< ଦ୍ବିତୀୟ ବଂଶାବଳୀ 8 >
1 ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ଆପଣା ଗୃହ କୋଡ଼ିଏ ବର୍ଷ ମଧ୍ୟରେ ନିର୍ମାଣ କଲେ।
It had taken twenty years for Solomon to build the Temple of the Lord and his own palace.
2 ତହିଁ ଉତ୍ତାରେ ହୂରମ୍ ଶଲୋମନଙ୍କୁ ଯେଉଁ ଯେଉଁ ଦେଇଥିଲା, ସେସବୁ ଶଲୋମନ ନିର୍ମାଣ କରି ତହିଁରେ ଇସ୍ରାଏଲ-ସନ୍ତାନଗଣକୁ ବାସ କରାଇଲେ।
Solomon rebuilt the towns Hiram had given him, and sent Israelites to live there.
3 ଏଥିଉତ୍ତାରେ ଶଲୋମନ ହମାତ୍-ସୋବାକୁ ଯାଇ ତାହା ପରାସ୍ତ କଲେ।
Then Solomon attacked Hamath-zobah and captured it.
4 ପୁଣି ସେ ପ୍ରାନ୍ତରରେ ତଦ୍ମୋର ନଗର ଓ ହମାତ୍ତରେ ଭଣ୍ଡାର-ନଗରସବୁ ନିର୍ମାଣ କଲେ।
He built Tadmor in the wilderness and also built all the storehouse towns in Hamath.
5 ଆହୁରି ସେ ଉପରିସ୍ଥ ବେଥ୍-ହୋରଣ ଓ ନୀଚସ୍ଥ ବେଥ୍-ହୋରଣ, ପ୍ରାଚୀର-ବେଷ୍ଟିତ ଏହି ଦୁଇ ନଗର, ପ୍ରାଚୀର, ଦ୍ୱାର ଓ ଅର୍ଗଳ ସମେତ ନିର୍ମାଣ କଲେ;
He rebuilt Upper and Lower Beth-horon, fortified cities with walls and barred gates,
6 ଆଉ ବାଲତ୍ ଓ ଶଲୋମନଙ୍କର ସମସ୍ତ ଭଣ୍ଡାର ନଗର ଓ ଆପଣାର ରଥମାନଙ୍କ ନିମନ୍ତେ ସମସ୍ତ ନଗର ଓ ଆପଣାର ଅଶ୍ୱାରୂଢ଼ମାନଙ୍କ ନିମନ୍ତେ ସମସ୍ତ ନଗର, ପୁଣି ଯିରୂଶାଲମରେ ଓ ଲିବାନୋନରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଆପଣାର ସନ୍ତୋଷାର୍ଥେ ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ଇଚ୍ଛା କଲେ, ତାହାସବୁ ସେ ନିର୍ମାଣ କଲେ।
and also Baalath. He built all the storehouse towns that belonged to him, and all the towns where he kept his chariots and horses. He built everything he wanted to in Jerusalem, Lebanon, and throughout his entire kingdom.
7 ଯେଉଁମାନେ ଇସ୍ରାଏଲ ସନ୍ତାନ ନୁହନ୍ତି, ଏପରି ଯେସବୁ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଲୋକ ଅବଶିଷ୍ଟ ରହିଥିଲେ,
There were some people who remained in the land: the Hittites, Amorites, Perizzites, Hivites, and Jebusites—people who were not Israelites.
8 ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ-ସନ୍ତାନଗଣ ବିନାଶ କରି ନ ଥିଲେ, ସେମାନଙ୍କ ମଧ୍ୟରୁ ଆଜିଯାଏ ବେଠିକର୍ମ କରିବା ପାଇଁ ଶଲୋମନ ଦାସ ସଂଗ୍ରହ କଲେ।
They were the remaining descendants of the peoples that the Israelites had not destroyed. Solomon made them work as forced laborers, as they are to this day.
9 ମାତ୍ର ଶଲୋମନ ଆପଣା କର୍ମ ପାଇଁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ପ୍ରଧାନ ସେନାପତି, ପୁଣି ତାଙ୍କର ରଥ ଓ ଅଶ୍ୱାରୋହୀମାନଙ୍କର ଅଧ୍ୟକ୍ଷ ହୋଇଥିଲେ।
But Solomon did not make any of the Israelites work as slaves. Instead, they were his military men, his officers, and commanders of his chariots and horsemen.
10 ଆଉ ଏମାନଙ୍କ ମଧ୍ୟରୁ ଦୁଇ ଶହ ପଚାଶ ଜଣ ଶଲୋମନ ରାଜାଙ୍କର ପ୍ରଧାନ ଅଧ୍ୟକ୍ଷ ଥିଲେ, ଏମାନେ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କଲେ।
They were also King Solomon's chief officers, 250 men who supervised the people.
11 ଏଉତ୍ତାରେ ଶଲୋମନ ଫାରୋର କନ୍ୟା ନିମନ୍ତେ ଯେଉଁ ଗୃହ ନିର୍ମାଣ କରିଥିଲେ, ସେହି ଗୃହକୁ ଦାଉଦ-ନଗରରୁ ତାହାକୁ ଆଣିଲେ; କାରଣ ସେ କହିଲେ, “ଆମ୍ଭର ଭାର୍ଯ୍ୟା ଇସ୍ରାଏଲର ରାଜା ଦାଉଦଙ୍କର ଗୃହରେ ବାସ କରିବ ନାହିଁ, ଯେହେତୁ ଯେଉଁ ଯେଉଁ ସ୍ଥାନକୁ ସଦାପ୍ରଭୁଙ୍କ ସିନ୍ଦୁକ ଆସିଅଛି, ସେସବୁ ସ୍ଥାନ ପବିତ୍ର।”
Solomon moved Pharaoh's daughter from the City of David to the palace he had built for her. For he said, “My wife cannot live in the palace of David king of Israel, because wherever the Ark of the Lord has gone are holy places.”
12 ତହୁଁ ଶଲୋମନ ବାରଣ୍ଡା ସମ୍ମୁଖରେ ସଦାପ୍ରଭୁଙ୍କର ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କଲେ;
Then Solomon presented burnt offerings to the Lord on the altar of the Lord he had built in front of the Temple's porch.
13 ସେ ମୋଶାଙ୍କର ଆଜ୍ଞା ପ୍ରମାଣେ ବିଶ୍ରାମବାରରେ, ଅମାବାସ୍ୟାରେ ଓ ବର୍ଷକେ ତିନି ଥର ନିରୂପିତ ପର୍ବରେ, ଅର୍ଥାତ୍, ତାଡ଼ିଶୂନ୍ୟ ରୁଟିର ପର୍ବରେ, ସପ୍ତାହର ପର୍ବରେ ଓ ତମ୍ବୁବାସ ପର୍ବରେ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବଳି ଉତ୍ସର୍ଗ କଲେ।
He followed the requirement for daily offerings as Moses had ordered for Sabbaths, new moons, and the three annual festivals—the Festival of Unleavened Bread, the Festival of Weeks, and the Festival of Shelters.
14 ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ୱାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ୱାରରେ ନିଯୁକ୍ତ କଲେ; କାରଣ ପରମେଶ୍ୱରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ।
Following the instructions of his father David, he assigned the divisions of the priests for their service, and the Levites in their responsibilities to offer praise, and to help the priests in their daily duties. He also assigned gatekeepers by their divisions at each gate as David, the man of God, had instructed.
15 ଆଉ ସେମାନେ କୌଣସି ବିଷୟରେ ଅବା ଭଣ୍ଡାର ବିଷୟରେ ଯାଜକମାନଙ୍କ ପ୍ରତି ଓ ଲେବୀୟମାନଙ୍କ ପ୍ରତି ରାଜାଙ୍କର ଆଜ୍ଞା ଅନ୍ୟଥା କଲେ ନାହିଁ।
They followed David's instructions exactly regarding the priests, the Levites, and anything to do with the treasuries.
16 ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ସ୍ଥାପନ ଦିନକୁ ଓ ତହିଁର ସମାପ୍ତି ପର୍ଯ୍ୟନ୍ତ ଶଲୋମନଙ୍କର ସମସ୍ତ କାର୍ଯ୍ୟ ପ୍ରସ୍ତୁତ ହୋଇଥିଲା। ଏହିରୂପେ ସଦାପ୍ରଭୁଙ୍କ ଗୃହ ସମ୍ପୂର୍ଣ୍ଣ ହେଲା।
This is how all Solomon's work was carried out, from the day the foundation was laid for the Lord's Temple until it was finished. So the Lord's Temple was completed.
17 ସେତେବେଳେ ଶଲୋମନ ଇଦୋମ୍ ଦେଶର ସମୁଦ୍ରତୀରସ୍ଥ ଇତ୍ସିୟୋନ-ଗେବରକୁ ଓ ଏଲତ୍କୁ ଗଲେ।
After this Solomon went to Ezion-geber and to Eloth on the coast of the land of Edom.
18 ତହୁଁ ହୂରମ୍ ଆପଣା ଦାସମାନଙ୍କ ହସ୍ତରେ ତାଙ୍କ ନିକଟକୁ ଜାହାଜ ଓ ସାମୁଦ୍ରିକ କାର୍ଯ୍ୟ ଜାଣିଥିବା ଦାସମାନଙ୍କୁ ପଠାଇଲା; ପୁଣି ସେମାନେ ଶଲୋମନଙ୍କର ଦାସମାନଙ୍କ ସଙ୍ଗେ ଓଫୀରକୁ ଯାଇ ସେଠାରୁ ଶଲୋମନ ରାଜାଙ୍କ ନିକଟକୁ ଚାରି ଶହ ପଚାଶ ତାଳନ୍ତ ସୁନା ଆଣିଲେ।
Hiram sent him ships under the command of his own officers, along with experienced sailors. They went with Solomon's men to Ophir where they loaded 450 talents of gold, which they then brought back to King Solomon.