< ଦ୍ବିତୀୟ ବଂଶାବଳୀ 3 >

1 ଏଥିଉତ୍ତାରେ ଶଲୋମନ ଯିରୂଶାଲମସ୍ଥ ମୋରୀୟା ପର୍ବତରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ, ସେହି ସ୍ଥାନରେ ସଦାପ୍ରଭୁ ତାଙ୍କର ପିତା ଦାଉଦଙ୍କୁ ଦର୍ଶନ ଦେଇଥିଲେ, ଦାଉଦ ଯିବୂଷୀୟ ଅରଣନ ଖଳାରେ ଯେଉଁ ସ୍ଥାନ ନିରୂପଣ କରିଥିଲେ, ସେହିଠାରେ ସେ ତାହା ପ୍ରସ୍ତୁତ କଲେ।
Süleyman Yerusəlimdə atası Davuda Rəbbin göründüyü Moriya dağında, Yevuslu Ornanın xırmanında Davudun hazırladığı yerdə Rəbbin məbədini tikməyə başladı.
2 ପୁଣି ସେ ଆପଣା ରାଜତ୍ଵର ଚତୁର୍ଥ ବର୍ଷର ଦ୍ୱିତୀୟ ମାସର ଦ୍ୱିତୀୟ ଦିନରେ ନିର୍ମାଣ କରିବାକୁ ଆରମ୍ଭ କଲେ।
Onu padşahlığının dördüncü ilində, ikinci ayın ikinci günündə tikməyə başladı.
3 ଶଲୋମନ ପରମେଶ୍ୱରଙ୍କ ଗୃହ ନିର୍ମାଣ ନିମନ୍ତେ ଯେଉଁ ମୂଳଦୁଆ ସ୍ଥାପନ କଲେ, ତାହା ଏହି ହସ୍ତର ପ୍ରାଚୀନ ପରିମାଣାନୁସାରେ ଦୈର୍ଘ୍ୟ ଷାଠିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଥିଲା।
Allahın məbədinin tikilməsi üçün Süleymanın qoyduğu bünövrələr bunlardır: bünövrələrin uzunluğu köhnə ölçüyə görə altmış qulac və eni iyirmi qulac idi.
4 ପୁଣି ଗୃହର ସମ୍ମୁଖସ୍ଥ ବାରଣ୍ଡାର ଦୈର୍ଘ୍ୟ ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଓ ଉଚ୍ଚତା ଶହେ କୋଡ଼ିଏ ହାତ ଥିଲା; ଆଉ ସେ ତହିଁର ଭିତର ଭାଗ ଶୁଦ୍ଧ ସୁବର୍ଣ୍ଣରେ ମଡ଼ାଇଲେ।
Məbədin önündəki eyvanın uzunluğu məbədin eninə görə iyirmi qulac və hündürlüyü yüz iyirmi qulac idi. Onu içəridən xalis qızılla örtdü.
5 ପୁଣି ସେ ଉତ୍ତମ ସ୍ୱର୍ଣ୍ଣମଣ୍ଡିତ ଦେବଦାରୁ କାଷ୍ଠରେ ବୃହତ ଗୃହ ଆଚ୍ଛାଦନ କଲେ ଓ ତହିଁ ଉପରେ ଖର୍ଜ୍ଜୁର ବୃକ୍ଷ ଓ ଜଞ୍ଜିରର ଆକୃତି କଲେ।
Böyük otağa şam ağacı ilə örtük vurub onu xalis qızılla örtdü, onun üstünə xurma ağacları və zəncir təsvirləri həkk etdi.
6 ପୁଣି ସେ ଶୋଭା ନିମନ୍ତେ ଗୃହକୁ ବହୁମୂଲ୍ୟ ପ୍ରସ୍ତରରେ ଭୂଷିତ କଲେ; ସେହି ସ୍ୱର୍ଣ୍ଣ ପର୍ବୟିମ ଦେଶର ସ୍ୱର୍ଣ୍ଣ ଥିଲା।
Əzəmətli olsun deyə evi qiymətli daşlarla bəzədi. Qızıl Parvayim qızılı idi.
7 ମଧ୍ୟ ଗୃହ, କଡ଼ି, ଚଉକାଠ ଓ ତହିଁର କାନ୍ଥ ଓ ତହିଁର କବାଟସବୁ ସେ ସୁବର୍ଣ୍ଣରେ ମଡ଼ାଇଲେ; ଆଉ କାନ୍ଥରେ କିରୂବାକୃତି ଖୋଦାଇଲେ।
Məbədi və onun dirəklərini, astanalarını, divarlarını və qapılarını qızılla örtdü, divarlarda keruvların təsvirini oydu.
8 ପୁଣି ସେ ମହାପବିତ୍ର ଗୃହ ନିର୍ମାଣ କଲେ; ତହିଁର ଦୈର୍ଘ୍ୟ ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଥିଲା; ଆଉ ସେ ଛଅ ଶହ ତାଳନ୍ତ ଉତ୍ତମ ସୁବର୍ଣ୍ଣରେ ତାହା ମଡ଼ାଇଲେ।
Süleyman Ən Müqəddəs yeri də tikdi. Onun uzunluğu məbədin eninə görə iyirmi qulac və eni iyirmi qulac idi. Onu altı yüz talant xalis qızılla örtdü.
9 ଆଉ କଣ୍ଟାର ପରିମାଣ ପଚାଶ ଶେକଲ ସ୍ୱର୍ଣ୍ଣ ଥିଲା, ପୁଣି ସେ ଉପର କୋଠରିମାନ ସୁବର୍ଣ୍ଣରେ ମଡ଼ାଇଲେ।
Qızıl mismarların ağırlığı əlli şekel idi. Yuxarı otaqları da qızılla örtdü.
10 ଆଉ ସେ ମହାପବିତ୍ର ଗୃହରେ ପିତୁଳା କର୍ମର ଦୁଇ କିରୂବ ନିର୍ମାଣ କଲେ ଓ ସେମାନେ ତାହା ସୁବର୍ଣ୍ଣରେ ମଡ଼ାଇଲେ।
Ən Müqəddəs yerdə heykəltəraş işi olan iki keruv düzəltdi və onları qızılla örtdü.
11 ଏହି କିରୂବମାନଙ୍କର ପକ୍ଷ କୋଡ଼ିଏ ହାତ ଦୀର୍ଘ ଥିଲା; ଏକ କିରୂବର ପକ୍ଷ ପାଞ୍ଚ ହାତ ଥାଇ ଗୃହର କାନ୍ଥକୁ ସ୍ପର୍ଶ କଲା ଓ ଅନ୍ୟ ପକ୍ଷ ସେହିପରି ପାଞ୍ଚ ହାତ ଥାଇ ଅନ୍ୟ କିରୂବର ପକ୍ଷକୁ ସ୍ପର୍ଶ କଲା।
Keruvların qanadları iyirmi qulac uzunluğunda idi. Bir keruvun qanadı beş qulac idi və evin divarına dəyirdi. O biri qanadı da beş qulac idi və o biri keruvun qanadına dəyirdi.
12 ଅନ୍ୟ କିରୂବର ପକ୍ଷ ପାଞ୍ଚ ହାତ ଥାଇ ଗୃହର କାନ୍ଥକୁ ସ୍ପର୍ଶ କଲା ଓ ଅନ୍ୟ ପକ୍ଷ ମଧ୍ୟ ପାଞ୍ଚ ହାତ ଥାଇ ଅନ୍ୟ କିରୂବର ପକ୍ଷକୁ ଲାଗିଲା।
O biri keruvun da qanadı beş qulac idi və evin divarına dəyirdi. O biri qanadı da beş qulac idi və o biri keruvun qanadına birləşmişdi.
13 ଏହି କିରୂବମାନଙ୍କର ପକ୍ଷ କୋଡ଼ିଏ ହାତ ବିସ୍ତାରିତ ଥିଲା; ସେମାନେ ଚରଣରେ ଠିଆ ହେଲେ ଓ ସେମାନଙ୍କର ମୁଖ ଗୃହ ଆଡ଼କୁ ଥିଲା।
Bu keruvların qanadları iyirmi qulac uzanırdı. Keruvlar ayaq üstə durmuşdu və üzləri böyük otağa doğru çevrilmişdi.
14 ପୁଣି ସେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ କ୍ଷୌମସୂତ୍ରର ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କରି ତହିଁ ଉପରେ କିରୂବଗଣର ଆକୃତି କଲେ।
O, bənövşəyi, tünd qırmızı, al rəngli parça və incə kətandan pərdə tikdi, üzərində keruvlar işlədi.
15 ଆହୁରି ସେ ଗୃହ ସମ୍ମୁଖରେ ପଞ୍ଚତିରିଶ ହାତ ଉଚ୍ଚ ଦୁଇ ସ୍ତମ୍ଭ ନିର୍ମାଣ କଲେ ଓ ସେହି ପ୍ରତ୍ୟେକର ଉପରିସ୍ଥ ମୁଣ୍ଡାଳି ପାଞ୍ଚ ହାତ ଥିଲା।
Süleyman məbədin önündə otuz beş qulac hündürlüyündə iki sütun düzəltdi və hər bir sütunun üstündəki başlıq beş qulac idi.
16 ଆଉ ସେ ଗର୍ଭଗାରରେ ଜଞ୍ଜିର ନିର୍ମାଣ କରି ସେହି ସ୍ତମ୍ଭ ଉପରେ ରଖିଲେ ଓ ଏକ ଶହ ଡାଳିମ୍ବ ଆକୃତି କରି ସେହି ଜଞ୍ଜିର ଉପରେ ରଖିଲେ।
İç otaqda zəncirlər düzəltdi və onları sütunların üstünə qoydu, yüz nar düzəltdi və onları zəncirlərin üzərinə qoydu.
17 ଆଉ ସେ ମନ୍ଦିର ସମ୍ମୁଖରେ ସେହି ଦୁଇ ସ୍ତମ୍ଭକୁ ଦକ୍ଷିଣ ପାର୍ଶ୍ଵରେ ଏକ ଓ ବାମ ପାର୍ଶ୍ଵରେ ଏକ କରି ସ୍ଥାପନ କଲେ; ଆଉ ଦକ୍ଷିଣ ପାର୍ଶ୍ୱସ୍ଥ ସ୍ତମ୍ଭର ନାମ ଯାଖୀନ୍‍ ଓ ବାମ ପାର୍ଶ୍ୱସ୍ଥ ସ୍ତମ୍ଭର ନାମ ବୋୟସ୍‍ ରଖିଲେ।
O, sütunları məbədin önünə – birini sağa və o birini sola qoydu. Sağda olanı Yakin, solda olanı isə Boaz adlandırdı.

< ଦ୍ବିତୀୟ ବଂଶାବଳୀ 3 >