< କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 4 >

1 ଅତଏବ, ଆମ୍ଭେମାନେ ଦୟା ପ୍ରାପ୍ତ ହୋଇ ଏହି ସେବକପଦ ପାଇବାରୁ ସାହସବିହୀନ ନୋହୁଁ,
Xoossa marotetha darope dendidaysan haysi ha oothozi nuus diza gishshi nuni hidota qanxxoko.
2 ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁ ପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୂର୍ତ୍ତତାରେ ଆଚରଣ କରୁ ନାହୁଁ ଅବା ଈଶ୍ବରଙ୍କ ବାକ୍ୟ ଛଳରେ ବ୍ୟବହାର କରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ୱାରା ଈଶ୍ବରଙ୍କ ସାକ୍ଷାତରେ ପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁ ଯୋଗ୍ୟ ଦେଖାଉଅଛ।
Gido attin geemara haniza yeelasiza yoota nu aggidos. Asi balethoko; Xoossa qaala woridora walakokko. Hessa histanape tumu yoota qoncera yootishe asi wurikka nu gizayssa ekana mala nunatetha Xoossa sintthe shiishos.
3 କିନ୍ତୁ ଯଦ୍ୟପି ଆମ୍ଭମାନଙ୍କ ସୁସମାଚାର ଆଚ୍ଛାଦିତ ଥାଏ, ତାହା ବିନାଶପ୍ରାପ୍ତମାନଙ୍କ ପକ୍ଷରେ ଆଚ୍ଛାଦିତ;
Nu mishiracho qaalay gordetikoka izi gordetiday dhayanaytaskko.
4 ଈଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍‍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି। (aiōn g165)
Xoossa lemuso gidida Kiristoosa boncho mishiracho qaala poo7oza ha alame asay beyontta mala hayssa ha alameza Xoossi ammanontta asa wozina mumisides. (aiōn g165)
5 କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି, ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ।
Nuni Yesus Kiristoosay Goda gididaysa sabakoos attin nuna sabakoko. Nuka nu baggara Yesusa gishshi intes oothizadentta gididosu.
6 ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ବର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।
Kiristoosa sintthan Xoossi ba boncho eratethi poo7o nuus immanas “Poo7oy dhuman poo7o” gida Xoossi ba poo7o nu wozinan po7isides.
7 ମାତ୍ର ମହାଶକ୍ତି ଯେ ଈଶ୍ବରଙ୍କର, ପୁଣି, ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥିନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ;
Gido attin hayssi gita woliqay nuus Xoossafe imettides attin nupe gidonttayssa bessana mala haysi boncho miishshay nunan oto milatizayta giddon dees.
8 ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ, ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ;
Awa baggaraka nuna sugikokka nuni tintth gi meqqoko. Nuus yooy tipp giikoka hidota qanxxoko.
9 ତାଡ଼ନା ପ୍ରାପ୍ତ ହେଉଅଛୁ, ତଥାପି ପରିତ୍ୟକ୍ତ ନୋହୁଁ; ଅଧଃପତିତ ହେଉଅଛୁ, ତଥାପି ବିନଷ୍ଟ ନୋହୁଁ;
Nu goodetikoka wora wodhi attoko. Istti nuna shoci gendersikoka nu dhayoko.
10 ଆମ୍ଭେମାନେ ସର୍ବଦା ଯୀଶୁଙ୍କ ମୃତ୍ୟୁଭୋଗ ଶରୀରରେ ଅନୁଭବ କରୁଅଛୁ, ଯେପରି ଯୀଶୁଙ୍କ ଜୀବନ ମଧ୍ୟ ଆମ୍ଭମାନଙ୍କ ଶରୀରରେ ପ୍ରକାଶିତ ହୁଏ।
Yesusa deyoy nu asatethan qoncana mala nuni iza hayqo wurso wode tooki yuyosu.
11 କାରଣ ଯୀଶୁଙ୍କ ଜୀବନ ଯେପରି ଆମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ପ୍ରକାଶିତ ହୁଏ, ଏଥିପାଇଁ ଆମ୍ଭେମାନେ ଜୀବିତ ହେଲେ ହେଁ ସର୍ବଦା ଯୀଶୁଙ୍କ ସକାଶେ ମୃତ୍ୟୁମୁଖରେ ସମର୍ପିତ ହେଉଅଛୁ।
Yesusa deyoy hayqiza nu asatethan qoncana mala paxa diza nuni wurso wodeka Yesusa gishshas hayqos aadhi imetosu.
12 ଏହି ପ୍ରକାରେ ଆମ୍ଭମାନଙ୍କଠାରେ ମୃତ୍ୟୁ, କିନ୍ତୁ ତୁମ୍ଭମାନଙ୍କଠାରେ ଜୀବନ କାର୍ଯ୍ୟ ସାଧନ କରୁଅଛି।
Hessa gishshi nu hayqos adhi imetishin inte qass deyon gakkista.
13 “ମୁଁ ବିଶ୍ୱାସ କଲି, ଏଣୁ କଥା କହିଲି,” ଶାସ୍ତ୍ରରେ ଏହି ଲିଖିତ ବାକ୍ୟ ଅନୁସାରେ ସେହି ବିଶ୍ୱାସଜନକ ଆତ୍ମା ପାଇଥିବାରୁ ଆମ୍ଭେମାନେ ମଧ୍ୟ ବିଶ୍ୱାସ କରୁ, ଏଣୁ ମଧ୍ୟ କଥା କହୁ;
Kase geesha maxaafan xaafetida mala “Ta ammanida gishshi hasa7adis” geetetidaysa mala nuka hessa he ammano ayanan ammaniza gishshi hasa7osu.
14 କାରଣ ଆମ୍ଭେମାନେ ଜାଣୁ, ପ୍ରଭୁ ଯୀଶୁଙ୍କୁ ଯେ ଉଠାଇଲେ, ସେ ଆମ୍ଭମାନଙ୍କୁ ମଧ୍ୟ ଯୀଶୁଙ୍କ ସହିତ ଉଠାଇବେ ଓ ତାହାଙ୍କ ଛାମୁରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ କରିବେ।
Gaasoyka Goda Yesus Kiristoosa hayqope dentthidayss nunaka izara issife dentthidi intenara ba sinttha shishshanaysa nu erosu.
15 ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ବରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ।
Daro asa gakishe diza kiiyatethi Xoossa bonchosu galata bolla galata gujjana mala haysi wurikka intena go7anas hanides.
16 ତେଣୁ ଆମ୍ଭେମାନେ କ୍ଳାନ୍ତ ହେଉ ନାହୁଁ, କିନ୍ତୁ ଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧା ଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତ ହେଉଅଛି।
Hessa gishshi nu hidota qanxxoko; nuusu kare bagga asatethay dhay dhay bikkoka nuusi gaatha bagga asatethay gallas gallas ooraxxi ooraxxi bees.
17 କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି; (aiōnios g166)
Hessas ha7i gutha wodes nuna gakiza wayey izara giiganas danda7ontta medhdhinas gidiza bonchon nuna gathana. (aiōnios g166)
18 ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତକାଳସ୍ଥାୟୀ। (aiōnios g166)
Hessa gishshi nu tishshi histi xellizay ha7i ayfen bettiza mishsha bolla gidontta ha7i ayfen betontta mishsha bolla dees. Ha7i betizayss izi ha7is xalalakko. Ha7i ayfen betonttays gidiko izi medhinasakko. (aiōnios g166)

< କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 4 >