< କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1 >

1 ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, ଆଉ ଭ୍ରାତା ତୀମଥି, କରିନ୍ଥ ସହରରେ ଥିବା ଈଶ୍ବରଙ୍କ ମଣ୍ଡଳୀ, ପୁଣି, ସମୁଦାୟ ଆଖାୟାରେ ଥିବା ସମସ୍ତ ସାଧୁଙ୍କ ନିକଟକୁ ପତ୍ର;
Bulus, manzon Almasihu Yesu ta wurin nufin Allah, da kuma Timoti dan'uwan mu, zuwa ga Ikilisiyar Allah da ke a Korantus, da kuma dukan 'yan'uwa da ke yankin kasar Akaya.
2 ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
Bari alheri ya kasance tare da ku da kuma salama ta Allah Ubanmu da kuma Ubangiji Yesu Almasihu.
3 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ, ସେ ଦୟାମୟ ପିତା ଓ ସମସ୍ତ ସାନ୍ତ୍ୱନାଦାତା ଈଶ୍ବର;
Bari yabo ya tabbata ga Allah da kuma Uba na Ubangijinmu Yesu Almasihu. Shine Uba na dukan jiyejiyenkai, da kuma Allah na dukan ta'aziya.
4 ଈଶ୍ବରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି।
Allah yana ta'azantar da mu a cikin dukan wahalarmu, domin mu iya ta'azantar da wadanda ke cikin kowace wahala. Muna ta'azantar da wasu da irin ta'aziyar da Allah ke ta'azantar da mu.
5 କାରଣ ଖ୍ରୀଷ୍ଟଙ୍କ ସକାଶେ ଆମ୍ଭମାନଙ୍କ ଦୁଃଖଭୋଗ ଯେପରି ପ୍ରଚୁର, ସେହିପରି ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କର ସାନ୍ତ୍ୱନା ମଧ୍ୟ ପ୍ରଚୁର।
Gama kamar yadda wahalhalun Almasihu suka karu domin mu, haka kuma ta'aziyarmu ta yawaita cikin Almasihu.
6 କିନ୍ତୁ ଆମ୍ଭେମାନେ ଦୁଃଖଭୋଗ କଲେ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ଓ ପରିତ୍ରାଣ ନିମନ୍ତେ; କିମ୍ବା ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଲେ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ନିମନ୍ତେ; ଆମ୍ଭେମାନେ ଯେଉଁ ପ୍ରକାର ଦୁଃଖଭୋଗ କରୁ, ସେହି ପ୍ରକାର ଦୁଃଖଭୋଗ ଧୈର୍ଯ୍ୟ ସହିତ ସହ୍ୟ କରିବାରେ ସେହି ସାନ୍ତ୍ୱନା କାର୍ଯ୍ୟ ସାଧନ କରୁଅଛି।
Amma fa idan muna shan wuya, domin ta'aziyarku ne da cetonku. Haka kuma in mun ta'azantu, domin ta'aziyarku ne. Ta'aziyarku tana aiki ne sosai yayinda kuka jure da irin shan wuyar da mu ma muke sha.
7 ଆଉ, ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଭରସା ଅଟଳ, ଯେଣୁ ତୁମ୍ଭେମାନେ ଯେପରି ଦୁଃଖଭୋଗର ସହଭାଗୀ, ସେହିପରି ମଧ୍ୟ ସାନ୍ତ୍ୱନାର ଯେ ସହଭାଗୀ ଅଟ, ଏହା ଆମ୍ଭେମାନେ ଜାଣୁ।
Kuma gabagadinmu game da ku tabbatacce ne. Mun kuwa sani kamar yadda kuke tarayya cikin shan wahalhalun, haka kuma za ku yi tarayya cikin ta'aziyyar.
8 କାରଣ, ହେ ଭାଇମାନେ, ଏସିଆରେ ଆମ୍ଭମାନଙ୍କ ଉପରେ ଘଟିଥିବା କ୍ଳେଶ ସମ୍ବନ୍ଧରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କର ଇଚ୍ଛା ନୁହେଁ; ଆମ୍ଭେମାନେ ଆମ୍ଭମାନଙ୍କ ଶକ୍ତିରୁ ଅତିରିକ୍ତ ରୂପେ ଭାରଗ୍ରସ୍ତ ହୋଇଥିଲୁ, ଏପରିକି ଜୀବନର ଆଶା ମଧ୍ୟ ପରିତ୍ୟାଗ କରିଥିଲୁ;
Gama ba mu so ku rasa sani, 'yan'uwa, game da tsananin da ya same mu a Asiya. An murkushe mu gaba daya har fiye da karfin mu, har ma mun fidda zuciya za mu rayu.
9 ହଁ, ଆମ୍ଭେମାନେ ମୃତ୍ୟୁରେ ସମର୍ପିତ ହୋଇଅଛୁ ବୋଲି ନିଜ ନିଜ ମନରେ ବୋଧ ପାଇଥିଲୁ, ଯେପରି ଆମ୍ଭେମାନେ ଆପଣା ଆପଣା ଉପରେ ନିର୍ଭର ନ ଦେଇ ବରଂ ଯେଉଁ ଈଶ୍ବର ମୃତମାନଙ୍କୁ ଉଠାନ୍ତି, ତାହାଙ୍କ ଉପରେ ନିର୍ଭର କରୁ;
Hakika, mun ji hukuncin mutuwa akan mu. Amma wannan ya faru ne domin kada mu dogara ga kanmu, sai dai ga Allah, wanda ke tada matattu.
10 ସେ ଆମ୍ଭମାନଙ୍କୁ ଏପରି ଭୟାନକ ମୃତ୍ୟୁରୁ ଉଦ୍ଧାର କଲେ ଓ ଉଦ୍ଧାର କରିବେ, ପୁଣି, ସେ ଯେ ଭବିଷ୍ୟତରେ ସୁଦ୍ଧା ଉଦ୍ଧାର କରିବେ, ତାହାଙ୍କଠାରେ ଆମ୍ଭମାନଙ୍କର ଏହି ଭରସା ଅଛି;
Ya kubutar da mu daga wannan mummunan hatsari na mutuwa, kuma zai sake kubutar da mu. Mun kafa begenmu gare shi cewa zai sake kubutar da mu.
11 ତୁମ୍ଭେମାନେ ମଧ୍ୟ ଯୋଗ ଦେଇ ପ୍ରାର୍ଥନାରେ ଆମ୍ଭମାନଙ୍କର ଉପକାର କରୁଅଛ, ଯେପରି ଆମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ସେଥିନିମନ୍ତେ ଅନେକଙ୍କ ମୁଖରୁ ଆମ୍ଭମାନଙ୍କ ସକାଶେ ବହୁତ ଧନ୍ୟବାଦ ଦିଆଯାଏ।
Zai aikata wannan yayinda kuka taimake mu da addu'ar ku. Sa'an nan da dama za su bada godiya a madadin mu don tagomashin alheri da aka yi mana ta wurin addu'o'in mutane masu yawa.
12 ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଈଶ୍ବରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବାନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ।
Muna kuwa alfahari da haka: wato shaidar lamirinmu. Gama da kyakkyawan nufi da aminci da ke zuwa daga Allah muka tafiyar da rayuwarmu a Duniya. Mun yi wannan ne musamman tare da ku-ba kuwa cikin hikimar Duniya ba, amma ta wurin alherin Allah.
13 କାରଣ ତୁମ୍ଭେମାନେ ଯାହା ଯାହା ପାଠ କରି ବୁଝିପାର, ସେହିସବୁ ବିନା, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଆଉ କିଛି ଲେଖୁ ନାହୁଁ,
Bamu rubuta maku abinda ba za ku iya karantawa ko fahimta ba. Ina fata za ku fahimce mu baki daya,
14 ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଦିନରେ ତୁମ୍ଭେମାନେ ଯେପ୍ରକାରେ ଆମ୍ଭମାନଙ୍କ ଦର୍ପର କାରଣ, ସେହି ପ୍ରକାରେ ଆମ୍ଭେମାନେ ଯେ ତୁମ୍ଭମାନଙ୍କ ଦର୍ପର କାରଣ, ଏହା ତୁମ୍ଭେମାନେ ଯେପରି ଆମ୍ଭମାନଙ୍କ ବିଷୟରେ ଆଂଶିକ ଭାବରେ ବୁଝିଅଛ, ସେପରି ଶେଷ ପର୍ଯ୍ୟନ୍ତ ବୁଝୁଥିବ ବୋଲି ମୁଁ ଭରସା କରୁଅଛି।
kamar yadda kuka fahimce mu kadan yanzu. Daganan a ranar Ubangijinmu Yesu za mu zama dalilinku na alfahari, kamar yadda za ku zama namu.
15 ଆଉ, ତୁମ୍ଭେମାନେ ଯେପରି ଦ୍ୱିତୀୟ ଥର ଅନୁଗ୍ରହ ଲାଭ କରିପାର,
Saboda gabagadin da nake da shi game da haka, naso in zo gare ku da farko, domin ku amfana da ziyara sau biyu.
16 ପୁଣି, ତୁମ୍ଭମାନଙ୍କ ନିକଟ ଦେଇ ମାକିଦନିଆକୁ ଯାଇ ଓ ପୁନର୍ବାର ମାକିଦନିଆରୁ ତୁମ୍ଭମାନଙ୍କ ନିକଟକୁ ଆସି ତୁମ୍ଭମାନଙ୍କ ସାହାଯ୍ୟରେ ଯିହୂଦିୟା ପ୍ରଦେଶକୁ ଯାତ୍ରା କରିପାରେ, ଏଥିପାଇଁ ମୁଁ ସେହି ବିଶ୍ୱାସରେ ପ୍ରଥମରେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରୁଥିଲି।
Ina da shirin ziyaratar ku a kan hanyata ta zuwa Makidoniya. Daga nan kuma ina da yi niyyar in sake ziyartar ku, a tafiya ta daga Makidoniya, domin ku aike ni a hanyata ta zuwa Yahudiya.
17 ତେବେ ଏହି ପ୍ରକାର ଇଚ୍ଛା କରିବାରେ ମୁଁ କଅଣ ଅସ୍ଥିର ଭାବରେ ଆଚରଣ କରିଥିଲି? ଅବା, ମୁଁ ଯାହା ସଙ୍କଳ୍ପ କରିଥାଏ, ତାହା କଅଣ ସାଂସାରିକ ଭାବରେ କରିଥାଏ ଯେ, ମୋହର କଥା ହଁ ଓ ନା ଉଭୟ ହୁଏ?
Yayinda nake irin wannan tunani, ina shakka ne? Ina shirya abubuwa ne bisa ga magwajin mutum, ta yadda har zan ce “I, i” da “A, a, a, a” a lokaci guda?
18 କିନ୍ତୁ ଈଶ୍ବର ବିଶ୍ୱସ୍ତ, ଏଣୁ ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ବାକ୍ୟ ହଁ ଓ ନା ହୁଏ ନାହିଁ।
Amma kamar yadda Allah yake amintacce, ba ma fadin ''I'' da ''A'a'' a lokaci guda.
19 କାରଣ ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଯୀଶୁ, ଯେ ଆମ୍ଭମାନଙ୍କ ଦ୍ୱାରା, ଅର୍ଥାତ୍‍, ମୋʼ ଦ୍ୱାରା ଏବଂ ସିଲ୍ୱାନ ଓ ତୀମଥିଙ୍କ ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ସେ ହଁ ଓ ନା ହୋଇ ନାହାନ୍ତି, ବରଂ ତାହାଙ୍କଠାରେ ହଁ ହୋଇଅଛି।
Gama Dan Allah, Yesu Almasihu, wanda Silbanus da Sila, da Ni muka shaida maku, ba “I” da “A, a” ba ne. Maimakon haka, Shi “I” ne a kodayaushe.
20 ଯେଣୁ ଈଶ୍ବରଙ୍କର ଯେତେ ପ୍ରତିଜ୍ଞା, ସେସମସ୍ତର ହଁ ତାହାଙ୍କଠାରେ ଅଛି; ଏଥିସକାଶେ ମଧ୍ୟ ତାହାଙ୍କ ଦ୍ୱାରା ଈଶ୍ବରଙ୍କ ଗୌରବ ଉଦ୍ଦେଶ୍ୟରେ ଆମ୍ଭେମାନେ ଆମେନ୍‍ କହିଥାଉ।
Gama dukan alkawaran Allah 'I' ne a cikin sa. Haka kuma ta wurin sa muna cewa ''Amin'' zuwa ga daukakar Allah.
21 ପୁଣି, ଯେ ଆମ୍ଭମାନଙ୍କୁ ତୁମ୍ଭମାନଙ୍କ ସହିତ ଖ୍ରୀଷ୍ଟଙ୍କଠାରେ ସ୍ଥିର କରନ୍ତି, ପୁଣି, ଆମ୍ଭମାନଙ୍କୁ ଅଭିଷେକ କରିଅଛନ୍ତି, ସେ ଈଶ୍ବର;
Yanzu dai Allah ne ya tabbatar da mu da ku a cikin Almasihu, ya kuma kebe mu.
22 ସେ ମଧ୍ୟ ଆମ୍ଭମାନଙ୍କୁ ମୁଦ୍ରାଙ୍କିତ କରିଅଛନ୍ତି ଓ ଆମ୍ଭମାନଙ୍କ ହୃଦୟରେ ପବିତ୍ର ଆତ୍ମାଙ୍କୁ ବଇନା ସ୍ୱରୂପେ ଦାନ କରିଅଛନ୍ତି।
Ya sa hatiminsa a kan mu ya kuma ba mu Ruhu a zuciyar mu a matsayin tabbacin abinda zai bamu daga baya.
23 କିନ୍ତୁ ମୁଁ ଈଶ୍ବରଙ୍କୁ ସାକ୍ଷୀ ମାନି ମୋʼ ପ୍ରାଣର ଶପଥ କରୁଅଛି ଯେ, ତୁମ୍ଭମାନଙ୍କ ପ୍ରତି ଦୟା ବହି ମୁଁ କରିନ୍ଥ ସହରକୁ ପୁନର୍ବାର ଯାଇ ନାହିଁ।
Maimakon haka, na yi kira ga Allah ya zama shaida domina, cewa dalilin dayasa banzo Korintis ba domin in kare ku ne.
24 ତୁମ୍ଭମାନଙ୍କ ବିଶ୍ୱାସ ଉପରେ ଯେ ଆମ୍ଭମାନଙ୍କର ପ୍ରଭୁତ୍ୱ ଅଛି, ତାହା ନୁହେଁ, ବରଂ ତୁମ୍ଭମାନଙ୍କର ଆନନ୍ଦ ନିମନ୍ତେ ତୁମ୍ଭମାନଙ୍କର ସହକର୍ମୀ ଅଟୁ ଯେଣୁ ବିଶ୍ୱାସରେ ତୁମ୍ଭେମାନେ ସ୍ଥିର ହୋଇ ରହିଅଛ।
Ba muna kokarin mu sarrafa yadda bangaskiyar ku za ta zama ba ne. Maimakon haka, muna aiki tare da ku ne domin farincikinku, yayinda kuke tsaye cikin bangaskiyarku.

< କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1 >