< ୨ ଯୋହନ 1 >

1 ମୁଁ ଯେ ପ୍ରାଚୀନ, ମନୋନୀତା ମହିଳା ଓ ତାହାଙ୍କ ସନ୍ତାନମାନଙ୍କ ନିକଟକୁ ପତ୍ର ଲେଖୁଅଛି। ସେମାନଙ୍କୁ ମୁଁ ବାସ୍ତବରେ ପ୍ରେମ କରେ, ଆଉ କେବଳ ମୁଁ ନୁହେଁ, ମାତ୍ର ସତ୍ୟ ଜାଣିଥିବା ସମସ୍ତ ଲୋକ ମଧ୍ୟ ପ୍ରେମ କରନ୍ତି।
Ὁ πρεσβύτερος ἐκλεκτῇ κυρίᾳ καὶ τοῖς τέκνοις αὐτῆς, οὓς ἐγὼ ἀγαπῶ ἐν ἀληθείᾳ, καὶ οὐκ ἐγὼ μόνος, ἀλλὰ καὶ πάντες οἱ ἐγνωκότες τὴν ἀλήθειαν,
2 ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଅନନ୍ତକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ। (aiōn g165)
διὰ τὴν ἀλήθειαν τὴν μένουσαν ἐν ἡμῖν, καὶ μεθ᾽ ἡμῶν ἔσται εἰς τὸν αἰῶνα· (aiōn g165)
3 ପିତା ଈଶ୍ବର ଓ ସେହି ପିତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ଆମ୍ଭମାନଙ୍କ ସହିତ ସତ୍ୟ ଓ ପ୍ରେମରେ ରହିବ।
ἔσται μεθ᾽ ἡμῶν χάρις ἔλεος εἰρήνη παρὰ θεοῦ πατρός, καὶ παρὰ Ἰησοῦ χριστοῦ τοῦ υἱοῦ τοῦ πατρός, ἐν ἀληθείᾳ καὶ ἀγάπῃ.
4 ତୁମ୍ଭର ସନ୍ତାନମାନଙ୍କ ମଧ୍ୟରୁ କେତେକଙ୍କୁ ପିତାଙ୍କଠାରୁ ପ୍ରାପ୍ତ ଆଜ୍ଞାନୁଯାୟୀ ସତ୍ୟରେ ଆଚରଣ କରୁଥିବା ଦେଖି ମୁଁ ବିଶେଷ ଆନନ୍ଦିତ।
Ἐχάρην λίαν ὅτι εὕρηκα ἐκ τῶν τέκνων σου περιπατοῦντας ἐν ἀληθείᾳ, καθὼς ἐντολὴν ἐλάβομεν παρὰ τοῦ πατρός.
5 ହେ ଭଦ୍ରେ, ଏବେ ମୁଁ ଯେ ତୁମ୍ଭ ନିକଟକୁ କୌଣସି ନୂଆ ଆଜ୍ଞା ଲେଖୁଅଛି, ତାହା ନୁହେଁ, ମାତ୍ର ଆଦ୍ୟରୁ ପ୍ରାପ୍ତ ଆଜ୍ଞାଟି ଲେଖି ଅନୁରୋଧ କରୁଅଛି ଯେ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ।
καὶ νῦν ἐρωτῶ σε, κυρία, οὐχ ὡς ἐντολὴν καινὴν γράφων σοι, ἀλλὰ ἣν εἴχαμεν ἀπ᾽ ἀρχῆς, ἵνα ἀγαπῶμεν ἀλλήλους.
6 ଆଉ ଆମ୍ଭେମାନେ ଯେ ତାହାଙ୍କ ଆଜ୍ଞାନୁସାରେ ଆଚରଣ କରୁ, ଏହା ହିଁ ପ୍ରେମର ସାର। ତୁମ୍ଭେମାନେ ଆଦ୍ୟରୁ ଯାହା ଶୁଣିଅଛ, ସେହି ଅନୁସାରେ ଆଚରଣ କର, ଏହା ସେହି ଆଜ୍ଞା।
καὶ αὕτη ἐστὶν ἡ ἀγάπη, ἵνα περιπατῶμεν κατὰ τὰς ἐντολὰς αὐτοῦ. αὕτη ἡ ἐντολή ἐστιν, καθὼς ἠκούσατε ἀπ᾽ ἀρχῆς ἵνα ἐν αὐτῇ περιπατῆτε·
7 କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବନ୍ତ ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ୱୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି। ଏହି ପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଭଣ୍ଡଖ୍ରୀଷ୍ଟ।
ὅτι πολλοὶ πλάνοι ἐξῆλθαν εἰς τὸν κόσμον, οἱ μὴ ὁμολογοῦντες Ἰησοῦν χριστὸν ἐρχόμενον ἐν σαρκί· οὗτός ἐστιν ὁ πλάνος καὶ ὁ ἀντίχριστος.
8 ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ।
βλέπετε ἑαυτούς, ἵνα μὴ ἀπολέσητε ἃ εἰργάσασθε, ἀλλὰ μισθὸν πλήρη ἀπολάβητε.
9 ଯେକେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ବରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି।
πᾶς ὁ προάγων καὶ μὴ μένων ἐν τῇ διδαχῇ τοῦ χριστοῦ θεὸν οὐκ ἔχει· ὁ μένων ἐν τῇ διδαχῇ, οὗτος καὶ τὸν πατέρα καὶ τὸν υἱὸν ἔχει.
10 କେହି ଯଦି ଏହି ଶିକ୍ଷା ନ ଘେନି ତୁମ୍ଭମାନଙ୍କ ନିକଟକୁ ଆସେ, ତେବେ ତାହାକୁ ଗୃହରେ ଅତିଥି ନ କର ଓ ସମ୍ବର୍ଦ୍ଧନା ଜଣାଅ ନାହିଁ;
εἴ τις ἔρχεται πρὸς ὑμᾶς καὶ ταύτην τὴν διδαχὴν οὐ φέρει, μὴ λαμβάνετε αὐτὸν εἰς οἰκίαν, καὶ χαίρειν αὐτῷ μὴ λέγετε·
11 କାରଣ ଯେକେହି ତାହାକୁ ସମ୍ବର୍ଦ୍ଧନା ଜଣାଏ, ସେ ତାହାର ଦୁଷ୍କର୍ମର ସହଭାଗୀ ହୁଏ।
ὁ λέγων γὰρ αὐτῷ χαίρειν, κοινωνεῖ τοῖς ἔργοις αὐτοῦ τοῖς πονηροῖς.
12 ତୁମ୍ଭମାନଙ୍କ ନିକଟକୁ ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଗଜ ଓ କାଳିରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ; ମୋହର ଆଶା ଯେ; ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ମୁଖାମୁଖି କଥାବାର୍ତ୍ତା କରିବି, ଯେପରି ଆମ୍ଭମାନଙ୍କ ଆନନ୍ଦ ସମ୍ପୂର୍ଣ୍ଣ ହେବ।
Πολλὰ ἔχων ὑμῖν γράφειν οὐκ ἐβουλήθην διὰ χάρτου καὶ μέλανος· ἀλλὰ ἐλπίζω γενέσθαι πρὸς ὑμᾶς, καὶ στόμα πρὸς στόμα λαλῆσαι, ἵνα ἡ χαρὰ ὑμῶν ᾖ πεπληρωμένη.
13 ତୁମ୍ଭର ମନୋନୀତା ଭଉଣୀର ସନ୍ତାନମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି।
ἀσπάζεταί σε τὰ τέκνα τῆς ἀδελφῆς σου τῆς ἐκλεκτῆς. ΙΩΑΝΟΥ Βʹ.

< ୨ ଯୋହନ 1 >