< ଦ୍ବିତୀୟ ବଂଶାବଳୀ 36 >

1 ଏଥିଉତ୍ତାରେ ଦେଶର ଲୋକମାନେ ଯୋଶୀୟଙ୍କର ପୁତ୍ର ଯିହୋୟାହସ୍‌ଙ୍କୁ ନେଇ ତାଙ୍କର ପିତାଙ୍କ ପଦରେ ତାଙ୍କୁ ଯିରୂଶାଲମରେ ରାଜା କଲେ।
tulit ergo populus terrae Ioachaz filium Iosiae et constituit regem pro patre suo in Hierusalem
2 ଯିହୋୟାହସ୍‌ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ତେଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ।
viginti trium annorum erat Ioachaz cum regnare coepisset et tribus mensibus regnavit in Hierusalem
3 ଏଥିଉତ୍ତାରେ ମିସରର ରାଜା ଯିରୂଶାଲମରେ ତାଙ୍କୁ ପଦଚ୍ୟୁତ କରି ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା ଅର୍ଥଦଣ୍ଡ ନିର୍ଦ୍ଧାରଣ କଲା।
amovit autem eum rex Aegypti cum venisset Hierusalem et condemnavit terram centum talentis argenti et talento auri
4 ଆହୁରି, ମିସରର ରାଜା ତାଙ୍କର ଭ୍ରାତା ଇଲିୟାକୀମ୍‍ଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍‍ ରଖିଲା, ପୁଣି ନଖୋ ତାଙ୍କର ଭ୍ରାତା ଯିହୋୟାହସ୍‌ଙ୍କୁ ଧରି ମିସରକୁ ନେଇଗଲା।
constituitque regem pro eo Eliacim fratrem eius super Iudam et Hierusalem et vertit nomen eius Ioacim ipsum vero Ioachaz tulit secum et adduxit in Aegyptum
5 ଯିହୋୟାକୀମ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କଲେ।
viginti quinque annorum erat Ioacim cum regnare coepisset et undecim annis regnavit in Hierusalem fecitque malum coram Domino Deo suo
6 ତାଙ୍କ ବିରୁଦ୍ଧରେ ବାବିଲର ରାଜା ନବୂଖଦ୍‍ନିତ୍ସର ଆସି ବାବିଲକୁ ନେଇଯିବା ନିମନ୍ତେ ତାଙ୍କୁ ଶିକୁଳିରେ ବାନ୍ଧିଲା।
contra hunc ascendit Nabuchodonosor rex Chaldeorum et vinctum catenis duxit in Babylonem
7 ନବୂଖଦ୍‍ନିତ୍ସର ମଧ୍ୟ ସଦାପ୍ରଭୁଙ୍କ ଗୃହର କେତେକ ପାତ୍ର ବାବିଲକୁ ନେଇଯାଇ ବାବିଲସ୍ଥିତ ଆପଣା ମନ୍ଦିରରେ ରଖିଲା।
ad quam et vasa Domini transtulit et posuit ea in templo suo
8 ଏହି ଯିହୋୟାକୀମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କୃତ ଓ ତାଙ୍କ ମଧ୍ୟରେ ପ୍ରାପ୍ତ ଘୃଣାଯୋଗ୍ୟ କ୍ରିୟାସକଳ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି; ଏଉତ୍ତାରେ ତାଙ୍କର ପୁତ୍ର ଯିହୋୟାଖୀନ୍‍ ତାଙ୍କର ପଦରେ ରାଜ୍ୟ କଲେ।
reliqua autem verborum Ioacim et abominationum eius quas operatus est et quae inventa sunt in eo continentur in libro regum Israhel et Iuda regnavitque Ioachin filius eius pro eo
9 ଯିହୋୟାଖୀନ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ଦଶ ଦିନ ରାଜ୍ୟ କଲେ; ଆଉ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
octo annorum erat Ioachin cum regnare coepisset et tribus mensibus ac decem diebus regnavit in Hierusalem fecitque malum in conspectu Domini
10 ପୁଣି, ବର୍ଷର ପରିବର୍ତ୍ତନ ସମୟରେ ନବୂଖଦ୍‍ନିତ୍ସର ରାଜା ଲୋକ ପଠାଇ ତାଙ୍କୁ ଓ ତାଙ୍କ ସଙ୍ଗେ ସଦାପ୍ରଭୁଙ୍କ ଗୃହର ମନୋହର ପାତ୍ରସବୁ ବାବିଲକୁ ଆଣିଲା ଓ ତାଙ୍କର ଭାଇ ସିଦିକୀୟଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା।
cumque anni circulus volveretur misit Nabuchodonosor rex qui et adduxerunt eum in Babylonem asportatis simul pretiosissimis vasis domus Domini regem vero constituit Sedeciam fratrem eius super Iudam et Hierusalem
11 ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ;
viginti et unius anni erat Sedecias cum regnare coepisset et undecim annis regnavit in Hierusalem
12 ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କଲେ; ସେ ସଦାପ୍ରଭୁଙ୍କ ମୁଖନିର୍ଗତ ବାକ୍ୟର ପ୍ରକାଶକ ଯିରିମୀୟ ଭବିଷ୍ୟଦ୍‍ବକ୍ତା ସମ୍ମୁଖରେ ଆପଣାକୁ ନମ୍ର କଲେ ନାହିଁ।
fecitque malum in oculis Domini Dei sui nec erubuit faciem Hieremiae prophetae loquentis ad se ex ore Domini
13 ମଧ୍ୟ ଯେଉଁ ନବୂଖଦ୍‍ନିତ୍ସର ରାଜା ତାଙ୍କୁ ପରମେଶ୍ୱରଙ୍କ ନାମରେ ଶପଥ କରାଇଥିଲା, ସେ ତାହାର ବିଦ୍ରୋହୀ ହେଲେ; ଆଉ ସେ ଆପଣା ଗ୍ରୀବା ଶକ୍ତ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରିବାକୁ ଆପଣା ହୃଦୟ କଠିନ କଲେ।
a rege quoque Nabuchodonosor recessit qui adiuraverat eum per Deum et induravit cervicem suam et cor ut non reverteretur ad Dominum Deum Israhel
14 ଆହୁରି, ଯାଜକମାନଙ୍କର ପ୍ରଧାନ ସମସ୍ତେ ଓ ଲୋକମାନେ ଅନ୍ୟ ଦେଶୀୟମାନଙ୍କ ସକଳ ଘୃଣାଯୋଗ୍ୟ କ୍ରିୟାନୁସାରେ ଅତିଶୟ ଅପରାଧ କଲେ; ପୁଣି, ସଦାପ୍ରଭୁ ଯିରୂଶାଲମରେ ଯେଉଁ ଗୃହ ପବିତ୍ର କରିଥିଲେ, ତାହାଙ୍କର ସେହି ଗୃହ ଅଶୁଚି କଲେ।
sed et universi principes sacerdotum et populus praevaricati sunt inique iuxta universas abominationes gentium et polluerunt domum Domini quam sanctificaverat sibi in Hierusalem
15 ତଥାପି ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ଆପଣା ଦୂତଗଣ ଦ୍ୱାରା ସେମାନଙ୍କ ନିକଟକୁ କହି ପଠାଇଲେ, ସେ ଆପଣା ଲୋକମାନଙ୍କ ପ୍ରତି ଓ ଆପଣା ନିବାସ ସ୍ଥାନ ପ୍ରତି ଦୟା ବହିବାରୁ ପ୍ରତ୍ୟୁଷରେ ଉଠି ପଠାଇଲେ;
mittebat autem Dominus Deus patrum suorum ad illos per manum nuntiorum suorum de nocte consurgens et cotidie commonens eo quod parceret populo et habitaculo suo
16 ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍‍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।
at illi subsannabant nuntios Dei et parvipendebant sermones eius inludebantque prophetis donec ascenderet furor Domini in populum eius et esset nulla curatio
17 ଏନିମନ୍ତେ ସେ କଲ୍‍ଦୀୟମାନଙ୍କ ରାଜାକୁ ସେମାନଙ୍କ ପ୍ରତିକୂଳରେ ଆଣନ୍ତେ, ସେ ସେମାନଙ୍କ ଯୁବାମାନଙ୍କୁ ସେମାନଙ୍କ ଧର୍ମଧାମରେ ଖଡ୍ଗ ଦ୍ୱାରା ବଧ କଲା, ପୁଣି ଯୁବା କି ଯୁବତୀ, ବୃଦ୍ଧ କି ଜରାଜୀର୍ଣ୍ଣ, କାହାରିକୁ ଦୟା କଲା ନାହିଁ; ପରମେଶ୍ୱର ତାହା ହସ୍ତରେ ସମସ୍ତଙ୍କୁ ସମର୍ପି ଦେଲେ।
adduxit enim super eos regem Chaldeorum et interfecit iuvenes eorum gladio in domo sanctuarii sui non est misertus adulescentis et virginis et senis nec decrepiti quidem sed omnes tradidit manibus eius
18 ଆଉ, ପରମେଶ୍ୱରଙ୍କ ଗୃହର ବଡ଼ ସାନ ସମସ୍ତ ପାତ୍ର ଓ ସଦାପ୍ରଭୁଙ୍କ ଗୃହର ଧନ, ପୁଣି ରାଜାଙ୍କର ଓ ତାଙ୍କ ଅଧିପତିମାନଙ୍କ ଧନ, ଏହିସବୁ ବାବିଲକୁ ନେଇଗଲା।
universaque vasa domus Domini tam maiora quam minora et thesauros templi et regis et principum transtulit in Babylonem
19 ପୁଣି, ସେମାନେ ପରମେଶ୍ୱରଙ୍କ ଗୃହ ଦଗ୍ଧ କଲେ ଓ ଯିରୂଶାଲମର ପ୍ରାଚୀର ଭଗ୍ନ କଲେ ଓ ତହିଁର ଅଟ୍ଟାଳିକାସବୁ ଅଗ୍ନିରେ ଦଗ୍ଧ କରି ସେଠାରେ ଥିବା ମନୋହର ପାତ୍ରସବୁ ବିନାଶ କଲେ।
incenderunt hostes domum Dei destruxerunt murum Hierusalem universas turres conbuserunt et quicquid pretiosum fuerat demoliti sunt
20 ପୁଣି, ସେ ଖଡ୍ଗରୁ ବଞ୍ଚିବା ଲୋକମାନଙ୍କୁ ବାବିଲକୁ ନେଇଗଲା; ତହିଁରେ ପାରସିକ ରାଜ୍ୟ ସ୍ଥାପନ ପର୍ଯ୍ୟନ୍ତ ସେମାନେ ତାହାର ଓ ତାହାର ସନ୍ତାନଗଣର ଦାସ ହୋଇ ରହିଲେ;
si quis evaserat gladium ductus in Babylonem servivit regi et filiis eius donec imperaret rex Persarum
21 ଦେଶ ଆପଣାର ନାନା ବିଶ୍ରାମ ଭୋଗ କରିବା ପର୍ଯ୍ୟନ୍ତ ଯିରିମୀୟର ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳ ହେବା ନିମନ୍ତେ ଏହା ଘଟିଲା; କାରଣ ସତୁରି ବର୍ଷ ପୂର୍ଣ୍ଣକରଣାର୍ଥେ ଦେଶ ଉଚ୍ଛିନ୍ନ ଅବସ୍ଥାରେ ଥିବା ପର୍ଯ୍ୟନ୍ତ ବିଶ୍ରାମ ପାଳନ କଲା।
et conpleretur sermo Domini ex ore Hieremiae et celebraret terra sabbata sua cunctis enim diebus desolationis egit sabbatum usque dum conplerentur septuaginta anni
22 ଯିରିମୀୟଙ୍କ ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳାର୍ଥେ ପାରସ୍ୟର ରାଜା କୋରସ୍‍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ସଦାପ୍ରଭୁ ପାରସ୍ୟର ରାଜା କୋରସ୍‍ର ମନରେ ପ୍ରବୃତ୍ତି ଜନ୍ମାନ୍ତେ, ସେ ଆପଣା ରାଜ୍ୟର ସର୍ବତ୍ର ଘୋଷଣା କରାଇ, ମଧ୍ୟ ଲେଖାଇ ଏହି କଥା ପ୍ରଚାର କରାଇଲା,
anno autem primo Cyri regis Persarum ad explendum sermonem Domini quem locutus fuerat per os Hieremiae suscitavit Dominus spiritum Cyri regis Persarum qui iussit praedicari in universo regno suo etiam per scripturam dicens
23 “ପାରସ୍ୟର ରାଜା କୋରସ୍‍ ଏହା କହନ୍ତି, ‘ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ, ଆମ୍ଭକୁ ଆଜ୍ଞା କରିଅଛନ୍ତି। ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ସଦାପ୍ରଭୁ ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯାତ୍ରା କରୁ।’”
haec dicit Cyrus rex Persarum omnia regna terrae dedit mihi Dominus Deus caeli et ipse praecepit mihi ut aedificarem ei domum in Hierusalem quae est in Iudaea quis ex vobis est in omni populo eius sit Dominus Deus suus cum eo et ascendat

< ଦ୍ବିତୀୟ ବଂଶାବଳୀ 36 >