< ଦ୍ବିତୀୟ ବଂଶାବଳୀ 4 >
1 ଆହୁରି ସେ ଏକ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କଲେ, ତହିଁର ଦୈର୍ଘ୍ୟ କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଓ ତହିଁର ଉଚ୍ଚତା ଦଶ ହାତ।
Udělal také i oltář měděný, zdélí dvadcíti loktů, a dvadcíti loktů zšíří, desíti pak loktů zvýší.
2 ମଧ୍ୟ ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ରରୂପ ପାତ୍ର ନିର୍ମାଣ କଲେ, ତାହା ଫନ୍ଦଠାରୁ ଫନ୍ଦ ପର୍ଯ୍ୟନ୍ତ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ; ଆଉ ତହିଁର ପରିଧି ତିରିଶ ହାତ ଥିଲା।
Udělal též moře slité, desíti loket od jednoho kraje k druhému, okrouhlé vůkol, zvýší na pět loktů, a okolek jeho třidcíti loket vůkol.
3 ତହିଁ ତଳେ ବଳଦମାନର ଆକୃତି ଥିଲା, ସେମାନେ ତହିଁର ଚତୁର୍ଦ୍ଦିଗ ଘେରିଲେ, ଦଶ ହାତ ଲେଖାଏଁ ଥାଇ ସମୁଦ୍ରରୂପ ପାତ୍ର ବେଷ୍ଟନ କଲେ। ସେହି ବଳଦମାନ ଦୁଇ ଧାଡ଼ିରେ ଥିଲେ, ସମୁଦ୍ରରୂପ ପାତ୍ର ଢଳାଯିବା ସମୟରେ ତାହାସବୁ ଢଳା ଯାଇଥିଲେ।
Podobenství také volů pod ním, kterýchž všudy vůkol bylo deset do lokte, obkličujících moře vůkol; a tak byly dva řady volů slitých, spolu s mořem.
4 ସେହି ପାତ୍ର ବାର ଗୋରୁ ଉପରେ ସ୍ଥାପିତ ଥିଲା, ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ପୁଣି ସମୁଦ୍ରରୂପ ପାତ୍ର ସେମାନଙ୍କ ଉପରେ ଅବସ୍ଥାପିତ ଓ ସେମାନଙ୍କ ପଶ୍ଚାଦ୍ଭାଗସବୁ ଭିତରକୁ ଥିଲା।
A stálo na dvanácti volích. Tři obráceni byli na půlnoci, a tři patřili k západu, tři zase postaveni byli ku poledni, a tři obráceni byli k východu, a moře svrchu na nich stálo, ale všech jich zadkové byli pod mořem.
5 ସେହି ପାତ୍ର ଚାରି ଅଙ୍ଗୁଳି ମୋଟ; ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ; କଇଁଫୁଲ ତୁଲ୍ୟ ଥିଲା; ତାହା ତିନି ହଜାର ମହଣ ଧରିଲା।
A bylo ztlouští na dlaň. Kraj jeho byl, jakýž bývá u koflíku aneb květu liliového, tři tisíce tun v se beroucí.
6 ଆହୁରି ସେ ଦଶ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲେ ଓ ପ୍ରକ୍ଷାଳନାର୍ଥେ ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ରଖିଲେ; ସେମାନେ ହୋମବଳି ସମ୍ବନ୍ଧୀୟ ସାମଗ୍ରୀ ସେସବୁରେ ପ୍ରକ୍ଷାଳନ କଲେ; ମାତ୍ର ସମୁଦ୍ରରୂପ ପାତ୍ର ଯାଜକମାନଙ୍କର ସ୍ନାନାର୍ଥେ ଥିଲା।
Udělal také deset umyvadel, a postavil jich pět po pravé straně, a pět po levé, k obmývání z nich. Všecko, což se strojilo k zápalům, obmývali z nich, ale moře, aby se z něho kněží umývali.
7 ଆଉ ସେ ଦୀପବୃକ୍ଷ ବିଷୟକ ବିଧାନାନୁସାରେ ଦଶ ସୁବର୍ଣ୍ଣମୟ ଦୀପବୃକ୍ଷ ନିର୍ମାଣ କଲେ; ଆଉ ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ମନ୍ଦିରରେ ସ୍ଥାପନ କଲେ।
Nadto udělal i svícnů zlatých deset vedlé slušnosti jejich, a postavil v chrámě, pět po pravé straně a pět po levé.
8 ଆହୁରି ସେ ଦଶ ମେଜ ନିର୍ମାଣ କରି ମନ୍ଦିରର ଦକ୍ଷିଣ ଭାଗରେ ପାଞ୍ଚୋଟି ଓ ବାମ ଭାଗରେ ପାଞ୍ଚୋଟି ରଖିଲେ। ପୁଣି, ସେ ଏକ ଶତ ସୁବର୍ଣ୍ଣ କୁଣ୍ଡ ନିର୍ମାଣ କଲେ।
Udělal i stolů deset, kteréž postavil v chrámě, pět po pravé a pět po levé straně. K tomu udělal číší zlatých sto.
9 ଆହୁରି ସେ ଯାଜକମାନଙ୍କର ପ୍ରାଙ୍ଗଣ ଓ ବୃହତ ପ୍ରାଙ୍ଗଣ ଓ ପ୍ରାଙ୍ଗଣ-ଦ୍ୱାର ନିର୍ମାଣ କଲେ, ଆଉ ତହିଁର କବାଟସବୁ ପିତ୍ତଳରେ ମଡ଼ାଇଲେ।
Udělal potom síň kněžskou, též síň velikou, a dvéře u též síně okoval mědí.
10 ପୁଣି ସେ ପୂର୍ବଦିଗସ୍ଥ ଗୃହର ଡାହାଣ ପାଖରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲେ।
Moře pak postavil na pravé straně k východu, naproti polední straně.
11 ଆଉ ହୂରମ୍ ପାତ୍ର ଓ କୋଦାଳ ଓ କୁଣ୍ଡସବୁ ନିର୍ମାଣ କଲା। ଏହିରୂପେ ହୂରମ୍ ପରମେଶ୍ୱରଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ଆପଣା କରିବା କାର୍ଯ୍ୟ ସମାପ୍ତ କଲା।
Nadělal také Chíram hrnců, lopat a kotlíků, a dokonal Chíram dílo, kteréž byl dělal králi Šalomounovi k domu Božímu.
12 ଅର୍ଥାତ୍, ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ଗୋଲାକାର ଓ ଦୁଇ ମୁଣ୍ଡାଳି ଓ ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ
Dva sloupy a kruhy, makovice také na vrchu těch dvou sloupů, a mřežování dvoje, aby přikrývalo ty dvě makovice okrouhlé, kteréž byly na vrchu sloupů,
13 ଓ ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ବ; ଅର୍ଥାତ୍, ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ବ କଲା।
A jablek zrnatých čtyři sta na dvojím mřežování. Dvěma řady jablka zrnatá byla na mřežování jednom, aby přikrývala ty dvě makovice okrouhlé, kteréž byly na vrchu sloupů.
14 ଆହୁରି ସେ ବୈଠିକିମାନ ନିର୍ମାଣ କଲା ଓ ସେ ବୈଠିକି ଉପରିସ୍ଥ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲା;
Podstavky také zdělal, a umyvadla na těch podstavcích.
15 ଏକ ସମୁଦ୍ରରୂପ ପାତ୍ର ଓ ତହିଁ ତଳସ୍ଥ ବାର ଗୋରୁ
Moře jedno, a volů dvanácte pod ním.
16 ମଧ୍ୟ ତାହାର ପିତା ହୂରମ୍ ଶଲୋମନ ରାଜାଙ୍କ ନିମନ୍ତେ ସଦାପ୍ରଭୁଙ୍କ ଗୃହ ପାଇଁ ଉଜ୍ଜ୍ୱଳ ପିତ୍ତଳରେ ହାଣ୍ଡି ଓ କୋଦାଳ ଓ ତ୍ରିଶୂଳ ଓ ତହିଁର ସକଳ ପାତ୍ର ନିର୍ମାଣ କଲା।
Též hrnce a lopaty a vidličky třírohé, a všecko nádobí jejich zdělal Chíram s otcem svým králi Šalomounovi k domu Hospodinovu z mědi přečisté.
17 ରାଜା ଯର୍ଦ୍ଦନ-ପଦାରେ ସୁକ୍କୋତ ଓ ସରେଦା ମଧ୍ୟସ୍ଥିତ ଚିକ୍କଣ ଭୂମିରେ ତାହାସବୁ ଢଳାଇଲେ।
Na rovinách Jordánských sléval to král v zemi jilovaté, mezi Sochot a Saredata.
18 ଏହି ପ୍ରକାରେ ଶଲୋମନ ଅତି ବହୁଳ ରୂପେ ଏହିସବୁ ପାତ୍ର ନିର୍ମାଣ କଲେ; ପିତ୍ତଳର ପରିମାଣ ଜଣାଯାଇ ପାରିଲା ନାହିଁ।
A tak nadělal Šalomoun všech těch nádob velmi mnoho, tak že váhy té mědi vyhledáváno nebylo.
19 ପୁଣି ଶଲୋମନ ପରମେଶ୍ୱରଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ, ମଧ୍ୟ ସ୍ୱର୍ଣ୍ଣମୟ ଯଜ୍ଞବେଦି ଓ ଦର୍ଶନୀୟ ରୁଟି ରଖିବାର ମେଜ;
Zdělal také Šalomoun i jiná všelijaká nádobí k domu Božímu, jako oltář zlatý a stoly, na nichž kladeni byli chlebové předložení,
20 ଆଉ ବିଧିମତେ ଗର୍ଭାଗାର ସମ୍ମୁଖରେ ଜ୍ୱଳାଇବା ନିମନ୍ତେ ନିର୍ମଳ ସ୍ୱର୍ଣ୍ଣମୟ ଦୀପବୃକ୍ଷ ଓ ତହିଁର ପ୍ରଦୀପସକଳ
Tolikéž svícny i lampy jejich z zlata nejčistšího, aby je rozsvěcovali příslušně před svatyní svatých,
21 ଓ ସ୍ୱର୍ଣ୍ଣମୟ ପୁଷ୍ପ, ପ୍ରଦୀପ ଓ ଚିମୁଟାସବୁ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କଲେ;
Květy také a lampy i utěradla z zlata, a to bylo zlato nejvýbornější.
22 ଆଉ କତୁରୀ ଓ କୁଣ୍ଡ ଓ ଚାମଚ ଓ ଅଙ୍ଗାରଧାନୀଗୁଡ଼ିକ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ; ପୁଣି ଗୃହର ପ୍ରବେଶାର୍ଥକ ମହାପବିତ୍ର ସ୍ଥାନର ଭିତର ଦ୍ୱାର ଓ ଗୃହର, ଅର୍ଥାତ୍, ମନ୍ଦିରର ଦ୍ୱାରସବୁ ସୁବର୍ଣ୍ଣର ଥିଲା।
I žaltáře a kotlíky, kadidlnice a nádoby k oharkům z zlata čistého, k tomu i bránu domu, dvéře vnitřní svatyně svatých, i dvéře domu, totiž v chrámě, byly z zlata.