< କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8 >
1 ହେ ଭାଇମାନେ, ମାକିଦନିଆର ମଣ୍ଡଳୀ-ସମୂହ ମଧ୍ୟରେ ଈଶ୍ବରଙ୍କ ଦତ୍ତ ଯେଉଁ ଅନୁଗ୍ରହ ପ୍ରକାଶିତ ହୋଇଅଛି, ତାହା ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ;
γνωριζομεν δε υμιν αδελφοι την χαριν του θεου την δεδομενην εν ταισ εκκλησιαισ τησ μακεδονιασ
2 ସେମାନେ ମହା କ୍ଳେଶରୂପ ପରୀକ୍ଷାରେ ପଡ଼ିଲେ ହେଁ ସେମାନଙ୍କର ମହାନନ୍ଦ ଭୀଷଣ ଦରିଦ୍ରତା ମଧ୍ୟରେ ସୁଦ୍ଧା ପ୍ରଚୁରଭାବେ ଅସୀମ ବଦାନ୍ୟତା ଉତ୍ପନ୍ନ କରିଅଛି।
οτι εν πολλη δοκιμη θλιψεωσ η περισσεια τησ χαρασ αυτων και η κατα βαθουσ πτωχεια αυτων επερισσευσεν εισ τον πλουτον τησ απλοτητοσ αυτων
3 କାରଣ ମୁଁ ସାକ୍ଷ୍ୟ ଦେଉଅଛି ଯେ, ସେମାନଙ୍କ ଶକ୍ତି ଅନୁସାରେ, ବରଂ ସେମାନଙ୍କ ଶକ୍ତିର ଅତିରିକ୍ତ ଭାବରେ ସେମାନେ ଦାନ କଲେ;
οτι κατα δυναμιν μαρτυρω και υπερ δυναμιν αυθαιρετοι
4 ସାଧୁମାନଙ୍କ ସେବାର ସହଭାଗିତାରୂପ ଅନୁଗ୍ରହପ୍ରାପ୍ତ ହେବା ନିମନ୍ତେ ସେମାନେ ସ୍ୱେଚ୍ଛାରେ ବହୁତ ବିନତି ସହ ଆମ୍ଭମାନଙ୍କୁ ନିବେଦନ କଲେ;
μετα πολλησ παρακλησεωσ δεομενοι ημων την χαριν και την κοινωνιαν τησ διακονιασ τησ εισ τουσ αγιουσ
5 ଏଥିରେ ସେମାନେ ଯେ କେବଳ ଆମ୍ଭମାନଙ୍କ ଆଶାନୁସାରେ କଲେ, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ଇଚ୍ଛା ଦ୍ୱାରା ଚାଳିତ ହୋଇ ପ୍ରଥମେ ଆପଣା ଆପଣାକୁ ପ୍ରଭୁଙ୍କ ନିକଟରେ ଏବଂ ଆମ୍ଭମାନଙ୍କ ନିକଟରେ ସମର୍ପଣ କଲେ।
και ου καθωσ ηλπισαμεν αλλ εαυτουσ εδωκαν πρωτον τω κυριω και ημιν δια θεληματοσ θεου
6 ଏଣୁ ତୀତସ ତୁମ୍ଭମାନଙ୍କ ମଧ୍ୟରେ ଏହି ଅନୁଗ୍ରହ କାର୍ଯ୍ୟ ଯେଉଁ ପ୍ରକାରେ ଆରମ୍ଭ କରିଥିଲେ, ସେହି ପ୍ରକାରେ ତାହା ଯେପରି ସମାପ୍ତ ମଧ୍ୟ କରନ୍ତି, ଏଥିନିମନ୍ତେ ତାହାଙ୍କୁ ଉତ୍ସାହ ଦେଲୁ।
εισ το παρακαλεσαι ημασ τιτον ινα καθωσ προενηρξατο ουτωσ και επιτελεση εισ υμασ και την χαριν ταυτην
7 ଆଉ, ବିଶ୍ୱାସ, ବକ୍ତାପଣ, ଜ୍ଞାନ ଓ ସର୍ବପ୍ରକାର ଉଦ୍ଯୋଗ, ପୁଣି, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପ୍ରେମର ପ୍ରଭାବ, ଏହିପରି ସମସ୍ତ ବିଷୟ ଯେପରି ତୁମ୍ଭମାନଙ୍କଠାରେ ପ୍ରଚୁରଭାବେ ଦେଖାଯାଉଅଛି, ସେହିପରି ଏହି ଅନୁଗ୍ରହ କାର୍ଯ୍ୟ ମଧ୍ୟ ତୁମ୍ଭମାନଙ୍କଠାରେ ପ୍ରଚୁରଭାବେ ଦେଖାଯାଉ।
αλλ ωσπερ εν παντι περισσευετε πιστει και λογω και γνωσει και παση σπουδη και τη εξ υμων εν ημιν αγαπη ινα και εν ταυτη τη χαριτι περισσευητε
8 ମୁଁ ଆଦେଶ ଦେଲା ପରି କହୁ ନାହିଁ, ମାତ୍ର ଅନ୍ୟମାନଙ୍କ ଉଦ୍ଯୋଗ ଉଲ୍ଲେଖ କରି ତୁମ୍ଭମାନଙ୍କ ପ୍ରେମର ସରଳତା ମଧ୍ୟ ସପ୍ରମାଣ କରିବା ନିମନ୍ତେ କହୁଅଛି।
ου κατ επιταγην λεγω αλλα δια τησ ετερων σπουδησ και το τησ υμετερασ αγαπησ γνησιον δοκιμαζων
9 କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ।
γινωσκετε γαρ την χαριν του κυριου ημων ιησου χριστου οτι δι υμασ επτωχευσεν πλουσιοσ ων ινα υμεισ τη εκεινου πτωχεια πλουτησητε
10 ଏ ସମ୍ବନ୍ଧରେ ମୋହର ମତ ଏହି, ତାହା ତ ତୁମ୍ଭମାନଙ୍କ ନିମନ୍ତେ ହିତଜନକ, ଯେଣୁ ଗତ ବର୍ଷରୁ ତୁମ୍ଭେମାନେ ଯେ ପ୍ରଥମ କରି କାର୍ଯ୍ୟ କରିବାକୁ ଆରମ୍ଭ କଲ, ତାହା ନୁହେଁ, ମାତ୍ର ଏହା କରିବା ନିମନ୍ତେ ପ୍ରଥମରେ ଇଚ୍ଛା ସୁଦ୍ଧା କରିଥିଲ;
και γνωμην εν τουτω διδωμι τουτο γαρ υμιν συμφερει οιτινεσ ου μονον το ποιησαι αλλα και το θελειν προενηρξασθε απο περυσι
11 ଏବେ ସେହି କର୍ମ ମଧ୍ୟ ସମାପ୍ତ କର, ଯେପରି ଇଚ୍ଛା କରିବାରେ ଯେପ୍ରକାର ଆଗ୍ରହଭାବ ଥିଲା, ସେହି ପ୍ରକାରେ ତୁମ୍ଭମାନଙ୍କ ଅବସ୍ଥା ପ୍ରମାଣେ କାର୍ଯ୍ୟ ମଧ୍ୟ ସମାପ୍ତ ହେବ।
νυνι δε και το ποιησαι επιτελεσατε οπωσ καθαπερ η προθυμια του θελειν ουτωσ και το επιτελεσαι εκ του εχειν
12 କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ।
ει γαρ η προθυμια προκειται καθο εαν εχη τισ ευπροσδεκτοσ ου καθο ουκ εχει
13 ଯେଣୁ ଅନ୍ୟମାନେ ଯେପରି ସୁଖ ପାଆନ୍ତି, ଆଉ ତୁମ୍ଭେମାନେ କ୍ଳେଶ ପାଅ, ଏଥିପାଇଁ ମୁଁ ଏହା କହୁ ନାହିଁ;
ου γαρ ινα αλλοισ ανεσισ υμιν δε θλιψισ αλλ εξ ισοτητοσ εν τω νυν καιρω το υμων περισσευμα εισ το εκεινων υστερημα
14 ମାତ୍ର ସାମ୍ୟଭାବ ଦେଖାଯିବା ନିମନ୍ତେ ବର୍ତ୍ତମାନ ସମୟରେ ତୁମ୍ଭମାନଙ୍କ ପ୍ରାଚୁର୍ଯ୍ୟ ଦ୍ୱାରା ସେମାନଙ୍କ ଅଭାବ ପୂରଣ ହେଉଅଛି, ଯେପରି ସେମାନଙ୍କ ପ୍ରାଚୁର୍ଯ୍ୟ ମଧ୍ୟ ତୁମ୍ଭମାନଙ୍କ ଅଭାବ ପୂରଣ କରିବ, ଆଉ ଏହି ପ୍ରକାରେ ସାମ୍ୟଭାବ ଦେଖାଯିବ,
ινα και το εκεινων περισσευμα γενηται εισ το υμων υστερημα οπωσ γενηται ισοτησ
15 ଶାସ୍ତ୍ରରେ ଯେପରି ଲେଖାଅଛି, “ଯେ ଅଧିକ ସଂଗ୍ରହ କଲା, ତାହାର ବଳିଲା ନାହିଁ, ଆଉ ଯେ ଅଳ୍ପ ସଂଗ୍ରହ କଲା, ତାହାର ଅଭାବ ହେଲା ନାହିଁ।”
καθωσ γεγραπται ο το πολυ ουκ επλεονασεν και ο το ολιγον ουκ ηλαττονησεν
16 କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ, ସେ ତୁମ୍ଭମାନଙ୍କ ନିମନ୍ତେ ତୀତସଙ୍କ ହୃଦୟରେ ସମାନ ଉଦ୍ଯୋଗ ଜନ୍ମାଇଅଛନ୍ତି;
χαρισ δε τω θεω τω διδοντι την αυτην σπουδην υπερ υμων εν τη καρδια τιτου
17 କାରଣ ସେ ଯେ କେବଳ ଆମ୍ଭମାନଙ୍କ ଅନୁରୋଧ ଗ୍ରହଣ କଲେ, ତାହା ନୁହେଁ, ମାତ୍ର ସେ ନିଜେ ଅତ୍ୟନ୍ତ ଉଦ୍ଯୋଗୀ ହୋଇ ସ୍ୱେଚ୍ଛାରେ ତୁମ୍ଭମାନଙ୍କ ନିକଟକୁ ଯାଉଅଛନ୍ତି।
οτι την μεν παρακλησιν εδεξατο σπουδαιοτεροσ δε υπαρχων αυθαιρετοσ εξηλθεν προσ υμασ
18 ପୁଣି, ତାହାଙ୍କ ସଙ୍ଗେ ଆମ୍ଭେମାନେ ଆଉ ଜଣେ ଭାଇଙ୍କୁ ପଠାଉଅଛୁ; ସୁସମାଚାର ପ୍ରଚାର ସମ୍ବନ୍ଧରେ ତାହାଙ୍କ ପ୍ରଶଂସା ସମୁଦାୟ ମଣ୍ଡଳୀରେ ବ୍ୟାପିଯାଇଅଛି,
συνεπεμψαμεν δε μετ αυτου τον αδελφον ου ο επαινοσ εν τω ευαγγελιω δια πασων των εκκλησιων
19 କେବଳ ତାହା ନୁହେଁ, କିନ୍ତୁ ସେ ମଧ୍ୟ ଆମ୍ଭମାନଙ୍କର ସେବା ଦ୍ୱାରା ସାଧିତ ଏହି ଅନୁଗ୍ରହ କାର୍ଯ୍ୟ ସମ୍ବନ୍ଧରେ ପ୍ରଭୁଙ୍କ ଗୌରବ ଓ ଆମ୍ଭମାନଙ୍କ ଆଗ୍ରହଭାବ ନିମନ୍ତେ ଆମ୍ଭମାନଙ୍କର ସହଯାତ୍ରୀ ହେବା ପାଇଁ ମଣ୍ଡଳୀ-ସମୂହ ଦ୍ୱାରା ନିଯୁକ୍ତ ହୋଇଅଛନ୍ତି;
ου μονον δε αλλα και χειροτονηθεισ υπο των εκκλησιων συνεκδημοσ ημων συν τη χαριτι ταυτη τη διακονουμενη υφ ημων προσ την αυτου του κυριου δοξαν και προθυμιαν ημων
20 ଆମ୍ଭମାନଙ୍କ ଦ୍ୱାରା ସାଧିତ ଏହି ସେବାସ୍ୱରୂପ ପ୍ରଚୁର ଦାନ ବିଷୟରେ କେହି ଯେପରି ଆମ୍ଭମାନଙ୍କୁ ଦୋଷୀ ନ କରେ, ସେଥିପାଇଁ ସାବଧାନ ହେଉଅଛୁ;
στελλομενοι τουτο μη τισ ημασ μωμησηται εν τη αδροτητι ταυτη τη διακονουμενη υφ ημων
21 କାରଣ କେବଳ ପ୍ରଭୁଙ୍କ ଦୃଷ୍ଟିରେ ନୁହେଁ, କିନ୍ତୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ମଧ୍ୟ ଯାହାସବୁ ଉତ୍ତମ, ସେହିସବୁ ଆମ୍ଭେମାନେ ବିବେଚନା କରୁ।
προνοουμενοι καλα ου μονον ενωπιον κυριου αλλα και ενωπιον ανθρωπων
22 ପୁଣି, ଆମ୍ଭେମାନେ ଆମ୍ଭମାନଙ୍କର ଆଉ ଜଣେ ଭାଇଙ୍କୁ ମଧ୍ୟ ସେମାନଙ୍କ ସଙ୍ଗେ ପଠାଉଅଛୁ, ତାହାଙ୍କୁ ଆମ୍ଭେମାନେ ଅନେକ ବିଷୟରେ ଅନେକ ଥର ଉଦ୍ଯୋଗୀ ବୋଲି ପ୍ରମାଣ ପାଇଅଛୁ, ପୁଣି, ତୁମ୍ଭମାନଙ୍କଠାରେ ଦୃଢ଼ ବିଶ୍ୱାସ କରିବାରୁ ସେ ଏବେ ଆହୁରି ଅଧିକ ଉଦ୍ଯୋଗୀ ହୋଇଅଛନ୍ତି।
συνεπεμψαμεν δε αυτοισ τον αδελφον ημων ον εδοκιμασαμεν εν πολλοισ πολλακισ σπουδαιον οντα νυνι δε πολυ σπουδαιοτερον πεποιθησει πολλη τη εισ υμασ
23 ତୀତସଙ୍କ ବିଷୟରେ ଯଦି କେହି ପଚାରେ, ସେ ମୋହର ସହଭାଗୀ ଓ ତୁମ୍ଭମାନଙ୍କ ନିମନ୍ତେ ମୋହର ସହକର୍ମୀ; କିଅବା ଯଦି ଆମ୍ଭମାନଙ୍କ ଭାଇମାନଙ୍କ ସମ୍ବନ୍ଧରେ ପଚାରେ, ସେମାନେ ମଣ୍ଡଳୀ-ସମୂହ ଦ୍ୱାରା ପ୍ରେରିତ, ପୁଣି, ଖ୍ରୀଷ୍ଟଙ୍କ ଗୌରବ ସ୍ୱରୂପ।
ειτε υπερ τιτου κοινωνοσ εμοσ και εισ υμασ συνεργοσ ειτε αδελφοι ημων αποστολοι εκκλησιων δοξα χριστου
24 ଅତଏବ, ତୁମ୍ଭମାନଙ୍କ ପ୍ରେମ ଓ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପର ପ୍ରମାଣ ମଣ୍ଡଳୀ-ସମୂହର ସମ୍ମୁଖରେ ସେମାନଙ୍କୁ ଦେଖାଅ।
την ουν ενδειξιν τησ αγαπησ υμων και ημων καυχησεωσ υπερ υμων εισ αυτουσ ενδειξασθε εισ προσωπον των εκκλησιων