< ଦ୍ବିତୀୟ ବଂଶାବଳୀ 36 >
1 ଏଥିଉତ୍ତାରେ ଦେଶର ଲୋକମାନେ ଯୋଶୀୟଙ୍କର ପୁତ୍ର ଯିହୋୟାହସ୍ଙ୍କୁ ନେଇ ତାଙ୍କର ପିତାଙ୍କ ପଦରେ ତାଙ୍କୁ ଯିରୂଶାଲମରେ ରାଜା କଲେ।
Тада узе народ земаљски Јоахаза, сина Јосијиног, и зацарише га место оца његовог у Јерусалиму.
2 ଯିହୋୟାହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ତେଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ।
Двадесет и три године имаше Јоахаз кад поче царовати, и царова три месеца у Јерусалиму.
3 ଏଥିଉତ୍ତାରେ ମିସରର ରାଜା ଯିରୂଶାଲମରେ ତାଙ୍କୁ ପଦଚ୍ୟୁତ କରି ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା ଅର୍ଥଦଣ୍ଡ ନିର୍ଦ୍ଧାରଣ କଲା।
Јер га сврже цар мисирски у Јерусалиму и оглоби земљу сто таланата сребра и таланата злата.
4 ଆହୁରି, ମିସରର ରାଜା ତାଙ୍କର ଭ୍ରାତା ଇଲିୟାକୀମ୍ଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍ ରଖିଲା, ପୁଣି ନଖୋ ତାଙ୍କର ଭ୍ରାତା ଯିହୋୟାହସ୍ଙ୍କୁ ଧରି ମିସରକୁ ନେଇଗଲା।
И постави цар мисирски Елијакима брата његовог царем над Јудом и Јерусалимом, и пре му беше име Јоаким; а Јоахаза брата његовог узе Нехаон и одведе га у Мисир.
5 ଯିହୋୟାକୀମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କଲେ।
Двадесет и пет година беше Јоакиму кад поче царовати, и царова једанаест година у Јерусалиму; и чињаше зло пред Господом Богом својим.
6 ତାଙ୍କ ବିରୁଦ୍ଧରେ ବାବିଲର ରାଜା ନବୂଖଦ୍ନିତ୍ସର ଆସି ବାବିଲକୁ ନେଇଯିବା ନିମନ୍ତେ ତାଙ୍କୁ ଶିକୁଳିରେ ବାନ୍ଧିଲା।
И дође на њ Навуходоносор цар вавилонски, и свеза га у двоје вериге бронзане и одведе га у Вавилон.
7 ନବୂଖଦ୍ନିତ୍ସର ମଧ୍ୟ ସଦାପ୍ରଭୁଙ୍କ ଗୃହର କେତେକ ପାତ୍ର ବାବିଲକୁ ନେଇଯାଇ ବାବିଲସ୍ଥିତ ଆପଣା ମନ୍ଦିରରେ ରଖିଲା।
И судове дома Господњег однесе Навуходоносор у Вавилон, и метну их у цркву своју у Вавилону.
8 ଏହି ଯିହୋୟାକୀମ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କୃତ ଓ ତାଙ୍କ ମଧ୍ୟରେ ପ୍ରାପ୍ତ ଘୃଣାଯୋଗ୍ୟ କ୍ରିୟାସକଳ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି; ଏଉତ୍ତାରେ ତାଙ୍କର ପୁତ୍ର ଯିହୋୟାଖୀନ୍ ତାଙ୍କର ପଦରେ ରାଜ୍ୟ କଲେ।
А остала дела Јоакимова и гадове које је чинио, и шта се на њему нађе, ето, то је записано у књизи о царевима Израиљевим и Јудиним; и зацари се на његово место Јоахин син његов.
9 ଯିହୋୟାଖୀନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ଦଶ ଦିନ ରାଜ୍ୟ କଲେ; ଆଉ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
Беше Јоахину осам година кад поче царовати, и царова три месеца и десет дана у Јерусалиму; и чињаше што је зло пред Господом.
10 ପୁଣି, ବର୍ଷର ପରିବର୍ତ୍ତନ ସମୟରେ ନବୂଖଦ୍ନିତ୍ସର ରାଜା ଲୋକ ପଠାଇ ତାଙ୍କୁ ଓ ତାଙ୍କ ସଙ୍ଗେ ସଦାପ୍ରଭୁଙ୍କ ଗୃହର ମନୋହର ପାତ୍ରସବୁ ବାବିଲକୁ ଆଣିଲା ଓ ତାଙ୍କର ଭାଇ ସିଦିକୀୟଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା।
И кад прође она година, посла цар Навуходоносор, те га однесоше у Вавилон са закладама дома Господњег, а царем постави Седекију, брата његовог над Јудом и Јерусалимом.
11 ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ;
Двадесет и једна година беше Седекији кад поче царовати, и царова једанаест година у Јерусалиму.
12 ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କଲେ; ସେ ସଦାପ୍ରଭୁଙ୍କ ମୁଖନିର୍ଗତ ବାକ୍ୟର ପ୍ରକାଶକ ଯିରିମୀୟ ଭବିଷ୍ୟଦ୍ବକ୍ତା ସମ୍ମୁଖରେ ଆପଣାକୁ ନମ୍ର କଲେ ନାହିଁ।
И чињаше зло пред Господом Богом својим, и не покори се пред Јеремијом пророком, који му говораше из уста Господњих;
13 ମଧ୍ୟ ଯେଉଁ ନବୂଖଦ୍ନିତ୍ସର ରାଜା ତାଙ୍କୁ ପରମେଶ୍ୱରଙ୍କ ନାମରେ ଶପଥ କରାଇଥିଲା, ସେ ତାହାର ବିଦ୍ରୋହୀ ହେଲେ; ଆଉ ସେ ଆପଣା ଗ୍ରୀବା ଶକ୍ତ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରିବାକୁ ଆପଣା ହୃଦୟ କଠିନ କଲେ।
Него се још одврже од цара Навуходоносора, који га беше заклео Богом; и отврдну вратом својим и отврдну срцем својим да се не обрати ка Господу Богу Израиљевом.
14 ଆହୁରି, ଯାଜକମାନଙ୍କର ପ୍ରଧାନ ସମସ୍ତେ ଓ ଲୋକମାନେ ଅନ୍ୟ ଦେଶୀୟମାନଙ୍କ ସକଳ ଘୃଣାଯୋଗ୍ୟ କ୍ରିୟାନୁସାରେ ଅତିଶୟ ଅପରାଧ କଲେ; ପୁଣି, ସଦାପ୍ରଭୁ ଯିରୂଶାଲମରେ ଯେଉଁ ଗୃହ ପବିତ୍ର କରିଥିଲେ, ତାହାଙ୍କର ସେହି ଗୃହ ଅଶୁଚି କଲେ।
И сви главари између свештеника и народ грешаше веома много по свим гадним делима других народа, скврнећи дом Господњи, који беше осветио у Јерусалиму.
15 ତଥାପି ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ଆପଣା ଦୂତଗଣ ଦ୍ୱାରା ସେମାନଙ୍କ ନିକଟକୁ କହି ପଠାଇଲେ, ସେ ଆପଣା ଲୋକମାନଙ୍କ ପ୍ରତି ଓ ଆପଣା ନିବାସ ସ୍ଥାନ ପ୍ରତି ଦୟା ବହିବାରୁ ପ୍ରତ୍ୟୁଷରେ ଉଠି ପଠାଇଲେ;
И Господ Бог отаца њихових слаше к њима зарана једнако гласнике своје, јер му беше жао народа Његовог и стана Његовог.
16 ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।
А они се ругаху гласницима Божјим, и не мараху за речи Његове, и смејаху се пророцима Његовим, докле се не распали гнев Господњи на народ Његов, те не би лека.
17 ଏନିମନ୍ତେ ସେ କଲ୍ଦୀୟମାନଙ୍କ ରାଜାକୁ ସେମାନଙ୍କ ପ୍ରତିକୂଳରେ ଆଣନ୍ତେ, ସେ ସେମାନଙ୍କ ଯୁବାମାନଙ୍କୁ ସେମାନଙ୍କ ଧର୍ମଧାମରେ ଖଡ୍ଗ ଦ୍ୱାରା ବଧ କଲା, ପୁଣି ଯୁବା କି ଯୁବତୀ, ବୃଦ୍ଧ କି ଜରାଜୀର୍ଣ୍ଣ, କାହାରିକୁ ଦୟା କଲା ନାହିଁ; ପରମେଶ୍ୱର ତାହା ହସ୍ତରେ ସମସ୍ତଙ୍କୁ ସମର୍ପି ଦେଲେ।
И доведе на њих цара халдејског, који поби младиће њихове мачем у дому светиње њихове, и не пожали ни младића ни девојке, ни старца ни немоћна. Све му даде у руке.
18 ଆଉ, ପରମେଶ୍ୱରଙ୍କ ଗୃହର ବଡ଼ ସାନ ସମସ୍ତ ପାତ୍ର ଓ ସଦାପ୍ରଭୁଙ୍କ ଗୃହର ଧନ, ପୁଣି ରାଜାଙ୍କର ଓ ତାଙ୍କ ଅଧିପତିମାନଙ୍କ ଧନ, ଏହିସବୁ ବାବିଲକୁ ନେଇଗଲା।
И све судове дома Божјег, велике и мале, и благо дома Господњег и благо царево и кнезова његових, све однесе у Вавилон.
19 ପୁଣି, ସେମାନେ ପରମେଶ୍ୱରଙ୍କ ଗୃହ ଦଗ୍ଧ କଲେ ଓ ଯିରୂଶାଲମର ପ୍ରାଚୀର ଭଗ୍ନ କଲେ ଓ ତହିଁର ଅଟ୍ଟାଳିକାସବୁ ଅଗ୍ନିରେ ଦଗ୍ଧ କରି ସେଠାରେ ଥିବା ମନୋହର ପାତ୍ରସବୁ ବିନାଶ କଲେ।
И упалише дом Божји, и развалише зид јерусалимски, и све дворове у њему попалише огњем, и искварише све драгоцене закладе његове.
20 ପୁଣି, ସେ ଖଡ୍ଗରୁ ବଞ୍ଚିବା ଲୋକମାନଙ୍କୁ ବାବିଲକୁ ନେଇଗଲା; ତହିଁରେ ପାରସିକ ରାଜ୍ୟ ସ୍ଥାପନ ପର୍ଯ୍ୟନ୍ତ ସେମାନେ ତାହାର ଓ ତାହାର ସନ୍ତାନଗଣର ଦାସ ହୋଇ ରହିଲେ;
И шта их оста од мача, однесе у Вавилон и бише робови њему и синовима његовим, докле не наста царство персијско,
21 ଦେଶ ଆପଣାର ନାନା ବିଶ୍ରାମ ଭୋଗ କରିବା ପର୍ଯ୍ୟନ୍ତ ଯିରିମୀୟର ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳ ହେବା ନିମନ୍ତେ ଏହା ଘଟିଲା; କାରଣ ସତୁରି ବର୍ଷ ପୂର୍ଣ୍ଣକରଣାର୍ଥେ ଦେଶ ଉଚ୍ଛିନ୍ନ ଅବସ୍ଥାରେ ଥିବା ପର୍ଯ୍ୟନ୍ତ ବିଶ୍ରାମ ପାଳନ କଲା।
Да се испуни реч Господња коју рече устима Јеремијиним, докле се земља не издовољи суботама својим, јер почиваше све време докле беше пуста, докле се не наврши седамдесет година.
22 ଯିରିମୀୟଙ୍କ ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳାର୍ଥେ ପାରସ୍ୟର ରାଜା କୋରସ୍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ସଦାପ୍ରଭୁ ପାରସ୍ୟର ରାଜା କୋରସ୍ର ମନରେ ପ୍ରବୃତ୍ତି ଜନ୍ମାନ୍ତେ, ସେ ଆପଣା ରାଜ୍ୟର ସର୍ବତ୍ର ଘୋଷଣା କରାଇ, ମଧ୍ୟ ଲେଖାଇ ଏହି କଥା ପ୍ରଚାର କରାଇଲା,
Али прве године Кира, цара персијског, да би се испунила реч Господња коју рече на уста Јеремијина, подиже Господ дух Кира цара персијског, те огласи по свему царству свом и расписа говорећи:
23 “ପାରସ୍ୟର ରାଜା କୋରସ୍ ଏହା କହନ୍ତି, ‘ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ, ଆମ୍ଭକୁ ଆଜ୍ଞା କରିଅଛନ୍ତି। ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ସଦାପ୍ରଭୁ ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯାତ୍ରା କରୁ।’”
Овако вели Кир, цар персијски: Сва царства земаљска дао ми је Господ Бог небески, и Он ми је заповедио да му сазидам дом у Јерусалиму у Јудеји. Ко је између вас од свега народа Његовог? Господ Бог његов нека буде с њим, па нек иде.