< ଦ୍ବିତୀୟ ବଂଶାବଳୀ 34 >

1 ଯୋଶୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ଥିଲେ; ଆଉ ସେ ଯିରୂଶାଲମରେ ଏକତିରିଶ ବର୍ଷ ରାଜ୍ୟ କଲେ।
De oito anos era Josias quando começou a reinar, e trinta e um anos reinou em Jerusalém.
2 ପୁଣି, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ପଥରେ ଚାଲିଲେ, ଆଉ, ଦକ୍ଷିଣରେ କି ବାମରେ ଫେରିଲେ ନାହିଁ।
Este fez o que era correto aos olhos do SENHOR, e andou nos caminhos de Davi seu pai, sem desviar-se à direita nem à esquerda.
3 ତାହାଙ୍କ ରାଜତ୍ଵର ଅଷ୍ଟମ ବର୍ଷରେ ସେ ଅଳ୍ପ ବୟସ୍କ ଥାଉ ଥାଉ ଆପଣା ପୂର୍ବପୁରୁଷ ଦାଉଦଙ୍କର ପରମେଶ୍ୱରଙ୍କୁ ଅନ୍ୱେଷଣ କରିବାକୁ ଆରମ୍ଭ କଲେ ଓ ସେ ଦ୍ୱାଦଶ ବର୍ଷରେ ଉଚ୍ଚସ୍ଥଳୀ ଓ ଆଶେରା ମୂର୍ତ୍ତି ଓ ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମାରୁ ଯିହୁଦା ଓ ଯିରୂଶାଲମକୁ ଶୁଚି କରିବାକୁ ଲାଗିଲେ।
A os oito anos de seu reinado, sendo ainda jovem, começou a buscar ao Deus de Davi seu pai; e aos doze anos começou a limpar a Judá e a Jerusalém dos altos, bosques, esculturas, e imagens de fundição.
4 ପୁଣି, ଲୋକମାନେ ତାଙ୍କ ସାକ୍ଷାତରେ ବାଲ୍‍ ଦେବଗଣର ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ, ଆଉ ସେ ତହିଁ ଉପରେ ସ୍ଥାପିତ ସୂର୍ଯ୍ୟ-ପ୍ରତିମାସବୁ କାଟି ପକାଇଲେ ଓ ଆଶେରା ମୂର୍ତ୍ତି, ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମାସବୁ ଭାଙ୍ଗି ଚୂର୍ଣ୍ଣ କରି ସେସବୁର ଉଦ୍ଦେଶ୍ୟରେ ବଳିଦାନକାରୀ ଲୋକମାନଙ୍କ କବର ଉପରେ ତାହା ବିଞ୍ଚିଲେ।
E derrubaram diante dele os altares dos baalins, e fez pedaços as imagens do sol, que estavam postas encima; despedaçou também os bosques, e as esculturas e estátuas de fundição, e esmigalhou-as, e dispersou o pó sobre os sepulcros dos que a elas haviam sacrificado.
5 ଆଉ, ସେମାନଙ୍କ ଯଜ୍ଞବେଦି ଉପରେ ଯାଜକମାନଙ୍କ ଅସ୍ଥି ଦଗ୍ଧ କରି ଯିହୁଦା ଓ ଯିରୂଶାଲମକୁ ଶୁଚି କଲେ।
Queimou ademais os ossos dos sacerdotes sobre seus altares, e limpou a Judá e a Jerusalém.
6 ସେ ମନଃଶି ଓ ଇଫ୍ରୟିମ ଓ ଶିମୀୟୋନର ନଗରସମୂହରେ ନପ୍ତାଲି ପର୍ଯ୍ୟନ୍ତ କାନ୍ଥଡ଼ାର ଚତୁର୍ଦ୍ଦିଗରେ ଏହି ପ୍ରକାର କଲେ।
O mesmo fez nas cidades de Manassés, Efraim, e Simeão, até em Naftali, com seus lugares assolados ao redor.
7 ଆଉ, ସେ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତି ଓ ଖୋଦିତ ପ୍ରତିମାସବୁ ଚୂର୍ଣ୍ଣ କଲେ ଓ ଇସ୍ରାଏଲ ଦେଶର ସର୍ବତ୍ର ସୂର୍ଯ୍ୟ-ପ୍ରତିମାସବୁ କାଟି ପକାଇ ଯିରୂଶାଲମକୁ ଫେରି ଆସିଲେ।
E quando havia derrubado os altares e os bosques, e quebrado e esmigalhado as esculturas, e destruído todos os ídolos por toda a terra de Israel, voltou-se a Jerusalém.
8 ଏଥିଉତ୍ତାରେ ସେ ଆପଣା ରାଜତ୍ଵର ଅଠର ବର୍ଷରେ ଦେଶ ଓ ଗୃହ ଶୁଚି କଲା ଉତ୍ତାରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଗୃହର ମରାମତି ନିମନ୍ତେ ଅତ୍‍ସଲୀୟର ପୁତ୍ର ଶାଫନ୍‍କୁ ଓ ନଗରାଧ୍ୟକ୍ଷ ମାସେୟକୁ ଓ ଯୋୟାହସର ପୁତ୍ର ଯୋୟାହ ଇତିହାସ ଲେଖକକୁ ପଠାଇଲେ।
Aos dezoito anos de seu reinado, depois de haver limpado a terra, e a casa, enviou a Safã filho de Azalias, e a Maaseias governador da cidade, e a Joá filho de Jeoacaz, chanceler, para que reparassem a casa do SENHOR seu Deus.
9 ତହୁଁ ସେମାନେ ହିଲ୍‍କୀୟ ମହାଯାଜକ ନିକଟକୁ ଆସି ଲେବୀୟ ଦ୍ୱାରପାଳମାନଙ୍କ ଦ୍ୱାରା ମନଃଶି ଓ ଇଫ୍ରୟିମ ଓ ସମଗ୍ର ଇସ୍ରାଏଲର ଅବଶିଷ୍ଟାଂଶ, ପୁଣି ସମଗ୍ର ଯିହୁଦା ଓ ବିନ୍ୟାମୀନ୍ ଓ ଯିରୂଶାଲମ ନିବାସୀମାନଙ୍କ ହସ୍ତରୁ ସଂଗୃହୀତ ପରମେଶ୍ୱରଙ୍କ ଗୃହକୁ ଆନୀତ ସକଳ ମୁଦ୍ରା ତାହା ନିକଟରେ ସମର୍ପଣ କଲେ।
Os quais vieram a Hilquias, grande sacerdote, e deram o dinheiro que havia sido posto na casa do SENHOR, que os levitas que guardavam a porta haviam recolhido da mão de Manassés e de Efraim e de todas as restantes de Israel, e de todo Judá e Benjamim, havendo depois voltado a Jerusalém.
10 ଆଉ, ସେମାନେ ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କର୍ମକାରୀମାନଙ୍କ ହସ୍ତରେ ତାହା ସମର୍ପି ଦେଲେ; ପୁଣି ସଦାପ୍ରଭୁଙ୍କ ଗୃହର କର୍ମକାରୀମାନେ ସେହି ଗୃହର ଜୀର୍ଣ୍ଣସଂସ୍କାର ଓ ପୁନଃନିର୍ମାଣ ନିମନ୍ତେ ତାହା ଦେଲେ;
E entregaram-no em mão dos que faziam a obra, que eram capatazes na casa do SENHOR; os quais o davam aos que faziam a obra e trabalhavam na casa do SENHOR, para reparar e restaurar o templo.
11 ଅର୍ଥାତ୍‍, ଯିହୁଦା-ରାଜାଗଣ ଯେସକଳ ଗୃହ ବିନାଶ କରିଥିଲେ, ତହିଁ ନିମନ୍ତେ ଖୋଦିତ ପ୍ରସ୍ତର ଓ ବରଗା ଓ କଡ଼ିକାଠ କିଣିବା ପାଇଁ ତାହା ସୂତ୍ରଧର ଓ ଗାନ୍ଥକମାନଙ୍କୁ ଦେଲେ।
Davam também aos oficiais e pedreiros para que comprassem pedra lavrada, e madeira para as juntas, e para cobertura das casas, as quais haviam destruído os reis de Judá.
12 ଆଉ, ଲୋକମାନେ ବିଶ୍ୱସ୍ତ ରୂପେ କାର୍ଯ୍ୟ କଲେ; ମରାରି-ସନ୍ତାନଗଣ ମଧ୍ୟରୁ ଯହତ୍‍ ଓ ଓବଦୀୟ, ଏହି ଲେବୀୟମାନେ ସେମାନଙ୍କର ତତ୍ତ୍ୱାବଧାରକ ଥିଲେ; ପୁଣି, କହାତ-ସନ୍ତାନଗଣର ମଧ୍ୟରୁ ଜିଖରୀୟ ଓ ମଶୁଲ୍ଲମ୍‍ ଓ ଅନ୍ୟ ଲେବୀୟମାନେ, ଅର୍ଥାତ୍‍, ବାଦ୍ୟ ବଜାଇବାକୁ ନିପୁଣ ସମସ୍ତ ଲୋକ କର୍ମ ଚଳାଇବାକୁ ନିଯୁକ୍ତ ଥିଲେ।
E estes homens procediam com fidelidade na obra: e eram seus governadores Jaate e Obadias, levitas dos filhos de Merari; e Zacarias e Mesulão dos filhos de Coate, para que ativassem a obra; e dos levitas, todos os entendidos em instrumentos musicais.
13 ଆହୁରି, ସେମାନେ ଭାରବାହକମାନଙ୍କର ତତ୍ତ୍ୱାବଧାରକ ଓ କର୍ମ ଚଳାଇବା ପାଇଁ ସର୍ବପ୍ରକାର ସେବାକାର୍ଯ୍ୟକାରୀମାନଙ୍କ ଉପରେ ନିଯୁକ୍ତ ଥିଲେ; ପୁଣି, ଲେବୀୟମାନଙ୍କ ମଧ୍ୟରୁ ଲେଖକ, କାର୍ଯ୍ୟଶାସକ ଓ ଦ୍ୱାରପାଳ ଥିଲେ।
Também supervisionavam sobre os operários, e eram capatazes dos que se ocupavam em qualquer classe de obra; e dos levitas havia escribas, governadores, e porteiros.
14 ପୁଣି, ସେମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରା ବାହାର କରି ଆଣିଲା ବେଳେ ହିଲ୍‍କୀୟ ଯାଜକ ମୋଶାଙ୍କ ଦ୍ୱାରା ଦତ୍ତ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ପାଇଲା।
E ao tirar o dinheiro que havia sido posto na casa do SENHOR, Hilquias o sacerdote achou o livro da lei do SENHOR dada por meio de Moisés.
15 ତହିଁରେ ହିଲ୍‍କୀୟ ଶାଫନ୍‍ ଲେଖକକୁ ଉତ୍ତର କରି କହିଲା, “ମୁଁ ସଦାପ୍ରଭୁଙ୍କ ଗୃହରେ ବ୍ୟବସ୍ଥା-ପୁସ୍ତକ ପାଇଅଛି।” ପୁଣି ହିଲ୍‍କୀୟ ଶାଫନ୍‍କୁ ସେହି ପୁସ୍ତକ ଦେଲା।
E dando conta Hilquias, disse a Safã escriba: Eu ei achado o livro da lei na casa do SENHOR. E deu Hilquias o livro a Safã.
16 ଆଉ, ଶାଫନ୍‍ ରାଜାଙ୍କ ନିକଟକୁ ସେହି ପୁସ୍ତକ ନେଇଗଲା, ଆହୁରି ରାଜାଙ୍କ ନିକଟକୁ ପୁନର୍ବାର ସମ୍ବାଦ ନେଇ କହିଲା, “ଆପଣଙ୍କ ଦାସମାନଙ୍କ ପ୍ରତି ଅର୍ପିତ ସମସ୍ତ କାର୍ଯ୍ୟ ସେମାନେ କରୁଅଛନ୍ତି।
E Safã o levou ao rei, e contou-lhe o negócio, dizendo: Teus servos cumpriram tudo o que lhes foi encarregado.
17 ପୁଣି, ସେମାନେ ସଦାପ୍ରଭୁଙ୍କ ଗୃହରେ ଥିବା ମୁଦ୍ରା କାଢ଼ିନେଇ ତତ୍ତ୍ୱାବଧାରକମାନଙ୍କ ହସ୍ତରେ ଓ କର୍ମକାରୀମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”
Reuniram o dinheiro que se achou na casa do SENHOR, e o entregaram em mão dos comissionados, e em mão dos que fazem a obra.
18 ଆହୁରି, ଶାଫନ୍‍ ଲେଖକ ରାଜାଙ୍କୁ ଜଣାଇ କହିଲା, ହିଲ୍‍କୀୟ ଯାଜକ ଆମ୍ଭକୁ ଖଣ୍ଡେ ପୁସ୍ତକ ଦେଇଅଛନ୍ତି ଆଉ, ଶାଫନ୍‍ ରାଜାଙ୍କ ସାକ୍ଷାତରେ ତହିଁରୁ ପାଠ କଲା।
A mais disto, declarou Safã escriba ao rei, dizendo: O sacerdote Hilquias me deu um livro. E leu Safã nele diante do rei.
19 ଏଥିରେ ରାଜା ସେହି ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ।
E logo que o rei ouviu as palavras da lei, rasgou suas vestes;
20 ପୁଣି, ରାଜା ହିଲ୍‍କୀୟକୁ ଓ ଶାଫନ୍‍ର ପୁତ୍ର ଅହୀକାମକୁ ଓ ମୀଖାର ପୁତ୍ର ଅବ୍‍ଦୋନ୍‍କୁ ଓ ଶାଫନ୍‍ ଲେଖକକୁ ଓ ରାଜାର ଦାସ ଅସାୟକୁ ଆଜ୍ଞା କରି କହିଲେ,
E mandou a Hilquias e a Aicã filho de Safã, e a Abdom filho de Mica, e a Safã escriba, e a Asaías servo do rei, dizendo:
21 “ତୁମ୍ଭେମାନେ ଯାଇ ମୋʼ ନିମନ୍ତେ, ପୁଣି ଇସ୍ରାଏଲ ଓ ଯିହୁଦା ମଧ୍ୟରେ ଅବଶିଷ୍ଟ ଲୋକଙ୍କ ନିମନ୍ତେ ଏହି ପ୍ରାପ୍ତ ପୁସ୍ତକର ବାକ୍ୟ ବିଷୟରେ ସଦାପ୍ରଭୁଙ୍କୁ ପଚାର; କାରଣ ଆମ୍ଭମାନଙ୍କ ପିତୃଲୋକମାନେ ଏହି ପୁସ୍ତକର ସକଳ ଲିଖନାନୁସାରେ କର୍ମ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟ ପାଳନ ନ କରିବାରୁ ଆମ୍ଭମାନଙ୍କ ଉପରେ ସଦାପ୍ରଭୁଙ୍କର ମହାକୋପ ବର୍ଷିଅଛି।”
Andai, e consultai ao SENHOR de mim, e dos restantes de Israel e de Judá, acerca das palavras do livro que se achou; porque grande é o furor do SENHOR que há caído sobre nós, porquanto nossos pais não guardaram a palavra do SENHOR, para fazer conforme tudo o que está escrito neste livro.
22 ତହିଁରେ ହିଲ୍‍କୀୟ ଓ ରାଜାଜ୍ଞାପ୍ରାପ୍ତ ଲୋକମାନେ ହସ୍ରର ପୌତ୍ର ତୋଖତର ପୁତ୍ର ଶଲ୍ଲୁମ୍‍ ନାମକ ବସ୍ତ୍ରାଗାରରକ୍ଷକର ଭାର୍ଯ୍ୟା ହୁଲ୍‍ଦା ଭବିଷ୍ୟଦ୍‍ବକ୍ତ୍ରୀ ନିକଟକୁ ଗଲେ; ସେ ଯିରୂଶାଲମର ଦ୍ୱିତୀୟ ବିଭାଗରେ ବାସ କରୁଥିଲା, ପୁଣି ସେମାନେ ତାହାକୁ ସେହି ଭାବର କଥା କହିଲେ।
Então Hilquias e os do rei foram a Hulda profetisa, mulher de Salum, filho de Tocate, filho de Harás, guarda das vestimentas, a qual morava em Jerusalém na segunda parte [da cidade] e disseram-lhe as palavras ditas.
23 ତହିଁରେ ସେ ସେମାନଙ୍କୁ ଉତ୍ତର କଲା, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯେଉଁ ଲୋକ ତୁମ୍ଭମାନଙ୍କୁ ଆମ୍ଭ କତିକି ପଠାଇଲା, ତାହାକୁ କୁହ,
E ela respondeu: o SENHOR o Deus de Israel disse assim: Dizei ao homem que vos enviou a mim, que assim disse o SENHOR:
24 ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ସେମାନେ ଯିହୁଦାର ରାଜା ସାକ୍ଷାତରେ ଯେଉଁ ପୁସ୍ତକ ପାଠ କରିଅଛନ୍ତି, ତହିଁରେ ଲିଖିତ ସକଳ ଅଭିଶାପ ଘଟାଇବା।
Eis que eu trago mal sobre este lugar, e sobre os moradores dele, e todas as maldições que estão escritas no livro que leram diante do rei de Judá:
25 କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସକଳ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି; ଏହେତୁ ଏହି ସ୍ଥାନ ଉପରେ ଆମ୍ଭର କୋପାନଳ ବର୍ଷିଅଛି ଓ ତାହା ନିର୍ବାଣ ନୋହିବ।
Por quanto me deixaram, e sacrificaram a deuses alheios, provocando-me à ira em todas as obras de suas mãos; portanto meu furor destilará sobre este lugar, e não se apagará.
26 ମାତ୍ର ସଦାପ୍ରଭୁଙ୍କୁ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଲା ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ କହିବ, ତୁମ୍ଭର ଶୁଣିବା ବାକ୍ୟ ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;
Mas ao rei de Judá, que vos enviou a consultar ao SENHOR, assim lhe direis: o SENHOR o Deus de Israel disse assim: Porquanto ouviste as palavras do livro,
27 ଏହି ସ୍ଥାନ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଉକ୍ତ ପରମେଶ୍ୱରଙ୍କ ବାକ୍ୟ ଶୁଣିବାମାତ୍ରେ ତୁମ୍ଭର ଅନ୍ତଃକରଣ କୋମଳ ହେଲା ଓ ତୁମ୍ଭେ ତାହାଙ୍କ ସାକ୍ଷାତରେ ଆପଣାକୁ ନମ୍ର କଲ; ଏଣୁ ତୁମ୍ଭେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବାରୁ ଓ ଆପଣା ବସ୍ତ୍ର ଚିରି ଆମ୍ଭ ସାକ୍ଷାତରେ ରୋଦନ କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ।
E teu coração se enterneceu, e te humilhaste diante de Deus ao ouvir suas palavras sobre este lugar, e sobre seus moradores, e te humilhaste diante de mim, e rasgaste tuas vestes, e choraste em minha presença, eu também te ei ouvido, diz o SENHOR.
28 ଦେଖ, ଆମ୍ଭେ ତୁମ୍ଭର ପିତୃଲୋକମାନଙ୍କ ନିକଟରେ ତୁମ୍ଭକୁ ସଂଗ୍ରହ କରିବା, ଆଉ ତୁମ୍ଭେ ଶାନ୍ତିରେ ଆପଣା କବରରେ ସଂଗୃହୀତ ହେବ, ପୁଣି ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଯେଉଁ ଯେଉଁ ଅମଙ୍ଗଳ ଘଟାଇବା, ତାହାସବୁ ତୁମ୍ଭର ଚକ୍ଷୁ ଦେଖିବ ନାହିଁ।’” ଏଥିଉତ୍ତାରେ ସେମାନେ ପୁନର୍ବାର ରାଜା ନିକଟକୁ ସମାଚାର ଆଣିଲେ।
Eis que eu te recolherei com teus pais, e serás recolhido em teus sepulcros em paz, e teus olhos não verão todo o mal que eu trago sobre este lugar, e sobre os moradores dele. E eles referiram ao rei a resposta.
29 ଏଥିଉତ୍ତାରେ ରାଜା ଲୋକ ପଠାଇ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରାଚୀନବର୍ଗଙ୍କୁ ଏକତ୍ର କଲେ।
Então o rei enviou e juntou todos os anciãos de Judá e de Jerusalém.
30 ପୁଣି, ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ଯିହୁଦାର ସମସ୍ତ ଲୋକ ଓ ଯିରୂଶାଲମ ନିବାସୀମାନେ ଓ ଯାଜକମାନେ ଓ ଲେବୀୟମାନେ ଓ ବଡ଼ ସାନ ସମସ୍ତ ଲୋକ ଗମନ କଲେ; ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ-ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ।
E subiu o rei à casa do SENHOR, e com ele todos os homens de Judá, e os moradores de Jerusalém, e os sacerdotes, e os levitas, e todo o povo desde o maior até o menor; e leu a ouvidos deles todas as palavras do livro do pacto que havia sido achado na casa do SENHOR.
31 ପୁଣି, ରାଜା ଆପଣା ସ୍ଥାନରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଆଜ୍ଞା ଓ ସାକ୍ଷ୍ୟ କଥା ଓ ବିଧି ପାଳନ କରି ଏହି ପୁସ୍ତକ-ଲିଖିତ ନିୟମ-ବାକ୍ୟ ସଫଳ କରିବାକୁ ସଦାପ୍ରଭୁଙ୍କ ସାକ୍ଷାତରେ ନିୟମ କଲେ।
E estando o rei em pé em seu lugar, fez aliança diante do SENHOR de caminhar após o SENHOR, e de guardar seus mandamentos, seus testemunhos, e seus estatutos, de todo seu coração e de toda sua alma, praticando as palavras do pacto que estavam escritas naquele livro.
32 ଆଉ, ଯିରୂଶାଲମର ଓ ବିନ୍ୟାମୀନ୍‍ର ଯେତେ ଲୋକ ବିଦ୍ୟମାନ ଥିଲେ, ସେ ସମସ୍ତଙ୍କୁ ସେହି ନିୟମରେ ସେ ସମ୍ମତ କରାଇଲେ। ତହିଁରେ ଯିରୂଶାଲମ ନିବାସୀମାନେ ପରମେଶ୍ୱରଙ୍କର, ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ନିୟମାନୁସାରେ କର୍ମ କଲେ।
E fez que se obrigassem a ele todos os que estavam em Jerusalém e em Benjamim: e os moradores de Jerusalém fizeram conforme ao pacto de Deus, do Deus de seus pais.
33 ପୁଣି, ଯୋଶୀୟ ଇସ୍ରାଏଲ-ସନ୍ତାନଗଣର ଅଧିକୃତ ସମସ୍ତ ଦେଶରୁ ଘୃଣାଯୋଗ୍ୟ ସକଳ ବିଷୟ ଦୂର କଲେ ଓ ଇସ୍ରାଏଲ ମଧ୍ୟରେ ବିଦ୍ୟମାନ ସମସ୍ତ ଲୋକଙ୍କୁ ସେବା, ଅର୍ଥାତ୍‍, ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ସେବା କରାଇଲେ। ସେମାନେ ତାଙ୍କର ଜୀବନଯାଏ ସଦାପ୍ରଭୁ ସେମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଅନୁଗମନରୁ କ୍ଷାନ୍ତ ନୋହିଲେ।
E tirou Josias todas as abominações de todas as terras dos filhos de Israel, e fez a todos os que se acharam em Israel servirem ao SENHOR seu Deus. Não se desviaram de seguir o SENHOR o Deus de seus pais, todo o tempo que ele viveu.

< ଦ୍ବିତୀୟ ବଂଶାବଳୀ 34 >