< ଦ୍ବିତୀୟ ବଂଶାବଳୀ 33 >
1 ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ।
Manašeu je bilo dvanaest godina kad se zakraljio. Pedeset i pet godina kraljevao je u Jeruzalemu.
2 ପୁଣି, ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
Činio je što je zlo u Jahvinim očima, povodeći se za gnusobama naroda što ih je Jahve protjerao pred sinovima Izraelovim.
3 କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ଭାଙ୍ଗି ପକାଇଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ସେ ବାଲ୍ଦେବଗଣ ନିମନ୍ତେ ଯଜ୍ଞବେଦି ପ୍ରସ୍ତୁତ କଲେ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ ଓ ଆକାଶସ୍ଥ ସକଳ ବାହିନୀକୁ ପୂଜା କରି ସେମାନଙ୍କର ସେବା କଲେ।
Obnovio je uzvišice što ih bijaše oborio otac mu Ezekija, podigao je žrtvenike Baalu, načinio ašere i stao se klanjati svoj nebeskoj vojsci i služiti joj.
4 ପୁଣି, “ଯିରୂଶାଲମରେ ଆମ୍ଭର ନାମ ସଦାକାଳ ସ୍ଥାପିତ ହେବ” ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ।
Podigao je žrtvenike i u Domu Jahvinu, za koji bijaše rekao Jahve: “U Jeruzalemu će prebivati Ime moje zauvijek.”
5 ଆହୁରି, ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ସକଳ ବାହିନୀ ନିମନ୍ତେ ଯଜ୍ଞବେଦି ନିର୍ମାଣ କଲେ।
Sagradio je žrtvenike svoj nebeskoj vojsci u oba predvorja Doma Jahvina.
6 ମଧ୍ୟ ସେ ହିନ୍ନୋମ ପୁତ୍ରର ଉପତ୍ୟକାରେ ଆପଣା ସନ୍ତାନସନ୍ତତିମାନଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ; ଆଉ, ସେ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ ଓ ମାୟାକର୍ମ କଲେ, ପୁଣି ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ବ୍ୟବହାର କଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।
I sinove je svoje proveo kroz oganj u dolini Hinomova sina. Vračao je, gatao, čarao, stvorio bajače i opsjenare i uopće učinio premnogo zla u Jahvinim očima razjarujući ga.
7 ଆଉ, ସେ ଆପଣା ନିର୍ମିତ ଦେବତାର ଖୋଦିତ ପ୍ରତିମା ପରମେଶ୍ୱରଙ୍କ ଗୃହରେ ସ୍ଥାପନ କଲେ; ସେହି ଗୃହ ବିଷୟରେ ପରମେଶ୍ୱର ଦାଉଦଙ୍କୁ ଓ ତାଙ୍କ ପୁତ୍ର ଶଲୋମନଙ୍କୁ କହିଥିଲେ, “ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ସଦାକାଳ ସ୍ଥାପନ କରିବା;
Načinio je idolski lik i posadio ga u Domu Božjem, za koji Bog bijaše rekao Davidu i njegovu sinu Salomonu: “U ovom Domu i u Jeruzalemu, koji sam izabrao među svim izraelskim plemenima, postavit ću Ime svoje zauvijek.
8 ପୁଣି, ଆମ୍ଭେ ସେମାନଙ୍କୁ ଯେସମସ୍ତ ଆଜ୍ଞା ଦେଇଅଛୁ, ଅର୍ଥାତ୍, ମୋଶାର ହସ୍ତ ଦ୍ୱାରା ଯେସମସ୍ତ ବ୍ୟବସ୍ଥା, ବିଧି ଓ ବିଧାନ ଦେଇଅଛୁ, କେବଳ ତଦନୁସାରେ କର୍ମ କରିବା ପାଇଁ ଯେବେ ସେମାନେ ମନୋଯୋଗୀ ହେବେ, ତେବେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିମନ୍ତେ ଯେଉଁ ଦେଶ ନିରୂପଣ କରିଅଛୁ, ତହିଁରୁ ଇସ୍ରାଏଲର ପାଦକୁ ଆଉ ସ୍ଥାନାନ୍ତରିତ କରିବା ନାହିଁ।”
Neću više dati da noga Izraelaca uzmakne iz zemlje koju sam dao u baštinu vašim očevima, samo ako budu držali i provodili u djelo sve što sam im zapovjedio: sav Zakon, uredbe i običaje dane preko Mojsija.”
9 ମାତ୍ର ମନଃଶି ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କୁ ବିପଥଗାମୀ କରାଇଲେ, ତହିଁରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ କ୍ରିୟା ଅପେକ୍ଷା ସେମାନେ ଅଧିକ କୁକ୍ରିୟା କଲେ।
Ali je Manaše zaveo Judejce i Jeruzalemce te su radili još gore nego narodi što ih je Jahve iskorijenio pred sinovima Izraelovim.
10 ତହୁଁ ସଦାପ୍ରଭୁ ମନଃଶି ଓ ତାଙ୍କର ଲୋକମାନଙ୍କୁ ନାନା କଥା କହିଲେ, ମାତ୍ର ସେମାନେ କିଛି ମନୋଯୋଗ କଲେ ନାହିଁ।
Jahve je opominjao Manašea i njegov narod, ali oni nisu poslušali.
11 ଏହେତୁ ସଦାପ୍ରଭୁ ସେମାନଙ୍କ ପ୍ରତିକୂଳରେ ଅଶୂରୀୟ ରାଜାର ସେନାପତିମାନଙ୍କୁ ଆଣିଲେ, ତହିଁରେ ସେମାନେ ମନଃଶିଙ୍କୁ ବେଡ଼ିରେ ଧରି ଶିକୁଳିରେ ବାନ୍ଧି ବାବିଲକୁ ନେଇଗଲେ।
Stoga je Jahve doveo na njih vojskovođe asirskoga kralja. Uhvativši Manašea kukama, svezali su ga u dvoje mjedene verige i odveli u Babilon.
12 ପୁଣି, ସେ ଦୁଃଖରେ ଥିବା ବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ଆପଣା ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ଛାମୁରେ ଆପଣାକୁ ଅତିଶୟ ନମ୍ର କଲେ।
Kad se našao u nevolji, počeo se moliti za milost Jahvi, svome Bogu, ponizivši se veoma pred Bogom otaca.
13 ଆଉ, ସେ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେ ତାଙ୍କ ପ୍ରତି ପ୍ରସନ୍ନ ହେଲେ ଓ ତାଙ୍କର ନିବେଦନ ଶୁଣି ତାଙ୍କୁ ପୁନର୍ବାର ତାଙ୍କର ରାଜ୍ୟ ଯିରୂଶାଲମକୁ ଆଣିଲେ। ସେତେବେଳେ ମନଃଶି ଜାଣିଲେ ଯେ, ସଦାପ୍ରଭୁ ପରମେଶ୍ୱର ଅଟନ୍ତି।
Molio se i Bog mu se smilovao te usliša njegovu prošnju i vrati ga u Jeruzalem u kraljevstvo. Manaše tada spozna da je Jahve Bog.
14 ଏଥିଉତ୍ତାରେ ସେ ଗୀହୋନର ପଶ୍ଚିମ ପାର୍ଶ୍ଵରେ ଉପତ୍ୟକା ମଧ୍ୟରେ ମତ୍ସ୍ୟ ଦ୍ୱାରର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଦାଉଦ-ନଗରର ବାହାର-ପ୍ରାଚୀର ନିର୍ମାଣ କଲେ; ଆଉ, ସେ ଓଫଲର ଚତୁର୍ଦ୍ଦିଗ ବେଷ୍ଟନ କରି ପ୍ରାଚୀର ଅତି ଉଚ୍ଚ କଲେ ଓ ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସମୂହରେ ବିକ୍ରମୀ ସେନାପତିମାନଙ୍କୁ ନିଯୁକ୍ତ କଲେ।
Poslije toga sagradio je vanjski zid Davidovu gradu zapadno od Gihona, od doline pa do Ribljih vrata, i opasao zidom Ofel, izvevši ga vrlo visoko. Postavio je bojne vojvode u svim tvrdim gradovima u Judi.
15 ଆଉ, ସେ ଅନ୍ୟ ଦେବଗଣକୁ ଓ ସଦାପ୍ରଭୁଙ୍କ ଗୃହସ୍ଥିତ ପ୍ରତିମାକୁ ଦୂର କଲେ ଓ ସେ ସଦାପ୍ରଭୁଙ୍କ ଗୃହର ପର୍ବତରେ ଓ ଯିରୂଶାଲମରେ ଆପଣାର ନିର୍ମିତ ସମସ୍ତ ଯଜ୍ଞବେଦି ନଗରର ବାହାରେ ପକାଇଦେଲେ।
Osim toga, uklonio je iz Jahvina Doma tuđinske bogove, onaj idolski lik i sve žrtvenike što ih bijaše posagradio na gori Jahvina Doma i u Jeruzalemu i sve ih baci izvan grada.
16 ପୁଣି, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ନିର୍ମାଣ କରି ତହିଁ ପରେ ମଙ୍ଗଳାର୍ଥକ ଓ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସେବା କରିବା ପାଇଁ ଯିହୁଦାକୁ ଆଜ୍ଞା କଲେ।
Zatim opet podiže Jahvin žrtvenik i žrtvova na njemu žrtve pričesnice i zahvalnice. Zapovjedi i Judejcima da služe Jahvi, Bogu Izraelovu.
17 ତଥାପି ଲୋକମାନେ ଉଚ୍ଚସ୍ଥଳୀରେ ବଳିଦାନ କଲେ, ମାତ୍ର ତାହା କେବଳ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ କଲେ।
Ipak je narod još žrtvovao po uzvišicama, ali samo Jahvi, svojem Bogu.
18 ଏହି ମନଃଶିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ଆପଣା ପରମେଶ୍ୱରଙ୍କ ନିକଟରେ ତାଙ୍କର ପ୍ରାର୍ଥନା ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ତାଙ୍କ ପ୍ରତି ଉକ୍ତ ଦର୍ଶକମାନଙ୍କ ବାକ୍ୟ, ଏହିସବୁ ଇସ୍ରାଏଲର ରାଜାମାନଙ୍କ ଇତିହାସରେ ଲିଖିତ ଅଛି।
Ostala Manašeova djela i njegova molitva Bogu, riječi koje su mu govorili vidioci u ime Jahve, Izraelova Boga, zapisane su u Povijesti izraelskih kraljeva.
19 ମଧ୍ୟ ତାଙ୍କର ପ୍ରାର୍ଥନା ଓ ପରମେଶ୍ୱର ତାଙ୍କ ପ୍ରତି କିପରି ପ୍ରସନ୍ନ ହେଲେ ଓ ତାଙ୍କର ସକଳ ପାପ ଓ ସତ୍ୟ-ଲଙ୍ଘନ ଓ ସେ ଆପଣାକୁ ନମ୍ର କରିବା ପୂର୍ବେ ଯେଉଁ ଯେଉଁ ସ୍ଥାନରେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଆଉ ଆଶେରା ମୂର୍ତ୍ତି ଓ ଖୋଦିତ ପ୍ରତିମା ସ୍ଥାପନ କରିଥିଲେ; ଦେଖ, ତାହାସବୁ ହୋଶେୟର ପୁସ୍ତକରେ ଲିଖିତ ଅଛି।
Njegova molitva i kako je bio uslišan, svi njegovi grijesi i njegova nevjera te mjesta na kojima je pogradio uzvišice, podigao ašere i idole prije nego što se ponizio - sve je to zapisano u povijesti Hozajevoj.
20 ଏଥିଉତ୍ତାରେ ମନଃଶିଙ୍କ ମୃତ୍ୟୁ ପରେ, ଲୋକମାନେ ତାଙ୍କୁ ତାଙ୍କର ନିଜ ଗୃହରେ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆମୋନ୍ ତାଙ୍କର ପଦରେ ରାଜ୍ୟ କଲେ।
Tada Manaše počinu kraj svojih otaca. Sahranili su ga u dvoru. Na njegovo se mjesto zakraljio sim mu Amon.
21 ଆମୋନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାଇଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଦୁଇ ବର୍ଷ ରାଜ୍ୟ କଲେ।
Dvadeset su i dvije godine bile Amonu kad se zakraljio, a kraljevao je dvije godine u Jeruzalemu.
22 ପୁଣି, ସେ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ଆମୋନ୍ ଆପଣା ପିତା ମନଃଶିଙ୍କ ନିର୍ମିତ ସକଳ ଖୋଦିତ ପ୍ରତିମା ଉଦ୍ଦେଶ୍ୟରେ ବଳିଦାନ କରି ସେମାନଙ୍କର ସେବା କଲେ।
Činio je što je zlo u Jahvinim očima, kao i otac mu Manaše, jer je svim idolima koje bijaše načinio njegov otac Manaše on prinosio žrtve i služio im.
23 ପୁଣି, ତାଙ୍କର ପିତା ମନଃଶି ଯେପରି ଆପଣାକୁ ନମ୍ର କରିଥିଲେ, ସେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ସେପରି ନମ୍ର କଲେ ନାହିଁ; ମାତ୍ର ଏହି ଆମୋନ୍ ଅଧିକ ଅଧିକ ଅପରାଧ କଲେ।
Ali se nije ponizio pred Jahvom kako se ponizio otac mu Manaše, nego je još i umnožio svoju krivicu.
24 ଏଉତ୍ତାରେ ତାଙ୍କର ଦାସମାନେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କର ନିଜ ଗୃହରେ ତାଙ୍କୁ ବଧ କଲେ।
Tada se protiv njega urotiše njegove sluge i ubiše ga u dvoru.
25 ମାତ୍ର ଯେଉଁମାନେ ଆମୋନ୍ ରାଜାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ, ସେସମସ୍ତଙ୍କୁ ଦେଶସ୍ଥ ଲୋକମାନେ ବଧ କଲେ; ଆଉ, ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟଙ୍କୁ ରାଜା କଲେ।
Ali je prosti puk pobio sve one koji se bijahu urotili protiv kralja Amona i na njegovo mjesto zakraljio sina mu Jošiju.