< କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 6 >
1 ଆହୁରି ମଧ୍ୟ ଈଶ୍ବରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ।
Συνεργοῦντες δὲ καὶ παρακαλοῦμεν μὴ εἰς κενὸν τὴν χάριν τοῦ θεοῦ δέξασθαι ὑμᾶς,
2 କାରଣ ସେ କହନ୍ତି, “ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ, ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ।” ଦେଖ, ଏବେ ମହା-ଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ।
(λέγει γάρ, Καιρῷ δεκτῷ ἐπήκουσά σου, καὶ ἐν ἡμέρᾳ σωτηρίας ἐβοήθησά σοι· ἰδοὺ νῦν καιρὸς εὐπρόσδεκτος, ἰδοὺ νῦν ἡμέρα σωτηρίας),
3 ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ, ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ,
μηδεμίαν ἐν μηδενὶ διδόντες προσκοπήν, ἵνα μὴ μωμηθῇ ἡ διακονία,
4 ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ,
ἀλλ᾽ ἐν παντὶ συνιστάντες ἑαυτοὺς ὡς θεοῦ διάκονοι, ἐν ὑπομονῇ πολλῇ, ἐν θλίψεσιν, ἐν ἀνάγκαις, ἐν στενοχωρίαις,
5 ପ୍ରହାରରେ, କାରାବାସରେ, ବିପ୍ଳବରେ, ପରିଶ୍ରମରେ, ଜାଗରଣରେ, ଉପବାସରେ,
ἐν πληγαῖς, ἐν φυλακαῖς, ἐν ἀκαταστασίαις, ἐν κόποις, ἐν ἀγρυπνίαις, ἐν νηστείαις,
6 ପବିତ୍ରତାରେ, ଜ୍ଞାନରେ, ଦୀର୍ଘସହିଷ୍ଣୁତାରେ, କୋମଳଭାବରେ, ପବିତ୍ର ଆତ୍ମାଙ୍କଠାରେ, ନିଷ୍କପଟ ପ୍ରେମରେ,
ἐν ἁγνότητι, ἐν γνώσει, ἐν μακροθυμίᾳ, ἐν χρηστότητι, ἐν πνεύματι ἁγίῳ, ἐν ἀγάπῃ ἀνυποκρίτῳ,
7 ସତ୍ୟ ବାକ୍ୟରେ, ଈଶ୍ବରଙ୍କ ଶକ୍ତିରେ, ଦକ୍ଷିଣ ଓ ବାମହସ୍ତରେ ଧାର୍ମିକତାର ଅସ୍ତ୍ରଶସ୍ତ୍ର ଦ୍ୱାରା,
ἐν λόγῳ ἀληθείας, ἐν δυνάμει θεοῦ, διὰ τῶν ὅπλων τῆς δικαιοσύνης τῶν δεξιῶν καὶ ἀριστερῶν,
8 ଗୌରବ ଓ ଅନାଦର ଦ୍ୱାରା, ଅଖ୍ୟାତି ଓ ସୁଖ୍ୟାତି ଦ୍ୱାରା, ପ୍ରତାରକ ତୁଲ୍ୟ, ଅଥବା ସତ୍ୟବାଦୀ,
διὰ δόξης καὶ ἀτιμίας, διὰ δυσφημίας καὶ εὐφημίας, ὡς πλάνοι καὶ ἀληθεῖς,
9 ଅପରିଚିତ ତୁଲ୍ୟ, ଅଥବା ସୁପରିଚିତ, ମୃତକଳ୍ପ ତୁଲ୍ୟ, ଅଥବା ଦେଖ, ଆମ୍ଭେମାନେ ଜୀବିତ, ଶାସ୍ତିପ୍ରାପ୍ତ ତୁଲ୍ୟ,
ὡς ἀγνοούμενοι καὶ ἐπιγινωσκόμενοι, ὡς ἀποθνήσκοντες καὶ ἰδοὺ ζῶμεν, ὡς παιδευόμενοι καὶ μὴ θανατούμενοι,
10 ଅଥବା ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥବା ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଈଶ୍ବରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ।
ὡς λυπούμενοι ἀεὶ δὲ χαίροντες, ὡς πτωχοὶ πολλοὺς δὲ πλουτίζοντες, ὡς μηδὲν ἔχοντες καὶ πάντα κατέχοντες.
11 ହେ କରିନ୍ଥୀୟମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ମୁଖ ଉନ୍ମୁକ୍ତ ହୋଇଅଛି, ଆମ୍ଭମାନଙ୍କ ହୃଦୟ ପ୍ରଶସ୍ତ ହୋଇଅଛି।
Τὸ στόμα ἡμῶν ἀνέῳγεν πρὸς ὑμᾶς, Κορίνθιοι, ἡ καρδία ἡμῶν πεπλάτυνται·
12 ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ସ୍ନେହ ସଙ୍କୁଚିତ ନୁହେଁ, କିନ୍ତୁ ତୁମ୍ଭମାନଙ୍କର ସ୍ନେହ ସଙ୍କୁଚିତ।
οὐ στενοχωρεῖσθε ἐν ἡμῖν, στενοχωρεῖσθε δὲ ἐν τοῖς σπλάγχνοις ὑμῶν·
13 ନିଜର ସନ୍ତାନମାନଙ୍କୁ କହିବା ପରି ମୁଁ କହୁଅଛି, ଅନୁରୂପ ପ୍ରତିଦାନ ନିମନ୍ତେ ତୁମ୍ଭେମାନେ ମଧ୍ୟ ପ୍ରଶସ୍ତମନା ହୁଅ।
τὴν δὲ αὐτὴν ἀντιμισθίαν, (ὡς τέκνοις λέγω), πλατύνθητε καὶ ὑμεῖς.
14 ଅବିଶ୍ୱାସୀମାନଙ୍କ ସହିତ ଅସମାନ ରୂପେ ଯୋଚା ନ ଯାଅ, କାରଣ ଧର୍ମ ଓ ଅଧର୍ମ ମଧ୍ୟରେ କି ସହଭାଗିତା? ଅବା ଅନ୍ଧକାର ସହିତ ଆଲୋକର କି ସହଭାଗିତା?
Μὴ γίνεσθε ἑτεροζυγοῦντες ἀπίστοις· τίς γὰρ μετοχὴ δικαιοσύνῃ καὶ ἀνομίᾳ; ἢ τίς κοινωνία φωτὶ πρὸς σκότος;
15 ବିଲିୟାର୍ ସହିତ ଖ୍ରୀଷ୍ଟଙ୍କର କି ମିଳନ? କିମ୍ବା ଅବିଶ୍ୱାସୀ ସହିତ ବିଶ୍ୱାସୀର କି ଅଂଶ?
τίς δὲ συμφώνησις χριστοῦ πρὸς βελιάρ; ἢ τίς μερὶς πιστῷ μετὰ ἀπίστου;
16 ପ୍ରତିମା ସହିତ ଈଶ୍ବରଙ୍କ ମନ୍ଦିରର କି ସମ୍ବନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ବରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ବର କହିଅଛନ୍ତି, “ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ବର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ।”
τίς δὲ συγκατάθεσις ναῷ θεοῦ μετὰ εἰδώλων; ἡμεῖς γὰρ ναὸς θεοῦ ἐσμεν ζῶντος, καθὼς εἶπεν ὁ θεὸς ὅτι Ἐνοικήσω ἐν αὐτοῖς καὶ ἐμπεριπατήσω, καὶ ἔσομαι αὐτῶν θεός, καὶ αὐτοὶ ἔσονταί μου λαός.
17 ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା”
Διὸ ἐξέλθατε ἐκ μέσου αὐτῶν καὶ ἀφορίσθητε, λέγει κύριος, καὶ ἀκαθάρτου μὴ ἅπτεσθε· κἀγὼ εἰσδέξομαι ὑμᾶς,
18 “ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି, ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି।”
καὶ ἔσομαι ὑμῖν εἰς πατέρα, καὶ ὑμεῖς ἔσεσθέ μοι εἰς υἱοὺς καὶ θυγατέρας, λέγει κύριος παντοκράτωρ.