< ଦ୍ୱିତୀୟ ରାଜାବଳୀ 1 >

1 ଏଥିଉତ୍ତାରେ ଆହାବଙ୍କର ମୃତ୍ୟୁୁ ଉତ୍ତାରେ ମୋୟାବ ଦେଶ ଇସ୍ରାଏଲ ବିରୁଦ୍ଧରେ ବିଦ୍ରୋହ ଆଚରଣ କଲେ।
И отложился Моав от Израиля по смерти Ахава.
2 ପୁଣି ଅହସୀୟ ଶମରୀୟାସ୍ଥ ଆପଣା ଉପରିସ୍ଥ କୋଠରିର ଝରକା ଦେଇ ପଡ଼ି ପୀଡ଼ିତ ହେଲେ; ଆଉ ସେ ଦୂତଗଣ ପଠାଇ ସେମାନଙ୍କୁ କହିଲେ, “ଯାଅ, ଏହି ପୀଡ଼ାରୁ ମୁଁ ସୁସ୍ଥ ହେବି କି ନାହିଁ, ଏହା ଇକ୍ରୋଣର ଦେବତା ବାଲ୍‍ସବୂବକୁ ପଚାର।”
Охозия же упал чрез решетку с горницы своей, что в Самарии, и занемог. И послал послов, и сказал им: пойдите, спросите у Веельзевула, божества Аккаронского: выздоровею ли я от сей болезни? И пошли они спрашивать.
3 ମାତ୍ର ସଦାପ୍ରଭୁଙ୍କ ଦୂତ ତିଶ୍‍ବୀୟ ଏଲୀୟଙ୍କୁ କହିଲେ, “ଉଠ, ଶମରୀୟା ରାଜାଙ୍କର ଦୂତଗଣକୁ ସାକ୍ଷାତ କରିବାକୁ ଯାଅ ଓ ସେମାନଙ୍କୁ କୁହ, ‘ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେମାନେ ଇକ୍ରୋଣର ଦେବତା ବାଲ୍‍ସବୂବକୁ ପଚାରିବାକୁ ଯାଉଅଛ?’
Тогда Ангел Господень сказал Илии Фесвитянину: встань, пойди навстречу посланным от царя Самарийского и скажи им: разве нет Бога в Израиле, что вы идете вопрошать Веельзевула, божество Аккаронское?
4 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।’” ଏଉତ୍ତାରେ ଏଲୀୟ ପ୍ରସ୍ଥାନ କଲେ।
За это так говорит Господь: с постели, на которую ты лег, не сойдешь с нее, но умрешь. И пошел Илия, и сказал им.
5 ତହୁଁ ଦୂତମାନେ ଅହସୀୟଙ୍କର ନିକଟକୁ ଫେରି ଆସନ୍ତେ, ସେ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ କାହିଁକି ଫେରି ଆସିଲ?”
И возвратились к Охозии посланные. И он сказал им: что это вы возвратились?
6 ଏଥିରେ ସେମାନେ ତାଙ୍କୁ କହିଲେ, “ଜଣେ ଲୋକ ଆମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି କହିଲା, ‘ଯେଉଁ ରାଜା ତୁମ୍ଭମାନଙ୍କୁ ପଠାଇଅଛି, ତାହା ନିକଟକୁ ଫେରିଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍‍ସବୂବ ନିକଟକୁ ପଚାରି ପଠାଉଅଛ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।’”
И сказали ему: навстречу нам вышел человек и сказал нам: пойдите, возвратитесь к царю, который послал вас, и скажите ему: так говорит Господь: разве нет Бога в Израиле, что ты посылаешь вопрошать Веельзевула, божество Аккаронское? За то с постели, на которую ты лег, не сойдешь с нее, но умрешь.
7 ତହିଁରେ ଅହସୀୟ ସେମାନଙ୍କୁ ପଚାରିଲେ, “ଯେ ତୁମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି ଏହିସବୁ କଥା କହିଲା, ସେ କି ପ୍ରକାର ଲୋକ?”
И сказал им: каков видом тот человек, который вышел навстречу вам и говорил вам слова сии?
8 ତହୁଁ ସେମାନେ ତାଙ୍କୁ ଉତ୍ତର କଲେ, “ସେ ଲୋମଶ ମନୁଷ୍ୟ ଓ ତାହାର କଟି ଚର୍ମପଟୁକାରେ ବନ୍ଧା ଥିଲା।” ତହିଁରେ ରାଜା କହିଲେ, “ସେ ତ ତିଶ୍‍ବୀୟ ଏଲୀୟ।”
Они сказали ему: человек тот весь в волосах и кожаным поясом подпоясан по чреслам своим. И сказал он: это Илия Фесвитянин.
9 ତେବେ ରାଜା ଏଲୀୟଙ୍କ ନିକଟକୁ ଜଣେ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ପଚାଶପତି ଏଲୀୟଙ୍କ ନିକଟକୁ ଗଲା; ଆଉ ଦେଖ, ଏଲୀୟ ପର୍ବତ ଶୃଙ୍ଗରେ ବସିଥିଲେ। ଏଥିରେ ପଚାଶପତି ତାଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ‘ତଳକୁ ଆସ।’”
И послал к нему пятидесятника с его пятидесятком. И он взошел к нему, когда Илия сидел на верху горы, и сказал ему: человек Божий! царь говорит: сойди.
10 ତହୁଁ ଏଲୀୟ ସେହି ପଚାଶପତିଙ୍କୁ ଉତ୍ତର କରି କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ।” ଏଥିରେ ଆକାଶରୁ ଅଗ୍ନି ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା।
И отвечал Илия, и сказал пятидесятнику: если я человек Божий, то пусть сойдет огонь с неба и попалит тебя и твой пятидесяток. И сошел огонь с неба и попалил его и пятидесяток его.
11 ଏଉତ୍ତାରେ ରାଜା ପୁନର୍ବାର ଏଲୀୟଙ୍କ ନିକଟକୁ ଆଉ ଏକ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ଏହି ପଚାଶପତି ମଧ୍ୟ ଏଲୀୟଙ୍କୁ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ‘ଶୀଘ୍ର ତଳକୁ ଆସ।’”
И послал к нему царь другого пятидесятника с его пятидесятком. И он стал говорить ему: человек Божий! так сказал царь: сойди скорее.
12 ଏଥିରେ ଏଲୀୟ ସେମାନଙ୍କୁ ଉତ୍ତର କରି କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ।” ତହୁଁ ପରମେଶ୍ୱରଙ୍କ ଅଗ୍ନି ଆକାଶରୁ ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା।
И отвечал Илия и сказал ему: если я человек Божий, то пусть сойдет огонь с неба и попалит тебя и твой пятидесяток. И сошел огонь Божий с неба, и попалил его и пятидесяток его.
13 ଏଥିରେ ରାଜା ପୁନର୍ବାର ତୃତୀୟ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ପୁଣି ସେହି ତୃତୀୟ ପଚାଶପତି ଉପରକୁ ଗଲା ଓ ଏଲୀୟଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଆପଣା ଆଣ୍ଠୁପାତି ବିନୟ କରି ତାଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ମୁଁ ବିନୟ କରୁଅଛି, ଆପଣଙ୍କ ଦୃଷ୍ଟିରେ ମୋʼ ପ୍ରାଣ ଓ ଆପଣଙ୍କ ଦାସ ଏହି ପଚାଶ ଲୋକଙ୍କର ପ୍ରାଣ ବହୁମୂଲ୍ୟ ହେଉ।
И еще послал в третий раз пятидесятника с его пятидесятком. И поднялся, и пришел пятидесятник третий, и пал на колена свои пред Илиею, и умолял его, и говорил ему: человек Божий! да не будет презрена душа моя и душа рабов твоих - сих пятидесяти - пред очами твоими;
14 ଦେଖନ୍ତୁ, ଆକାଶରୁ ଅଗ୍ନି ଆସି ପୂର୍ବ ଦୁଇ ପଚାଶପତିଙ୍କୁ ଓ ସେମାନଙ୍କ ପଚାଶ ପଚାଶ ଲୋକଙ୍କୁ ଗ୍ରାସ କଲା; ମାତ୍ର ଏବେ ଆପଣଙ୍କ ଦୃଷ୍ଟିରେ ମୋʼ ପ୍ରାଣ ବହୁମୂଲ୍ୟ ହେଉ।”
вот, сошел огонь с неба, и попалил двух пятидесятников прежних с их пятидесятками; но теперь да не будет презрена душа моя пред очами твоими!
15 ଏଥିରେ ସଦାପ୍ରଭୁଙ୍କ ଦୂତ ଏଲୀୟଙ୍କୁ କହିଲେ, “ତାହା ସଙ୍ଗରେ ତଳକୁ ଯାଅ; ତାହାକୁ ଭୟ କର ନାହିଁ।” ତହୁଁ ଏଲୀୟ ଉଠି ପଚାଶପତି ସଙ୍ଗରେ ତଳକୁ ଯାଇ ରାଜାଙ୍କ ନିକଟକୁ ଗଲେ।
И сказал Ангел Господень Илии: пойди с ним, не бойся его. И он встал, и пошел с ним к царю.
16 ପୁଣି ସେ ରାଜାଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘କଥା ପଚାରିବା ପାଇଁ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍‍ସବୂବକୁ ପଚାରିବା ପାଇଁ ଦୂତମାନଙ୍କୁ ପଠାଇଲ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହଁ, ମାତ୍ର ନିଶ୍ଚୟ ମରିବ।’”
И сказал ему: так говорит Господь: за то, что ты посылал послов вопрошать Веельзевула, божество Аккаронское, как будто в Израиле нет Бога, чтобы вопрошать о слове Его, - с постели, на которую ты лег, не сойдешь с нее, но умрешь.
17 ଏଥିଉତ୍ତାରେ ଏଲୀୟଙ୍କ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ମଲେ। ପୁଣି ତାଙ୍କର ପୁତ୍ର ନ ଥିବାରୁ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କର ପୁତ୍ର ଯିହୋରାମ୍‍ଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କରିବାକୁ ଆରମ୍ଭ କଲେ।
И умер он по слову Господню, которое изрек Илия. И воцарился Иорам, брат Охозии, вместо него, во второй год Иорама, сына Иосафатова, царя Иудейского, так как сына у того не было.
18 ଏହି ଅହସୀୟଙ୍କର କ୍ରିୟାର ଅବଶିଷ୍ଟ ବୃତ୍ତାନ୍ତ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Прочее об Охозии, что он сделал, написано в летописи царей Израильских.

< ଦ୍ୱିତୀୟ ରାଜାବଳୀ 1 >