< ଦ୍ବିତୀୟ ବଂଶାବଳୀ 5 >
1 ଏହିରୂପେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କର କୃତ ସମସ୍ତ କାର୍ଯ୍ୟ ସମାପ୍ତ ହେଲା। ପୁଣି ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ଦ୍ରବ୍ୟସବୁ, ଅର୍ଥାତ୍, ରୂପା, ସୁନା ଓ ସମସ୍ତ ସାମଗ୍ରୀ ଭିତରକୁ ଆଣି ପରମେଶ୍ୱରଙ୍କ ଗୃହର ଭଣ୍ଡାରରେ ରଖିଲେ।
Sa’ad da dukan aikin da Solomon ya yi domin haikalin Ubangiji ya gama, sai ya kawo abubuwan da mahaifinsa Dawuda ya keɓe a ciki, azurfa da zinariya da kuma dukan kayayyaki, ya kuwa sa su a cikin ma’ajin haikalin Allah.
2 ତହୁଁ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶୀୟ ପ୍ରଧାନ ସମସ୍ତଙ୍କୁ, ଇସ୍ରାଏଲ-ସନ୍ତାନଗଣର ପିତୃବଂଶାଧିପତିମାନଙ୍କୁ ଯିରୂଶାଲମରେ ଏକତ୍ର କଲେ।
Sa’an nan Solomon ya tattara zuwa Urushalima dattawan Isra’ila, dukan kawunan kabilu da manyan iyalan Isra’ilawa, don su haura da akwatin alkawarin Ubangiji daga Sihiyona, Birnin Dawuda.
3 ତହିଁରେ ସପ୍ତମ ମାସର ପର୍ବ ସମୟରେ ସମସ୍ତ ଇସ୍ରାଏଲ ଲୋକ ରାଜାଙ୍କ ନିକଟରେ ଏକତ୍ର ହେଲେ।
Dukan mutanen Isra’ila kuwa suka tattaru gaba ɗaya suka zo wurin sarki a lokacin biki a wata na bakwai.
4 ପୁଣି ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଉପସ୍ଥିତ ହୁଅନ୍ତେ, ଲେବୀୟମାନେ ସିନ୍ଦୁକ ଉଠାଇଲେ।
Sa’ad da dukan dattawan Isra’ila suka iso, Lawiyawa suka ɗauki akwatin alkawarin,
5 ପୁଣି ସେମାନେ ସିନ୍ଦୁକ ଓ ସମାଗମ-ତମ୍ବୁ ଓ ତମ୍ବୁସ୍ଥିତ ସମସ୍ତ ପବିତ୍ର ପାତ୍ର ଆଣିଲେ; ଲେବୀୟ ଯାଜକମାନେ ତାହାସବୁ ଆଣିଲେ।
suka haura da akwatin alkawarin da kuma Tentin Sujada da dukan kayayyaki masu tsarkin da yake cikinta. Firistoci, waɗanda suke Lawiyawa, suka ɗauke su;
6 ଆଉ ଶଲୋମନ ରାଜା ଓ ତାଙ୍କ ନିକଟରେ ଏକତ୍ରିତ ଇସ୍ରାଏଲର ସମଗ୍ର ମଣ୍ଡଳୀ ସିନ୍ଦୁକ ସମ୍ମୁଖରେ ଥାଇ ଏତେ ପରିମାଣରେ ମେଷ ଓ ଗୋରୁ ବଳିଦାନ କଲେ, ଯେ ତାହାସବୁ ଅସଂଖ୍ୟ ଓ ଅଗଣ୍ୟ ଥିଲା।
Sarki Solomon kuwa da taron Isra’ila gaba ɗaya da suka taru kewaye da shi suna a gaban akwatin alkawarin, suna miƙa tumaki da shanu masu yawa da suka wuce ƙirge ko lissafi.
7 ତହୁଁ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତହିଁର ସ୍ଥାନକୁ, ଅର୍ଥାତ୍, ଗୃହର ଗର୍ଭାଗାର, ମହାପବିତ୍ର ସ୍ଥାନ, କିରୂବଦ୍ୱୟର ପକ୍ଷ ତଳକୁ ଆଣିଲେ।
Sa’an nan firistoci suka kawo akwatin alkawarin Ubangiji zuwa wurinsa a ciki cikin wuri mai tsarki na haikali, Wuri Mafi Tsarki, suka sa shi ƙarƙashin fikafikan kerubobin.
8 ସେହି କିରୂବମାନେ ସିନ୍ଦୁକ-ସ୍ଥାନ ଉପରେ ପକ୍ଷ ବିସ୍ତାର କରିଥିଲେ ଓ କିରୂବମାନେ ଊର୍ଦ୍ଧ୍ୱରୁ ସିନ୍ଦୁକ ଓ ତହିଁର ସାଙ୍ଗୀ ଆଚ୍ଛାଦନ କଲେ।
Kerubobin suka buɗe fikafikansu a bisa wurin akwatin alkawari suka kuma rufe akwatin alkawarin da sandunan ɗaukonsa.
9 ପୁଣି ସେହି ସାଙ୍ଗୀ ଏତେ ଲମ୍ବ ଥିଲା ଯେ, ତହିଁର ଅଗ୍ରଭାଗ ଗର୍ଭାଗାର ସମ୍ମୁଖରେ ସିନ୍ଦୁକଠାରୁ ଦେଖାଗଲା; ମାତ୍ର ବାହାରକୁ ଦେଖାଗଲା ନାହିଁ; ଆଜି ପର୍ଯ୍ୟନ୍ତ ତାହା ସେହି ସ୍ଥାନରେ ଅଛି।
Waɗannan sanduna sun yi tsawo ƙwarai har ƙarshensu sun nausa daga akwatin alkawarin, ana iya ganinsu daga gaban ciki wuri mai tsarki na can ciki amma ba daga waje Wuri Mai Tsarki ba; kuma suna nan a can har wa yau.
10 ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ସଦାପ୍ରଭୁ ସେମାନଙ୍କ ସହିତ ନିୟମ କରିବା ସମୟରେ ମୋଶା ହୋରେବ ନିକଟରେ ଯେଉଁ ଦୁଇ ପ୍ରସ୍ତର ଫଳକ ସିନ୍ଦୁକ ମଧ୍ୟରେ ରଖିଥିଲେ, ତାହା ବ୍ୟତୀତ ତହିଁରେ ଆଉ କିଛି ନ ଥିଲା।
Babu wani abu a cikin akwatin alkawarin sai alluna biyu da Musa ya sa a cikinsa a Horeb, inda Ubangiji ya yi alkawari da Isra’ilawa bayan sun fito Masar.
11 ଉପସ୍ଥିତ ଯାଜକ ସମସ୍ତେ ଆପଣାମାନଙ୍କୁ ପବିତ୍ର କରିଥିଲେ ଓ ଆପଣା ଆପଣା ପାଳିର କର୍ମ କରୁ ନ ଥିଲେ।
Sa’an nan firistoci suka janye daga Wuri Mai Tsarki. Dukan firistocin da suke can sun tsarkake kansu, ko daga wace ɓangarori suka fito.
12 ମଧ୍ୟ ଲେବୀୟ ଗାୟକ ସମସ୍ତେ, ଅର୍ଥାତ୍, ଆସଫ, ହେମନ, ଯିଦୂଥୂନ୍ ଓ ସେମାନଙ୍କ ପୁତ୍ର ଓ ଭାଇଗଣ କ୍ଷୌମବସ୍ତ୍ର ପିନ୍ଧି କରତାଳ ଓ ନେବଲ ଓ ବୀଣା ଧରି ଯଜ୍ଞବେଦିର ପୂର୍ବ ଦିଗରେ ଠିଆ ହୋଇଥିଲେ ଓ ସେମାନଙ୍କ ସଙ୍ଗେ ତୂରୀବାଦକ ଏକ ଶହ କୋଡ଼ିଏ ଜଣ ଯାଜକ ଥିଲେ; ତହୁଁ ଯାଜକମାନେ ପବିତ୍ର ସ୍ଥାନରୁ ବାହାର ହୋଇ ଆସନ୍ତେ,
Dukan Lawiyawa waɗanda suke mawaƙa, Asaf, Heman, Yedutun da’ya’yansu maza da dangoginsu, suka tsaya a gefen gabas na bagaden, saye da lilin mai kyau suna kuma kaɗa ganguna, garayu da molaye. Tare da su akwai firistoci 120 masu busan ƙahoni.
13 ସେହି ତୂରୀବାଦକ ଓ ଗାୟକ ସମସ୍ତେ ଏକସ୍ୱରରେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ କରିବାକୁ ଏକ ହୁଅନ୍ତେ, “ପୁଣି ସଦାପ୍ରଭୁ ମଙ୍ଗଳମୟ, କାରଣ ତାହାଙ୍କର କରୁଣା ସଦାକାଳସ୍ଥାୟୀ,” ଏହା ବୋଲି ସେମାନେ ତୂରୀ ଓ କରତାଳ ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚସ୍ୱରରେ ତାହାଙ୍କର ପ୍ରଶଂସାଧ୍ୱନି କରନ୍ତେ, ସେହି ଗୃହ, ଅର୍ଥାତ୍, ସଦାପ୍ରଭୁଙ୍କ ଗୃହ ଏକ ମେଘରେ ଏରୂପ ପରିପୂର୍ଣ୍ଣ ହେଲା
Masu busan ƙahonin da mawaƙa suka haɗu da baki ɗaya sai ka ce murya guda ce, don su yabi su kuma yi godiya ga Ubangiji. Haɗe da busan ƙahoni, ganguna da sauran kayayyaki, suka tā da muryoyinsu cikin yabo ga Ubangiji suka rera, “Yana da kyau; ƙaunarsa dawwammamiya ce har abada.” Sai haikalin Ubangiji ya cika da girgije,
14 ଯେ, ଯାଜକମାନେ ସେହି ମେଘ ସକାଶୁ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ ସଦାପ୍ରଭୁଙ୍କ ପ୍ରତାପ ପରମେଶ୍ୱରଙ୍କ ଗୃହକୁ ପରିପୂର୍ଣ୍ଣ କଲା।
Firistoci ba su iya yin hidimarsu ba saboda girgijen, gama ɗaukakar Ubangiji ta cika haikalin Allah.