< କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11 >

1 ତୁମ୍ଭେମାନେ ଯଦି ମୋହର ଅଳ୍ପ ନିର୍ବୋଧତା ସହ୍ୟ କରନ୍ତ! ହଁ, ତୁମ୍ଭେମାନେ ତ ମୋʼ ପ୍ରତି ସହିଷ୍ଣୁ।
οφελον ανειχεσθε μου μικρον τι αφροσυνης αλλα και ανεχεσθε μου
2 କାରଣ ଈଶ୍ବରଙ୍କ ବିଷୟକ ଉଦ୍‌ଯୋଗରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ଉଦ୍‍ଯୋଗୀ, ଯେଣୁ ମୁଁ ତୁମ୍ଭମାନଙ୍କୁ ସତୀ କନ୍ୟା ସଦୃଶ ଏକ ସ୍ୱାମୀଠାରେ, ଅର୍ଥାତ୍‍, ଖ୍ରୀଷ୍ଟଙ୍କଠାରେ, ସମର୍ପଣ କରିବା ନିମନ୍ତେ ବାଗ୍‍ଦାନ କରିଅଛି।
ζηλω γαρ υμας θεου ζηλω ηρμοσαμην γαρ υμας ενι ανδρι παρθενον αγνην παραστησαι τω χριστω
3 କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି।
φοβουμαι δε μη πως ως ο οφις εξηπατησεν ευαν εν τη πανουργια αυτου φθαρη τα νοηματα υμων απο της απλοτητος [και της αγνοτητος] της εις τον χριστον
4 କାରଣ ଯେଉଁ ଯୀଶୁଙ୍କୁ ଆମ୍ଭେମାନେ ପ୍ରଚାର କଲୁ ନାହିଁ, ଏପରି ଅନ୍ୟ ଯୀଶୁଙ୍କୁ ଯଦି କେହି ଆସି ପ୍ରଚାର କରେ, ବା ଯେଉଁ ଆତ୍ମା ତୁମ୍ଭେମାନେ ପ୍ରାପ୍ତ ହେଲ ନାହିଁ, ଏପରି ଅନ୍ୟ ଏକ ଆତ୍ମା ପ୍ରାପ୍ତ ହୁଅ, ଅବା ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କଲ ନାହିଁ, ଏପରି ଅନ୍ୟ ଏକ ସୁସମାଚାର ପ୍ରାପ୍ତ ହୁଅ, ତାହାହେଲେ ତୁମ୍ଭେମାନେ ତ ବଡ଼ ସହିଷ୍ଣୁ।
ει μεν γαρ ο ερχομενος αλλον ιησουν κηρυσσει ον ουκ εκηρυξαμεν η πνευμα ετερον λαμβανετε ο ουκ ελαβετε η ευαγγελιον ετερον ο ουκ εδεξασθε καλως ανεχεσθε
5 କାରଣ ସେହି ଶ୍ରେଷ୍ଠତର ପ୍ରେରିତମାନଙ୍କଠାରୁ ମୁଁ ଯେକୌଣସି ପ୍ରକାରେ କ୍ଷୁଦ୍ର ନୁହେଁ, ଏହା ମନେ କରୁଅଛି।
λογιζομαι γαρ μηδεν υστερηκεναι των υπερ λιαν αποστολων
6 କିନ୍ତୁ ଯଦ୍ୟପି ମୁଁ ବକ୍ତୃତାରେ ପାରଙ୍ଗମ ନୁହେଁ, ତଥାପି ମୁଁ ଜ୍ଞାନରେ ଅପାରଙ୍ଗମ ନୁହେଁ ପ୍ରକୃତରେ ଆମ୍ଭେମାନେ ସମସ୍ତ ପ୍ରକାରେ ସମସ୍ତ ବିଷୟରେ ତୁମ୍ଭମାନଙ୍କ ପ୍ରତି ଏହା ପ୍ରକାଶ କଲୁ।
ει δε και ιδιωτης τω λογω αλλ ου τη γνωσει αλλ εν παντι φανερωσαντες εν πασιν εις υμας
7 ଅବା ତୁମ୍ଭେମାନେ ଯେପରି ଉନ୍ନତ ହୁଅ, ଏଥିନିମନ୍ତେ ମୁଁ ଆପଣାକୁ ନମ୍ର କରି ଯେ ବିନାମୂଲ୍ୟରେ ତୁମ୍ଭମାନଙ୍କ ନିକଟରେ ଈଶ୍ବରଙ୍କ ସୁସମାଚାର ପ୍ରଚାର କଲି, ଏଥିରେ କଅଣ ପାପ କଲି?
η αμαρτιαν εποιησα εμαυτον ταπεινων ινα υμεις υψωθητε οτι δωρεαν το του θεου ευαγγελιον ευηγγελισαμην υμιν
8 ତୁମ୍ଭମାନଙ୍କର ସେବା କରିବା ନିମନ୍ତେ ମୁଁ ଅନ୍ୟାନ୍ୟ ମଣ୍ଡଳୀ-ସମୂହରୁ ବେତନ ଗ୍ରହଣ କରି ସେମାନଙ୍କୁ ଲୁଣ୍ଠନ କଲି,
αλλας εκκλησιας εσυλησα λαβων οψωνιον προς την υμων διακονιαν
9 କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ଯେତେବେଳେ ଅଭାବଗ୍ରସ୍ତ ହୋଇଥିଲି, ସେତେବେଳେ ମୁଁ କୌଣସି ଲୋକର ଭାର ସ୍ୱରୂପ ହୋଇ ନ ଥିଲି, କାରଣ ମାକିଦନିଆରୁ ଭାଇମାନେ ଆସି ମୋହର ଅଭାବ ପୂରଣ କରିଥିଲେ, ପୁଣି, କୌଣସି ବିଷୟରେ ତୁମ୍ଭମାନଙ୍କର ଭାର ସ୍ୱରୂପ ନ ହେବାକୁ ଆପଣା ବିଷୟରେ ଜାଗ୍ରତ ହୋଇଥିଲି, ଆଉ ଜାଗ୍ରତ ହୋଇ ରହିବି।
και παρων προς υμας και υστερηθεις ου κατεναρκησα ουθενος το γαρ υστερημα μου προσανεπληρωσαν οι αδελφοι ελθοντες απο μακεδονιας και εν παντι αβαρη εμαυτον υμιν ετηρησα και τηρησω
10 ମୋʼ ଠାରେ ଥିବା ଖ୍ରୀଷ୍ଟଙ୍କ ସତ୍ୟକୁ ସାକ୍ଷୀ ମାନି ମୁଁ କହୁଅଛି ଯେ, ଆଖାୟାର ଅଞ୍ଚଳସମୂହରେ ମୋହର ଏହି ଦର୍ପ କେହି ଖଣ୍ଡନ କରିବ ନାହିଁ, କାହିଁକି?
εστιν αληθεια χριστου εν εμοι οτι η καυχησις αυτη ου φραγησεται εις εμε εν τοις κλιμασιν της αχαιας
11 ମୁଁ ତୁମ୍ଭମାନଙ୍କୁ ପ୍ରେମ କରୁ ନ ଥିବାରୁ? ଈଶ୍ବର ଜାଣନ୍ତି।
δια τι οτι ουκ αγαπω υμας ο θεος οιδεν
12 କିନ୍ତୁ ଦର୍ପର ବିଷୟରେ ଆମ୍ଭମାନଙ୍କ ପରି ଦେଖାଯିବା ନିମନ୍ତେ ଯେଉଁମାନେ ସୁଯୋଗ ଅନ୍ୱେଷଣ କରନ୍ତି, ମୁଁ ଯେପରି ସେମାନଙ୍କୁ ସୁଯୋଗ ନ ଦିଏ, ଏଥିନିମନ୍ତେ ମୁଁ ଯାହା କରୁଅଛି, ତାହା କରୁଥିବି।
ο δε ποιω και ποιησω ινα εκκοψω την αφορμην των θελοντων αφορμην ινα εν ω καυχωνται ευρεθωσιν καθως και ημεις
13 କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି।
οι γαρ τοιουτοι ψευδαποστολοι εργαται δολιοι μετασχηματιζομενοι εις αποστολους χριστου
14 ଆଉ ଏହା ଆଶ୍ଚର୍ଯ୍ୟ ନୁହେଁ, କାରଣ ଶୟତାନ ନିଜେ ଦୀପ୍ତିମୟ ଦୂତର ବେଶ ଧାରଣ କରେ।
και ου θαυμα αυτος γαρ ο σατανας μετασχηματιζεται εις αγγελον φωτος
15 ଅତଏବ, ଯଦି ତାହାର ସେବକମାନେ ମଧ୍ୟ ଧାର୍ମିକତାର ସେବକମାନଙ୍କ ବେଶ ଧାରଣ କରନ୍ତି, ତେବେ ତାହା ବଡ଼ ବିଷୟ ନୁହେଁ; ସେମାନଙ୍କ ଶେଷ ଦଶା ସେମାନଙ୍କ କର୍ମ ଅନୁସାରେ ଘଟିବ।
ου μεγα ουν ει και οι διακονοι αυτου μετασχηματιζονται ως διακονοι δικαιοσυνης ων το τελος εσται κατα τα εργα αυτων
16 ମୁଁ ପୁନର୍ବାର କହୁଅଛି, କେହି ମୋତେ ନିର୍ବୋଧ ମନେ ନ କରୁ; କିନ୍ତୁ ଯଦି ତୁମ୍ଭେମାନେ ସେପରି ମନେ କର, ତେବେ ସୁଦ୍ଧା ମୋତେ ନିର୍ବୋଧ ପରି ଗ୍ରହଣ କର, ଯେପରି ମୁଁ ମଧ୍ୟ ଅଳ୍ପ ଦର୍ପ କରିପାରେ।
παλιν λεγω μη τις με δοξη αφρονα ειναι ει δε μη γε καν ως αφρονα δεξασθε με ινα καγω μικρον τι καυχησωμαι
17 ମୁଁ ଯାହା କହୁଅଛି, ତାହା ପ୍ରଭୁଙ୍କ ମତାନୁସାରେ କହୁ ନାହିଁ, ମାତ୍ର ନିର୍ବୋଧ ତୁଲ୍ୟ ଏପରି ଅତ୍ୟନ୍ତ ସାହସରେ ଦର୍ପ କରି କହୁଅଛି।
ο λαλω ου κατα κυριον λαλω αλλ ως εν αφροσυνη εν ταυτη τη υποστασει της καυχησεως
18 ଅନେକ ସାଂସାରିକ ଭାବରେ ଦର୍ପ କରୁଥିବାରୁ ମୁଁ ମଧ୍ୟ ଦର୍ପ କରିବି।
επει πολλοι καυχωνται κατα {VAR1: [την] } σαρκα καγω καυχησομαι
19 କାରଣ ତୁମ୍ଭେମାନେ ବୁଦ୍ଧିମାନ ଦାସ ବୋଲି ସିନା ଆନନ୍ଦରେ ନିର୍ବୋଧମାନଙ୍କ ପ୍ରତି ସହିଷ୍ଣୁ ହେଉଅଛ।
ηδεως γαρ ανεχεσθε των αφρονων φρονιμοι οντες
20 ଯେଣୁ ଯଦି କେହି ତୁମ୍ଭମାନଙ୍କୁ ଦାସ କରି ରଖେ, ତୁମ୍ଭମାନଙ୍କ ସମ୍ପତ୍ତି ଗ୍ରାସ କରେ, ତୁମ୍ଭମାନଙ୍କୁ ଫାନ୍ଦରେ ପକାଇ ଧରେ, ଅହଙ୍କାର କରେ ବା ତୁମ୍ଭମାନଙ୍କ ମୁହଁରେ ଚାପୁଡ଼ା ମାରେ, ତେବେ ତୁମ୍ଭେମାନେ ତାହା ସହିଥାଅ।
ανεχεσθε γαρ ει τις υμας καταδουλοι ει τις κατεσθιει ει τις λαμβανει ει τις επαιρεται ει τις εις προσωπον υμας δερει
21 ମୁଁ ଲଜ୍ଜା ସହ ସ୍ୱୀକାର କରୁଅଛି ଯେ, ଆମ୍ଭେମାନେ ତ ଦୁର୍ବଳ ହୋଇଅଛୁ। ତଥାପି ଯେକୌଣସି ବିଷୟରେ କେହି ସାହସୀ ଅଟେ (ମୁଁ ନିର୍ବୋଧତାରେ କହୁଅଛି), ମୁଁ ମଧ୍ୟ ସାହସୀ।
κατα ατιμιαν λεγω ως οτι ημεις ησθενηκαμεν εν ω δ αν τις τολμα εν αφροσυνη λεγω τολμω καγω
22 ସେମାନେ କି ଏବ୍ରୀୟ? ମୁଁ ମଧ୍ୟ ଏବ୍ରୀୟ। ସେମାନେ କି ଇସ୍ରାଏଲୀୟ? ମୁଁ ମଧ୍ୟ ଇସ୍ରାଏଲୀୟ। ସେମାନେ କି ଅବ୍ରହାମଙ୍କ ସନ୍ତାନ? ମୁଁ ମଧ୍ୟ ଅବ୍ରହାମଙ୍କ ସନ୍ତାନ।
εβραιοι εισιν καγω ισραηλιται εισιν καγω σπερμα αβρααμ εισιν καγω
23 ସେମାନେ କି ଖ୍ରୀଷ୍ଟଙ୍କ ସେବକ? (ମୁଁ ପାଗଳ ପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ବାର ମୃତ୍ୟୁର ସମ୍ମୁଖୀନ ହେବାରେ;
διακονοι χριστου εισιν παραφρονων λαλω υπερ εγω εν κοποις περισσοτερως εν φυλακαις περισσοτερως εν πληγαις υπερβαλλοντως εν θανατοις πολλακις
24 ମୁଁ ଯିହୁଦୀମାନଙ୍କଠାରୁ ପାଞ୍ଚ ଥର ଅଣଚାଳିଶ ପ୍ରହାର ପାଇଅଛି,
υπο ιουδαιων πεντακις τεσσερακοντα παρα μιαν ελαβον
25 ତିନି ଥର ବେତ୍ରାଘାତ, ଥରେ ପ୍ରସ୍ତରାଘାତ, ତିନି ଥର ଜାହାଜଭଙ୍ଗ ସହିଅଛି, ଅଗାଧ ଜଳରେ ଦିବାରାତ୍ର କ୍ଷେପଣ କରିଅଛି,
τρις ερραβδισθην απαξ ελιθασθην τρις εναυαγησα νυχθημερον εν τω βυθω πεποιηκα
26 ଅନେକ ଥର ଯାତ୍ରା କରିବାରେ, ନଦୀର ବିପଦରେ, ଡକାଇତଙ୍କ ବିପଦରେ, ସ୍ୱଜାତିଠାରୁ ବିପଦରେ, ଅଣଯିହୁଦୀମାନଙ୍କଠାରୁ ବିପଦରେ, ନଗରର ବିପଦରେ, ପ୍ରାନ୍ତରର ବିପଦରେ, ସମୁଦ୍ରର ବିପଦରେ,
οδοιποριαις πολλακις κινδυνοις ποταμων κινδυνοις ληστων κινδυνοις εκ γενους κινδυνοις εξ εθνων κινδυνοις εν πολει κινδυνοις εν ερημια κινδυνοις εν θαλασση κινδυνοις εν ψευδαδελφοις
27 ଭଣ୍ଡ ଭାଇମାନଙ୍କଠାରୁ ବିପଦରେ, ପରିଶ୍ରମ ଓ କଷ୍ଟ ଭୋଗରେ, ଅନେକ ଥର ଉଜାଗରରେ, କ୍ଷୁଧା ଓ ତୃଷ୍ଣାରେ, ଅନେକ ଥର ଉପବାସରେ, ଶୀତ ଓ ଉଲଗ୍ନତାରେ ମଧ୍ୟ ରହିଅଛି।
κοπω και μοχθω εν αγρυπνιαις πολλακις εν λιμω και διψει εν νηστειαις πολλακις εν ψυχει και γυμνοτητι
28 ଅବଶିଷ୍ଟ ସମସ୍ତ ବିଷୟ ଛଡ଼ା ଆଉ ଗୋଟିଏ ବିଷୟ ପ୍ରତିଦିନ ମୋʼ ଉପରେ ମାଡ଼ିପଡ଼ୁଅଛି, ଅର୍ଥାତ୍‍ ମଣ୍ଡଳୀ-ସମୂହ ନିମନ୍ତେ ଚିନ୍ତା।
χωρις των παρεκτος η επιστασις μοι η καθ ημεραν η μεριμνα πασων των εκκλησιων
29 କେହି ଦୁର୍ବଳ ହେଲେ ମୁଁ କଅଣ ଦୁର୍ବଳ ନୁହେଁ? କେହି ବିଘ୍ନ ପାଇଲେ ମୁଁ କଅଣ ଉତ୍ତପ୍ତ ହୁଏ ନାହିଁ?
τις ασθενει και ουκ ασθενω τις σκανδαλιζεται και ουκ εγω πυρουμαι
30 ଯଦି ମୋହର ଦର୍ପ କରିବାର ଆବଶ୍ୟକ ହୁଏ, ତେବେ ମୁଁ ମୋହର ଦୁର୍ବଳତା ବିଷୟରେ ଦର୍ପ କରିବି।
ει καυχασθαι δει τα της ασθενειας {VAR1: [μου] } {VAR2: μου } καυχησομαι
31 ମୁଁ ଯେ ମିଥ୍ୟା କହୁ ନାହିଁ, ଏହା ପ୍ରଭୁ ଯୀଶୁଙ୍କ ଈଶ୍ବର ଓ ପିତା ଜାଣନ୍ତି; ସେ ଯୁଗେ ଯୁଗେ ଧନ୍ୟ। (aiōn g165)
ο θεος και πατηρ του κυριου ιησου οιδεν ο ων ευλογητος εις τους αιωνας οτι ου ψευδομαι (aiōn g165)
32 ଦମ୍ମେଶକରେ ହାରେତା ରାଜାଙ୍କ ଶାସନକର୍ତ୍ତା ମୋତେ ଧରିବା ନିମନ୍ତେ ଉକ୍ତ ସହରରେ ପ୍ରହରୀମାନଙ୍କୁ ଜଗାଇଥିଲେ,
εν δαμασκω ο εθναρχης αρετα του βασιλεως εφρουρει την πολιν δαμασκηνων πιασαι με
33 ଆଉ ଟୋକାଇରେ ଗୋଟିଏ ଝରକା ବାଟେ ପ୍ରାଚୀର ଦେଇ ମୋତେ ଓହ୍ଲାଇ ଦିଆଗଲା, ପୁଣି, ମୁଁ ତାହାଙ୍କ ହସ୍ତରୁ ରକ୍ଷା ପାଇଲି।
και δια θυριδος εν σαργανη εχαλασθην δια του τειχους και εξεφυγον τας χειρας αυτου

< କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11 >