< ୨ ଯୋହନ 1 >
1 ମୁଁ ଯେ ପ୍ରାଚୀନ, ମନୋନୀତା ମହିଳା ଓ ତାହାଙ୍କ ସନ୍ତାନମାନଙ୍କ ନିକଟକୁ ପତ୍ର ଲେଖୁଅଛି। ସେମାନଙ୍କୁ ମୁଁ ବାସ୍ତବରେ ପ୍ରେମ କରେ, ଆଉ କେବଳ ମୁଁ ନୁହେଁ, ମାତ୍ର ସତ୍ୟ ଜାଣିଥିବା ସମସ୍ତ ଲୋକ ମଧ୍ୟ ପ୍ରେମ କରନ୍ତି।
Daga dattijon zuwa ga uwar gida zababbiya da yayanta, wadanda nake kauna da gaskiya, ba ni kadai ba, amma da dukan wadanda sun san gaskiya -
2 ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଅନନ୍ତକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ। (aiōn )
domin gaskiya da take cikinmu za ta kuma kasance tare da mu har abada. (aiōn )
3 ପିତା ଈଶ୍ବର ଓ ସେହି ପିତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ଆମ୍ଭମାନଙ୍କ ସହିତ ସତ୍ୟ ଓ ପ୍ରେମରେ ରହିବ।
Alheri da jinkai da salama za su kasance tare da mu, daga Allah Uba da kuma daga Yesu Almasihu Dan Uba, a cikin gaskiya da kauna.
4 ତୁମ୍ଭର ସନ୍ତାନମାନଙ୍କ ମଧ୍ୟରୁ କେତେକଙ୍କୁ ପିତାଙ୍କଠାରୁ ପ୍ରାପ୍ତ ଆଜ୍ଞାନୁଯାୟୀ ସତ୍ୟରେ ଆଚରଣ କରୁଥିବା ଦେଖି ମୁଁ ବିଶେଷ ଆନନ୍ଦିତ।
Na yi murna sosai sa'anda na sami wadansu yayanki suna tafiya cikin gaskiya, kamar yadda muka karbi wannan umarni daga Uba.
5 ହେ ଭଦ୍ରେ, ଏବେ ମୁଁ ଯେ ତୁମ୍ଭ ନିକଟକୁ କୌଣସି ନୂଆ ଆଜ୍ଞା ଲେଖୁଅଛି, ତାହା ନୁହେଁ, ମାତ୍ର ଆଦ୍ୟରୁ ପ୍ରାପ୍ତ ଆଜ୍ଞାଟି ଲେଖି ଅନୁରୋଧ କରୁଅଛି ଯେ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ।
Yanzu ina rokon ki, uwar gida, ba kamar ina rubuta maki sabon umarni ba, amma wannan da muka samu tun da can, cewa mu kaunaci junanmu.
6 ଆଉ ଆମ୍ଭେମାନେ ଯେ ତାହାଙ୍କ ଆଜ୍ଞାନୁସାରେ ଆଚରଣ କରୁ, ଏହା ହିଁ ପ୍ରେମର ସାର। ତୁମ୍ଭେମାନେ ଆଦ୍ୟରୁ ଯାହା ଶୁଣିଅଛ, ସେହି ଅନୁସାରେ ଆଚରଣ କର, ଏହା ସେହି ଆଜ୍ଞା।
Wannan kuma itace kauna, cewa mu yi tafiya bisa ga umarnin sa. Wannan shine umarnin, daidai kamar yadda kuka ji da fari, da cewa ku yi tafiya a cikinsa.
7 କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବନ୍ତ ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ୱୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି। ଏହି ପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଭଣ୍ଡଖ୍ରୀଷ୍ଟ।
Gama masu yaudara sun fito a duniya, wadanda ba su yarda cewa Yesu ya zo cikin jiki ba. Wannan ne mayaudari da kuma magabcin Almasihu.
8 ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ।
Ku dubi kanku, domin kada ku rasa abubuwan da mu duka muka yi aiki a kansu, amma domin ku karba dukan sakamon ku.
9 ଯେକେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ବରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି।
Duk wanda ya ci gaba da tafiya ba cikin koyarwa Almasihu ba, ba shi da Allah. Wanda ya zauna cikin koyarwar kwa yana tare da Uban da kuma Dan.
10 କେହି ଯଦି ଏହି ଶିକ୍ଷା ନ ଘେନି ତୁମ୍ଭମାନଙ୍କ ନିକଟକୁ ଆସେ, ତେବେ ତାହାକୁ ଗୃହରେ ଅତିଥି ନ କର ଓ ସମ୍ବର୍ଦ୍ଧନା ଜଣାଅ ନାହିଁ;
Duk wanda ya zo wurinku, ba tare da wannan koyarwar ba, kar ku karbe shi cikin gidanku, kada ma ku gaishe shi.
11 କାରଣ ଯେକେହି ତାହାକୁ ସମ୍ବର୍ଦ୍ଧନା ଜଣାଏ, ସେ ତାହାର ଦୁଷ୍କର୍ମର ସହଭାଗୀ ହୁଏ।
Domin duk wanda ya gaishe shi ya yi tarayya da shi kenan cikin miyagun ayyukan sa.
12 ତୁମ୍ଭମାନଙ୍କ ନିକଟକୁ ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଗଜ ଓ କାଳିରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ; ମୋହର ଆଶା ଯେ; ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ମୁଖାମୁଖି କଥାବାର୍ତ୍ତା କରିବି, ଯେପରି ଆମ୍ଭମାନଙ୍କ ଆନନ୍ଦ ସମ୍ପୂର୍ଣ୍ଣ ହେବ।
Ina da abubuwa dayawa da nake so in rubuta maki amma al'kalami tawada da takarda baza su iya daukar su duka ba. Amma duk da haka ina begen zuwa gare ki domin mu yi magana fuska da fuska, domin farin cikn mu ya zama cikakke.
13 ତୁମ୍ଭର ମନୋନୀତା ଭଉଣୀର ସନ୍ତାନମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି।
Yayan yar'uwarki zababbiya suna gaishe ki.