< କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 6 >

1 ଆହୁରି ମଧ୍ୟ ଈଶ୍ବରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ।
Basi, tukiwa wafanyakazi pamoja na Mungu, tunawasihi msikubali ile neema mliyopokea kutoka kwa Mungu ipotee bure.
2 କାରଣ ସେ କହନ୍ତି, “ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ, ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ।” ଦେଖ, ଏବେ ମହା-ଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ।
Mungu asema hivi: “Wakati wa kufaa nimekusikiliza, wakati wa wokovu nikakusaidia.” Basi, sasa ndio wakati wa kufaa, sasa ndiyo siku ya wokovu!
3 ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ, ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ,
Kusudi tusiwe na lawama yoyote katika utumishi wetu, hatupendi kumwekea mtu yeyote kizuio chochote.
4 ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ,
Badala yake, tunajionyesha kuwa kweli watumishi wa Mungu kwa kila kitu: kwa uvumilivu mwingi wakati wa mateso, shida na taabu.
5 ପ୍ରହାରରେ, କାରାବାସରେ, ବିପ୍ଳବରେ, ପରିଶ୍ରମରେ, ଜାଗରଣରେ, ଉପବାସରେ,
Tumepigwa, tumetiwa gerezani na kuzomewa hadharani; tumefanya kazi tukachoka; tumekesha na kukaa bila kula.
6 ପବିତ୍ରତାରେ, ଜ୍ଞାନରେ, ଦୀର୍ଘସହିଷ୍ଣୁତାରେ, କୋମଳଭାବରେ, ପବିତ୍ର ଆତ୍ମାଙ୍କଠାରେ, ନିଷ୍କପଟ ପ୍ରେମରେ,
Tunajionyesha kuwa watumishi wa Mungu kwa usafi wa moyo, elimu, uvumilivu na wema; kwa Roho Mtakatifu, kwa upendo usio na unafiki,
7 ସତ୍ୟ ବାକ୍ୟରେ, ଈଶ୍ବରଙ୍କ ଶକ୍ତିରେ, ଦକ୍ଷିଣ ଓ ବାମହସ୍ତରେ ଧାର୍ମିକତାର ଅସ୍ତ୍ରଶସ୍ତ୍ର ଦ୍ୱାରା,
kwa ujumbe wa kweli na kwa nguvu ya Mungu. Uadilifu ndiyo silaha yetu upande wa kulia na upande wa kushoto.
8 ଗୌରବ ଓ ଅନାଦର ଦ୍ୱାରା, ଅଖ୍ୟାତି ଓ ସୁଖ୍ୟାତି ଦ୍ୱାରା, ପ୍ରତାରକ ତୁଲ୍ୟ, ଅଥବା ସତ୍ୟବାଦୀ,
Tuko tayari kupata heshima na kudharauliwa, kulaumiwa na kusifiwa. Twadhaniwa kuwa waongo, kumbe twasema kweli;
9 ଅପରିଚିତ ତୁଲ୍ୟ, ଅଥବା ସୁପରିଚିତ, ମୃତକଳ୍ପ ତୁଲ୍ୟ, ଅଥବା ଦେଖ, ଆମ୍ଭେମାନେ ଜୀବିତ, ଶାସ୍ତିପ୍ରାପ୍ତ ତୁଲ୍ୟ,
kama wasiojulikana, kumbe twajulikana kwa wote, kama waliokufa, lakini mwonavyo, sisi ni wazima kabisa.
10 ଅଥବା ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥବା ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଈଶ୍ବରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ।
Ingawa tumeadhibiwa, hatukuuawa; ingawa tunayo huzuni, twafurahi daima; ingawa tu maskini hohehahe, lakini twatajirisha watu wengi; twaonekana kuwa watu tusio na chochote, kumbe tuna kila kitu.
11 ହେ କରିନ୍ଥୀୟମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ମୁଖ ଉନ୍ମୁକ୍ତ ହୋଇଅଛି, ଆମ୍ଭମାନଙ୍କ ହୃଦୟ ପ୍ରଶସ୍ତ ହୋଇଅଛି।
Ndugu Wakorintho, tumezungumza nanyi kwa unyofu; mioyo yetu iko wazi kabisa.
12 ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ସ୍ନେହ ସଙ୍କୁଚିତ ନୁହେଁ, କିନ୍ତୁ ତୁମ୍ଭମାନଙ୍କର ସ୍ନେହ ସଙ୍କୁଚିତ।
Kama mnaona kuna kizuizi chochote kile, kizuizi hicho kiko kwenu ninyi wenyewe, na si kwa upande wetu.
13 ନିଜର ସନ୍ତାନମାନଙ୍କୁ କହିବା ପରି ମୁଁ କହୁଅଛି, ଅନୁରୂପ ପ୍ରତିଦାନ ନିମନ୍ତେ ତୁମ୍ଭେମାନେ ମଧ୍ୟ ପ୍ରଶସ୍ତମନା ହୁଅ।
Sasa nasema nanyi kama watoto wangu, wekeni mioyo yenu wazi kama nasi tulivyofanya.
14 ଅବିଶ୍ୱାସୀମାନଙ୍କ ସହିତ ଅସମାନ ରୂପେ ଯୋଚା ନ ଯାଅ, କାରଣ ଧର୍ମ ଓ ଅଧର୍ମ ମଧ୍ୟରେ କି ସହଭାଗିତା? ଅବା ଅନ୍ଧକାର ସହିତ ଆଲୋକର କି ସହଭାଗିତା?
Msiambatane na watu wasioamini. Je, wema na uovu vyapatana kweli? Mwanga na giza vyawezaje kukaa pamoja?
15 ବିଲିୟାର୍‍ ସହିତ ଖ୍ରୀଷ୍ଟଙ୍କର କି ମିଳନ? କିମ୍ବା ଅବିଶ୍ୱାସୀ ସହିତ ବିଶ୍ୱାସୀର କି ଅଂଶ?
Kristo anawezaje kupatana na Shetani? Muumini ana uhusiano gani na asiyeamini?
16 ପ୍ରତିମା ସହିତ ଈଶ୍ବରଙ୍କ ମନ୍ଦିରର କି ସମ୍ବନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ବରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ବର କହିଅଛନ୍ତି, “ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ବର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ।”
Hekalu la Mungu lina uhusiano gani na sanamu za uongo? Maana sisi ni hekalu la Mungu aliye hai. Kama Mungu mwenyewe alivyosema: “Nitafanya makao yangu kwao, na kuishi kati yao; Nitakuwa Mungu wao, nao watakuwa watu wangu.”
17 ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା”
Kwa hiyo Bwana asema pia: “Ondokeni kati yao, mkajitenge nao, msiguse kitu najisi, nami nitawapokea.
18 “ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି, ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି।”
Mimi nitakuwa Baba yenu, nanyi mtakuwa watoto wangu, waume kwa wake, asema Bwana Mwenye Uwezo.”

< କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 6 >