< ଦ୍ବିତୀୟ ବଂଶାବଳୀ 31 >
1 ଏହିସବୁ ସମାପ୍ତ ହେଲା ଉତ୍ତାରେ ଉପସ୍ଥିତ ସମଗ୍ର ଇସ୍ରାଏଲ ଯିହୁଦାର ନଗରମାନଙ୍କୁ ଯାଇ ସ୍ତମ୍ଭସବୁ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିମାନ କାଟି ପକାଇଲେ, ପୁଣି ନିଃଶେଷରେ ବିନାଶ ନ କରିବା ପର୍ଯ୍ୟନ୍ତ ସମସ୍ତ ଯିହୁଦା ଓ ବିନ୍ୟାମୀନ୍ ମଧ୍ୟରୁ, ଆହୁରି ଇଫ୍ରୟିମ ଓ ମନଃଶିରେ ସ୍ଥିତ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ। ତହୁଁ ଇସ୍ରାଏଲ-ସନ୍ତାନଗଣର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ଓ ନଗରକୁ ଫେରିଗଲେ।
Cumque hæc fuissent rite celebrata, egressus est omnis Israël qui inventus fuerat in urbibus Juda, et fregerunt simulacra, succideruntque lucos, demoliti sunt excelsa, et altaria destruxerunt, non solum de universo Juda et Benjamin, sed et de Ephraim quoque et Manasse, donec penitus everterent: reversique sunt omnes filii Israël in possessiones et civitates suas.
2 ଆଉ, ହିଜକୀୟ ଯାଜକମାନଙ୍କର ଓ ଲେବୀୟମାନଙ୍କର ପାଳିକ୍ରମେ ପାଳି ନିରୂପଣ କଲେ, ହୋମାର୍ଥକ ଓ ମଙ୍ଗଳାର୍ଥକ ବଳିଦାନ, ପରିଚର୍ଯ୍ୟା ଓ ସଦାପ୍ରଭୁଙ୍କ ଛାଉଣିର ଦ୍ୱାରସମୂହରେ ଧନ୍ୟବାଦ ଓ ପ୍ରଶଂସା କରିବା ନିମନ୍ତେ ଯାଜକ ଓ ଲେବୀୟମାନଙ୍କର ପ୍ରତି ଜଣକୁ ତାହାର ସେବାନୁସାରେ ନିଯୁକ୍ତ କଲେ।
Ezechias autem constituit turmas sacerdotales et Leviticas per divisiones suas, unumquemque in officio proprio, tam sacerdotum videlicet quam Levitarum, ad holocausta et pacifica, ut ministrarent et confiterentur, canerentque in portis castrorum Domini.
3 ମଧ୍ୟ ସେ ସଦାପ୍ରଭୁଙ୍କ ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ନିମନ୍ତେ, ଅର୍ଥାତ୍, ପ୍ରଭାତୀୟ ଓ ସାୟଂକାଳୀନ ହୋମବଳି ନିମନ୍ତେ, ପୁଣି ବିଶ୍ରାମବାର ଓ ଅମାବାସ୍ୟା ଓ ନିରୂପିତ ପର୍ବାଦିର ହୋମବଳି ନିମନ୍ତେ ରାଜସମ୍ପତ୍ତିରୁ ଦେୟ ଅଂଶ ନିରୂପଣ କଲେ।
Pars autem regis erat, ut de propria ejus substantia offerretur holocaustum, mane semper et vespere: sabbatis quoque, et calendis, et solemnitatibus ceteris, sicut scriptum est in lege Moysi.
4 ଆହୁରି, ଯେପରି ଯାଜକଗଣ ଓ ଲେବୀୟଗଣ ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଆସକ୍ତ ରହିବେ, ଏଥିପାଇଁ ସେ ସେମାନଙ୍କୁ ସେମାନଙ୍କର ଅଂଶ ଦେବା ନିମନ୍ତେ ଯିରୂଶାଲମ ନିବାସୀ ଲୋକମାନଙ୍କୁ ଆଜ୍ଞା କଲେ।
Præcepit etiam populo habitantium Jerusalem ut darent partes sacerdotibus et Levitis, ut possent vacare legi Domini.
5 ପୁଣି, ଏହି ଆଜ୍ଞା ଘୋଷିତ ହେବାକ୍ଷଣେ ଇସ୍ରାଏଲ-ସନ୍ତାନଗଣ ପ୍ରଚୁର ରୂପେ ପ୍ରଥମଜାତ ଶସ୍ୟ, ଦ୍ରାକ୍ଷାରସ, ତୈଳ, ମଧୁ ଓ କ୍ଷେତ୍ରୋତ୍ପନ୍ନ ସକଳ ଦ୍ରବ୍ୟ ଆଣିଲେ; ଆଉ ସେମାନେ ପ୍ରଚୁର ରୂପେ ସକଳ ଦ୍ରବ୍ୟର ଦଶମାଂଶ ଆଣିଲେ।
Quod cum percrebruisset in auribus multitudinis, plurimas obtulere primitias filii Israël frumenti, vini, et olei: mellis quoque, et omnium quæ gignit humus, decimas obtulerunt.
6 ପୁଣି, ଯିହୁଦାର ନଗରସମୂହରେ ବାସକାରୀ ଇସ୍ରାଏଲ ଓ ଯିହୁଦାର ସନ୍ତାନମାନେ ମଧ୍ୟ ଗୋମେଷର ଦଶମାଂଶ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠିତ ପବିତ୍ର ଦ୍ରବ୍ୟାଦିର ଦଶମାଂଶ ଆଣି ରାଶି ରାଶି କରି ଥୋଇଲେ।
Sed et filii Israël et Juda qui habitabant in urbibus Juda, obtulerunt decimas boum et ovium, decimasque sanctorum quæ voverant Domino Deo suo: atque universa portantes, fecerunt acervos plurimos.
7 ତୃତୀୟ ମାସରେ ସେମାନେ ସେହି ରାଶି କରିବାକୁ ଆରମ୍ଭ କରି ସପ୍ତମ ମାସରେ ତାହା ସମାପ୍ତ କଲେ।
Mense tertio cœperunt acervorum jacere fundamenta, et mense septimo compleverunt eos.
8 ଏଉତ୍ତାରେ ହିଜକୀୟ ଓ ଅଧିପତିମାନେ ସେହି ରାଶି ଦେଖିବାକୁ ଆସି ସଦାପ୍ରଭୁଙ୍କର ଓ ତାହାଙ୍କ ଲୋକ ଇସ୍ରାଏଲର ଧନ୍ୟବାଦ କଲେ।
Cumque ingressi fuissent Ezechias et principes ejus, viderunt acervos, et benedixerunt Domino ac populo Israël.
9 ସେତେବେଳେ ହିଜକୀୟ ସେହି ସକଳ ରାଶି ବିଷୟରେ ଯାଜକ ଓ ଲେବୀୟମାନଙ୍କୁ ପଚାରନ୍ତେ,
Interrogavitque Ezechias sacerdotes et Levitas, cur ita jacerent acervi.
10 ସାଦୋକ ବଂଶୀୟ ପ୍ରଧାନ ଯାଜକ ଅସରୀୟ ତାଙ୍କୁ ଉତ୍ତର କରି କହିଲା, “ଲୋକମାନେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣିବା ପାଇଁ ଆରମ୍ଭ କରିବା ସମୟଠାରୁ ଆମ୍ଭେମାନେ ଭୋଜନ କରିଅଛୁ ଓ ତୃପ୍ତ ହୋଇଅଛୁ ଓ ପ୍ରଚୁର ଅବଶିଷ୍ଟ ରଖିଅଛୁ; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଆଶୀର୍ବାଦ କରିଅଛନ୍ତି; ତେଣୁ ଯାହା ଅବଶିଷ୍ଟ ରହିଅଛି, ତାହା ଏହି ବୃହତ ଦ୍ରବ୍ୟରାଶି।”
Respondit illi Azarias sacerdos primus de stirpe Sadoc, dicens: Ex quo cœperunt offerri primitiæ in domo Domini, comedimus, et saturati sumus, et remanserunt plurima, eo quod benedixerit Dominus populo suo: reliquarum autem copia est ista, quam cernis.
11 ତହିଁରେ ହିଜକୀୟ ସଦାପ୍ରଭୁଙ୍କ ଗୃହରେ କେତେକ କୋଠରି ପ୍ରସ୍ତୁତ କରିବାକୁ ଆଜ୍ଞା କଲେ; ତହୁଁ ସେମାନେ ତାହା ପ୍ରସ୍ତୁତ କଲେ।
Præcepit igitur Ezechias ut præpararent horrea in domo Domini. Quod cum fecissent,
12 ଏଉତ୍ତାରେ ଲୋକମାନେ ବିଶ୍ୱସ୍ତ ରୂପେ ଉପହାର, ଦଶମାଂଶ ଓ ପବିତ୍ରୀକୃତ ଦ୍ରବ୍ୟ ଆଣିଲେ; ଆଉ ତହିଁ ଉପରେ ଲେବୀୟ କୋନାନୀୟ ଅଧ୍ୟକ୍ଷ ଥିଲା ଓ ତାହାର ଭାଇ ଶିମୀୟି ଦ୍ୱିତୀୟ ଥିଲା।
intulerunt tam primitias quam decimas, et quæcumque voverant, fideliter. Fuit autem præfectus eorum Chonenias Levita, et Semei frater ejus secundus,
13 ପୁଣି, ଯିହୀୟେଲ ଓ ଅସସୀୟ, ନହତ୍, ଅସାହେଲ, ଯିରେମୋତ୍, ଯୋଷାବଦ୍, ଇଲୀୟେଲ୍, ଯିଷ୍ମଖୀୟ, ମାହତ୍, ବନାୟ, ଏମାନେ ହିଜକୀୟ ରାଜାଙ୍କର ଓ ପରମେଶ୍ୱରଙ୍କ ଗୃହାଧ୍ୟକ୍ଷ ଅସରୀୟର ନିଯୁକ୍ତି ଦ୍ୱାରା କୋନାନୀୟ ଓ ତାହାର ଭ୍ରାତା ଶିମୀୟିର ହସ୍ତାଧୀନରେ କାର୍ଯ୍ୟଶାସକ ଥିଲେ।
post quem Jahiel, et Azarias, et Nahath, et Asaël, et Jerimoth, Jozabad quoque, et Eliel, et Jesmachias, et Mahath, et Banaias, præpositi sub manibus Choneniæ et Semei fratris ejus, ex imperio Ezechiæ regis et Azariæ pontificis domus Dei, ad quos omnia pertinebant.
14 ଆଉ, ଲେବୀୟ ଯିମ୍ନାର ପୁତ୍ର କୋରି, ଯେ ପୂର୍ବଦିଗ ଦ୍ୱାରପାଳ ଥିଲା, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଓ ମହାପବିତ୍ର ବସ୍ତୁ ବିତରଣ କରିବା ପାଇଁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ଉପହାର ଉପରେ ନିଯୁକ୍ତ ହେଲା।
Core vero filius Jemna Levites, et janitor orientalis portæ, præpositus erat iis quæ sponte offerebantur Domino, primitiisque et consecratis in Sancta sanctorum.
15 ପୁଣି, ତାହାର ଅଧୀନରେ ଏଦନ, ମିନ୍ୟାମୀନ, ଯେଶୂୟ, ଶମୟୀୟ, ଅମରୀୟ ଓ ଶଖନୀୟ, ଏମାନେ ଯାଜକମାନଙ୍କ ନାନା ନଗରରେ ଆପଣାମାନଙ୍କର ସାନ ବଡ଼ ଭାଇମାନଙ୍କୁ ପାଳି ଅନୁସାରେ ଦେବା ପାଇଁ ଆପଣା ଆପଣା ନିରୂପିତ ପଦରେ ରହିଲେ;
Et sub cura ejus Eden, et Benjamin, Jesue, et Semeias, Amarias quoque, et Sechenias in civitatibus sacerdotum, ut fideliter distribuerent fratribus suis partes, minoribus atque majoribus:
16 ସେମାନଙ୍କ ବ୍ୟତୀତ ଯେଉଁମାନେ ପ୍ରତିଦିନର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପାଳିକ୍ରମେ ଆପଣା ଆପଣା ରକ୍ଷଣୀୟ ସେବା ନିମନ୍ତେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କଲେ, ଏପରି ତିନି ବର୍ଷ ଓ ତତୋଧିକ ବୟସ୍କ ପୁରୁଷ ବଂଶାବଳୀ କ୍ରମେ ଗଣିତ ହୋଇଥିଲେ;
exceptis maribus ab annis tribus et supra, cunctis qui ingrediebantur templum Domini, et quidquid per singulos dies conducebat in ministerio, atque observationibus juxta divisiones suas,
17 ଆଉ, ଆପଣା ଆପଣା ପିତୃବଂଶାନୁସାରେ ଯାଜକମାନେ, ପୁଣି କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନେ ବଂଶାବଳୀ କ୍ରମେ ସେମାନଙ୍କ ରକ୍ଷଣୀୟ ଓ ପାଳି ଅନୁସାରେ ଗଣିତ ହୋଇଥିଲେ;
sacerdotibus per familias, et Levitis a vigesimo anno et supra, per ordines et turmas suas,
18 ପୁଣି ସମଗ୍ର ସମାଜ ମଧ୍ୟରେ ଲୋକମାନଙ୍କର ଶିଶୁ, ଭାର୍ଯ୍ୟା ଓ ପୁତ୍ରକନ୍ୟାମାନେ ବଂଶାବଳୀ କ୍ରମେ ଗଣିତ ହୋଇଥିଲେ; କାରଣ ସେମାନେ ଆପଣା ଆପଣା ନିରୂପିତ କାର୍ଯ୍ୟରେ ପବିତ୍ରତାରେ ଆପଣାମାନଙ୍କୁ ପବିତ୍ର କଲେ;
universæque multitudini tam uxoribus quam liberis eorum utriusque sexus, fideliter cibi de his quæ sanctificata fuerant, præbebantur.
19 ମଧ୍ୟ ହାରୋଣଙ୍କର ଯେଉଁ ସନ୍ତାନ-ଯାଜକମାନେ ଆପଣା ଆପଣା ନଗରସ୍ଥ ତଳିଭୂମିର କ୍ଷେତ୍ରରେ ବାସ କଲେ, ସେମାନଙ୍କ ପ୍ରତ୍ୟେକ ନଗରରେ ଯାଜକମାନଙ୍କ ମଧ୍ୟରେ ସମସ୍ତ ପୁରୁଷଙ୍କୁ ଓ ଲେବୀୟମାନଙ୍କ ମଧ୍ୟରେ ବଂଶାବଳୀ କ୍ରମେ ଗଣିତ ସମସ୍ତଙ୍କୁ ଅଂଶ ଦେବା ପାଇଁ ଲୋକେ ନାମରେ ନିର୍ଣ୍ଣୀତ ହେଲେ।
Sed et filiorum Aaron per agros, et suburbana urbium singularum, dispositi erant viri, qui partes distribuerent universo sexui masculino de sacerdotibus et Levitis.
20 ହିଜକୀୟ ଯିହୁଦାର ସର୍ବତ୍ର ଏପ୍ରକାର କଲେ; ପୁଣି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ଓ ବିଶ୍ୱସ୍ତତାର କର୍ମ କଲେ।
Fecit ergo Ezechias universa quæ diximus in omni Juda: operatusque est bonum et rectum, et verum coram Domino Deo suo,
21 ଆଉ, ସେ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କରିବା ନିମନ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟ, ପୁଣି ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧରେ ଯେ ଯେ କାର୍ଯ୍ୟ ଆରମ୍ଭ କଲେ, ତାହାସବୁ ଆପଣା ସର୍ବାନ୍ତଃକରଣ ସହିତ କରି କୃତକାର୍ଯ୍ୟ ହେଲେ।
in universa cultura ministerii domus Domini, juxta legem et cæremonias, volens requirere Deum suum in toto corde suo: fecitque, et prosperatus est.