< କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8 >

1 ହେ ଭାଇମାନେ, ମାକିଦନିଆର ମଣ୍ଡଳୀ-ସମୂହ ମଧ୍ୟରେ ଈଶ୍ବରଙ୍କ ଦତ୍ତ ଯେଉଁ ଅନୁଗ୍ରହ ପ୍ରକାଶିତ ହୋଇଅଛି, ତାହା ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ;
ئێستاش خوشکان، برایان، حەز دەکەین نیعمەتی خودا بزانن کە دراوەتە کڵێساکانی مەکدۆنیا.
2 ସେମାନେ ମହା କ୍ଳେଶରୂପ ପରୀକ୍ଷାରେ ପଡ଼ିଲେ ହେଁ ସେମାନଙ୍କର ମହାନନ୍ଦ ଭୀଷଣ ଦରିଦ୍ରତା ମଧ୍ୟରେ ସୁଦ୍ଧା ପ୍ରଚୁରଭାବେ ଅସୀମ ବଦାନ୍ୟତା ଉତ୍ପନ୍ନ କରିଅଛି।
ئەوان لە تەنگانەیەکی زۆر گەورەدا بوون، بەڵام ژیانیان پڕ بوو لە خۆشی، لەگەڵ ئەوەی زۆر هەژار بوون، بەڵام دڵفراوان و بەخشندە بوون.
3 କାରଣ ମୁଁ ସାକ୍ଷ୍ୟ ଦେଉଅଛି ଯେ, ସେମାନଙ୍କ ଶକ୍ତି ଅନୁସାରେ, ବରଂ ସେମାନଙ୍କ ଶକ୍ତିର ଅତିରିକ୍ତ ଭାବରେ ସେମାନେ ଦାନ କଲେ;
شایەتی دەدەم کە بەگوێرەی توانای خۆیان و تەنانەت لە سەرووی توانای خۆشیانەوە بەخشینیان داوە، دەستپێشخەرییان کرد و
4 ସାଧୁମାନଙ୍କ ସେବାର ସହଭାଗିତାରୂପ ଅନୁଗ୍ରହପ୍ରାପ୍ତ ହେବା ନିମନ୍ତେ ସେମାନେ ସ୍ୱେଚ୍ଛାରେ ବହୁତ ବିନତି ସହ ଆମ୍ଭମାନଙ୍କୁ ନିବେଦନ କଲେ;
زۆر لێمان پاڕانەوە تاکو نیعمەتی بەشداربوون لە خزمەتی گەلی پیرۆزی خودا وەربگرن.
5 ଏଥିରେ ସେମାନେ ଯେ କେବଳ ଆମ୍ଭମାନଙ୍କ ଆଶାନୁସାରେ କଲେ, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ଇଚ୍ଛା ଦ୍ୱାରା ଚାଳିତ ହୋଇ ପ୍ରଥମେ ଆପଣା ଆପଣାକୁ ପ୍ରଭୁଙ୍କ ନିକଟରେ ଏବଂ ଆମ୍ଭମାନଙ୍କ ନିକଟରେ ସମର୍ପଣ କଲେ।
زیاتریان کرد لەوەی ئێمە چاوەڕێمان دەکرد لێیان، چونکە سەرەتا خۆیان پێشکەشی عیسای خاوەن شکۆ کرد، ئینجا بە خواستی خودا خۆیان پێشکەشی ئێمە کرد.
6 ଏଣୁ ତୀତସ ତୁମ୍ଭମାନଙ୍କ ମଧ୍ୟରେ ଏହି ଅନୁଗ୍ରହ କାର୍ଯ୍ୟ ଯେଉଁ ପ୍ରକାରେ ଆରମ୍ଭ କରିଥିଲେ, ସେହି ପ୍ରକାରେ ତାହା ଯେପରି ସମାପ୍ତ ମଧ୍ୟ କରନ୍ତି, ଏଥିନିମନ୍ତେ ତାହାଙ୍କୁ ଉତ୍ସାହ ଦେଲୁ।
ئەوە بوو تکامان لە تیتۆس کرد کە ئەم نیعمەتەی لەلاتان دەستی پێکردووە تەواوی بکات.
7 ଆଉ, ବିଶ୍ୱାସ, ବକ୍ତାପଣ, ଜ୍ଞାନ ଓ ସର୍ବପ୍ରକାର ଉଦ୍‍ଯୋଗ, ପୁଣି, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପ୍ରେମର ପ୍ରଭାବ, ଏହିପରି ସମସ୍ତ ବିଷୟ ଯେପରି ତୁମ୍ଭମାନଙ୍କଠାରେ ପ୍ରଚୁରଭାବେ ଦେଖାଯାଉଅଛି, ସେହିପରି ଏହି ଅନୁଗ୍ରହ କାର୍ଯ୍ୟ ମଧ୍ୟ ତୁମ୍ଭମାନଙ୍କଠାରେ ପ୍ରଚୁରଭାବେ ଦେଖାଯାଉ।
بەڵام وەک چۆن لە هەموو شتێکدا زیادتان کردووە، لە باوەڕ، لە قسەکردن، لە زانیاری، لە هەموو کۆششێک، لە خۆشەویستیتان بۆ ئێمە، ئاوا لەم نیعمەتەی بەخشینیشدا زیاد بکەن.
8 ମୁଁ ଆଦେଶ ଦେଲା ପରି କହୁ ନାହିଁ, ମାତ୍ର ଅନ୍ୟମାନଙ୍କ ଉଦ୍‍ଯୋଗ ଉଲ୍ଲେଖ କରି ତୁମ୍ଭମାନଙ୍କ ପ୍ରେମର ସରଳତା ମଧ୍ୟ ସପ୍ରମାଣ କରିବା ନିମନ୍ତେ କହୁଅଛି।
ئەمەتان وەک فەرمانێک پێ ناڵێم، بەڵکو بە بەراورد لەگەڵ پەرۆشی کەسانی دیکە، ڕاستەقینەیی خۆشەویستیتان تاقی دەکەمەوە.
9 କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ।
نیعمەتی عیسای مەسیحی خاوەن شکۆمان دەزانن، هەرچەندە دەوڵەمەند بوو، لە پێناوی ئێوەدا بووە هەژار، بۆ ئەوەی ئێوە بە هەژاریی ئەو دەوڵەمەند بن.
10 ଏ ସମ୍ବନ୍ଧରେ ମୋହର ମତ ଏହି, ତାହା ତ ତୁମ୍ଭମାନଙ୍କ ନିମନ୍ତେ ହିତଜନକ, ଯେଣୁ ଗତ ବର୍ଷରୁ ତୁମ୍ଭେମାନେ ଯେ ପ୍ରଥମ କରି କାର୍ଯ୍ୟ କରିବାକୁ ଆରମ୍ଭ କଲ, ତାହା ନୁହେଁ, ମାତ୍ର ଏହା କରିବା ନିମନ୍ତେ ପ୍ରଥମରେ ଇଚ୍ଛା ସୁଦ୍ଧା କରିଥିଲ;
لەمەشدا بیروڕای خۆمتان پێ دەڵێم، چونکە ئەمە بەسوودە بۆتان: ئێوە پار دەستتان بە بەخشین کرد، نەک تەنها ئەمەتان کردووە، بەڵکو ئارەزووشتان دەکرد کە ئەنجامی بدەن.
11 ଏବେ ସେହି କର୍ମ ମଧ୍ୟ ସମାପ୍ତ କର, ଯେପରି ଇଚ୍ଛା କରିବାରେ ଯେପ୍ରକାର ଆଗ୍ରହଭାବ ଥିଲା, ସେହି ପ୍ରକାରେ ତୁମ୍ଭମାନଙ୍କ ଅବସ୍ଥା ପ୍ରମାଣେ କାର୍ଯ୍ୟ ମଧ୍ୟ ସମାପ୍ତ ହେବ।
ئێستا کارەکە تەواو بکەن، هەروەک پەرۆشی خواستی بوون، ئاوا تەواوکردنیش بە خواستی خۆتانە،
12 କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ।
چونکە ئەگەر پەرۆشی هەبێت، ئەوا خودا بەگوێرەی ئەوەی کە کەسەکە هەیەتی پەسەندی دەکات، نەک بەگوێرەی ئەوەی نییەتی.
13 ଯେଣୁ ଅନ୍ୟମାନେ ଯେପରି ସୁଖ ପାଆନ୍ତି, ଆଉ ତୁମ୍ଭେମାନେ କ୍ଳେଶ ପାଅ, ଏଥିପାଇଁ ମୁଁ ଏହା କହୁ ନାହିଁ;
مەبەستم ئەوە نییە خەڵکی دیکە بحەسێنەوە و فشارم لەسەر ئێوە بێت، بەڵکو بە یەکسانی.
14 ମାତ୍ର ସାମ୍ୟଭାବ ଦେଖାଯିବା ନିମନ୍ତେ ବର୍ତ୍ତମାନ ସମୟରେ ତୁମ୍ଭମାନଙ୍କ ପ୍ରାଚୁର୍ଯ୍ୟ ଦ୍ୱାରା ସେମାନଙ୍କ ଅଭାବ ପୂରଣ ହେଉଅଛି, ଯେପରି ସେମାନଙ୍କ ପ୍ରାଚୁର୍ଯ୍ୟ ମଧ୍ୟ ତୁମ୍ଭମାନଙ୍କ ଅଭାବ ପୂରଣ କରିବ, ଆଉ ଏହି ପ୍ରକାରେ ସାମ୍ୟଭାବ ଦେଖାଯିବ,
لە کاتی ئێستادا با پڕیی ئێوە کەموکوڕی ئەوان پڕ بکاتەوە بۆ ئەوەی لە داهاتوودا پڕیی ئەوانیش کەموکوڕی ئێوە پڕ بکاتەوە، تاکو یەکسان ببێت.
15 ଶାସ୍ତ୍ରରେ ଯେପରି ଲେଖାଅଛି, “ଯେ ଅଧିକ ସଂଗ୍ରହ କଲା, ତାହାର ବଳିଲା ନାହିଁ, ଆଉ ଯେ ଅଳ୍ପ ସଂଗ୍ରହ କଲା, ତାହାର ଅଭାବ ହେଲା ନାହିଁ।”
وەک نووسراوە: [نە ئەوەی زۆری کۆکردووەتەوە زیادی کردووە و نە ئەوەی کەمی کۆکردووەتەوە کەمی کردووە.]
16 କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ, ସେ ତୁମ୍ଭମାନଙ୍କ ନିମନ୍ତେ ତୀତସଙ୍କ ହୃଦୟରେ ସମାନ ଉଦ୍‍ଯୋଗ ଜନ୍ମାଇଅଛନ୍ତି;
بەڵام سوپاس بۆ خودا کە هەمان پەرۆشیی خستە دڵی تیتۆس بۆ ئێوە،
17 କାରଣ ସେ ଯେ କେବଳ ଆମ୍ଭମାନଙ୍କ ଅନୁରୋଧ ଗ୍ରହଣ କଲେ, ତାହା ନୁହେଁ, ମାତ୍ର ସେ ନିଜେ ଅତ୍ୟନ୍ତ ଉଦ୍‍ଯୋଗୀ ହୋଇ ସ୍ୱେଚ୍ଛାରେ ତୁମ୍ଭମାନଙ୍କ ନିକଟକୁ ଯାଉଅଛନ୍ତି।
چونکە تیتۆس نەک تەنها پێشوازی لە داواکارییەکەی کرد، بەڵکو بە دەستپێشخەری خۆی و بەوپەڕی پەرۆشییەوە دێت بۆ لاتان.
18 ପୁଣି, ତାହାଙ୍କ ସଙ୍ଗେ ଆମ୍ଭେମାନେ ଆଉ ଜଣେ ଭାଇଙ୍କୁ ପଠାଉଅଛୁ; ସୁସମାଚାର ପ୍ରଚାର ସମ୍ବନ୍ଧରେ ତାହାଙ୍କ ପ୍ରଶଂସା ସମୁଦାୟ ମଣ୍ଡଳୀରେ ବ୍ୟାପିଯାଇଅଛି,
برایەکمان لەگەڵیدا نارد کە بەهۆی خزمەتکردنی پەیامی ئینجیل هەموو کڵێساکان ستایشی دەکەن.
19 କେବଳ ତାହା ନୁହେଁ, କିନ୍ତୁ ସେ ମଧ୍ୟ ଆମ୍ଭମାନଙ୍କର ସେବା ଦ୍ୱାରା ସାଧିତ ଏହି ଅନୁଗ୍ରହ କାର୍ଯ୍ୟ ସମ୍ବନ୍ଧରେ ପ୍ରଭୁଙ୍କ ଗୌରବ ଓ ଆମ୍ଭମାନଙ୍କ ଆଗ୍ରହଭାବ ନିମନ୍ତେ ଆମ୍ଭମାନଙ୍କର ସହଯାତ୍ରୀ ହେବା ପାଇଁ ମଣ୍ଡଳୀ-ସମୂହ ଦ୍ୱାରା ନିଯୁକ୍ତ ହୋଇଅଛନ୍ତି;
نەک تەنها ئەوە، بەڵکو لەلایەن کڵێساکانەوە هەڵبژێردراوە بۆ ئەوەی یاوەریمان بکات لە گەشتەکەماندا، لە کاتێکدا کە ئێمە بەخشینەکە هەڵدەگرین و دابەشی دەکەین بۆ شکۆمەندی مەسیحی خاوەن شکۆ خۆی و بۆ پیشاندانی پەرۆشیمان بۆ خزمەت.
20 ଆମ୍ଭମାନଙ୍କ ଦ୍ୱାରା ସାଧିତ ଏହି ସେବାସ୍ୱରୂପ ପ୍ରଚୁର ଦାନ ବିଷୟରେ କେହି ଯେପରି ଆମ୍ଭମାନଙ୍କୁ ଦୋଷୀ ନ କରେ, ସେଥିପାଇଁ ସାବଧାନ ହେଉଅଛୁ;
ئێمە خۆمان لە هەموو گلەییەک دەپارێزین، نەوەک کەسێک ڕەخنە لە شێوازی بەڕێوەبردنی ئەم بەخشینە گەورەیە بگرێت،
21 କାରଣ କେବଳ ପ୍ରଭୁଙ୍କ ଦୃଷ୍ଟିରେ ନୁହେଁ, କିନ୍ତୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ମଧ୍ୟ ଯାହାସବୁ ଉତ୍ତମ, ସେହିସବୁ ଆମ୍ଭେମାନେ ବିବେଚନା କରୁ।
چونکە بە نیازی چاکەین، نەک تەنها لەبەردەم یەزدان، بەڵکو لەبەردەم خەڵکیش.
22 ପୁଣି, ଆମ୍ଭେମାନେ ଆମ୍ଭମାନଙ୍କର ଆଉ ଜଣେ ଭାଇଙ୍କୁ ମଧ୍ୟ ସେମାନଙ୍କ ସଙ୍ଗେ ପଠାଉଅଛୁ, ତାହାଙ୍କୁ ଆମ୍ଭେମାନେ ଅନେକ ବିଷୟରେ ଅନେକ ଥର ଉଦ୍‍ଯୋଗୀ ବୋଲି ପ୍ରମାଣ ପାଇଅଛୁ, ପୁଣି, ତୁମ୍ଭମାନଙ୍କଠାରେ ଦୃଢ଼ ବିଶ୍ୱାସ କରିବାରୁ ସେ ଏବେ ଆହୁରି ଅଧିକ ଉଦ୍‍ଯୋଗୀ ହୋଇଅଛନ୍ତି।
لەگەڵ ئەواندا برایەکمان نارد، کە زۆر جار لە زۆر شت تاقیمان کردووەتەوە چالاک بووە، ئێستاش بەو دڵنیاییە زۆرەی بە ئێوەی هەیە زۆر چالاکترە.
23 ତୀତସଙ୍କ ବିଷୟରେ ଯଦି କେହି ପଚାରେ, ସେ ମୋହର ସହଭାଗୀ ଓ ତୁମ୍ଭମାନଙ୍କ ନିମନ୍ତେ ମୋହର ସହକର୍ମୀ; କିଅବା ଯଦି ଆମ୍ଭମାନଙ୍କ ଭାଇମାନଙ୍କ ସମ୍ବନ୍ଧରେ ପଚାରେ, ସେମାନେ ମଣ୍ଡଳୀ-ସମୂହ ଦ୍ୱାରା ପ୍ରେରିତ, ପୁଣି, ଖ୍ରୀଷ୍ଟଙ୍କ ଗୌରବ ସ୍ୱରୂପ।
لەبارەی تیتۆس، ئەو هاوبەش و هاوکارمە بۆ ئێوە، بەڵام ئەم برایانە پەیامبەری کڵێساکانن و مایەی شکۆمەندین بۆ مەسیح.
24 ଅତଏବ, ତୁମ୍ଭମାନଙ୍କ ପ୍ରେମ ଓ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପର ପ୍ରମାଣ ମଣ୍ଡଳୀ-ସମୂହର ସମ୍ମୁଖରେ ସେମାନଙ୍କୁ ଦେଖାଅ।
بۆیە بەڵگەی خۆشەویستی خۆتان و هۆی شانازیمان بە ئێوە بۆ ئەوان دەربخەن بۆ ئەوەی لەبەردەم کڵێساکاندا دەربکەوێت.

< କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8 >