< କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 4 >
1 ଅତଏବ, ଆମ୍ଭେମାନେ ଦୟା ପ୍ରାପ୍ତ ହୋଇ ଏହି ସେବକପଦ ପାଇବାରୁ ସାହସବିହୀନ ନୋହୁଁ,
Zato, budući da po milosrđu imamo ovu službu, ne malakšemo.
2 ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁ ପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୂର୍ତ୍ତତାରେ ଆଚରଣ କରୁ ନାହୁଁ ଅବା ଈଶ୍ବରଙ୍କ ବାକ୍ୟ ଛଳରେ ବ୍ୟବହାର କରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ୱାରା ଈଶ୍ବରଙ୍କ ସାକ୍ଷାତରେ ପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁ ଯୋଗ୍ୟ ଦେଖାଉଅଛ।
Ali odrekosmo se sramotnoga prikrivanja: ne nastupamo lukavo niti izopačujemo riječ Božju, nego se objavljivanjem istine preporučujemo svakoj savjesti ljudskoj pred Bogom.
3 କିନ୍ତୁ ଯଦ୍ୟପି ଆମ୍ଭମାନଙ୍କ ସୁସମାଚାର ଆଚ୍ଛାଦିତ ଥାଏ, ତାହା ବିନାଶପ୍ରାପ୍ତମାନଙ୍କ ପକ୍ଷରେ ଆଚ୍ଛାଦିତ;
Ako je i zastrto evanđelje naše, u onima je zastrto koji propadaju:
4 ଈଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି। (aiōn )
u onima kojima bog ovoga svijeta oslijepi pameti nevjerničke da ne zasvijetli svjetlost evanđelja slave Krista koji je slika Božja. (aiōn )
5 କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି, ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ।
Jer ne propovijedamo same sebe, nego Krista Isusa Gospodinom, a sebe slugama vašim poradi Isusa.
6 ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ବର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।
Ta Bog koji reče: Neka iz tame svjetlost zasine!, on zasvijetli u srcima našim da nam spoznanje slave Božje zasvijetli na licu Kristovu.
7 ମାତ୍ର ମହାଶକ୍ତି ଯେ ଈଶ୍ବରଙ୍କର, ପୁଣି, ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥିନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ;
To pak blago imamo u glinenim posudama da izvanredna ona snaga bude očito Božja, a ne od nas.
8 ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ, ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ;
U svemu pritisnuti, ali ne pritiješnjeni; dvoumeći, ali ne zdvajajući;
9 ତାଡ଼ନା ପ୍ରାପ୍ତ ହେଉଅଛୁ, ତଥାପି ପରିତ୍ୟକ୍ତ ନୋହୁଁ; ଅଧଃପତିତ ହେଉଅଛୁ, ତଥାପି ବିନଷ୍ଟ ନୋହୁଁ;
progonjeni, ali ne napušteni; obarani, ali ne oboreni -
10 ଆମ୍ଭେମାନେ ସର୍ବଦା ଯୀଶୁଙ୍କ ମୃତ୍ୟୁଭୋଗ ଶରୀରରେ ଅନୁଭବ କରୁଅଛୁ, ଯେପରି ଯୀଶୁଙ୍କ ଜୀବନ ମଧ୍ୟ ଆମ୍ଭମାନଙ୍କ ଶରୀରରେ ପ୍ରକାଶିତ ହୁଏ।
uvijek umiranje Isusovo u tijelu pronosimo da se i život Isusov u tijelu našem očituje.
11 କାରଣ ଯୀଶୁଙ୍କ ଜୀବନ ଯେପରି ଆମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ପ୍ରକାଶିତ ହୁଏ, ଏଥିପାଇଁ ଆମ୍ଭେମାନେ ଜୀବିତ ହେଲେ ହେଁ ସର୍ବଦା ଯୀଶୁଙ୍କ ସକାଶେ ମୃତ୍ୟୁମୁଖରେ ସମର୍ପିତ ହେଉଅଛୁ।
Doista, mi se živi uvijek na smrt predajemo poradi Isusa da se i život Isusov očituje u našem smrtnom tijelu.
12 ଏହି ପ୍ରକାରେ ଆମ୍ଭମାନଙ୍କଠାରେ ମୃତ୍ୟୁ, କିନ୍ତୁ ତୁମ୍ଭମାନଙ୍କଠାରେ ଜୀବନ କାର୍ଯ୍ୟ ସାଧନ କରୁଅଛି।
Tako smrt djeluje u nama, život u vama.
13 “ମୁଁ ବିଶ୍ୱାସ କଲି, ଏଣୁ କଥା କହିଲି,” ଶାସ୍ତ୍ରରେ ଏହି ଲିଖିତ ବାକ୍ୟ ଅନୁସାରେ ସେହି ବିଶ୍ୱାସଜନକ ଆତ୍ମା ପାଇଥିବାରୁ ଆମ୍ଭେମାନେ ମଧ୍ୟ ବିଶ୍ୱାସ କରୁ, ଏଣୁ ମଧ୍ୟ କଥା କହୁ;
A budući da imamo isti duh vjere kao što je pisano: Uzvjerovah, zato besjedim, i mi vjerujemo pa zato i besjedimo.
14 କାରଣ ଆମ୍ଭେମାନେ ଜାଣୁ, ପ୍ରଭୁ ଯୀଶୁଙ୍କୁ ଯେ ଉଠାଇଲେ, ସେ ଆମ୍ଭମାନଙ୍କୁ ମଧ୍ୟ ଯୀଶୁଙ୍କ ସହିତ ଉଠାଇବେ ଓ ତାହାଙ୍କ ଛାମୁରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ କରିବେ।
Ta znamo: onaj koji je uskrisio Gospodina Isusa i nas će s Isusom uskrisiti i zajedno s vama uza se postaviti.
15 ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ବରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ।
A sve je to za vas: da milost - umnožena - zahvaljivanjem mnogih izobiluje Bogu na slavu.
16 ତେଣୁ ଆମ୍ଭେମାନେ କ୍ଳାନ୍ତ ହେଉ ନାହୁଁ, କିନ୍ତୁ ଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧା ଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତ ହେଉଅଛି।
Zato ne malakšemo. Naprotiv, ako se naš izvanji čovjek i raspada, nutarnji se iz dana u dan obnavlja.
17 କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି; (aiōnios )
Ta ova malenkost naše časovite nevolje donosi nam obilato, sve obilatije, breme vječne slave (aiōnios )
18 ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତକାଳସ୍ଥାୟୀ। (aiōnios )
jer nama nije do vidljivog nego do nevidljivog: ta vidljivo je privremeno, a nevidljivo - vječno. (aiōnios )