< ଦ୍ବିତୀୟ ବଂଶାବଳୀ 4 >

1 ଆହୁରି ସେ ଏକ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କଲେ, ତହିଁର ଦୈର୍ଘ୍ୟ କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଓ ତହିଁର ଉଚ୍ଚତା ଦଶ ହାତ।
ויעש מזבח נחשת עשרים אמה ארכו ועשרים אמה רחבו ועשר אמות קומתו׃
2 ମଧ୍ୟ ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ରରୂପ ପାତ୍ର ନିର୍ମାଣ କଲେ, ତାହା ଫନ୍ଦଠାରୁ ଫନ୍ଦ ପର୍ଯ୍ୟନ୍ତ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ; ଆଉ ତହିଁର ପରିଧି ତିରିଶ ହାତ ଥିଲା।
ויעש את הים מוצק עשר באמה משפתו אל שפתו עגול סביב וחמש באמה קומתו וקו שלשים באמה יסב אתו סביב׃
3 ତହିଁ ତଳେ ବଳଦମାନର ଆକୃତି ଥିଲା, ସେମାନେ ତହିଁର ଚତୁର୍ଦ୍ଦିଗ ଘେରିଲେ, ଦଶ ହାତ ଲେଖାଏଁ ଥାଇ ସମୁଦ୍ରରୂପ ପାତ୍ର ବେଷ୍ଟନ କଲେ। ସେହି ବଳଦମାନ ଦୁଇ ଧାଡ଼ିରେ ଥିଲେ, ସମୁଦ୍ରରୂପ ପାତ୍ର ଢଳାଯିବା ସମୟରେ ତାହାସବୁ ଢଳା ଯାଇଥିଲେ।
ודמות בקרים תחת לו סביב סביב סובבים אתו עשר באמה מקיפים את הים סביב שנים טורים הבקר יצוקים במצקתו׃
4 ସେହି ପାତ୍ର ବାର ଗୋରୁ ଉପରେ ସ୍ଥାପିତ ଥିଲା, ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ପୁଣି ସମୁଦ୍ରରୂପ ପାତ୍ର ସେମାନଙ୍କ ଉପରେ ଅବସ୍ଥାପିତ ଓ ସେମାନଙ୍କ ପଶ୍ଚାଦ୍‍ଭାଗସବୁ ଭିତରକୁ ଥିଲା।
עומד על שנים עשר בקר שלשה פנים צפונה ושלושה פנים ימה ושלשה פנים נגבה ושלשה פנים מזרחה והים עליהם מלמעלה וכל אחריהם ביתה׃
5 ସେହି ପାତ୍ର ଚାରି ଅଙ୍ଗୁଳି ମୋଟ; ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ; କଇଁଫୁଲ ତୁଲ୍ୟ ଥିଲା; ତାହା ତିନି ହଜାର ମହଣ ଧରିଲା।
ועביו טפח ושפתו כמעשה שפת כוס פרח שושנה מחזיק בתים שלשת אלפים יכיל׃
6 ଆହୁରି ସେ ଦଶ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲେ ଓ ପ୍ରକ୍ଷାଳନାର୍ଥେ ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ରଖିଲେ; ସେମାନେ ହୋମବଳି ସମ୍ବନ୍ଧୀୟ ସାମଗ୍ରୀ ସେସବୁରେ ପ୍ରକ୍ଷାଳନ କଲେ; ମାତ୍ର ସମୁଦ୍ରରୂପ ପାତ୍ର ଯାଜକମାନଙ୍କର ସ୍ନାନାର୍ଥେ ଥିଲା।
ויעש כיורים עשרה ויתן חמשה מימין וחמשה משמאול לרחצה בהם את מעשה העולה ידיחו בם והים לרחצה לכהנים בו׃
7 ଆଉ ସେ ଦୀପବୃକ୍ଷ ବିଷୟକ ବିଧାନାନୁସାରେ ଦଶ ସୁବର୍ଣ୍ଣମୟ ଦୀପବୃକ୍ଷ ନିର୍ମାଣ କଲେ; ଆଉ ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ମନ୍ଦିରରେ ସ୍ଥାପନ କଲେ।
ויעש את מנרות הזהב עשר כמשפטם ויתן בהיכל חמש מימין וחמש משמאול׃
8 ଆହୁରି ସେ ଦଶ ମେଜ ନିର୍ମାଣ କରି ମନ୍ଦିରର ଦକ୍ଷିଣ ଭାଗରେ ପାଞ୍ଚୋଟି ଓ ବାମ ଭାଗରେ ପାଞ୍ଚୋଟି ରଖିଲେ। ପୁଣି, ସେ ଏକ ଶତ ସୁବର୍ଣ୍ଣ କୁଣ୍ଡ ନିର୍ମାଣ କଲେ।
ויעש שלחנות עשרה וינח בהיכל חמשה מימין וחמשה משמאול ויעש מזרקי זהב מאה׃
9 ଆହୁରି ସେ ଯାଜକମାନଙ୍କର ପ୍ରାଙ୍ଗଣ ଓ ବୃହତ ପ୍ରାଙ୍ଗଣ ଓ ପ୍ରାଙ୍ଗଣ-ଦ୍ୱାର ନିର୍ମାଣ କଲେ, ଆଉ ତହିଁର କବାଟସବୁ ପିତ୍ତଳରେ ମଡ଼ାଇଲେ।
ויעש חצר הכהנים והעזרה הגדולה ודלתות לעזרה ודלתותיהם צפה נחשת׃
10 ପୁଣି ସେ ପୂର୍ବଦିଗସ୍ଥ ଗୃହର ଡାହାଣ ପାଖରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲେ।
ואת הים נתן מכתף הימנית קדמה ממול נגבה׃
11 ଆଉ ହୂରମ୍‍ ପାତ୍ର ଓ କୋଦାଳ ଓ କୁଣ୍ଡସବୁ ନିର୍ମାଣ କଲା। ଏହିରୂପେ ହୂରମ୍‍ ପରମେଶ୍ୱରଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ଆପଣା କରିବା କାର୍ଯ୍ୟ ସମାପ୍ତ କଲା।
ויעש חורם את הסירות ואת היעים ואת המזרקות ויכל חירם לעשות את המלאכה אשר עשה למלך שלמה בבית האלהים׃
12 ଅର୍ଥାତ୍‍, ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ଗୋଲାକାର ଓ ଦୁଇ ମୁଣ୍ଡାଳି ଓ ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ
עמודים שנים והגלות והכתרות על ראש העמודים שתים והשבכות שתים לכסות את שתי גלות הכתרות אשר על ראש העמודים׃
13 ଓ ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ବ; ଅର୍ଥାତ୍‍, ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ବ କଲା।
ואת הרמונים ארבע מאות לשתי השבכות שנים טורים רמונים לשבכה האחת לכסות את שתי גלות הכתרות אשר על פני העמודים׃
14 ଆହୁରି ସେ ବୈଠିକିମାନ ନିର୍ମାଣ କଲା ଓ ସେ ବୈଠିକି ଉପରିସ୍ଥ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲା;
ואת המכנות עשה ואת הכירות עשה על המכנות׃
15 ଏକ ସମୁଦ୍ରରୂପ ପାତ୍ର ଓ ତହିଁ ତଳସ୍ଥ ବାର ଗୋରୁ
את הים אחד ואת הבקר שנים עשר תחתיו׃
16 ମଧ୍ୟ ତାହାର ପିତା ହୂରମ୍‍ ଶଲୋମନ ରାଜାଙ୍କ ନିମନ୍ତେ ସଦାପ୍ରଭୁଙ୍କ ଗୃହ ପାଇଁ ଉଜ୍ଜ୍ୱଳ ପିତ୍ତଳରେ ହାଣ୍ଡି ଓ କୋଦାଳ ଓ ତ୍ରିଶୂଳ ଓ ତହିଁର ସକଳ ପାତ୍ର ନିର୍ମାଣ କଲା।
ואת הסירות ואת היעים ואת המזלגות ואת כל כליהם עשה חורם אביו למלך שלמה לבית יהוה נחשת מרוק׃
17 ରାଜା ଯର୍ଦ୍ଦନ-ପଦାରେ ସୁକ୍କୋତ ଓ ସରେଦା ମଧ୍ୟସ୍ଥିତ ଚିକ୍କଣ ଭୂମିରେ ତାହାସବୁ ଢଳାଇଲେ।
בככר הירדן יצקם המלך בעבי האדמה בין סכות ובין צרדתה׃
18 ଏହି ପ୍ରକାରେ ଶଲୋମନ ଅତି ବହୁଳ ରୂପେ ଏହିସବୁ ପାତ୍ର ନିର୍ମାଣ କଲେ; ପିତ୍ତଳର ପରିମାଣ ଜଣାଯାଇ ପାରିଲା ନାହିଁ।
ויעש שלמה כל הכלים האלה לרב מאד כי לא נחקר משקל הנחשת׃
19 ପୁଣି ଶଲୋମନ ପରମେଶ୍ୱରଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ, ମଧ୍ୟ ସ୍ୱର୍ଣ୍ଣମୟ ଯଜ୍ଞବେଦି ଓ ଦର୍ଶନୀୟ ରୁଟି ରଖିବାର ମେଜ;
ויעש שלמה את כל הכלים אשר בית האלהים ואת מזבח הזהב ואת השלחנות ועליהם לחם הפנים׃
20 ଆଉ ବିଧିମତେ ଗର୍ଭାଗାର ସମ୍ମୁଖରେ ଜ୍ୱଳାଇବା ନିମନ୍ତେ ନିର୍ମଳ ସ୍ୱର୍ଣ୍ଣମୟ ଦୀପବୃକ୍ଷ ଓ ତହିଁର ପ୍ରଦୀପସକଳ
ואת המנרות ונרתיהם לבערם כמשפט לפני הדביר זהב סגור׃
21 ଓ ସ୍ୱର୍ଣ୍ଣମୟ ପୁଷ୍ପ, ପ୍ରଦୀପ ଓ ଚିମୁଟାସବୁ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କଲେ;
והפרח והנרות והמלקחים זהב הוא מכלות זהב׃
22 ଆଉ କତୁରୀ ଓ କୁଣ୍ଡ ଓ ଚାମଚ ଓ ଅଙ୍ଗାରଧାନୀଗୁଡ଼ିକ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ; ପୁଣି ଗୃହର ପ୍ରବେଶାର୍ଥକ ମହାପବିତ୍ର ସ୍ଥାନର ଭିତର ଦ୍ୱାର ଓ ଗୃହର, ଅର୍ଥାତ୍‍, ମନ୍ଦିରର ଦ୍ୱାରସବୁ ସୁବର୍ଣ୍ଣର ଥିଲା।
והמזמרות והמזרקות והכפות והמחתות זהב סגור ופתח הבית דלתותיו הפנימיות לקדש הקדשים ודלתי הבית להיכל זהב׃

< ଦ୍ବିତୀୟ ବଂଶାବଳୀ 4 >