< କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 9 >
1 ପ୍ରକୃତରେ ସାଧୁମାନଙ୍କ ସେବା ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ମୋʼ ପକ୍ଷରେ ବାହୁଲ୍ୟମାତ୍ର;
NOW concerning the contribution for the saints, it is superfluous for me to write unto you.
2 କାରଣ ମୁଁ ତୁମ୍ଭମାନଙ୍କର ଆଗ୍ରହ ଜାଣେ, ଆଉ ସେ ସମ୍ବନ୍ଧରେ ମାକିଦନିଆ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କ ବିଷୟରେ ମୁଁ ଦର୍ପ କରେ ଯେ, ଆଖାୟାର ବିଶ୍ୱାସୀମାନେ ଗତ ବର୍ଷରୁ ପ୍ରସ୍ତୁତ ହେଲେଣି, ପୁଣି, ତୁମ୍ଭମାନଙ୍କ ଉଦ୍ଯୋଗ ସେମାନଙ୍କ ମଧ୍ୟରୁ ଅଧିକାଂଶ ଲୋକଙ୍କୁ ଉତ୍ସାହିତ କରିଅଛି।
For I know your readiness of mind, for which I boast of you to the Macedonians, that Achaia had made preparation a year ago; and your zeal hath stirred up very many.
3 ତଥାପି ମୁଁ ଭାଇମାନଙ୍କୁ ପଠାଉଅଛି, ଯେପରି ଏ ସମ୍ବନ୍ଧରେ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପ ବ୍ୟର୍ଥ ନ ହୁଏ, ପୁଣି, ମୋହର କଥାନୁସାରେ ତୁମ୍ଭେମାନେ ପ୍ରସ୍ତୁତ ହୁଅ,
But I have sent the brethren, that our glorying in you might not be vain in this matter; that as I have said, ye may be prepared.
4 କାଳେ ମାକିଦନିଆର କୌଣସି ଲୋକ ଯେବେ ମୋʼ ସାଙ୍ଗରେ ଆସି ତୁମ୍ଭମାନଙ୍କୁ ଅପ୍ରସ୍ତୁତ ଦେଖନ୍ତି, ତେବେ (ତୁମ୍ଭମାନଙ୍କ କଥା ତେଣେ ଥାଉ) ଆମ୍ଭେମାନେ ଏହି ଦୃଢ଼ ବିଶ୍ୱାସ ବିଷୟରେ ଲଜ୍ଜିତ ହେବା।
Lest haply if the Macedonians come with me, and find you unprepared, we (not to say, you) may be confounded in this confidence of boasting. I
5 ଏଣୁ ତୁମ୍ଭମାନଙ୍କର ପୂର୍ବରୁ ପ୍ରତିଜ୍ଞା କରିଥିବା ଦାନ ଯେପରି କୃପଣତାର ବିଷୟ ନ ହୋଇ ସ୍ୱଚ୍ଛନ୍ଦତାର ବିଷୟ ହୁଏ, ଏଥିନିମନ୍ତେ ପୂର୍ବରୁ ସେହି ଦାନସଂଗ୍ରହର ଆୟୋଜନ କରିବାକୁ ଆଗେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଭାଇମାନଙ୍କୁ ଅନୁରୋଧ କରିବାକୁ ଆବଶ୍ୟକ ମନେ କଲି।
have thought it necessary therefore to exhort the brethren, that they would go before unto you, and prepare before your promised bounty, that it may be ready as a matter of bounty, and not as extorted of covetousness.
6 କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ।
But this I add, He that soweth sparingly, shall reap also sparingly, and he that soweth bountifully, shall reap also bountifully.
7 ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ବର ହୃଷ୍ଟଚିତ୍ତଦାତାକୁ ଭଲ ପାଆନ୍ତି।
Let every man, as he hath purposed in heart, give, not with reluctance or of necessity; for God loveth a cheerful giver.
8 ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରିପାର, ଏଥିନିମନ୍ତେ ଈଶ୍ବର ତୁମ୍ଭମାନଙ୍କୁ ସର୍ବ ପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି,
And God is able to make all grace abound towards you; that in every case having always all sufficiency, ye may abound unto every good work:
9 ଯେପରି ଶାସ୍ତ୍ରରେ ଲେଖାଅଛି, “ସେ ମୁକ୍ତ ହସ୍ତରେ ବିତରଣ କରିଅଛି, ସେ ଦରିଦ୍ରମାନଙ୍କୁ ଦାନ ଦେଇଅଛି, ତାହାର ଧାର୍ମିକତା ଅନନ୍ତକାଳସ୍ଥାୟୀ।” (aiōn )
as it is written, “He hath scattered abroad, he hath given to the poor, his righteousness abideth for ever.” (aiōn )
10 ଆଉ, ଯେ ବୀଜବପନକାରୀକୁ ବୀଜ ଓ ଭୋଜନ ନିମନ୍ତେ ଆହାର ଯୋଗାନ୍ତି, ସେ ବୁଣିବା ନିମନ୍ତେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବଢ଼ାଇବେ, ପୁଣି, ତୁମ୍ଭମାନଙ୍କ ଧାର୍ମିକତାର ଫଳ ବୃଦ୍ଧି କରିବେ;
Now he that supplieth seed to the sower, shall also supply bread for food, and multiply your seed sown, and increase the fruits of your righteousness,
11 ଏହିପରି ତୁମ୍ଭେମାନେ ସବୁ ବିଷୟରେ ଧନୀ ହୋଇ ସର୍ବ ପ୍ରକାର ବଦାନ୍ୟତା ଦେଖାଇପାରିବ, ଆଉ ତାହା ଆମ୍ଭମାନଙ୍କ ଦ୍ୱାରା ଈଶ୍ବରଙ୍କ ଧନ୍ୟବାଦର କାରଣ ହେବ।
being in every thing enriched unto all liberality, which causeth by us thanksgiving to God.
12 କାରଣ ଏହି ଦାନରୂପ ସେବା ଯେ କେବଳ ସାଧୁମାନଙ୍କର ଅଭାବ ପୂରଣ କରୁଅଛି, ତାହା ନୁହେଁ, ମାତ୍ର ତଦ୍ୱାରା ମଧ୍ୟ ଈଶ୍ବରଙ୍କ ଉଦ୍ଦେଶ୍ୟରେ ବହୁ ଧନ୍ୟବାଦ ଉଛୁଳି ଉଠୁଅଛି,
For the ministration of this charitable service not only abundantly supplies the deficiencies of the saints, but also overflows with many thanksgivings to God;
13 ଅର୍ଥାତ୍ ଏହି ସେବା କର୍ମର ପ୍ରମାଣ ପାଇ ଲୋକେ ତୁମ୍ଭମାନଙ୍କ ସ୍ୱୀକାର କରୁଥିବା ଖ୍ରୀଷ୍ଟଙ୍କ ସୁସମାଚାର ପ୍ରତି ବାଧ୍ୟତା, ପୁଣି, ସାଧୁମାନଙ୍କ ଓ ସମସ୍ତଙ୍କ ପ୍ରତି ତୁମ୍ଭମାନଙ୍କ ସହଭାଗିତାର ସରଳତା ସକାଶେ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁଅଛନ୍ତି,
(while by the evidence of this ministration they glorify God for your professed subjection to the gospel of Christ, and for your liberality towards them, and towards all men; )
14 ଆଉ, ତୁମ୍ଭମାନଙ୍କ ପ୍ରତି ଈଶ୍ବରଙ୍କ ଅତ୍ୟଧିକ ଅନୁଗ୍ରହ ହେତୁ ସେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁ କରୁ ତୁମ୍ଭମାନଙ୍କ ପ୍ରତି ଅନୁରକ୍ତ ଅଟନ୍ତି।
and with their prayers for you, greatly longing after you, on account of the transcendent grace of God in you.
15 ଈଶ୍ବରଙ୍କ ଅକଥନୀୟ ଦାନ ଯାହା ତାହାଙ୍କ ଏକମାତ୍ର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନିମନ୍ତେ ତାହାଙ୍କର ଧନ୍ୟବାଦ ହେଉ।
Thanks be to God for his inexpressible gift.