< କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 3 >

1 ଆମ୍ଭେମାନେ କି ପୁନର୍ବାର ଆତ୍ମପ୍ରଶଂସା କରିବାକୁ ଆରମ୍ଭ କରୁଅଛୁ? କିମ୍ବା କାହାରି କାହାରି ପରି କଅଣ ତୁମ୍ଭମାନଙ୍କ ନିକଟକୁ ବା ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କର ପ୍ରଶଂସାପତ୍ର ଆବଶ୍ୟକ?
Ἀρχόμεθα πάλιν ἑαυτοὺς συνιστάνειν; ἢ μὴ χρῄζομεν ὥς τινες συστατικῶν ἐπιστολῶν πρὸς ὑμᾶς ἢ ἐξ ὑμῶν;
2 ତୁମ୍ଭେମାନେ ତ ଆମ୍ଭମାନଙ୍କ ହୃଦୟରେ ଲିଖିତ ଏବଂ ସମସ୍ତ ଲୋକଙ୍କ ଜ୍ଞାତ ଓ ପଠିତ ଆମ୍ଭମାନଙ୍କ ପତ୍ର-ସ୍ୱରୂପ;
ἡ ἐπιστολὴ ἡμῶν ὑμεῖς ἐστε, ἐνγεγραμμένη ἐν ταῖς καρδίαις ἡμῶν, γινωσκομένη καὶ ἀναγινωσκομένη ὑπὸ πάντων ἀνθρώπων,
3 ପୁଣି, ତୁମ୍ଭେମାନେ ଯେ ଆମ୍ଭମାନଙ୍କ ସେବାରେ ଲିଖିତ ଖ୍ରୀଷ୍ଟଙ୍କ ପତ୍ର-ସ୍ୱରୂପ, ଏହା ପ୍ରକାଶ ପାଉଅଛି; ତାହା କାଳିରେ ଲିଖିତ ନୁହେଁ, ମାତ୍ର ଜୀବନ୍ତ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଲିଖିତ, ପ୍ରସ୍ତରଫଳକରେ ନୁହେଁ, ମାତ୍ର ମାଂସମୟ ହୃଦୟରୂପ ଫଳକରେ।
φανερούμενοι ὅτι ἐστὲ ἐπιστολὴ Χριστοῦ διακονηθεῖσα ὑφ’ ἡμῶν, ἐνγεγραμμένη οὐ μέλανι ἀλλὰ Πνεύματι Θεοῦ ζῶντος, οὐκ ἐν πλαξὶν λιθίναις ἀλλ’ ἐν πλαξὶν καρδίαις σαρκίναις.
4 ଆଉ, ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ଉପରେ ନିର୍ଭର ରଖି ଆମ୍ଭମାନଙ୍କର ଏହି ପ୍ରକାର ବିଶ୍ୱାସ ଅଛି।
Πεποίθησιν δὲ τοιαύτην ἔχομεν διὰ τοῦ Χριστοῦ πρὸς τὸν Θεόν.
5 ଆମ୍ଭେମାନେ ଯେ ନିଜଠାରୁ କିଛି ଉଦ୍ଭାବନ କରିବାକୁ ସମର୍ଥ, ଏପରି ନୁହେଁ, ମାତ୍ର ଆମ୍ଭମାନଙ୍କର ସାମର୍ଥ୍ୟ ଈଶ୍ବରଙ୍କଠାରୁ;
οὐχ ὅτι ἀφ’ ἑαυτῶν ἱκανοί ἐσμεν λογίσασθαί τι ὡς ἐξ ἑαυτῶν, ἀλλ’ ἡ ἱκανότης ἡμῶν ἐκ τοῦ Θεοῦ,
6 ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାନ୍ତି, ମାତ୍ର ପବିତ୍ର ଆତ୍ମାଙ୍କ, ଅର୍ଥାତ୍‍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ, ମାତ୍ର ପବିତ୍ର ଆତ୍ମା ଜୀବନଦାୟକ;
ὃς καὶ ἱκάνωσεν ἡμᾶς διακόνους καινῆς διαθήκης, οὐ γράμματος ἀλλὰ πνεύματος· τὸ γὰρ γράμμα ἀποκτείνει, τὸ δὲ πνεῦμα ζωοποιεῖ.
7 ଆଉ, ଯଦି ଅକ୍ଷରରେ ପ୍ରସ୍ତର ଉପରେ ଖୋଦିତ ମୃତ୍ୟୁଦାୟକ ବ୍ୟବସ୍ଥାର ସେବାକାର୍ଯ୍ୟ ଏପରି ଗୌରବରେ ପ୍ରକାଶିତ ହୋଇଥିଲା ଯେ, ଇସ୍ରାଏଲ ଲୋକମାନେ ମୋଶାଙ୍କ ମୁଖର କ୍ଷଣସ୍ଥାୟୀ ତେଜ ସକାଶେ ତାହାଙ୍କ ମୁଖପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ ପାରିଲେ ନାହିଁ,
Εἰ δὲ ἡ διακονία τοῦ θανάτου ἐν γράμμασιν ἐντετυπωμένη λίθοις ἐγενήθη ἐν δόξῃ, ὥστε μὴ δύνασθαι ἀτενίσαι τοὺς υἱοὺς Ἰσραὴλ εἰς τὸ πρόσωπον Μωϋσέως διὰ τὴν δόξαν τοῦ προσώπου αὐτοῦ τὴν καταργουμένην,
8 ତେବେ ଆତ୍ମିକ ସେବାକାର୍ଯ୍ୟ କେତେ ଅଧିକ ଗୌରବଯୁକ୍ତ ନ ହେବ?
πῶς οὐχὶ μᾶλλον ἡ διακονία τοῦ πνεύματος ἔσται ἐν δόξῃ;
9 କାରଣ ଯଦି ଦଣ୍ଡାଜ୍ଞାର ସେବାକାର୍ଯ୍ୟ ଗୌରବଯୁକ୍ତ, ତେବେ ଧାର୍ମିକତାର ସେବାକାର୍ଯ୍ୟ ବରଂ ଆହୁରି ଅଧିକ ଗୌରବଯୁକ୍ତ।
εἰ γὰρ ἡ διακονία τῆς κατακρίσεως δόξα, πολλῷ μᾶλλον περισσεύει ἡ διακονία τῆς δικαιοσύνης δόξῃ.
10 ଯେଣୁ ଯାହା ଗୌରବଯୁକ୍ତ ହୋଇଥିଲା, ତାହା ସେଥିରୁ ଅତି ଅଧିକ ଗୌରବଯୁକ୍ତ ବିଷୟର ତୁଳନାରେ ଗୌରବବିହୀନ ହୋଇଅଛି।
καὶ γὰρ οὐ δεδόξασται τὸ δεδοξασμένον ἐν τούτῳ τῷ μέρει εἵνεκεν τῆς ὑπερβαλλούσης δόξης.
11 କାରଣ ଯଦି କ୍ଷଣସ୍ଥାୟୀ ବିଷୟ ଗୌରବଯୁକ୍ତ ହେଲା, ତେବେ ଚିରସ୍ଥାୟୀ ବିଷୟ ଆହୁରି ଅଧିକ ଗୌରବରେ ଅବସ୍ଥିତ।
εἰ γὰρ τὸ καταργούμενον διὰ δόξης, πολλῷ μᾶλλον τὸ μένον ἐν δόξῃ.
12 ଅତଏବ, ଏହି ପ୍ରକାର ଭରସା ପ୍ରାପ୍ତ ହୋଇ ଆମ୍ଭେମାନେ ଅତି ସାହସିକ ଅଟୁ,
Ἔχοντες οὖν τοιαύτην ἐλπίδα πολλῇ παρρησίᾳ χρώμεθα,
13 ଆଉ, ଇସ୍ରାଏଲ ସନ୍ତାନମାନେ ଯେପରି ସେହି କ୍ଷଣସ୍ଥାୟୀ ଗୌରବ ଲୋପ ପାଉଥିବା ଦୃଶ୍ୟ ପ୍ରତି ସ୍ଥିରଦୃଷ୍ଟି ନ କରନ୍ତି, ସେଥିପାଇଁ ମୋଶା ଯେପ୍ରକାରେ ଆପଣା ମୁଖରେ ଆବରଣ ଦେଉଥିଲେ, ଆମ୍ଭେମାନେ ସେପ୍ରକାର କରୁନାହୁଁ।
καὶ οὐ καθάπερ Μωϋσῆς ἐτίθει κάλυμμα ἐπὶ τὸ πρόσωπον αὐτοῦ, πρὸς τὸ μὴ ἀτενίσαι τοὺς υἱοὺς Ἰσραὴλ εἰς τὸ τέλος τοῦ καταργουμένου.
14 କିନ୍ତୁ ସେମାନଙ୍କର ଜ୍ଞାନଚକ୍ଷୁ ଜଡ଼ୀଭୂତ ହୋଇଅଛି, କାରଣ ଆଜି ପର୍ଯ୍ୟନ୍ତ ପୁରାତନ ନିୟମ ପାଠ ସମୟରେ ସେହି ଆବରଣ ପୂର୍ବ ପରି ରହିଅଛି, ଆଉ ଖ୍ରୀଷ୍ଟଙ୍କଠାରେ ସେହି ଆବରଣର ଯେ ଲୋପ ହେଉଅଛି, ଏହା ପ୍ରକାଶ ପାଉ ନାହିଁ।
ἀλλὰ ἐπωρώθη τὰ νοήματα αὐτῶν. ἄχρι γὰρ τῆς σήμερον ἡμέρας τὸ αὐτὸ κάλυμμα ἐπὶ τῇ ἀναγνώσει τῆς παλαιᾶς διαθήκης μένει, μὴ ἀνακαλυπτόμενον, ὅτι ἐν Χριστῷ καταργεῖται·
15 ମାତ୍ର ଆଜି ପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ପାଠ କରାଯିବା ସମୟରେ ସେମାନଙ୍କ ହୃଦୟ ଆବରଣରେ ଆଚ୍ଛାଦିତ ଥାଏ,
ἀλλ’ ἕως σήμερον ἡνίκα ἂν ἀναγινώσκηται Μωϋσῆς κάλυμμα ἐπὶ τὴν καρδίαν αὐτῶν κεῖται·
16 କିନ୍ତୁ ପ୍ରଭୁଙ୍କ ପ୍ରତି ଫେରିଲେ ସେହି ଆବରଣ ଅପସାରିତ ହୁଏ।
ἡνίκα δὲ ἐὰν ἐπιστρέψῃ πρὸς Κύριον, περιαιρεῖται τὸ κάλυμμα.
17 ପ୍ରଭୁ ଆତ୍ମା ଅଟନ୍ତି; ଆଉ ଯେଉଁଠାରେ ପ୍ରଭୁଙ୍କ ଆତ୍ମା ସେଠାରେ ସ୍ୱାଧୀନତା।
ὁ δὲ Κύριος τὸ Πνεῦμά ἐστιν· οὗ δὲ τὸ Πνεῦμα Κυρίου, ἐλευθερία.
18 କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେ ଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁ ଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ପ୍ରତିମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ; ଯେଣୁ ପ୍ରଭୁ ଯିଏ ଆତ୍ମା ଅଟନ୍ତି, ତାହାଙ୍କଠାରୁ ଏହିସବୁ ହେଉଅଛି।
ἡμεῖς δὲ πάντες ἀνακεκαλυμμένῳ προσώπῳ τὴν δόξαν Κυρίου κατοπτριζόμενοι τὴν αὐτὴν εἰκόνα μεταμορφούμεθα ἀπὸ δόξης εἰς δόξαν, καθάπερ ἀπὸ Κυρίου Πνεύματος.

< କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 3 >