< ଦ୍ବିତୀୟ ବଂଶାବଳୀ 5 >
1 ଏହିରୂପେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କର କୃତ ସମସ୍ତ କାର୍ଯ୍ୟ ସମାପ୍ତ ହେଲା। ପୁଣି ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ଦ୍ରବ୍ୟସବୁ, ଅର୍ଥାତ୍, ରୂପା, ସୁନା ଓ ସମସ୍ତ ସାମଗ୍ରୀ ଭିତରକୁ ଆଣି ପରମେଶ୍ୱରଙ୍କ ଗୃହର ଭଣ୍ଡାରରେ ରଖିଲେ।
І була закі́нчена вся праця, яку зробив Соломон для Господнього дому. І Соломон повно́сив освячені речі свого батька Давида, і срібло́, і золото, і всі ці речі дав до скарбни́ці Божого дому.
2 ତହୁଁ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶୀୟ ପ୍ରଧାନ ସମସ୍ତଙ୍କୁ, ଇସ୍ରାଏଲ-ସନ୍ତାନଗଣର ପିତୃବଂଶାଧିପତିମାନଙ୍କୁ ଯିରୂଶାଲମରେ ଏକତ୍ର କଲେ।
Тоді Соломон зібрав до Єрусалиму Ізраїлевих старши́х, і всіх голі́в племе́н, начальників ба́тьківських родів Ізраїлевих синів, щоб перене́сти ковчега Господнього заповіту з Давидового Міста, воно — Сіо́н.
3 ତହିଁରେ ସପ୍ତମ ମାସର ପର୍ବ ସମୟରେ ସମସ୍ତ ଇସ୍ରାଏଲ ଲୋକ ରାଜାଙ୍କ ନିକଟରେ ଏକତ୍ର ହେଲେ।
І були зі́брані до царя всі ізра́їльтяни в свято, воно — сьо́мого місяця.
4 ପୁଣି ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଉପସ୍ଥିତ ହୁଅନ୍ତେ, ଲେବୀୟମାନେ ସିନ୍ଦୁକ ଉଠାଇଲେ।
І поприхо́дили всі Ізраїлеві старші́, і Левити поне́сли ковчега.
5 ପୁଣି ସେମାନେ ସିନ୍ଦୁକ ଓ ସମାଗମ-ତମ୍ବୁ ଓ ତମ୍ବୁସ୍ଥିତ ସମସ୍ତ ପବିତ୍ର ପାତ୍ର ଆଣିଲେ; ଲେବୀୟ ଯାଜକମାନେ ତାହାସବୁ ଆଣିଲେ।
І поне́сли ковчега та скинію заповіту, і всі святі речі, що в скинії, — не́сли їх священики та Левити.
6 ଆଉ ଶଲୋମନ ରାଜା ଓ ତାଙ୍କ ନିକଟରେ ଏକତ୍ରିତ ଇସ୍ରାଏଲର ସମଗ୍ର ମଣ୍ଡଳୀ ସିନ୍ଦୁକ ସମ୍ମୁଖରେ ଥାଇ ଏତେ ପରିମାଣରେ ମେଷ ଓ ଗୋରୁ ବଳିଦାନ କଲେ, ଯେ ତାହାସବୁ ଅସଂଖ୍ୟ ଓ ଅଗଣ୍ୟ ଥିଲା।
А цар Соломон та вся Ізраїлева громада, що зібралася при ньому перед ковчегом, прино́сили в жертву худобу дрібну́ та худобу велику, що через многоту́ не була ані запи́сувана, ані лі́чена!
7 ତହୁଁ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତହିଁର ସ୍ଥାନକୁ, ଅର୍ଥାତ୍, ଗୃହର ଗର୍ଭାଗାର, ମହାପବିତ୍ର ସ୍ଥାନ, କିରୂବଦ୍ୱୟର ପକ୍ଷ ତଳକୁ ଆଣିଲେ।
І священики внесли ковчега Господнього заповіту до його місця, до девіру дому, до Святого Святих, під кри́ла херувимів.
8 ସେହି କିରୂବମାନେ ସିନ୍ଦୁକ-ସ୍ଥାନ ଉପରେ ପକ୍ଷ ବିସ୍ତାର କରିଥିଲେ ଓ କିରୂବମାନେ ଊର୍ଦ୍ଧ୍ୱରୁ ସିନ୍ଦୁକ ଓ ତହିଁର ସାଙ୍ଗୀ ଆଚ୍ଛାଦନ କଲେ।
А херувими простяга́ли крила над місцем ковчега, і затінювали херувими над ковчегом та над його держака́ми зве́рху.
9 ପୁଣି ସେହି ସାଙ୍ଗୀ ଏତେ ଲମ୍ବ ଥିଲା ଯେ, ତହିଁର ଅଗ୍ରଭାଗ ଗର୍ଭାଗାର ସମ୍ମୁଖରେ ସିନ୍ଦୁକଠାରୁ ଦେଖାଗଲା; ମାତ୍ର ବାହାରକୁ ଦେଖାଗଲା ନାହିଁ; ଆଜି ପର୍ଯ୍ୟନ୍ତ ତାହା ସେହି ସ୍ଥାନରେ ଅଛି।
А ті держаки́ були довгі, і головки тих держакі́в були видні з ковчегу, що перед девіром, а назо́вні не були видні. І були вони там аж до цього дня.
10 ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ସଦାପ୍ରଭୁ ସେମାନଙ୍କ ସହିତ ନିୟମ କରିବା ସମୟରେ ମୋଶା ହୋରେବ ନିକଟରେ ଯେଉଁ ଦୁଇ ପ୍ରସ୍ତର ଫଳକ ସିନ୍ଦୁକ ମଧ୍ୟରେ ରଖିଥିଲେ, ତାହା ବ୍ୟତୀତ ତହିଁରେ ଆଉ କିଛି ନ ଥିଲା।
У ковчезі не було нічого, тільки дві табли́ці, що поклав Мойсей на Хори́ві, коли Господь склав був заповіта з Ізраїлевими синами при виході їх із Єгипту.
11 ଉପସ୍ଥିତ ଯାଜକ ସମସ୍ତେ ଆପଣାମାନଙ୍କୁ ପବିତ୍ର କରିଥିଲେ ଓ ଆପଣା ଆପଣା ପାଳିର କର୍ମ କରୁ ନ ଥିଲେ।
І сталося, як священики вихо́дили із святині, — а всі священики, що були там, освятилися, без доде́ржання черг, —
12 ମଧ୍ୟ ଲେବୀୟ ଗାୟକ ସମସ୍ତେ, ଅର୍ଥାତ୍, ଆସଫ, ହେମନ, ଯିଦୂଥୂନ୍ ଓ ସେମାନଙ୍କ ପୁତ୍ର ଓ ଭାଇଗଣ କ୍ଷୌମବସ୍ତ୍ର ପିନ୍ଧି କରତାଳ ଓ ନେବଲ ଓ ବୀଣା ଧରି ଯଜ୍ଞବେଦିର ପୂର୍ବ ଦିଗରେ ଠିଆ ହୋଇଥିଲେ ଓ ସେମାନଙ୍କ ସଙ୍ଗେ ତୂରୀବାଦକ ଏକ ଶହ କୋଡ଼ିଏ ଜଣ ଯାଜକ ଥିଲେ; ତହୁଁ ଯାଜକମାନେ ପବିତ୍ର ସ୍ଥାନରୁ ବାହାର ହୋଇ ଆସନ୍ତେ,
а Левитн співаки́, — усі вони, аж до Асафа, Гемана, Єдутуна, і синів їхніх та братів їхніх, — убрані в віссо́н, з цимба́лами, із а́рфами та з ци́трами, стояли на схід від же́ртівиика, а з ними сто й двадцять священиків, що сурми́ли на су́рмах,
13 ସେହି ତୂରୀବାଦକ ଓ ଗାୟକ ସମସ୍ତେ ଏକସ୍ୱରରେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ କରିବାକୁ ଏକ ହୁଅନ୍ତେ, “ପୁଣି ସଦାପ୍ରଭୁ ମଙ୍ଗଳମୟ, କାରଣ ତାହାଙ୍କର କରୁଣା ସଦାକାଳସ୍ଥାୟୀ,” ଏହା ବୋଲି ସେମାନେ ତୂରୀ ଓ କରତାଳ ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚସ୍ୱରରେ ତାହାଙ୍କର ପ୍ରଶଂସାଧ୍ୱନି କରନ୍ତେ, ସେହି ଗୃହ, ଅର୍ଥାତ୍, ସଦାପ୍ରଭୁଙ୍କ ଗୃହ ଏକ ମେଘରେ ଏରୂପ ପରିପୂର୍ଣ୍ଣ ହେଲା
і було воно для сурмачі́в та співаків як одне, щоб подати один голос на хвалу́ та дяку Господе́ві, і як загримів голос на су́рмах, і на цимба́лах, і на музичних знаря́ддях, і як хвалили Господа: „Добрий бо Він, бо навіки Його милосе́рдя!“, — то дім, дім Господній наповнився хмарою!
14 ଯେ, ଯାଜକମାନେ ସେହି ମେଘ ସକାଶୁ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ ସଦାପ୍ରଭୁଙ୍କ ପ୍ରତାପ ପରମେଶ୍ୱରଙ୍କ ଗୃହକୁ ପରିପୂର୍ଣ୍ଣ କଲା।
І не могли священики стояти й служити через ту хмару, бо слава Господня напо́внила дім Божий!