< କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2 >
1 ମାତ୍ର ତୁମ୍ଭମାନଙ୍କ ନିକଟକୁ ମୋହର ଯିବା ଯେପରି ପୁନର୍ବାର ଦୁଃଖଜନକ ନ ହୁଏ, ଏହା ମୁଁ ମନରେ ସ୍ଥିର କଲି।
Odlučih dakle u sebi da neću k vama opet sa žalošću.
2 ଯେଣୁ ମୁଁ ଯଦି ତୁମ୍ଭମାନଙ୍କୁ ଦୁଃଖ ଦିଏ, ତେବେ ଯାହାକୁ ମୁଁ ଦୁଃଖ ଦିଏ, ତାହା ଛଡ଼ା ଆଉ କିଏ ମୋତେ ଆନନ୍ଦ ଦେବ?
Jer ako ja vas ražalostim, a tko će mene obradovati ako ne onaj koga ja žalostim?
3 ପୁଣି, ଯେଉଁମାନଙ୍କଠାରୁ ମୋହର ଆନନ୍ଦ ପାଇବା ଉଚିତ, ସେମାନଙ୍କଠାରୁ ମୁଁ ଆସି ଯେପରି ଦୁଃଖ ନ ପାଏ, ଏଥିନିମନ୍ତେ ମୁଁ ଏହି କଥା ଲେଖିଥିଲି, ଯେଣୁ ମୋହର ଆନନ୍ଦରେ ଯେ ତୁମ୍ଭମାନଙ୍କର ଆନନ୍ଦ, ଏହା ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ବିଶ୍ୱାସ।
Zato vam to i napisah da me, kada dođem, ne ražaloste oni koji bi mi imali biti na radost. Uzdam se doista u sve vas, da je moja radost - radost svih vas.
4 କାରଣ ବହୁତ କ୍ଳେଶ ଓ ହୃଦୟର ବେଦନାରେ ବହୁ-ଅଶ୍ରୁପାତ ସହିତ ମୁଁ ତୁମ୍ଭମାନଙ୍କୁ ଲେଖିଥିଲି ଯେପରି ତୁମ୍ଭେମାନେ ଦୁଃଖିତ ହୁଅ, ଏପରି ନୁହେଁ, ମାତ୍ର ତୁମ୍ଭମାନଙ୍କ ପ୍ରତି ମୋହର ଯେ ଅଧିକ ପ୍ରଚୁର ପ୍ରେମ ଅଛି, ଏହା ଯେପରି ତୁମ୍ଭେମାନେ ଜ୍ଞାତ ହୁଅ।
Pisah vam uistinu uz mnoge suze, iz velike nevolje i tjeskobe srca, ne da se ražalostite, nego da upoznate moju preveliku ljubav prema vama.
5 କିନ୍ତୁ ଯଦି କେହି ଦୁଃଖ ଦେଇଅଛି, ସେ ମୋତେ ଦୁଃଖ ଦେଇ ନାହିଁ, ମାତ୍ର କେତେକ ପରିମାଣରେ (ମୁଁ ଅଧିକ କଠିନ ହେବାକୁ ଇଚ୍ଛା କରୁ ନାହିଁ) ତୁମ୍ଭ ସମସ୍ତଙ୍କୁ ଦୁଃଖ ଦେଇଅଛି।
Ako me tko ražalostio, nije ražalostio mene, nego u neku ruku - da ne pretjeram - sve vas.
6 ଅଧିକାଂଶଙ୍କ ଦ୍ୱାରା ଏପରି ଲୋକ ଯେଉଁ ଶାସ୍ତି ପାଇଅଛି, ତାହା ପକ୍ଷରେ ତାହା ଯଥେଷ୍ଟ;
Dosta je takvu ona kazna od većine
7 ଏଣୁ କାଳେ ଏପରି ଲୋକ ଅତିରିକ୍ତ ଦୁଃଖରେ ବୁଡ଼ିଯାଏ, ଏଥିପାଇଁ ତୁମ୍ଭେମାନେ ତାହାକୁ ବରଂ କ୍ଷମା କର ଓ ସାନ୍ତ୍ୱନା ଦିଅ।
pa ga vi radije pomilujte i utješite da ga pretjerana žalost ne shrva.
8 ଅତଏବ, ତାହା ପ୍ରତି ପ୍ରେମ ବ୍ୟବହାର ସ୍ଥାପନ କରିବାକୁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି।
Zato vas molim, iskažite mu ljubav.
9 କାରଣ ତୁମ୍ଭେମାନେ ସମସ୍ତ ବିଷୟରେ ଯେ ବାଧ୍ୟ ଅଟ, ତୁମ୍ଭମାନଙ୍କ ବିଷୟରେ ସେଥିର ପ୍ରମାଣ ଯେପରି ମୁଁ ପାଏ, ଏହି ଉଦ୍ଦେଶ୍ୟରେ ମଧ୍ୟ ଲେଖିଥିଲି।
Ta zato vam i pisah da vidim jeste li prokušani, jeste li u svemu poslušni.
10 କିନ୍ତୁ ତୁମ୍ଭେମାନେ ଯାହାର କିଛି କ୍ଷମା କର, ମୁଁ ମଧ୍ୟ ତାହାକୁ କ୍ଷମା କରେ; କାରଣ ମୁଁ ଯଦି କିଛି କ୍ଷମା କରିଅଛି, ତେବେ ଯାହା କ୍ଷମା କରିଅଛି, ତାହା ଖ୍ରୀଷ୍ଟଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ସକାଶେ କ୍ଷମା କରିଅଛି,
Komu dakle vi što oprostite, tomu i ja; jer i ja, ako kome što oprostih, oprostih poradi vas - pred Kristom,
11 ଯେପରି ଶୟତାନ ଆମ୍ଭମାନଙ୍କର ଅପକାର କରିବାକୁ ସୁଯୋଗପ୍ରାପ୍ତ ନ ହୁଏ। କାରଣ ଆମ୍ଭେମାନେ ତାହାର ସମସ୍ତ ଦୁଷ୍ଟ କଳ୍ପନା ସମ୍ବନ୍ଧରେ ଅଜ୍ଞ ନୋହୁଁ।
da nas ne nadmudri Sotona. Ta znamo njegove namjere!
12 ପୁଣି, ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ତ୍ରୋୟାକୁ ଆସିଲା ଉତ୍ତାରେ ପ୍ରଭୁଙ୍କ କାର୍ଯ୍ୟ ନିମନ୍ତେ ସୁଯୋଗରୂପ ଦ୍ୱାର ମୁକ୍ତ ହେଲେ ହେଁ,
Kada dođoh u Troadu poradi evanđelja Kristova, premda mi se otvoriše vrata u Gospodinu,
13 ମୋହର ଭାଇ ତୀତସଙ୍କୁ ନ ଦେଖି ଆତ୍ମାରେ ଶାନ୍ତି ନ ପାଇବାରୁ ସେମାନଙ୍କଠାରୁ ବିଦାୟ ଘେନି ମାକିଦନିଆକୁ ପ୍ରସ୍ଥାନ କଲି।
ne bijaše mi duši spokoja što ne nađoh Tita, brata svoga; oprostih se stoga s njima i pođoh u Makedoniju.
14 କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟ ଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ୱାରା ପ୍ରକାଶ କରୁଅଛନ୍ତି,
Ali hvala Bogu koji nas u Kristu uvijek proslavlja te širi po nama na svakome mjestu miris svoga spoznanja.
15 କାରଣ ପରିତ୍ରାଣ ପାଉଥିବା ଓ ବିନାଶ ହେଉଥିବା ଲୋକମାନଙ୍କ ମଧ୍ୟରେ ଆମ୍ଭେମାନେ ଈଶ୍ବରଙ୍କ ଦୃଷ୍ଟିରେ ଖ୍ରୀଷ୍ଟଙ୍କର ସୁଗନ୍ଧ ସ୍ୱରୂପ,
Da, Kristov smo miomiris Bogu i među onima koji se spasavaju i među onima koji propadaju:
16 ଏକ ପକ୍ଷର ଲୋକଙ୍କ ପ୍ରତି ମୃତ୍ୟୁଦାୟକ ଓ ଅନ୍ୟ ପକ୍ଷରେ ଲୋକଙ୍କ ପ୍ରତି ଜୀବନଦାୟକ ସୁବାସ ସ୍ୱରୂପ। ଆଉ ଏହି ସମସ୍ତ ନିମନ୍ତେ କିଏ ସମର୍ଥ?
ovima miris iz smrti za smrt, onima miris iz života za život. A tko je za to podoban?
17 ସେହି ଅନେକ ଲୋକ ଯେପରି ଈଶ୍ବରଙ୍କ ବାକ୍ୟ ବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଈଶ୍ବରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ।
Uistinu, mi nismo kao mnogi koji trguju riječju Božjom, nego iskreno - kao od Boga pred Bogom - u Kristu govorimo.