reparó.
4 ପୁଣି, ସେ ଯାଜକ ଓ ଲେବୀୟମାନଙ୍କୁ ଆଣି ପୂର୍ବଦିଗ ଛକରେ ଏକତ୍ର କରି ସେମାନଙ୍କୁ କହିଲେ,
Acercó a los sacerdotes y levitas, los reunió en la plaza oriental
5 “ହେ ଲେବୀୟମାନେ, ତୁମ୍ଭେମାନେ ମୋʼ କଥା ଶୁଣ; ଏବେ ଆପଣାମାନଙ୍କୁ ପବିତ୍ର କର ଓ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଗୃହ ପବିତ୍ର କରି ସେହି ପବିତ୍ର ସ୍ଥାନରୁ ଅଶୁଚିତା ଦୂର କର।
y les dijo: Escúchenme, levitas. Santifíquense, santifiquen la Casa de Yavé el ʼElohim de sus antepasados y quiten la impureza del Santuario.
6 କାରଣ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ସତ୍ୟ-ଲଙ୍ଘନ କରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ତାହାଙ୍କୁ ପରିତ୍ୟାଗ କରି ସଦାପ୍ରଭୁଙ୍କ ଆବାସରୁ ବିମୁଖ ହୋଇ ତାହାଙ୍କ ପ୍ରତି ଆପଣା ପିଠି ଦେଖାଇଅଛନ୍ତି।
Porque nuestros antepasados fueron infieles e hicieron lo malo ante Yavé nuestro ʼElohim. Lo abandonaron, voltearon sus caras del Tabernáculo de Yavé y le dieron la espalda.
7 ଆହୁରି, ସେମାନେ ବାରଣ୍ଡାର କବାଟସବୁ ବନ୍ଦ କରି ପ୍ରଦୀପସବୁ ଲିଭାଇ ଦେଇଅଛନ୍ତି ଓ ସେହି ପବିତ୍ର ସ୍ଥାନରେ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ନାହାନ୍ତି, କିଅବା ହୋମବଳି ଉତ୍ସର୍ଗ କରି ନାହାନ୍ତି।
También cerraron las puertas del patio, apagaron las lámparas y no quemaron incienso ni ofrecieron holocaustos en el Santuario al ʼElohim de Israel.
8 ଏହେତୁ ଯିହୁଦା ଓ ଯିରୂଶାଲମ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା, ପୁଣି ତୁମ୍ଭେମାନେ ସ୍ୱଚକ୍ଷୁରେ ଦେଖୁଅଛ ଯେ, ସେ ସେମାନଙ୍କୁ ଏଣେତେଣେ ଚାଳିତ ହେବା ପାଇଁ, ଆଶଙ୍କାର ଓ ଶୀସ୍ର ବିଷୟ କରିବା ପାଇଁ ସମର୍ପଣ କରିଅଛନ୍ତି।
Por eso la ira de Yavé cayó sobre Judá y Jerusalén. Él los convirtió en un objeto de terror, horror y escarnio como lo ven sus propios ojos.
9 କାରଣ ଦେଖ, ତହିଁ ସକାଶୁ ଆମ୍ଭମାନଙ୍କ ପିତୃଗଣ ଖଡ୍ଗରେ ପଡ଼ିଅଛନ୍ତି ଓ ଆମ୍ଭମାନଙ୍କ ପୁତ୍ରକନ୍ୟା ଓ ଆମ୍ଭମାନଙ୍କ ଭାର୍ଯ୍ୟାଗଣ ବନ୍ଦୀ ହୋଇଅଛନ୍ତି।
Ciertamente por esto nuestros antepasados cayeron a espada, y nuestros hijos, hijas y mujeres están cautivos.
10 ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧ ଯେପରି ଆମ୍ଭମାନଙ୍କ ଉପରୁ ନିବୃତ୍ତ ହେବ, ଏଥିପାଇଁ ତାହାଙ୍କ ସଙ୍ଗେ ଏକ ନିୟମ କରିବାକୁ ମୋʼ ମନରେ ଅଛି।
Ahora pues, decidí hacer un pacto con Yavé ʼElohim de Israel, para que el ardor de su ira se aparte de nosotros.
11 ହେ ମୋହର ପୁତ୍ରମାନେ, ଏବେ ହେଳା କର ନାହିଁ; କାରଣ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବା ପାଇଁ, ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ତୁମ୍ଭେମାନେ ଯେପରି ତାହାଙ୍କର ପରିଚାରକ ହେବ ଓ ଧୂପ ଜ୍ୱଳାଇବ, ଏଥିପାଇଁ ସେ ତୁମ୍ଭମାନଙ୍କୁ ମନୋନୀତ କରିଅଛନ୍ତି।”
Por tanto, hijos míos, no sean negligentes, porque Yavé los escogió para que estén ante Él y le sirvan, a fin de que le ministren y le quemen incienso.
12 ଏଥିରେ କହାତୀୟ ସନ୍ତାନଗଣ ମଧ୍ୟରୁ ଅମାସୟର ପୁତ୍ର ମାହତ୍ ଓ ଅସରୀୟର ପୁତ୍ର ଯୋୟେଲ, ଆଉ ମରାରି-ସନ୍ତାନଗଣ ମଧ୍ୟରୁ ଅବ୍ଦିର ପୁତ୍ର କୀଶ୍ ଓ ଯିହଲିଲେଲର ପୁତ୍ର ଅସରୀୟ, ପୁଣି ଗେର୍ଶୋନୀୟମାନଙ୍କ ମଧ୍ୟରୁ ସିମ୍ମର ପୁତ୍ର ଯୋୟାହ ଓ ଯୋୟାହର ପୁତ୍ର ଏଦନ,
Entonces se levantaron los levitas: Mahat, hijo de Amasai, y Joel, hijo de Azarías, de los hijos de Coat; y de los hijos de Merari, Cis, hijo de Abdi, y Azarías, hijo de Jehalelel; y de los gersonitas, Joa, hijo de Zima, y Edén, hijo de Joa;
13 ଆଉ, ଇଲୀଶାଫନ୍ର ସନ୍ତାନମାନଙ୍କ ମଧ୍ୟରୁ ଶିମ୍ରି ଓ ଯିୟୀୟେଲ୍ ଓ ଆସଫର ସନ୍ତାନମାନଙ୍କ ମଧ୍ୟରୁ ଜିଖରୀୟ ଓ ମତ୍ତନୀୟ
y de los hijos de Elizafán, Simri y Jeiel; y de los hijos de Asaf, Zacarías y Matanías;
14 ଓ ହେମନର ସନ୍ତାନମାନଙ୍କ ମଧ୍ୟରୁ ଯିହୀୟେଲ ଓ ଶିମୀୟି ଓ ଯିଦୂଥୂନ୍ର ସନ୍ତାନମାନଙ୍କ ମଧ୍ୟରୁ ଶମୟୀୟ ଓ ଉଷୀୟେଲ, ଏହିସବୁ ଲେବୀୟ ଲୋକ ଉଠିଲେ।
y de los hijos de Hemán, Jehiel y Simei; y de los hijos de Jedutún, Semaías y Uziel.
15 ପୁଣି, ସେମାନେ ଆପଣା ଭ୍ରାତୃଗଣକୁ ଏକତ୍ର କରି ଆପଣା ଆପଣାକୁ ପବିତ୍ର କଲେ ଓ ରାଜାଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟମତେ ସଦାପ୍ରଭୁଙ୍କ ଗୃହ ଶୁଚି କରିବାକୁ ଭିତରକୁ ଗଲେ।
Éstos reunieron a sus hermanos. Se santificaron y entraron para limpiar la Casa de Yavé, según el mandamiento del rey y según las Palabras de Yavé.
16 ପୁଣି, ଯାଜକମାନେ ସଦାପ୍ରଭୁଙ୍କ ଗୃହର ଅନ୍ତର୍ଭାଗକୁ ଶୁଚି କରିବା ପାଇଁ ଗଲେ, ପୁଣି ସଦାପ୍ରଭୁଙ୍କ ମନ୍ଦିରରେ ଯେସବୁ ଅଶୁଚି ବସ୍ତୁ ପାଇଲେ, ତାହା ବାହାର କରି ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣକୁ ଆଣିଲେ ଆଉ, ଲେବୀୟମାନେ ତାହା ସଂଗ୍ରହ କରି ବାହାରକୁ କିଦ୍ରୋଣ ନଦୀକୁ ବହି ନେଇଗଲେ।
Entraron los sacerdotes en la Casa de Yavé para limpiarla. Sacaron al patio de la Casa toda la impureza que hallaron en el Santuario de Yavé, y los levitas la tomaron para sacarla al torrente Cedrón.
17 ସେମାନେ ପ୍ରଥମ ମାସର ପ୍ରଥମ ଦିନରେ ପବିତ୍ର କରିବାକୁ ଆରମ୍ଭ କଲେ ଓ ମାସର ଅଷ୍ଟମ ଦିନରେ ସେମାନେ ସଦାପ୍ରଭୁଙ୍କ ବାରଣ୍ଡାକୁ ଆସିଲେ; ପୁଣି ଆଠ ଦିନ ମଧ୍ୟରେ ସେମାନେ ସଦାପ୍ରଭୁଙ୍କ ଗୃହ ପବିତ୍ର କଲେ; ଆଉ ସେମାନେ ପ୍ରଥମ ମାସର ଷୋଡ଼ଶ ଦିନରେ ସମାପ୍ତ କଲେ।
Comenzaron la limpieza el primero día del mes primero, y el octavo día llegaron al patio de [la Casa de] Yavé. Continuaron limpiando otros ocho días. Terminaron el día 16 del mes primero.
18 ତହୁଁ ସେମାନେ ରାଜଗୃହ ଭିତରକୁ ହିଜକୀୟ ରାଜାଙ୍କ ନିକଟକୁ ଯାଇ କହିଲେ, “ଆମ୍ଭେମାନେ ସଦାପ୍ରଭୁଙ୍କର ସମୁଦାୟ ଗୃହ ଓ ହୋମବଳିର ଯଜ୍ଞବେଦି ଓ ତହିଁର ପାତ୍ରସକଳ, ଦର୍ଶନୀୟ ରୁଟିର ମେଜ ଓ ତହିଁର ପାତ୍ରସକଳ ଶୁଚି କରିଅଛୁ।
Entonces fueron al rey Ezequías y le dijeron: Limpiamos toda la Casa de Yavé, el altar del holocausto, todos sus utensilios, la mesa de la Presentación y todos sus utensilios.
19 ଆହୁରି, ଆହସ୍ ରାଜା ଆପଣା ରାଜତ୍ୱ ସମୟରେ ସତ୍ୟ-ଲଙ୍ଘନ କରି ଯେ ଯେ ପାତ୍ର ପକାଇ ଦେଇଥିଲେ, ତାହାସବୁ ଆମ୍ଭେମାନେ ପ୍ରସ୍ତୁତ କରି ପବିତ୍ର କରିଅଛୁ; ଆଉ ଦେଖନ୍ତୁ, ତାହାସବୁ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଅଛି।”
También preparamos y consagramos todos los utensilios que el rey Acaz desechó durante su reinado a causa de su infidelidad. Ahí están delante del altar de Yavé.
20 ତହିଁ ଉତ୍ତାରେ ହିଜକୀୟ ରାଜା ପ୍ରତ୍ୟୁଷରେ ଉଠି ନଗରର ଅଧିପତିମାନଙ୍କୁ ଏକତ୍ର କରି ସଦାପ୍ରଭୁଙ୍କ ଗୃହକୁ ଗଲେ।
El rey Ezequías madrugó, reunió a los jefes de la ciudad y subió a la Casa de Yavé.
21 ପୁଣି, ସେମାନେ ରାଜ୍ୟ ନିମନ୍ତେ ଓ ଧର୍ମଧାମ ନିମନ୍ତେ ଓ ଯିହୁଦା ନିମନ୍ତେ ପାପାର୍ଥକ ବଳି ରୂପେ ସାତ ବୃଷ ଓ ସାତ ମେଷ ଓ ସାତ ମେଷଶାବକ ଓ ସାତ ଛାଗ ଆଣିଲେ। ତହିଁରେ ସେ ହାରୋଣ-ସନ୍ତାନ ଯାଜକମାନଙ୍କୁ ସଦାପ୍ରଭୁଙ୍କ ଯଜ୍ଞବେଦିରେ ତାହାସବୁ ଉତ୍ସର୍ଗ କରିବାକୁ ଆଜ୍ଞା କଲେ।
Llevaron siete becerros, siete carneros, siete corderos y siete machos cabríos como ofrenda por el pecado, a favor del reino, del Santuario y a favor de todo Judá. Mandó a los sacerdotes descendientes de Aarón ofrecerlos sobre el altar de Yavé.
22 ତେଣୁ ବୃଷସବୁ ବଧ କରାଯାʼନ୍ତେ, ଯାଜକମାନେ ରକ୍ତ ଗ୍ରହଣ କରି ବେଦି ଉପରେ ସେଚନ କଲେ; ପୁଣି ମେଷ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ; ଆହୁରି, ମେଷଶାବକ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ।
Degollaron los becerros. Los sacerdotes recogieron la sangre y la rociaron hacia el altar. Hicieron lo mismo con los carneros y los corderos.
23 ଏଉତ୍ତାରେ ସେମାନେ ପାପାର୍ଥକ ବଳିରୂପ ଛାଗସକଳ ରାଜା ଓ ସମାଜ ସାକ୍ଷାତରେ ନିକଟକୁ ଆଣିଲେ; ତହିଁରେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ;
Después acercaron los machos cabríos ante el rey y la congregación para la ofrenda que apacigua. Colocaron sus manos sobre ellos.
24 ତହୁଁ ସମଗ୍ର ଇସ୍ରାଏଲ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଯାଜକମାନେ ସେସବୁ ବଧ କରି ଯଜ୍ଞବେଦି ଉପରେ ସେମାନଙ୍କ ରକ୍ତ ଦ୍ୱାରା ପାପାର୍ଥକ ବଳି କଲେ; କାରଣ ସମଗ୍ର ଇସ୍ରାଏଲ ନିମନ୍ତେ ହୋମବଳି ଓ ପାପାର୍ଥକ ବଳି ଉତ୍ସର୍ଗ କରିବାକୁ ରାଜା ଆଜ୍ଞା ଦେଇଥିଲେ।
Los sacerdotes los degollaron e hicieron una ofrenda que apacigua con su sangre sobre el altar, para hacer ofrenda que apacigua por todo Israel, porque el rey ordenó que el holocausto y la ofrenda se hicieran a favor de todo Israel.
25 ଆଉ, ସେ ଦାଉଦଙ୍କର ଓ ରାଜାଙ୍କର ଦର୍ଶକ ଗାଦ୍ର ଓ ନାଥନ ଭବିଷ୍ୟଦ୍ବକ୍ତାଙ୍କର ଆଜ୍ଞାନୁସାରେ କରତାଳ ଓ ନେବଲ ଓ ବୀଣାଧାରୀ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ଗୃହରେ ସ୍ଥାପନ କଲେ; କାରଣ ସଦାପ୍ରଭୁ ଆପଣା ଭବିଷ୍ୟଦ୍ବକ୍ତାମାନଙ୍କ ଦ୍ୱାରା ଏହି ଆଜ୍ଞା କରିଥିଲେ।
Colocó a los levitas en la Casa de Yavé con címbalos, salterios y arpas, según el mandamiento de David, de Gad, vidente del rey, y del profeta Natán, pues ese mandamiento llegó de Yavé por medio de sus profetas.
26 ଏହେତୁ ଲେବୀୟମାନେ ଦାଉଦଙ୍କର ବାଦ୍ୟଯନ୍ତ୍ର ଓ ଯାଜକମାନେ ତୂରୀ ନେଇ ଠିଆ ହେଲେ।
Se pusieron en pie los levitas con los instrumentos de David y los sacerdotes con las trompetas.
27 ଏଉତ୍ତାରେ ଯଜ୍ଞବେଦି ଉପରେ ହୋମବଳି ଉତ୍ସର୍ଗ କରିବାକୁ ହିଜକୀୟ ଆଜ୍ଞା କଲେ। ଯେତେବେଳେ ହୋମବଳି ଆରମ୍ଭ ହେଲା, ସେତେବେଳେ ତୂରୀ ଓ ଇସ୍ରାଏଲର ରାଜା ଦାଉଦଙ୍କର ବାଦ୍ୟଯନ୍ତ୍ର ସହିତ ସଦାପ୍ରଭୁଙ୍କ ଗୀତ ମଧ୍ୟ ଆରମ୍ଭ ହେଲା।
Entonces Ezequías ordenó que se ofreciera el holocausto sobre el altar. Cuando comenzó el holocausto, también comenzó el cántico de Yavé, el sonido de las trompetas y los instrumentos de David, rey de Israel.
28 ତହିଁରେ ସମଗ୍ର ସମାଜ ପ୍ରଣାମ କଲେ ଓ ଗାୟକମାନେ ଗାନ କଲେ ଓ ତୂରୀବାଦକମାନେ ତୂରୀ ବଜାଇଲେ; ହୋମବଳିଦାନର ସମାପ୍ତି ପର୍ଯ୍ୟନ୍ତ ଏସବୁ ହେଲା।
Toda la congregación se postró mientras elevaban cánticos y tocaban las trompetas, todo hasta cuando el holocausto fue consumido.
29 ପୁଣି, ସେମାନେ ବଳିଦାନ ସମାପ୍ତ କରନ୍ତେ, ରାଜା ଓ ତାଙ୍କ ସଙ୍ଗେ ଉପସ୍ଥିତ ଲୋକ ସମସ୍ତେ ମୁହଁ ମାଡ଼ି ପଡ଼ି ପ୍ରଣାମ କଲେ।
Cuando se consumió el holocausto, el rey y todos los que estaban con él se inclinaron y se postraron.
30 ଆହୁରି, ହିଜକୀୟ ରାଜା ଓ ଅଧିପତିମାନେ ଦାଉଦଙ୍କର ଓ ଆସଫ ଦର୍ଶକର ବାକ୍ୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାକୁ ଲେବୀୟମାନଙ୍କୁ ଆଜ୍ଞା କଲେ ତହୁଁ ସେମାନେ ଆନନ୍ଦରେ ପ୍ରଶଂସା ଗାନ କଲେ ଓ ମସ୍ତକ ନତ କରି ପ୍ରଣାମ କଲେ।
Entonces el rey Ezequías y los jefes ordenaron a los levitas que alabaran a Yavé con las palabras de David y del vidente Asaf. Ellos elevaron alabanzas con gran júbilo, se inclinaron y se postraron.
31 ସେତେବେଳେ ହିଜକୀୟ ଉତ୍ତର କରି କହିଲେ, “ଏବେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କରିଅଛ, ନିକଟକୁ ଆସ ଓ ସଦାପ୍ରଭୁଙ୍କ ଗୃହକୁ ବଳି ଓ ପ୍ରଶଂସାର୍ଥକ ଉପହାର ଆଣ।” ତହିଁରେ ସମାଜ ବଳି ଓ ପ୍ରଶଂସାର୍ଥକ ଉପହାର ଆଣିଲେ ଓ ଯେତେ ଲୋକର ମନରେ ପ୍ରବୃତ୍ତି ଜନ୍ମିଲା, ସେମାନେ ହୋମବଳି ଆଣିଲେ।
Ezequías tomó la palabra: Ahora ustedes se consagraron a Yavé. Acérquense y ofrezcan sacrificios y ofrendas de acción de gracias en la Casa de Yavé. Y la congregación ofreció sacrificios y ofrendas de acción de gracias. Todos los generosos de corazón ofrecieron holocaustos.
32 ସମାଜ ଯେଉଁ ହୋମବଳି ଆଣିଲେ, ତହିଁର ସଂଖ୍ୟା, ଯଥା, ସତୁରି ବୃଷ ଓ ଏକ ଶହ ମେଷ ଓ ଦୁଇ ଶହ ମେଷଶାବକ, ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ବଳି।
La congregación llevó 70 becerros, 100 carneros y 200 corderos como holocausto a Yavé.
33 ପୁଣି ଛଅ ଶହ ବୃଷ ଓ ତିନି ସହସ୍ର ମେଷ ପବିତ୍ରୀକୃତ ହେଲେ।
Las ofrendas consagradas fueron 600 becerros y 3.000 ovejas.
34 ମାତ୍ର ଯାଜକମାନେ ଅଳ୍ପସଂଖ୍ୟକ ଥିବାରୁ ସେମାନେ ହୋମାର୍ଥକ ସକଳ ପଶୁର ଚର୍ମ କାଢ଼ି ପାରିଲେ ନାହିଁ। ଏଣୁ କାର୍ଯ୍ୟ ସମାପ୍ତ ନ ହେବା ପର୍ଯ୍ୟନ୍ତ ଓ ଯାଜକମାନେ ଆପଣାମାନଙ୍କୁ ପବିତ୍ର ନ କରିବା ପର୍ଯ୍ୟନ୍ତ ସେମାନଙ୍କ ଭ୍ରାତା ଲେବୀୟମାନେ ସେମାନଙ୍କର ସାହାଯ୍ୟ କଲେ; କାରଣ ଲେବୀୟମାନେ ଆପଣାମାନଙ୍କୁ ପବିତ୍ର କରିବା ପାଇଁ ଯାଜକମାନଙ୍କ ଅପେକ୍ଷା ଅଧିକ ସିଦ୍ଧମନା ଥିଲେ।
Pero los sacerdotes eran muy pocos y no bastaban para desollar los holocaustos. Sus hermanos levitas les ayudaron hasta terminar la labor, y hasta cuando los demás sacerdotes se santificaron, porque los levitas fueron más rectos de corazón para santificarse que los sacerdotes.
35 ଆହୁରି ହୋମବଳି, ମଙ୍ଗଳାର୍ଥକ ବଳିର ମେଦ ଓ ପ୍ରତ୍ୟେକ ହୋମବଳିର ପେୟ-ନୈବେଦ୍ୟ ପ୍ରଚୁର ହୋଇଥିଲା। ଏହିରୂପେ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ ସୁଧାରାମତେ ସ୍ଥାପିତ ହେଲା।
Hubo holocaustos en abundancia, grasa de las ofrendas de paz y las libaciones para cada holocausto. De esta manera el servicio en la Casa de Yavé quedó restablecido.
36 ଆଉ, ପରମେଶ୍ୱର ଲୋକମାନଙ୍କ ନିମନ୍ତେ ଏହାସବୁ ପ୍ରସ୍ତୁତ କରିଥିବାରୁ ହିଜକୀୟ ଓ ସମସ୍ତ ଲୋକ ଆନନ୍ଦ କଲେ; କାରଣ ଏହି କାର୍ଯ୍ୟ ଅକସ୍ମାତ୍ ସାଧିତ ହେଲା।
Ezequías se regocijó con todo el pueblo porque ʼElohim lo preparó, pues la celebración ocurrió de manera tan repentina.