< ଦ୍ବିତୀୟ ବଂଶାବଳୀ 7 >

1 ଶଲୋମନ ପ୍ରାର୍ଥନା କରିବାର ସମାପ୍ତ କରନ୍ତେ, ଆକାଶରୁ ଅଗ୍ନି ଓହ୍ଲାଇ ଆସି ହୋମ ଓ ବଳିଦାନ ସବୁକୁ ଗ୍ରାସ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଗୃହକୁ ପରିପୂର୍ଣ୍ଣ କଲା।
जब सुलैमान यह प्रार्थना कर चुका, तब स्वर्ग से आग ने गिरकर होमबलियों तथा अन्य बलियों को भस्म किया, और यहोवा का तेज भवन में भर गया।
2 ଏଣୁ ଯାଜକମାନେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କରି ପାରିଲେ ନାହିଁ, କାରଣ ସଦାପ୍ରଭୁଙ୍କ ପ୍ରତାପ ସଦାପ୍ରଭୁଙ୍କ ଗୃହକୁ ପରିପୂର୍ଣ୍ଣ କଲା।
याजक यहोवा के भवन में प्रवेश न कर सके, क्योंकि यहोवा का तेज यहोवा के भवन में भर गया था।
3 ଆଉ ଅଗ୍ନି ଓହ୍ଲାଇବା ବେଳେ ଓ ଗୃହ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କରିବା ବେଳେ ସମଗ୍ର ଇସ୍ରାଏଲ ସନ୍ତାନ ତାହା ଦେଖିଲେ ଓ ସେମାନେ ଚଟାଣ ଉପରେ ଭୂମିରେ ମୁହଁ ମାଡ଼ି ପଡ଼ି ପ୍ରଣାମ କଲେ, ପୁଣି ସଦାପ୍ରଭୁଙ୍କର ଧନ୍ୟବାଦ କରି କହିଲେ, “ସେ ମଙ୍ଗଳମୟ, ତାହାଙ୍କର କରୁଣା ସଦାକାଳସ୍ଥାୟୀ।”
और जब आग गिरी और यहोवा का तेज भवन पर छा गया, तब सब इस्राएली देखते रहे, और फर्श पर झुककर अपना-अपना मुँह भूमि की ओर किए हुए दण्डवत् किया, और यह कहकर यहोवा का धन्यवाद किया, “वह भला है, उसकी करुणा सदा की है।”
4 ତହୁଁ ରାଜା ଓ ସମଗ୍ର ଲୋକ ସଦାପ୍ରଭୁଙ୍କ ସମ୍ମୁଖରେ ବଳି ଉତ୍ସର୍ଗ କଲେ।
तब सब प्रजा समेत राजा ने यहोवा को बलि चढ़ाई।
5 ପୁଣି ଶଲୋମନ ରାଜା ବାଇଶ ହଜାର ଗୋରୁ ଓ ଏକ ଲକ୍ଷ କୋଡ଼ିଏ ହଜାର ମେଷ ବଳିଦାନ କଲେ। ଏହିରୂପେ ରାଜା ଓ ସମସ୍ତ ଲୋକ ପରମେଶ୍ୱରଙ୍କ ଗୃହ ପ୍ରତିଷ୍ଠା କଲେ।
राजा सुलैमान ने बाईस हजार बैल और एक लाख बीस हजार भेड़-बकरियाँ चढ़ाई। अतः पूरी प्रजा समेत राजा ने यहोवा के भवन की प्रतिष्ठा की।
6 ଆଉ ଯାଜକମାନେ ଆପଣା ଆପଣା ପଦ ଅନୁସାରେ ଠିଆ ହେଲେ; ଦାଉଦ ଲେବୀୟମାନଙ୍କ ପରିଚର୍ଯ୍ୟାକ୍ରମେ ପ୍ରଶଂସା ଗାନ କରିବା ସମୟରେ, ସଦାପ୍ରଭୁଙ୍କ କରୁଣା ସଦାକାଳସ୍ଥାୟୀ ବୋଲି ତାହାଙ୍କର ଧନ୍ୟବାଦ କରିବା ପାଇଁ ଦାଉଦ ରାଜା ଯେଉଁସବୁ ବାଦ୍ୟଯନ୍ତ୍ର ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କର ସେହି ସବୁ ବାଦ୍ୟଯନ୍ତ୍ର ଘେନି ଲେବୀୟମାନେ ମଧ୍ୟ ଠିଆ ହେଲେ; ପୁଣି ଯାଜକମାନେ ସେମାନଙ୍କ ସମ୍ମୁଖରେ ତୂରୀ ବଜାଇଲେ; ଆଉ ସମଗ୍ର ଇସ୍ରାଏଲ ଠିଆ ହେଲେ।
याजक अपना-अपना कार्य करने को खड़े रहे, और लेवीय भी यहोवा के गीत गाने के लिये वाद्ययंत्र लिये हुए खड़े थे, जिन्हें दाऊद राजा ने यहोवा की सदा की करुणा के कारण उसका धन्यवाद करने को बनाकर उनके द्वारा स्तुति कराई थी; और इनके सामने याजक लोग तुरहियां बजाते रहे; और सब इस्राएली खड़े रहे।
7 ଆହୁରି ଶଲୋମନ ସଦାପ୍ରଭୁଙ୍କ ଗୃହ ସମ୍ମୁଖସ୍ଥିତ ପ୍ରାଙ୍ଗଣର ମଧ୍ୟଦେଶ ପବିତ୍ର କଲେ; କାରଣ ସେ ସେଠାରେ ହୋମବଳି ଓ ମଙ୍ଗଳାର୍ଥକ ବଳିର ମେଦ ଉତ୍ସର୍ଗ କଲେ; ଯେହେତୁ ଶଲୋମନ ନିର୍ମିତ ପିତ୍ତଳମୟ ଯଜ୍ଞବେଦି, ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଓ ମେଦକୁ ଧରି ପାରିଲା ନାହିଁ।
फिर सुलैमान ने यहोवा के भवन के सामने आँगन के बीच एक स्थान पवित्र करके होमबलि और मेलबलियों की चर्बी वहीं चढ़ाई, क्योंकि सुलैमान की बनाई हुई पीतल की वेदी होमबलि और अन्नबलि और चर्बी के लिये छोटी थी।
8 ଏହିରୂପେ ସେସମୟରେ ଶଲୋମନ ଓ ତାଙ୍କ ସଙ୍ଗେ ହମାତ୍‍ର ପ୍ରବେଶ ସ୍ଥାନଠାରୁ ମିସରର ନଦୀ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲର ମହାସମାଜ ସାତ ଦିନ ପର୍ଯ୍ୟନ୍ତ ଉତ୍ସବ କଲେ।
उसी समय सुलैमान ने और उसके संग हमात की घाटी से लेकर मिस्र के नाले तक के समस्त इस्राएल की एक बहुत बड़ी सभा ने सात दिन तक पर्व को माना।
9 ପୁଣି ଅଷ୍ଟମ ଦିନରେ ସେମାନେ ମହାସଭା କଲେ; କାରଣ ସେମାନେ ସାତ ଦିନ ଯଜ୍ଞବେଦିର ପ୍ରତିଷ୍ଠା ଓ ସାତ ଦିନ ଉତ୍ସବ କଲେ।
और आठवें दिन उन्होंने महासभा की, उन्होंने वेदी की प्रतिष्ठा सात दिन की; और पर्वों को भी सात दिन माना।
10 ଆଉ ସେ ସପ୍ତମ ମାସର ତେଇଶ ଦିନରେ ଲୋକମାନଙ୍କୁ ସେମାନଙ୍କ ତମ୍ବୁକୁ ବିଦାୟ କଲେ; ସଦାପ୍ରଭୁ ଦାଉଦଙ୍କ ପ୍ରତି ଓ ଶଲୋମନଙ୍କ ପ୍ରତି ଓ ଆପଣା ଲୋକ ଇସ୍ରାଏଲ ପ୍ରତି ଯେଉଁ ମଙ୍ଗଳ ଦେଖାଇଥିଲେ, ତହିଁ ସକାଶୁ ସେମାନେ ଆନନ୍ଦିତ ଓ ହୃଷ୍ଟଚିତ୍ତ ହେଲେ।
१०सातवें महीने के तेईसवें दिन को उसने प्रजा के लोगों को विदा किया, कि वे अपने-अपने डेरे को जाएँ, और वे उस भलाई के कारण जो यहोवा ने दाऊद और सुलैमान और अपनी प्रजा इस्राएल पर की थी आनन्दित थे।
11 ଏହିରୂପେ ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ସମାପ୍ତ କଲେ; ପୁଣି ସଦାପ୍ରଭୁଙ୍କ ଗୃହରେ ଓ ଆପଣା ଗୃହରେ ଯାହା ଯାହା କରିବା ପାଇଁ ଶଲୋମନଙ୍କର ମନକୁ ଆସିଲା, ତାହାସବୁ ସେ କୁଶଳରେ ସାଧନ କଲେ।
११अतः सुलैमान यहोवा के भवन और राजभवन को बना चुका, और यहोवा के भवन में और अपने भवन में जो कुछ उसने बनाना चाहा, उसमें उसका मनोरथ पूरा हुआ।
12 ଏଥିଉତ୍ତାରେ ସଦାପ୍ରଭୁ ଶଲୋମନଙ୍କୁ ରାତ୍ରିରେ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ ଓ ଏହି ସ୍ଥାନକୁ ବଳିଦାନର ଗୃହ ରୂପେ ଆପଣା ପାଇଁ ମନୋନୀତ କଲୁ।
१२तब यहोवा ने रात में उसको दर्शन देकर उससे कहा, “मैंने तेरी प्रार्थना सुनी और इस स्थान को यज्ञ के भवन के लिये अपनाया है।
13 ଆମ୍ଭେ ବୃଷ୍ଟି ନୋହିବା ପାଇଁ ଆକାଶ ରୁଦ୍ଧ କଲେ, କିଅବା ଦେଶ ବିନାଶ କରିବା ପାଇଁ ପଙ୍ଗପାଳମାନଙ୍କୁ ଆଜ୍ଞା ଦେଲେ, ଅଥବା ଆମ୍ଭେ ଆପଣା ଲୋକମାନଙ୍କ ମଧ୍ୟକୁ ମହାମାରୀ ପଠାଇଲେ,
१३यदि मैं आकाश को ऐसा बन्द करूँ, कि वर्षा न हो, या टिड्डियों को देश उजाड़ने की आज्ञा दूँ, या अपनी प्रजा में मरी फैलाऊं,
14 ଯେବେ ଆମ୍ଭ ନାମରେ ବିଖ୍ୟାତ ଆମ୍ଭ ଲୋକମାନେ ଆପଣାମାନଙ୍କୁ ନମ୍ର କରି ପ୍ରାର୍ଥନା କରିବେ ଓ ଆମ୍ଭର ମୁଖ ଅନ୍ୱେଷଣ କରି ଆପଣା ଆପଣା କୁପଥରୁ ଫେରିବେ, ତେବେ ଆମ୍ଭେ ସ୍ୱର୍ଗରୁ ଶୁଣିବା ଓ ସେମାନଙ୍କର ପାପ କ୍ଷମା କରିବା ଓ ସେମାନଙ୍କ ଦେଶ ସୁସ୍ଥ କରିବା।
१४तब यदि मेरी प्रजा के लोग जो मेरे कहलाते हैं, दीन होकर प्रार्थना करें और मेरे दर्शन के खोजी होकर अपनी बुरी चाल से फिरें, तो मैं स्वर्ग में से सुनकर उनका पाप क्षमा करूँगा और उनके देश को ज्यों का त्यों कर दूँगा।
15 ଏହି ସ୍ଥାନରେ ଯେଉଁ ପ୍ରାର୍ଥନା କରାଯାଏ, ତହିଁ ପ୍ରତି ଆମ୍ଭର ଚକ୍ଷୁ ମୁକ୍ତ ଓ ଆମ୍ଭର କର୍ଣ୍ଣ ନିବିଷ୍ଟ ଥିବ।
१५अब से जो प्रार्थना इस स्थान में की जाएगी, उस पर मेरी आँखें खुली और मेरे कान लगे रहेंगे।
16 କାରଣ ଏହି ଗୃହରେ ଆମ୍ଭର ନାମ ଅନନ୍ତକାଳ ରହିବା ପାଇଁ ଆମ୍ଭେ ତାହା ମନୋନୀତ ଓ ପବିତ୍ର କଲୁ; ଆଉ, ଏହି ସ୍ଥାନ ପ୍ରତି ଆମ୍ଭର ଚକ୍ଷୁ ଓ ଆମ୍ଭର ଚିତ୍ତ ନିରନ୍ତର ଥିବ।
१६क्योंकि अब मैंने इस भवन को अपनाया और पवित्र किया है कि मेरा नाम सदा के लिये इसमें बना रहे; मेरी आँखें और मेरा मन दोनों नित्य यहीं लगे रहेंगे।
17 ପୁଣି ତୁମ୍ଭ ପିତା ଦାଉଦ ଯେପରି ଚାଲିଲେ, ସେପରି ଯେବେ ତୁମ୍ଭେ ଆମ୍ଭ ସମ୍ମୁଖରେ ଚାଲିବ ଓ ଆମ୍ଭେ ତୁମ୍ଭକୁ ଯେସବୁ ଆଜ୍ଞା ଦେଇଅଛୁ, ତଦନୁସାରେ କରିବ, ପୁଣି ଆମ୍ଭର ବିଧି ଓ ଶାସନସବୁ ପାଳନ କରିବ;
१७यदि तू अपने पिता दाऊद के समान अपने को मेरे सम्मुख जानकर चलता रहे और मेरी सब आज्ञाओं के अनुसार किया करे, और मेरी विधियों और नियमों को मानता रहे,
18 ତେବେ ଇସ୍ରାଏଲ ଉପରେ କର୍ତ୍ତୃତ୍ୱ କରିବା ପାଇଁ ତୁମ୍ଭ ସମ୍ବନ୍ଧୀୟ ଲୋକର ଅଭାବ ନୋହିବ ବୋଲି ଯେଉଁ ନିୟମ ଆମ୍ଭେ ତୁମ୍ଭ ପିତା ଦାଉଦ ସଙ୍ଗେ କରିଅଛୁ, ତଦନୁସାରେ ଆମ୍ଭେ ତୁମ୍ଭର ରାଜସିଂହାସନ ସ୍ଥିର କରିବା।
१८तो मैं तेरी राजगद्दी को स्थिर रखूँगा; जैसे कि मैंने तेरे पिता दाऊद के साथ वाचा बाँधी थी, कि तेरे कुल में इस्राएल पर प्रभुता करनेवाला सदा बना रहेगा।
19 ମାତ୍ର ଯେବେ ତୁମ୍ଭେମାନେ ବିମୁଖ ହେବ ଓ ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭର ସ୍ଥାପିତ ବିଧି ଓ ଆଜ୍ଞାସବୁ ପରିତ୍ୟାଗ କରିବ, ପୁଣି ଯାଇ ଅନ୍ୟ ଦେବଗଣକୁ ସେବା ଓ ପ୍ରଣାମ କରିବ;
१९परन्तु यदि तुम लोग फिरो, और मेरी विधियों और आज्ञाओं को जो मैंने तुम को दी हैं त्यागो, और जाकर पराए देवताओं की उपासना करो और उन्हें दण्डवत् करो,
20 ତେବେ ଆମ୍ଭେ ସେମାନଙ୍କୁ ଦତ୍ତ ଆମ୍ଭ ଦେଶରୁ ସମୂଳେ ଉତ୍ପାଟନ କରିବା; ପୁଣି ଆମ୍ଭ ନାମ ନିମନ୍ତେ ଏହି ଯେଉଁ ଗୃହକୁ ଆମ୍ଭେ ପବିତ୍ର କରିଅଛୁ, ତାହା ଆମ୍ଭ ଦୃଷ୍ଟିରୁ ଦୂର କରିବା ଓ ସକଳ ଗୋଷ୍ଠୀ ମଧ୍ୟରେ ଗଳ୍ପ ଓ ଉପହାସର ବିଷୟ କରିବା।
२०तो मैं उनको अपने देश में से जो मैंने उनको दिया है, जड़ से उखाड़ूँगा; और इस भवन को जो मैंने अपने नाम के लिये पवित्र किया है, अपनी दृष्टि से दूर करूँगा; और ऐसा करूँगा कि देश-देश के लोगों के बीच उसकी उपमा और नामधराई चलेगी।
21 ଆଉ, ଏହି ଯେ ଗୃହ ଏଡ଼େ ଉଚ୍ଚ ହୋଇଅଛି, ତହିଁ ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ଚମତ୍କୃତ ହୋଇ ପଚାରିବେ, ‘ଏହି ଦେଶ ଓ ଗୃହ ପ୍ରତି ସଦାପ୍ରଭୁ କାହିଁକି ଏପରି କଲେ?’
२१यह भवन जो इतना विशाल है, उसके पास से आने-जानेवाले चकित होकर पूछेंगे, ‘यहोवा ने इस देश और इस भवन से ऐसा क्यों किया है?’
22 ତହିଁରେ ଲୋକେ ଉତ୍ତର କରି କହିବେ, ‘ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ଯେଉଁ ପରମେଶ୍ୱର ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ, ତାହାଙ୍କୁ ସେମାନେ ପରିତ୍ୟାଗ କରି ଅନ୍ୟ ଦେବଗଣକୁ ଅବଲମ୍ବନ କଲେ ଓ ସେମାନଙ୍କୁ ପ୍ରଣାମ କରି ସେବା କଲେ; ଏହେତୁ ସେ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ବର୍ତ୍ତାଇଅଛନ୍ତି।’”
२२तब लोग कहेंगे, ‘उन लोगों ने अपने पितरों के परमेश्वर यहोवा को जो उनको मिस्र देश से निकाल लाया था, त्याग कर पराए देवताओं को ग्रहण किया, और उन्हें दण्डवत् की और उनकी उपासना की, इस कारण उसने यह सब विपत्ति उन पर डाली है।’”

< ଦ୍ବିତୀୟ ବଂଶାବଳୀ 7 >