< ଦ୍ବିତୀୟ ବଂଶାବଳୀ 6 >

1 ତହୁଁ ଶଲୋମନ କହିଲେ, “ସଦାପ୍ରଭୁ ନିବିଡ଼ ମେଘରେ ବାସ କରିବେ ବୋଲି କହିଅଛନ୍ତି।
那時,所羅門說: 耶和華曾說他必住在幽暗之處。
2 ମାତ୍ର ମୁଁ ତୁମ୍ଭ ପାଇଁ ଏକ ବାସଗୃହ ଓ ତୁମ୍ଭର ସଦାକାଳ ବାସ ନିମନ୍ତେ ଏକ ସ୍ଥାନ ପ୍ରସ୍ତୁତ କରିଅଛି।”
但我已經建造殿宇作你的居所, 為你永遠的住處。
3 ତହୁଁ ରାଜା ମୁଖ ଫେରାଇ ଇସ୍ରାଏଲର ସମଗ୍ର ସମାଜକୁ ଆଶୀର୍ବାଦ କଲେ; ପୁଣି ଇସ୍ରାଏଲର ସମଗ୍ର ସମାଜ ଠିଆ ହେଲେ।
王轉臉為以色列會眾祝福,以色列會眾就都站立。
4 ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ସେ ଆପଣା ମୁଖରେ ମୋʼ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା,
所羅門說:「耶和華-以色列的上帝是應當稱頌的!因他親口向我父大衛所應許的,也親手成就了。
5 ‘ଆମ୍ଭେ ଆପଣା ଲୋକମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ଦିନଠାରୁ ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; କିଅବା ଆମ୍ଭ ଲୋକ ଇସ୍ରାଏଲର ଅଗ୍ରଣୀ ହେବା ପାଇଁ କୌଣସି ଲୋକ ମନୋନୀତ କରି ନାହୁଁ;
他說:『自從我領我民出埃及地以來,我未曾在以色列眾支派中選擇一城建造殿宇為我名的居所,也未曾揀選一人作我民以色列的君;
6 ମାତ୍ର ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯିରୂଶାଲମକୁ ମନୋନୀତ କରିଅଛୁ ଓ ଆମ୍ଭ ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦଙ୍କୁ ମନୋନୀତ କରିଅଛୁ।’
但選擇耶路撒冷為我名的居所,又揀選大衛治理我民以色列。』」
7 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବାକୁ ମୋʼ ପିତା ଦାଉଦଙ୍କର ମନସ୍ଥ ଥିଲା।
所羅門說:「我父大衛曾立意要為耶和華-以色列上帝的名建殿,
8 ମାତ୍ର ସଦାପ୍ରଭୁ ମୋʼ ପିତା ଦାଉଦଙ୍କୁ କହିଲେ, ‘ଆମ୍ଭ ନାମ ଉଦ୍ଦେଶ୍ୟରେ ଏକ ଗୃହ ନିର୍ମାଣ କରିବାକୁ ତୁମ୍ଭର ମନସ୍ଥ ଅଛି, ତୁମ୍ଭର ଏହି ମନସ୍ଥ କରିବା ଉତ୍ତମ;
耶和華卻對我父大衛說:『你立意要為我的名建殿,這意思甚好;
9 ତଥାପି ତୁମ୍ଭେ ସେହି ଗୃହ ନିର୍ମାଣ କରିବ ନାହିଁ; ମାତ୍ର ତୁମ୍ଭ ଔରସଜାତ ତୁମ୍ଭ ପୁତ୍ର ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।’
只是你不可建殿,惟你所生的兒子必為我名建殿。』
10 ପୁଣି ସଦାପ୍ରଭୁ ଆପଣାର ଉକ୍ତ ଏହି କଥା ସଫଳ କରିଅଛନ୍ତି; କାରଣ ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କ ପଦରେ ଉତ୍ପନ୍ନ ଓ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ସେହି ଗୃହ ନିର୍ମାଣ କଲେ।
「現在耶和華成就了他所應許的話,使我接續我父大衛坐以色列的國位,是照耶和華所說的,又為耶和華-以色列上帝的名建造了殿。
11 ଆଉ ମୁଁ ତହିଁରେ ଇସ୍ରାଏଲ-ସନ୍ତାନଗଣ ସହିତ ସଦାପ୍ରଭୁଙ୍କ କୃତ ନିୟମର ଆଧାର-ସିନ୍ଦୁକ ସ୍ଥାପନ କରିଅଛି।”
我將約櫃安置在其中,櫃內有耶和華的約,就是他與以色列人所立的約。」
12 ଏଥିଉତ୍ତାରେ ସେ ଇସ୍ରାଏଲର ସମସ୍ତ ସମାଜ ସାକ୍ଷାତରେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଆପଣା ହସ୍ତ ବିସ୍ତାର କରି ଠିଆ ହେଲେ;
所羅門當着以色列會眾,站在耶和華的壇前,舉起手來,
13 କାରଣ ଶଲୋମନ ପାଞ୍ଚ ହାତ ଦୀର୍ଘ ଓ ପାଞ୍ଚ ହାତ ପ୍ରସ୍ଥ ଓ ତିନି ହାତ ଉଚ୍ଚ ଏକ ପିତ୍ତଳମୟ ମଞ୍ଚ ନିର୍ମାଣ କରି ପ୍ରାଙ୍ଗଣର ମଧ୍ୟସ୍ଥଳରେ ରଖିଥିଲେ; ଆଉ ସେ ତହିଁ ଉପରେ ଠିଆ ହୋଇ ସମସ୍ତ ଇସ୍ରାଏଲର ସମାଜ ସମ୍ମୁଖରେ ଆଣ୍ଠୁପାତି ସ୍ୱର୍ଗ ଆଡ଼େ ଆପଣା ହସ୍ତ ବିସ୍ତାର କରି କହିଲେ,
(所羅門曾造一個銅臺,長五肘,寬五肘,高三肘,放在院中)就站在臺上,當着以色列的會眾跪下,向天舉手,
14 “ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ସ୍ୱର୍ଗରେ କିଅବା ପୃଥିବୀରେ ତୁମ୍ଭ ତୁଲ୍ୟ ପରମେଶ୍ୱର କେହି ନାହିଁ; ତୁମ୍ଭର ଯେଉଁ ଦାସମାନେ ସର୍ବାନ୍ତଃକରଣ ସହିତ ତୁମ୍ଭ ସମ୍ମୁଖରେ ଗମନାଗମନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ପାଳନ କରିଥାଅ;
說:「耶和華-以色列的上帝啊,天上地下沒有神可比你的!你向那盡心行在你面前的僕人守約施慈愛;
15 ତୁମ୍ଭେ ଆପଣା ଦାସ ମୋʼ ପିତା ଦାଉଦଙ୍କୁ ଯାହା ପ୍ରତିଜ୍ଞା କରିଥିଲ, ତାହା ପାଳନ କରିଅଛ; ହଁ, ତୁମ୍ଭେ ଆପଣା ମୁଖରେ କହିଥିଲ, ପୁଣି ଆଜି ଆପଣା ହସ୍ତରେ ତାହା ସଫଳ କରିଅଛ।
向你僕人-我父大衛所應許的話現在應驗了。你親口應許,親手成就,正如今日一樣。
16 ତୁମ୍ଭେ ମୋʼ ପିତା ଆପଣା ଦାସ ଦାଉଦଙ୍କୁ କହିଥିଲ, ତୁମ୍ଭେ ଆମ୍ଭ ସମ୍ମୁଖରେ ଯେପରି ଗମନାଗମନ କରିଅଛ, ‘ସେହିପରି ତୁମ୍ଭ ସନ୍ତାନମାନେ ଯେବେ ଆମ୍ଭ ବ୍ୟବସ୍ଥାନୁସାରେ ଗମନାଗମନ କରିବାକୁ ଆପଣା ଆପଣା ପଥରେ କେବଳ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ଆମ୍ଭ ଦୃଷ୍ଟିରେ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ; ଏହେତୁ ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣାର ସେହି ପ୍ରତିଜ୍ଞା ସଫଳ କର।’
耶和華-以色列的上帝啊,你所應許你僕人-我父大衛的話說:『你的子孫若謹慎自己的行為,遵守我的律法,像你在我面前所行的一樣,就不斷人坐以色列的國位。』現在求你應驗這話。
17 ଏହେତୁ ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭ ଦାସ ଦାଉଦଙ୍କ ପ୍ରତି ଉକ୍ତ ତୁମ୍ଭର ବାକ୍ୟ ଦୃଢ଼ ହେଉ।
耶和華-以色列的上帝啊,求你成就向你僕人大衛所應許的話。
18 ମାତ୍ର ପରମେଶ୍ୱର କʼଣ ପୃଥିବୀରେ ମନୁଷ୍ୟମାନଙ୍କ ସଙ୍ଗରେ ନିତାନ୍ତ ବାସ କରିବେ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭଙ୍କୁ ଧାରଣ କରି ନ ପାରେ; ତେବେ ଆମ୍ଭ ନିର୍ମିତ ଏହି ଗୃହ କʼଣ ପାରିବ?
「上帝果真與世人同住在地上嗎?看哪,天和天上的天尚且不足你居住的,何況我所建的這殿呢?
19 ତଥାପି ହେ ସଦାପ୍ରଭୋ, ମୋର ପରମେଶ୍ୱର, ତୁମ୍ଭ ଦାସ ତୁମ୍ଭ ସମ୍ମୁଖରେ ଯେଉଁ କାକୂକ୍ତି ଓ ପ୍ରାର୍ଥନା ନିବେଦନ କରୁଅଛି, ତାହା ଶୁଣିବା ପାଇଁ ତୁମ୍ଭେ ଆପଣା ଦାସର ପ୍ରାର୍ଥନା ଓ ବିନତିରେ ମନୋଯୋଗ କର;
惟求耶和華-我的上帝垂顧僕人的禱告祈求,俯聽僕人在你面前的祈禱呼籲。
20 ତୁମ୍ଭେ ଯେଉଁ ସ୍ଥାନରେ ଆପଣା ନାମ ସ୍ଥାପନ କରିବ ବୋଲି କହିଅଛ, ସେହି ସ୍ଥାନ, ଅର୍ଥାତ୍‍, ଏହି ଗୃହ ପ୍ରତି ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ; ଏହି ସ୍ଥାନ ଅଭିମୁଖରେ ତୁମ୍ଭର ଦାସ ଯାହା ପ୍ରାର୍ଥନା କରିବ, ତାହା ଶୁଣ।
願你晝夜看顧這殿,就是你應許立為你名的居所;求你垂聽僕人向此處禱告的話。
21 ପୁଣି ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଓ ତୁମ୍ଭ ଲୋକ ଇସ୍ରାଏଲ ପ୍ରାର୍ଥନା କଲେ, ତୁମ୍ଭେ ସେମାନଙ୍କ ବିନତିରେ ମନୋଯୋଗ କର; ହଁ, ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରୁ ତାହା ଶୁଣ ଓ ଶୁଣି କ୍ଷମା କର।
你僕人和你民以色列向此處祈禱的時候,求你從天上你的居所垂聽,垂聽而赦免。
22 କେହି ଆପଣା ପ୍ରତିବାସୀ ବିରୁଦ୍ଧରେ ପାପ କଲେ, ଯେବେ ତାହାକୁ ଶପଥ କରାଇବା ପାଇଁ ଶପଥ ନିରୂପିତ ହୁଏ ଓ ସେ ଆସି ଏହି ଗୃହସ୍ଥିତ ତୁମ୍ଭ ଯଜ୍ଞବେଦି ସମ୍ମୁଖରେ ଶପଥ କରେ;
「人若得罪鄰舍,有人叫他起誓,他來到這殿,在你的壇前起誓,
23 ତେବେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣି ନିଷ୍ପତ୍ତି କର ଓ ଆପଣା ଦାସମାନଙ୍କର ବିଚାର କରି ଦୋଷୀର କର୍ମଫଳ ତାହାର ନିଜ ମସ୍ତକରେ ବର୍ତ୍ତାଇବା ପାଇଁ ଦୋଷୀକୁ ପ୍ରତିଫଳ ଦିଅ; ପୁଣି ଧାର୍ମିକକୁ ତାହାର ଧାର୍ମିକତା ପ୍ରମାଣେ ଫଳ ଦେବା ପାଇଁ ଧାର୍ମିକ କର।
求你從天上垂聽,判斷你的僕人,定惡人有罪,照他所行的報應在他頭上;定義人有理,照他的義賞賜他。
24 ପୁଣି ତୁମ୍ଭ ଲୋକ ଇସ୍ରାଏଲ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଶତ୍ରୁ ସମ୍ମୁଖରେ ପରାସ୍ତ ହେଲେ ଯେବେ ପୁନର୍ବାର ଫେରି ତୁମ୍ଭ ନାମ ସ୍ୱୀକାର କରନ୍ତି ଓ ଏହି ଗୃହରେ ତୁମ୍ଭ ନିକଟରେ ପ୍ରାର୍ଥନା ଓ ବିନତି କରନ୍ତି;
「你的民以色列若得罪你,敗在仇敵面前,又回心轉意承認你的名,在這殿裏向你祈求禱告,
25 ତେବେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣ ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର, ପୁଣି ସେମାନଙ୍କୁ ଓ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ସେଠାକୁ ପୁନର୍ବାର ସେମାନଙ୍କୁ ଆଣ।
求你從天上垂聽,赦免你民以色列的罪,使他們歸回你賜給他們和他們列祖之地。
26 ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଯେବେ ଆକାଶ ରୁଦ୍ଧ ହୋଇ ବୃଷ୍ଟି ନ ହୁଏ, ତେବେ ତୁମ୍ଭେ ସେମାନଙ୍କୁ କ୍ଳେଶ ଦେବା ବେଳେ, ଯେବେ ସେମାନେ ଏହି ସ୍ଥାନ ଅଭିମୁଖରେ ପ୍ରାର୍ଥନା କରନ୍ତି ଓ ତୁମ୍ଭ ନାମ ସ୍ୱୀକାର କରି ଆପଣା ଆପଣା ପାପରୁ ଫେରନ୍ତି;
「你的民因得罪你,你懲罰他們,使天閉塞不下雨,他們若向此處禱告,承認你的名,離開他們的罪,
27 ତେବେ ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ସେମାନଙ୍କର ଗନ୍ତବ୍ୟ ସତ୍‍ପଥ ବିଷୟରେ ଶିକ୍ଷା ଦେଇ ଆପଣା ଦାସମାନଙ୍କର ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର; ପୁଣି ତୁମ୍ଭ ଲୋକମାନଙ୍କ ଅଧିକାରାର୍ଥେ ଦତ୍ତ ତୁମ୍ଭ ଦେଶ ଉପରେ ବୃଷ୍ଟି କର।
求你在天上垂聽,赦免你僕人和你民以色列的罪,將當行的善道指教他們,且降雨在你的地,就是你賜給你民為業之地。
28 ଯଦି ଦେଶରେ ଦୁର୍ଭିକ୍ଷ ହୁଏ, କିମ୍ବା ମହାମାରୀ ହୁଏ, ଶସ୍ୟର ଶୋଷ କି ମ୍ଳାନି, କିଅବା ପଙ୍ଗପାଳ ବା କୀଟ ହୁଏ; କିମ୍ବା ଯଦି ସେମାନଙ୍କ ଶତ୍ରୁଗଣ ସେମାନଙ୍କ ଦେଶସ୍ଥ ନଗରସମୂହରେ ସେମାନଙ୍କୁ ଅବରୋଧ କରନ୍ତି; କୌଣସି ମାରୀ କି କୌଣସି ରୋଗ ଘଟେ;
「國中若有饑荒、瘟疫、旱風、霉爛、蝗蟲、螞蚱,或有仇敵犯境,圍困城邑,無論遭遇甚麼災禍疾病,
29 ତେବେ ଆପଣା ଆପଣା ପୀଡ଼ା ଓ ଦୁଃଖ ଜାଣି କୌଣସି ଲୋକ କିଅବା ତୁମ୍ଭର ସମଗ୍ର ଇସ୍ରାଏଲ ଲୋକ ଏହି ଗୃହ ଆଡ଼େ ହସ୍ତ ବିସ୍ତାର କରି କୌଣସି ପ୍ରାର୍ଥନା କି ବିନତି କଲେ,
你的民以色列,或是眾人,或是一人,自覺災禍甚苦,向這殿舉手,無論祈求甚麼,禱告甚麼,
30 ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରୁ ତାହା ଶ୍ରବଣ କରି କ୍ଷମା କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ, କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ ଜାଣୁଅଛ।
求你從天上你的居所垂聽赦免。你是知道人心的,要照各人所行的待他們(惟有你知道世人的心),
31 ତାହାହେଲେ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ତହିଁରେ ସେମାନଙ୍କ ବସତିର ସମସ୍ତ ଦିନ ତୁମ୍ଭ ପଥରେ ଚାଲିବା ପାଇଁ ସେମାନେ ତୁମ୍ଭଙ୍କୁ ଭୟ କରିବେ।
使他們在你賜給我們列祖之地上一生一世敬畏你,遵行你的道。
32 ଆହୁରି ଯେ ତୁମ୍ଭ ଇସ୍ରାଏଲ ଲୋକର ମଧ୍ୟବର୍ତ୍ତୀ ନୁହେଁ, ଏପରି କୌଣସି ବିଦେଶୀ ଯେବେ ତୁମ୍ଭର ମହାନାମ ଓ ତୁମ୍ଭର ବଳବାନ ହସ୍ତ ଓ ତୁମ୍ଭର ବିସ୍ତୀର୍ଣ୍ଣ ବାହୁ ସକାଶୁ ଦୂର ଦେଶରୁ ଆସେ ଓ ଆସି ଏହି ଗୃହ ଆଡ଼େ ପ୍ରାର୍ଥନା କରେ;
「論到不屬你民以色列的外邦人,為你的大名和大能的手,並伸出來的膀臂,從遠方而來,向這殿禱告,
33 ତେବେ ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରୁ ତାହା ଶୁଣ ଓ ସେ ବିଦେଶୀ ତୁମ୍ଭ ନିକଟରେ ଯାହା ଯାହା ପ୍ରାର୍ଥନା କରେ, ତଦନୁସାରେ ତାହା ପ୍ରତି କର; ତହିଁରେ ତୁମ୍ଭ ଇସ୍ରାଏଲ ଲୋକ ତୁଲ୍ୟ ତୁମ୍ଭଙ୍କୁ ଭୟ କରିବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତୁମ୍ଭ ନାମ ଜ୍ଞାତ ହେବେ ଓ ଆମ୍ଭ ନିର୍ମିତ ଏହି ଗୃହ ତୁମ୍ଭ ନାମରେ ଖ୍ୟାତ ବୋଲି ଜାଣିବେ।
求你從天上你的居所垂聽,照着外邦人所祈求的而行,使天下萬民都認識你的名,敬畏你,像你的民以色列一樣,又使他們知道我建造的這殿是稱為你名下的。
34 ତୁମ୍ଭେ ଆପଣା ଲୋକମାନଙ୍କୁ ଯେକୌଣସି ଆଡ଼େ ପଠାଇଲେ, ଯେବେ ସେମାନେ ଆପଣା ଶତ୍ରୁଗଣ ସଙ୍ଗେ ଯୁଦ୍ଧ କରିବାକୁ ବାହାରେ ଯାଇ ତୁମ୍ଭର ମନୋନୀତ ଏହି ନଗର ଆଡ଼େ ଓ ତୁମ୍ଭ ନାମ ନିମନ୍ତେ ମୋʼ ନିର୍ମିତ ଏହି ଗୃହ ଆଡ଼େ ତୁମ୍ଭ ନିକଟରେ ପ୍ରାର୍ଥନା କରନ୍ତି,
「你的民若奉你的差遣,無論往何處去與仇敵爭戰,向你所選擇的城與我為你名所建造的殿禱告,
35 ତେବେ ତୁମ୍ଭେ ସ୍ୱର୍ଗରୁ ସେମାନଙ୍କର ପ୍ରାର୍ଥନା ଓ ବିନତି ଶୁଣି ସେମାନଙ୍କର ବିଚାର ନିଷ୍ପତ୍ତି କର।
求你從天上垂聽他們的禱告祈求,使他們得勝。
36 ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି (କାରଣ ଏପରି କୌଣସି ମନୁଷ୍ୟ ନାହିଁ ଯେ ପାପ କରେ ନାହିଁ), ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁର ହସ୍ତରେ ସମର୍ପଣ କଲେ, ଯେବେ ସେମାନେ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ କିମ୍ବା ନିକଟସ୍ଥ ଦେଶକୁ ନେଇଯାʼନ୍ତି;
「你的民若得罪你(世上沒有不犯罪的人),你向他們發怒,將他們交給仇敵擄到或遠或近之地;
37 ତଥାପି ସେମାନେ ଯେଉଁ ଦେଶକୁ ବନ୍ଦୀ ରୂପେ ନୀତ ହୁଅନ୍ତି, ସେହି ସ୍ଥାନରେ ଯେବେ ସେମାନେ ମନେ ମନେ ବିବେଚନା କରି ପୁନର୍ବାର ଫେରନ୍ତି ଓ ଆପଣାମାନଙ୍କ ବନ୍ଦୀତ୍ୱ ଦେଶରେ ତୁମ୍ଭ ନିକଟରେ ବିନତି କରି କହନ୍ତି, ‘ଆମ୍ଭେମାନେ ପାପ କରିଅଛୁ ଓ ବିପଥଗାମୀ ଓ ଦୁଷ୍ଟପଣ କରିଅଛୁ;’
他們若在擄到之地想起罪來,回心轉意,懇求你說:『我們有罪了,我們悖逆了,我們作惡了』;
38 ଶତ୍ରୁଗଣ ସେମାନଙ୍କୁ ଯେଉଁ ଦେଶକୁ ବନ୍ଦୀ କରି ନେଇ ଯାଇଅଛନ୍ତି, ଆପଣାମାନଙ୍କର ସେହି ବନ୍ଦୀତ୍ୱ ଦେଶରେ ଥାଇ ଯେବେ ସେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତୁମ୍ଭ ପ୍ରତି ଫେରନ୍ତି, ପୁଣି ତୁମ୍ଭେ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ଆପଣାମାନଙ୍କର ସେହି ଦେଶ ଆଡ଼େ, ପୁଣି ତୁମ୍ଭ ମନୋନୀତ ନଗର ଓ ତୁମ୍ଭ ନାମ ନିମନ୍ତେ ଆମ୍ଭର ନିର୍ମିତ ଗୃହ ଆଡ଼େ ମୁଖ କରି ପ୍ରାର୍ଥନା କରନ୍ତି;
他們若在擄到之地盡心盡性歸服你,又向自己的地,就是你賜給他們列祖之地和你所選擇的城,並我為你名所建造的殿禱告,
39 ତେବେ ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରୁ ସେମାନଙ୍କ ପ୍ରାର୍ଥନା ଓ ବିନତି ଶୁଣ ଓ ସେମାନଙ୍କର ବିଚାର ନିଷ୍ପତ୍ତି କର; ଆଉ ତୁମ୍ଭ ବିରୁଦ୍ଧରେ ପାପକାରୀ ଆପଣା ଲୋକମାନଙ୍କୁ କ୍ଷମା କର।
求你從天上你的居所垂聽你民的禱告祈求,為他們伸冤,赦免他們的過犯。
40 ଏବେ, ହେ ମୋହର ପରମେଶ୍ୱର, ମୁଁ ବିନୟ କରୁଅଛି, ଏହି ସ୍ଥାନରେ ଯେଉଁ ପ୍ରାର୍ଥନା କରାଯାଏ, ତହିଁ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଓ ତୁମ୍ଭର କର୍ଣ୍ଣ ନିବିଷ୍ଟ ଥାଉ।
「我的上帝啊,現在求你睜眼看,側耳聽在此處所獻的禱告。
41 ଏଣୁ ଏବେ, ହେ ସଦାପ୍ରଭୋ ପରମେଶ୍ୱର, ଉଠ, ତୁମ୍ଭେ ଓ ତୁମ୍ଭର ଶକ୍ତିରୂପ ସିନ୍ଦୁକ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର; ହେ ସଦାପ୍ରଭୋ ପରମେଶ୍ୱର, ତୁମ୍ଭର ଯାଜକମାନେ ପରିତ୍ରାଣରୂପ ବସ୍ତ୍ର ପରିଧାନ କରନ୍ତୁ ଓ ତୁମ୍ଭର ସାଧୁମାନେ ମଙ୍ଗଳରେ ଆନନ୍ଦ କରନ୍ତୁ।
耶和華上帝啊,求你起來, 和你有能力的約櫃同入安息之所。 耶和華上帝啊,願你的祭司披上救恩; 願你的聖民蒙福歡樂。
42 ହେ ସଦାପ୍ରଭୋ ପରମେଶ୍ୱର, ଆପଣା ଅଭିଷିକ୍ତର ମୁଖ ଫେରାଇ ନ ଦିଅ; ଆପଣା ଦାସ ଦାଉଦଙ୍କ ପ୍ରତି ଦୟାସବୁ ସ୍ମରଣ କର।”
耶和華上帝啊,求你不要厭棄你的受膏者, 要記念向你僕人大衛所施的慈愛。」

< ଦ୍ବିତୀୟ ବଂଶାବଳୀ 6 >