< କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 4 >

1 ଅତଏବ, ଆମ୍ଭେମାନେ ଦୟା ପ୍ରାପ୍ତ ହୋଇ ଏହି ସେବକପଦ ପାଇବାରୁ ସାହସବିହୀନ ନୋହୁଁ,
Kwa hiyo, kwa sababu tuna huduma hii, na kama ambavyo tumeipokea rehema, hatukati tamaa.
2 ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁ ପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୂର୍ତ୍ତତାରେ ଆଚରଣ କରୁ ନାହୁଁ ଅବା ଈଶ୍ବରଙ୍କ ବାକ୍ୟ ଛଳରେ ବ୍ୟବହାର କରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ୱାରା ଈଶ୍ବରଙ୍କ ସାକ୍ଷାତରେ ପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁ ଯୋଗ୍ୟ ଦେଖାଉଅଛ।
Badala yake, tumekataa njia zote za aibu na zilizofichika. Hatuishi kwa hila, na hatulitumii vibaya neno la Mungu. Kwa kuwasilisha iliyo kweli, tunajionyesha wenyewe kwa dhamiri ya kila mtu mbele ya Mungu.
3 କିନ୍ତୁ ଯଦ୍ୟପି ଆମ୍ଭମାନଙ୍କ ସୁସମାଚାର ଆଚ୍ଛାଦିତ ଥାଏ, ତାହା ବିନାଶପ୍ରାପ୍ତମାନଙ୍କ ପକ୍ଷରେ ଆଚ୍ଛାଦିତ;
Lakini kama injili yetu imefichika, imefichika kwa wale tu wanaoangamia.
4 ଈଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍‍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି। (aiōn g165)
Katika uchaguzi wao, mungu wa ulimwengu huu amewapofusha fahamu zao zisizoamini. Matokeo yake, hawawezi kuona nuru ya injili ya utukufu wa Kristo, ambaye ni mfano wa Mungu. (aiōn g165)
5 କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି, ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ।
Kwa kuwa hatujitangazi wenyewe, bali Kristo Yesu kama Bwana, na sisi wenyewe kama watumishi wenu kwa ajili ya Yesu.
6 ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ବର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।
Kwa kuwa Mungu ndiye ambaye aliyesema, “Mwanga utaangaza toka gizani.” Ameangaza katika mioyo yetu, kutoa mwanga wa maarifa ya utukufu wa Mungu katika uwepo wa Yesu Kristo.
7 ମାତ୍ର ମହାଶକ୍ତି ଯେ ଈଶ୍ବରଙ୍କର, ପୁଣି, ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥିନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ;
Lakini tuna hazina hii katika vyombo vya udongo, ili kwamba ieleweke kuwa nguvu kuu sana ni ya Mungu na sio yetu.
8 ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ, ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ;
Tunataabika katika kila hali, lakini hatusongwi. Twaona shaka lakini hatujawi na kukata tamaa.
9 ତାଡ଼ନା ପ୍ରାପ୍ତ ହେଉଅଛୁ, ତଥାପି ପରିତ୍ୟକ୍ତ ନୋହୁଁ; ଅଧଃପତିତ ହେଉଅଛୁ, ତଥାପି ବିନଷ୍ଟ ନୋହୁଁ;
Tunateswa lakini hatujatelekezwa. Twatupwa chini lakini hatuangamizwi.
10 ଆମ୍ଭେମାନେ ସର୍ବଦା ଯୀଶୁଙ୍କ ମୃତ୍ୟୁଭୋଗ ଶରୀରରେ ଅନୁଭବ କରୁଅଛୁ, ଯେପରି ଯୀଶୁଙ୍କ ଜୀବନ ମଧ୍ୟ ଆମ୍ଭମାନଙ୍କ ଶରୀରରେ ପ୍ରକାଶିତ ହୁଏ।
Siku zote tunabeba katika mwili wetu kifo cha Yesu, ili kwamba uzima wa Yesu uonekane pia katika miili yetu.
11 କାରଣ ଯୀଶୁଙ୍କ ଜୀବନ ଯେପରି ଆମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ପ୍ରକାଶିତ ହୁଏ, ଏଥିପାଇଁ ଆମ୍ଭେମାନେ ଜୀବିତ ହେଲେ ହେଁ ସର୍ବଦା ଯୀଶୁଙ୍କ ସକାଶେ ମୃତ୍ୟୁମୁଖରେ ସମର୍ପିତ ହେଉଅଛୁ।
Sisi tulio hai siku zote tumetolewa kufa kwa ajili ya Yesu, ili kwamba uhai wa Yesu uonekane katika miili yetu ya kibinadamu.
12 ଏହି ପ୍ରକାରେ ଆମ୍ଭମାନଙ୍କଠାରେ ମୃତ୍ୟୁ, କିନ୍ତୁ ତୁମ୍ଭମାନଙ୍କଠାରେ ଜୀବନ କାର୍ଯ୍ୟ ସାଧନ କରୁଅଛି।
Kwa sababu hii, kifo kinafanya kazi ndani yetu, bali uzima unafanya kazi ndani yenu.
13 “ମୁଁ ବିଶ୍ୱାସ କଲି, ଏଣୁ କଥା କହିଲି,” ଶାସ୍ତ୍ରରେ ଏହି ଲିଖିତ ବାକ୍ୟ ଅନୁସାରେ ସେହି ବିଶ୍ୱାସଜନକ ଆତ୍ମା ପାଇଥିବାରୁ ଆମ୍ଭେମାନେ ମଧ୍ୟ ବିଶ୍ୱାସ କରୁ, ଏଣୁ ମଧ୍ୟ କଥା କହୁ;
Lakini tuna roho ileile ya imani kulingana na kile kilicho andikwa: “Niliamini, na hivyo nilinena.” Sisi pia tunaamini, na hivyo pia tunanena.
14 କାରଣ ଆମ୍ଭେମାନେ ଜାଣୁ, ପ୍ରଭୁ ଯୀଶୁଙ୍କୁ ଯେ ଉଠାଇଲେ, ସେ ଆମ୍ଭମାନଙ୍କୁ ମଧ୍ୟ ଯୀଶୁଙ୍କ ସହିତ ଉଠାଇବେ ଓ ତାହାଙ୍କ ଛାମୁରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ କରିବେ।
Tunajua kuwa yule aliye mfufua Bwana Yesu pia atatufufua sisi pamoja naye. Tunajua kuwa atatuleta sisi pamoja nanyi katika uwepo wake.
15 ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ବରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ।
Kila kitu ni kwa ajili yenu ili kwamba, kwa kadri neema inavyo enea kwa watu wengi, shukurani zizidi kuongezeka kwa utukufu wa Mungu.
16 ତେଣୁ ଆମ୍ଭେମାନେ କ୍ଳାନ୍ତ ହେଉ ନାହୁଁ, କିନ୍ତୁ ଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧା ଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତ ହେଉଅଛି।
Hivyo hatukati tamaa. Japokuwa kwa nje tunachakaa, kwa ndani tunafanywa upya siku hadi siku.
17 କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି; (aiōnios g166)
Kwa kipindi hiki kifupi, mateso haya mepesi yanatuandaa sisi kwa ajili ya umilele mzito wa utukufu uzidio vipimo vyote. (aiōnios g166)
18 ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତକାଳସ୍ଥାୟୀ। (aiōnios g166)
Kwa kuwa hatutazami kwa ajili ya vitu ambavyo vinaonekana, bali kwa ajili ya vitu visivyoonekana. Vitu tunavyoweza kuviona ni vya muda tu, bali vitu ambayo havionekani ni vya milele. (aiōnios g166)

< କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 4 >