< ଦ୍ବିତୀୟ ବଂଶାବଳୀ 33 >

1 ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ।
Manasses was twelve years old when he began to reign, and he reigned fifty-five years in Jerusalem.
2 ପୁଣି, ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
And he did that which was evil in the sight of the Lord, according to all the abominations of the heathen, whom the Lord destroyed from before the face of the children of Israel.
3 କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ଭାଙ୍ଗି ପକାଇଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ସେ ବାଲ୍‍ଦେବଗଣ ନିମନ୍ତେ ଯଜ୍ଞବେଦି ପ୍ରସ୍ତୁତ କଲେ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ ଓ ଆକାଶସ୍ଥ ସକଳ ବାହିନୀକୁ ପୂଜା କରି ସେମାନଙ୍କର ସେବା କଲେ।
And he returned and built the high places, which his father Ezekias had pulled down, and set up images to Baalim, and made groves, and worshipped all the host of heaven, and served them.
4 ପୁଣି, “ଯିରୂଶାଲମରେ ଆମ୍ଭର ନାମ ସଦାକାଳ ସ୍ଥାପିତ ହେବ” ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ।
And he built altars in the house of the Lord, concerning which the Lord said, In Jerusalem shall be my name for ever.
5 ଆହୁରି, ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ସକଳ ବାହିନୀ ନିମନ୍ତେ ଯଜ୍ଞବେଦି ନିର୍ମାଣ କଲେ।
And he built altars to all the host of heaven in the two courts of the house of the Lord.
6 ମଧ୍ୟ ସେ ହିନ୍ନୋମ ପୁତ୍ରର ଉପତ୍ୟକାରେ ଆପଣା ସନ୍ତାନସନ୍ତତିମାନଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ; ଆଉ, ସେ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ ଓ ମାୟାକର୍ମ କଲେ, ପୁଣି ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ବ୍ୟବହାର କଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।
He also passed his children through the fire in the valley of Benennom; and he divined, and used auspices, and sorceries, and appointed those who had divining spirits, and enchanters, and wrought abundant wickedness before the Lord, to provoke him.
7 ଆଉ, ସେ ଆପଣା ନିର୍ମିତ ଦେବତାର ଖୋଦିତ ପ୍ରତିମା ପରମେଶ୍ୱରଙ୍କ ଗୃହରେ ସ୍ଥାପନ କଲେ; ସେହି ଗୃହ ବିଷୟରେ ପରମେଶ୍ୱର ଦାଉଦଙ୍କୁ ଓ ତାଙ୍କ ପୁତ୍ର ଶଲୋମନଙ୍କୁ କହିଥିଲେ, “ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ସଦାକାଳ ସ୍ଥାପନ କରିବା;
And he set the graven [image], the molten [statue], the idol which he made, in the house of God, of which God had said to David and to Solomon his son, In this house, and Jerusalem, which I have chosen out of all the tribes of Israel, I will put my name for ever;
8 ପୁଣି, ଆମ୍ଭେ ସେମାନଙ୍କୁ ଯେସମସ୍ତ ଆଜ୍ଞା ଦେଇଅଛୁ, ଅର୍ଥାତ୍‍, ମୋଶାର ହସ୍ତ ଦ୍ୱାରା ଯେସମସ୍ତ ବ୍ୟବସ୍ଥା, ବିଧି ଓ ବିଧାନ ଦେଇଅଛୁ, କେବଳ ତଦନୁସାରେ କର୍ମ କରିବା ପାଇଁ ଯେବେ ସେମାନେ ମନୋଯୋଗୀ ହେବେ, ତେବେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିମନ୍ତେ ଯେଉଁ ଦେଶ ନିରୂପଣ କରିଅଛୁ, ତହିଁରୁ ଇସ୍ରାଏଲର ପାଦକୁ ଆଉ ସ୍ଥାନାନ୍ତରିତ କରିବା ନାହିଁ।”
and I will not again remove the foot of Israel from the land which I gave to their fathers, if only they will take heed to do all things which I have commanded them, according to all the law and the ordinances and the judgements [given] by the hand of Moses.
9 ମାତ୍ର ମନଃଶି ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କୁ ବିପଥଗାମୀ କରାଇଲେ, ତହିଁରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ କ୍ରିୟା ଅପେକ୍ଷା ସେମାନେ ଅଧିକ କୁକ୍ରିୟା କଲେ।
So Manasses led astray Juda and the inhabitants of Jerusalem, to do evil beyond all the nations which the Lord cast out from before the children of Israel.
10 ତହୁଁ ସଦାପ୍ରଭୁ ମନଃଶି ଓ ତାଙ୍କର ଲୋକମାନଙ୍କୁ ନାନା କଥା କହିଲେ, ମାତ୍ର ସେମାନେ କିଛି ମନୋଯୋଗ କଲେ ନାହିଁ।
And the Lord spoke to Manasses, and to his people: but they listened not.
11 ଏହେତୁ ସଦାପ୍ରଭୁ ସେମାନଙ୍କ ପ୍ରତିକୂଳରେ ଅଶୂରୀୟ ରାଜାର ସେନାପତିମାନଙ୍କୁ ଆଣିଲେ, ତହିଁରେ ସେମାନେ ମନଃଶିଙ୍କୁ ବେଡ଼ିରେ ଧରି ଶିକୁଳିରେ ବାନ୍ଧି ବାବିଲକୁ ନେଇଗଲେ।
And the Lord brought upon them the captains of the host of the king of Assyria, and they took Manasses in bonds, and bound him in fetters, and brought him to Babylon.
12 ପୁଣି, ସେ ଦୁଃଖରେ ଥିବା ବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ଆପଣା ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ଛାମୁରେ ଆପଣାକୁ ଅତିଶୟ ନମ୍ର କଲେ।
And when he was afflicted, he sought the face of the Lord his God, and was greatly humbled before the face of the God of his fathers;
13 ଆଉ, ସେ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେ ତାଙ୍କ ପ୍ରତି ପ୍ରସନ୍ନ ହେଲେ ଓ ତାଙ୍କର ନିବେଦନ ଶୁଣି ତାଙ୍କୁ ପୁନର୍ବାର ତାଙ୍କର ରାଜ୍ୟ ଯିରୂଶାଲମକୁ ଆଣିଲେ। ସେତେବେଳେ ମନଃଶି ଜାଣିଲେ ଯେ, ସଦାପ୍ରଭୁ ପରମେଶ୍ୱର ଅଟନ୍ତି।
and he prayed to him: and he listened to him, and listened to his cry, and brought him back to Jerusalem to his kingdom: and Manasses knew that the Lord he is God.
14 ଏଥିଉତ୍ତାରେ ସେ ଗୀହୋନର ପଶ୍ଚିମ ପାର୍ଶ୍ଵରେ ଉପତ୍ୟକା ମଧ୍ୟରେ ମତ୍ସ୍ୟ ଦ୍ୱାରର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଦାଉଦ-ନଗରର ବାହାର-ପ୍ରାଚୀର ନିର୍ମାଣ କଲେ; ଆଉ, ସେ ଓଫଲର ଚତୁର୍ଦ୍ଦିଗ ବେଷ୍ଟନ କରି ପ୍ରାଚୀର ଅତି ଉଚ୍ଚ କଲେ ଓ ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସମୂହରେ ବିକ୍ରମୀ ସେନାପତିମାନଙ୍କୁ ନିଯୁକ୍ତ କଲେ।
And afterward he built a wall without the city of David, from the southwest southward in the valleys and at the entrance through the fish-gate, as men go out by the gate round about, even as far as Opel: and he raised it much, and set captains of the host in all the fortified cities in Juda.
15 ଆଉ, ସେ ଅନ୍ୟ ଦେବଗଣକୁ ଓ ସଦାପ୍ରଭୁଙ୍କ ଗୃହସ୍ଥିତ ପ୍ରତିମାକୁ ଦୂର କଲେ ଓ ସେ ସଦାପ୍ରଭୁଙ୍କ ଗୃହର ପର୍ବତରେ ଓ ଯିରୂଶାଲମରେ ଆପଣାର ନିର୍ମିତ ସମସ୍ତ ଯଜ୍ଞବେଦି ନଗରର ବାହାରେ ପକାଇଦେଲେ।
And he removed the strange gods, and the graven [image] out of the house of the Lord, and all the altars which he had built in the mount of the house of the Lord, and in Jerusalem, and without the city.
16 ପୁଣି, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ନିର୍ମାଣ କରି ତହିଁ ପରେ ମଙ୍ଗଳାର୍ଥକ ଓ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସେବା କରିବା ପାଇଁ ଯିହୁଦାକୁ ଆଜ୍ଞା କଲେ।
And he repaired the altar of the Lord, and offered upon it a sacrifice of peace-offering and thank-offering, and he told Juda to serve the Lord God of Israel.
17 ତଥାପି ଲୋକମାନେ ଉଚ୍ଚସ୍ଥଳୀରେ ବଳିଦାନ କଲେ, ମାତ୍ର ତାହା କେବଳ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ କଲେ।
Nevertheless the people still sacrificed on the high places, only to the Lord their God.
18 ଏହି ମନଃଶିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ଆପଣା ପରମେଶ୍ୱରଙ୍କ ନିକଟରେ ତାଙ୍କର ପ୍ରାର୍ଥନା ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ତାଙ୍କ ପ୍ରତି ଉକ୍ତ ଦର୍ଶକମାନଙ୍କ ବାକ୍ୟ, ଏହିସବୁ ଇସ୍ରାଏଲର ରାଜାମାନଙ୍କ ଇତିହାସରେ ଲିଖିତ ଅଛି।
And the rest of the acts of Manasses, and his prayer to God, and the words of the seers that spoke to him in the name of the God of Israel,
19 ମଧ୍ୟ ତାଙ୍କର ପ୍ରାର୍ଥନା ଓ ପରମେଶ୍ୱର ତାଙ୍କ ପ୍ରତି କିପରି ପ୍ରସନ୍ନ ହେଲେ ଓ ତାଙ୍କର ସକଳ ପାପ ଓ ସତ୍ୟ-ଲଙ୍ଘନ ଓ ସେ ଆପଣାକୁ ନମ୍ର କରିବା ପୂର୍ବେ ଯେଉଁ ଯେଉଁ ସ୍ଥାନରେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଆଉ ଆଶେରା ମୂର୍ତ୍ତି ଓ ଖୋଦିତ ପ୍ରତିମା ସ୍ଥାପନ କରିଥିଲେ; ଦେଖ, ତାହାସବୁ ହୋଶେୟର ପୁସ୍ତକରେ ଲିଖିତ ଅଛି।
behold, [they are] in the account of his prayer; and [God] listened to him. And all his sins, and his backslidings, and the spots on which he built the high places, and set there groves and graven images, before he repented, behold, they are written in the books of the seers.
20 ଏଥିଉତ୍ତାରେ ମନଃଶିଙ୍କ ମୃତ୍ୟୁ ପରେ, ଲୋକମାନେ ତାଙ୍କୁ ତାଙ୍କର ନିଜ ଗୃହରେ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆମୋନ୍‍ ତାଙ୍କର ପଦରେ ରାଜ୍ୟ କଲେ।
And Manasses slept with his fathers, and they buried him in the garden of his house: and Amon his son reigned in his stead.
21 ଆମୋନ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାଇଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଦୁଇ ବର୍ଷ ରାଜ୍ୟ କଲେ।
Amon was twenty and two years old when he began to reign, and he reigned two years in Jerusalem.
22 ପୁଣି, ସେ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ଆମୋନ୍‍ ଆପଣା ପିତା ମନଃଶିଙ୍କ ନିର୍ମିତ ସକଳ ଖୋଦିତ ପ୍ରତିମା ଉଦ୍ଦେଶ୍ୟରେ ବଳିଦାନ କରି ସେମାନଙ୍କର ସେବା କଲେ।
And he did that which was evil in the sight of the Lord, as his father Manasses did: and Amon sacrificed to all the idols which his father Manasses had made, and served them.
23 ପୁଣି, ତାଙ୍କର ପିତା ମନଃଶି ଯେପରି ଆପଣାକୁ ନମ୍ର କରିଥିଲେ, ସେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ସେପରି ନମ୍ର କଲେ ନାହିଁ; ମାତ୍ର ଏହି ଆମୋନ୍‍ ଅଧିକ ଅଧିକ ଅପରାଧ କଲେ।
And he was not humbled before the Lord as his father Manasses was humbled; for his son Amon abounded in transgression.
24 ଏଉତ୍ତାରେ ତାଙ୍କର ଦାସମାନେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କର ନିଜ ଗୃହରେ ତାଙ୍କୁ ବଧ କଲେ।
And his servants conspired against him, and killed him in his house.
25 ମାତ୍ର ଯେଉଁମାନେ ଆମୋନ୍‍ ରାଜାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ, ସେସମସ୍ତଙ୍କୁ ଦେଶସ୍ଥ ଲୋକମାନେ ବଧ କଲେ; ଆଉ, ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟଙ୍କୁ ରାଜା କଲେ।
And the people of the land killed the men who had conspired against king Amon; and the people of the land made Josias his son king in his stead.

< ଦ୍ବିତୀୟ ବଂଶାବଳୀ 33 >