< ଦ୍ୱିତୀୟ ରାଜାବଳୀ 10 >

1 ଶମରୀୟାରେ ଆହାବଙ୍କର ସତୁରି ପୁତ୍ର ଥିଲେ। ଏଣୁ ଯେହୂ ଶମରୀୟାରେ ଯିଷ୍ରିୟେଲର ଅଧ୍ୟକ୍ଷଗଣ, ପ୍ରାଚୀନମାନଙ୍କୁ ଓ ଆହାବଙ୍କର ପୁତ୍ରମାନଙ୍କ ପ୍ରତିପାଳକମାନଙ୍କ ନିକଟକୁ ଏହିପରି ପତ୍ରମାନ ଲେଖି ପଠାଇଲେ, ଯଥା,
Now Ahab had seventy sons in Samaria. And Jehu wrote letters, and sent to Samaria, to the princes of Jizreel, to the elders, and to Ahab's guardians, saying,
2 “ତୁମ୍ଭମାନଙ୍କ ପ୍ରଭୁର ପୁତ୍ରଗଣ ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ପୁଣି ରଥ ଓ ଅଶ୍ୱଗଣ, ମଧ୍ୟ ଏକ ପ୍ରାଚୀର-ବେଷ୍ଟିତ ନଗର ଓ ଅସ୍ତ୍ରଶସ୍ତ୍ର ତୁମ୍ଭମାନଙ୍କର ହସ୍ତଗତ ଅଛି।
And now, when this letter comes to you, seeing your master's sons are with you, and there are with you chariots, and horses, and a fortified city, and armour,
3 ଏହେତୁ ତୁମ୍ଭମାନଙ୍କ ନିକଟରେ ଏହି ପତ୍ର ଉପସ୍ଥିତ ହେବା ମାତ୍ରେ ତୁମ୍ଭେମାନେ ଆପଣା ପ୍ରଭୁର ପୁତ୍ରଗଣ ମଧ୍ୟରୁ ସର୍ବାପେକ୍ଷା ଉତ୍ତମ ଓ ଉପଯୁକ୍ତ ଜଣକୁ ବାଛ ଓ ତାହାକୁ ତାହାର ପିତାର ସିଂହାସନରେ ବସାଅ ଓ ତୁମ୍ଭେମାନେ ଆପଣା ପ୍ରଭୁର ବଂଶ ପକ୍ଷରେ ଯୁଦ୍ଧ କର।”
look out the best and worthiest of your master's sons, and set him on his father's throne, and fight for your master's house.
4 ମାତ୍ର ସେମାନେ ଅତିଶୟ ଭୀତ ହୋଇ କହିଲେ, “ଦେଖ, ସେ ଦୁଇ ରାଜା ତାହା ସମ୍ମୁଖରେ ଠିଆ ହୋଇ ପାରିଲେ ନାହିଁ; ତେବେ ଆମ୍ଭେମାନେ କିପରି ଠିଆ ହେବା?”
And they were exceedingly afraid, and said, Behold, the two kings stood not before him; and how shall we stand?
5 ଏହେତୁ ଗୃହାଧ୍ୟକ୍ଷ ଓ ନଗରାଧ୍ୟକ୍ଷ, ମଧ୍ୟ ପ୍ରାଚୀନମାନେ ଓ ସନ୍ତାନଗଣର ପ୍ରତିପାଳକମାନେ ଯେହୂଙ୍କ ନିକଟକୁ ଏହି କଥା କହି ପଠାଇଲେ, “ଆମ୍ଭେମାନେ ଆପଣଙ୍କର ଦାସ ଓ ଆପଣ ଆମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରିବେ, ଆମ୍ଭେମାନେ ତାହାସବୁ କରିବୁ; ଆମ୍ଭେମାନେ କୌଣସି ଲୋକକୁ ରାଜା କରିବୁ ନାହିଁ; ଆପଣଙ୍କ ଦୃଷ୍ଟିରେ ଯାହା ଭଲ, ତାହା ଆପଣ କରନ୍ତୁ।”
And he that was over the house, and he that was over the city, and the elders, and the guardians sent to Jehu, saying, We are thy servants, and will do all that thou shalt bid us; we will not make any one king; do what is good in thy sight.
6 ତହୁଁ ଯେହୂ ଦ୍ୱିତୀୟ ଥର ସେମାନଙ୍କ ନିକଟକୁ ପତ୍ର ଲେଖିଲେ, ଯଥା, “ଯଦି ତୁମ୍ଭେମାନେ ମୋହର ପକ୍ଷ ଓ ଯଦି ତୁମ୍ଭେମାନେ ମୋʼ କଥାରେ ମନୋଯୋଗ କରିବ, ତେବେ ତୁମ୍ଭେମାନେ ଆପଣା ପ୍ରଭୁର ପୁତ୍ରମାନଙ୍କ ମସ୍ତକ ଘେନି ଆସନ୍ତାକାଲି ଏହି ସମୟରେ ଯିଷ୍ରିୟେଲକୁ ମୋʼ ନିକଟକୁ ଆସ।” ସେହି ସତୁରି ଜଣ ରାଜପୁତ୍ର ଆପଣାମାନଙ୍କ ପ୍ରତିପାଳକ ନଗରସ୍ଥ ପ୍ରଧାନ ଲୋକଙ୍କ ସଙ୍ଗରେ ଥିଲେ।
And he wrote a letter the second time to them saying, If ye are mine, and will hearken to my voice, take the heads of the men your master's sons, and come to me to Jizreel to-morrow at this time. Now the king's sons, seventy persons, were with the great men of the city, who brought them up.
7 ଏଥିଉତ୍ତାରେ ସେମାନଙ୍କ ନିକଟରେ ପତ୍ର ଉପସ୍ଥିତ ହୁଅନ୍ତେ, ସେମାନେ ସେହି ସତୁରି ଜଣ ରାଜପୁତ୍ରଙ୍କୁ ନେଇ ବଧ କଲେ ଓ ସେମାନଙ୍କର ମସ୍ତକ ଟୋକେଇରେ ରଖି ଯିଷ୍ରିୟେଲକୁ ଯେହୂଙ୍କ ନିକଟକୁ ପଠାଇଲେ।
And it came to pass when the letter came to them, that they took the king's sons, and slaughtered seventy persons, and put their heads in baskets, and sent them to him to Jizreel.
8 ଏଥିରେ ଜଣେ ଦୂତ ଆସି ଯେହୂଙ୍କୁ ଜଣାଇ କହିଲା, “ସେମାନେ ରାଜପୁତ୍ରମାନଙ୍କ ମସ୍ତକ ଆଣିଅଛନ୍ତି।” ତହିଁରେ ସେ କହିଲେ, “ଦ୍ୱାର-ପ୍ରବେଶ ସ୍ଥାନରେ ଦୁଇ ଗଦା କରି ପ୍ରାତଃକାଳ ପର୍ଯ୍ୟନ୍ତ ସେସବୁ ରଖ।”
And a messenger came and told him saying, They have brought the heads of the king's sons. And he said, Lay them in two heaps at the entrance of the gate until the morning.
9 ଏଥିଉତ୍ତାରେ ପ୍ରାତଃକାଳରେ ଯେହୂ ବାହାରକୁ ଯାଇ ଠିଆ ହୋଇ ସମସ୍ତ ଲୋକଙ୍କୁ କହିଲେ, “ତୁମ୍ଭେମାନେ ଧାର୍ମିକ ଲୋକ; ଦେଖ, ମୁଁ ଆପଣା ପ୍ରଭୁ ବିରୁଦ୍ଧରେ ଚକ୍ରାନ୍ତ କରି ତାହାକୁ ବଧ କଲି; ମାତ୍ର ଏସମସ୍ତଙ୍କୁ କିଏ ବଧ କଲା?
And it came to pass in the morning that he went out; and he stood, and said to all the people, Ye are righteous! behold, I conspired against my master and killed him; but who smote all these?
10 ଏବେ ଜାଣ ଯେ, ସଦାପ୍ରଭୁ ଆହାବ-ବଂଶ ବିଷୟରେ ଯାହା କହିଅଛନ୍ତି, ସଦାପ୍ରଭୁଙ୍କ ସେହି ବାକ୍ୟରୁ କିଛି ହିଁ ତଳେ ପଡ଼ିବ ନାହିଁ; କାରଣ ସଦାପ୍ରଭୁ ଆପଣା ଦାସ ଏଲୀୟଙ୍କ ଦ୍ୱାରା ଯାହା କହିଥିଲେ, ତାହା ସଫଳ କରିଅଛନ୍ତି।”
Know now that nothing shall fall to the earth of the word of Jehovah, which Jehovah spoke concerning the house of Ahab; for Jehovah has done that which he said through his servant Elijah.
11 ତହୁଁ ଯେହୂ ଆହାବଙ୍କର କାହାକୁ ଅବଶିଷ୍ଟ ନ ରଖିବା ପର୍ଯ୍ୟନ୍ତ ଯିଷ୍ରିୟେଲରେ ତାଙ୍କ ବଂଶର ଅବଶିଷ୍ଟ ସମସ୍ତଙ୍କୁ, ଓ ତାଙ୍କ ପ୍ରଧାନ ଲୋକ ସମସ୍ତଙ୍କୁ, ତାଙ୍କ ଆତ୍ମୀୟ ବନ୍ଧୁମାନଙ୍କୁ, ଓ ତାଙ୍କର ଯାଜକମାନଙ୍କୁ ବଧ କଲେ।
And Jehu slew all that remained of the house of Ahab in Jizreel, and all his great men, and his acquaintances, and his priests, until he left him none remaining.
12 ଏଥିଉତ୍ତାରେ ଯେହୂ ଉଠି ପ୍ରସ୍ଥାନ କରି ଶମରୀୟାକୁ ଗଲେ। ପୁଣି ସେ ପଥ ମଧ୍ୟରେ ମେଷପାଳକମାନଙ୍କ ମେଷଲୋମ-ଚ୍ଛେଦନ ଗୃହ ନିକଟରେ ଉପସ୍ଥିତ ହୁଅନ୍ତେ,
And he rose up and departed, and came to Samaria. And as he was at the shepherds' meeting-place on the way,
13 ଯେହୂ ଯିହୁଦାର ରାଜା ଅହସୀୟଙ୍କର ଭ୍ରାତୃଗଣକୁ ଭେଟି ପଚାରିଲେ, “ତୁମ୍ଭେମାନେ କିଏ?” ସେମାନେ ଉତ୍ତର କଲେ, “ଆମ୍ଭେମାନେ ଅହସୀୟଙ୍କର ଭାଇ; ଆଉ ଆମ୍ଭେମାନେ ରାଜାଙ୍କ ସନ୍ତାନମାନଙ୍କର ଓ ରାଣୀଙ୍କ ସନ୍ତାନମାନଙ୍କର ମଙ୍ଗଳବାଦ କରିବାକୁ ଯାଉଅଛୁ।”
Jehu found the brethren of Ahaziah king of Judah, and said, Who are ye? And they said, We are the brethren of Ahaziah; and have come down to salute the children of the king, and the children of the queen.
14 ଏଥିରେ ଯେହୂ କହିଲେ, “ଏମାନଙ୍କୁ ଜିଅନ୍ତା ଧର।” ତହୁଁ ଲୋକମାନେ ସେମାନଙ୍କୁ ଜୀଅନ୍ତା ଧରି ମେଷଲୋମ ଚ୍ଛେଦନଗୃହର ଗର୍ତ୍ତ ନିକଟରେ ସେହି ବୟାଳିଶ ଜଣଙ୍କୁ ବଧ କଲେ, ସେ ସେମାନଙ୍କର କାହାକୁ ଅବଶିଷ୍ଟ ରଖିଲେ ନାହିଁ।
And he said, Take them alive! And they took them alive, and slew them at the well of the meeting-place, forty-two men; and he left not one of them remaining.
15 ଏଥିଉତ୍ତାରେ ଯେହୂ ସେଠାରୁ ପ୍ରସ୍ଥାନ କରନ୍ତେ, ଆପଣା ସମ୍ମୁଖରେ ଆଗମନକାରୀ ରେଖବର ପୁତ୍ର ଯିହୋନାଦବ୍‍କୁ ଭେଟିଲେ। ସେ ତାହାକୁ ମଙ୍ଗଳବାଦ କରି ପଚାରିଲେ, “ଯେପରି ତୁମ୍ଭ ପ୍ରତି ମୋʼ ମନ ସରଳ, ସେପରି ତୁମ୍ଭ ମନ କି ମୋʼ ପ୍ରତି ଅଛି?” ଏଥିରେ ଯିହୋନାଦବ୍‍ ଉତ୍ତର କଲା, “ହଁ, ଅଛି।” “ତାହାହେଲେ ମୋତେ ତୁମ୍ଭ ହସ୍ତ ଦିଅ।” ତହୁଁ ଯିହୋନାଦବ୍‍ ତାଙ୍କୁ ଆପଣା ହସ୍ତ ଦିଅନ୍ତେ, ଯେହୂ ତାହାକୁ ଆପଣା ନିକଟକୁ ରଥ ଉପରକୁ ନେଲେ।
And he departed thence, and found Jehonadab the son of Rechab [coming] to meet him; and he greeted him, and said to him, Is thy heart right, as my heart is with thy heart? And Jehonadab said, It is. — If it be, give [me] thy hand. — And he gave [him] his hand; and [Jehu] took him up to him into the chariot,
16 ପୁଣି ଯେହୂ କହିଲେ, “ମୋʼ ସଙ୍ଗେ ଆସ, ସଦାପ୍ରଭୁଙ୍କ ନିମନ୍ତେ ମୋହର ଉଦ୍‍ଯୋଗ ଦେଖ।” ଏହିରୂପେ ସେମାନେ ତାହାକୁ ତାଙ୍କ ରଥରେ ଚଢ଼ାଇଲେ।
and said, Come with me, and see my zeal for Jehovah. So they made him ride in his chariot.
17 ଏଥିଉତ୍ତାରେ ଯେହୂ ଶମରୀୟାରେ ଉପସ୍ଥିତ ହୁଅନ୍ତେ, ସଦାପ୍ରଭୁ ଏଲୀୟଙ୍କୁ ଯାହା କହିଥିଲେ, ସେହି ବାକ୍ୟାନୁସାରେ ଯେହୂ ଆହାବଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଶମରୀୟାସ୍ଥ ତାଙ୍କର ଅବଶିଷ୍ଟ ସମସ୍ତଙ୍କୁ ବଧ କଲେ।
And he came to Samaria, and smote all that remained to Ahab in Samaria, until he had destroyed him, according to the word of Jehovah which he spoke to Elijah.
18 ପୁଣି ଯେହୂ ସମଗ୍ର ଲୋକଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, “ଆହାବ ବାଲ୍‍ର ଅଳ୍ପ ସେବା କଲା, ମାତ୍ର ଯେହୂ ତାହାର ବହୁତ ସେବା କରିବ।
And Jehu gathered all the people together, and said to them, Ahab served Baal a little: Jehu will serve him much.
19 ଏହେତୁ ଏବେ ବାଲ୍‍ର ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ତାହାର ପୂଜକ ସମସ୍ତଙ୍କୁ ଓ ତାହାର ଯାଜକ ସମସ୍ତଙ୍କୁ ମୋʼ ନିକଟକୁ ଡାକ; କେହି ଅନୁପସ୍ଥିତ ନ ରହନ୍ତୁ; କାରଣ ବାଲ୍‍ ଉଦ୍ଦେଶ୍ୟରେ ମୋହର ଏକ ବଡ଼ ଯଜ୍ଞ କରିବାର ଅଛି; ଯେକେହି ଅନୁପସ୍ଥିତ ହେବ, ସେ ବଞ୍ଚିବ ନାହିଁ।” ମାତ୍ର ଯେହୂ ବାଲ୍‍ର ପୂଜକମାନଙ୍କୁ ବିନାଶ କରିବା ଅଭିପ୍ରାୟରେ ଏହା ଛଳ ଭାବରେ କଲେ।
And now call me all the prophets of Baal, all his servants, and all his priests: let none be wanting; for I have a great sacrifice [to do] to Baal; whoever shall be wanting shall not live. But Jehu did it in subtilty, in order that he might bring destruction upon the servants of Baal.
20 ଆଉ ଯେହୂ କହିଲେ, “ବାଲ୍‍ ଉଦ୍ଦେଶ୍ୟରେ ଏକ ପବିତ୍ର ମହାସଭା ନିରୂପଣ କର।” ତହୁଁ ସେମାନେ ତାହା ଘୋଷଣା କଲେ।
And Jehu said, Hallow a solemn assembly for Baal. And they proclaimed [it].
21 ପୁଣି ଯେହୂ ସମଗ୍ର ଇସ୍ରାଏଲ ମଧ୍ୟକୁ ଲୋକ ପଠାଇଲେ; ତହିଁରେ ବାଲ୍‍ର ପୂଜକ ସମସ୍ତେ ଆସିଲେ, ଯେ ନ ଆସିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ। ଆଉ ଲୋକମାନେ ବାଲ୍‍ର ମନ୍ଦିରକୁ ଆସନ୍ତେ, ବାଲ୍‍ର ମନ୍ଦିରର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ପୂର୍ଣ୍ଣ ହେଲା।
And Jehu sent into all Israel; and all the servants of Baal came, so that there was not a man left that came not: and they entered into the house of Baal; and the house of Baal was full from one end to the other.
22 ତେବେ ସେ ବସ୍ତ୍ରାଗାରର ଅଧ୍ୟକ୍ଷଙ୍କୁ କହିଲେ, “ବାଲ୍‍ର ସମସ୍ତ ପୂଜକଙ୍କ ନିମନ୍ତେ ବସ୍ତ୍ର ବାହାର କରି ଆଣ।” ଏଥିରେ ସେ ବସ୍ତ୍ର ବାହାର କରି ଆଣିଲା।
And he said to him that was over the wardrobe, Bring forth vestments for all the servants of Baal. And he brought them forth vestments.
23 ତହିଁରେ ଯେହୂ ଓ ରେଖବର ପୁତ୍ର ଯିହୋନାଦବ୍‍ ବାଲ୍‍ ମନ୍ଦିରକୁ ଗଲେ; ଆଉ ସେ ବାଲ୍‍ର ପୂଜକମାନଙ୍କୁ କହିଲେ, “ଏଠାରେ ତୁମ୍ଭମାନଙ୍କ ମଧ୍ୟରେ ବାଲ୍‍ର ପୂଜକମାନଙ୍କ ବ୍ୟତୀତ ସଦାପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ କେହି ଯେପରି ନ ଥାଏ, ଏଥିପାଇଁ ଖୋଜି ଦେଖ।”
And Jehu and Jehonadab the son of Rechab entered into the house of Baal, and said to the servants of Baal, Search, and see that there be here with you none of the servants of Jehovah, but the servants of Baal only.
24 ଏଥିଉତ୍ତାରେ ସେମାନେ ବଳିଦାନ ଓ ହୋମ କରିବାକୁ ଭିତରକୁ ଗଲେ। ଯେହୂ ଆପଣାର ଅଶୀ ଜଣକୁ ବାହାରେ ନିଯୁକ୍ତ କରି କହିଥିଲେ, “ମୁଁ ଯେଉଁ ଲୋକମାନଙ୍କୁ ତୁମ୍ଭମାନଙ୍କର ହସ୍ତଗତ କରାଇବି, ସେମାନଙ୍କ ମଧ୍ୟରୁ କେହି ଯେବେ ପଳାଏ, ତେବେ ଯେ ତାହାକୁ ଛାଡ଼ିଦିଏ, ତାହାର ପ୍ରାଣ ସେ ଲୋକର ପ୍ରାଣର ବଦଳ ହେବ।”
And they entered in to offer sacrifices and burnt-offerings. Now Jehu appointed eighty men without, and said, He that allows any of the men to escape that I have brought into your hands, his life shall be for the life of him.
25 ଏଥିଉତ୍ତାରେ ଯେହୂ ହୋମବଳି ଉତ୍ସର୍ଗ ଶେଷ କରିବା କ୍ଷଣେ, ସେ ପ୍ରହରୀ ଓ ସେନାପତିମାନଙ୍କୁ କହିଲେ, “ଭିତରକୁ ଯାଅ, ସେମାନଙ୍କୁ ବଧ କର; କାହାକୁ ବାହାରକୁ ଆସିବାକୁ ଦିଅ ନାହିଁ।” ତହୁଁ ସେମାନେ ଖଡ୍ଗଧାରରେ ସେମାନଙ୍କୁ ବଧ କଲେ; ଆଉ ପ୍ରହରୀ ଓ ସେନାପତିମାନେ ସେମାନଙ୍କୁ ବାହାରେ ପକାଇଦେଇ ବାଲ୍‍ ମନ୍ଦିରର ଗୃହକୁ ଗଲେ।
And it came to pass as soon as they had ended offering up the burnt-offering, that Jehu said to the couriers and to the captains, Go in, slay them; let none come forth. And they smote them with the edge of the sword; and the couriers and the captains cast [them] there. And they went to the city of the house of Baal,
26 ପୁଣି ସେମାନେ ବାଲ୍‍ ମନ୍ଦିରରୁ ସ୍ତମ୍ଭମାନ ବାହାର କରି ଆଣି ପୋଡ଼ି ପକାଇଲେ।
and brought forth the columns out of the house of Baal, and burned them;
27 ଆଉ ବାଲ୍‍ର ସ୍ତମ୍ଭ ଭାଙ୍ଗି ପକାଇଲେ ଓ ବାଲ୍‍ର ମନ୍ଦିର ଭାଙ୍ଗି ପକାଇ ତାକୁ ମଳଗୃହ କଲେ, ତାହା ଆଜି ପର୍ଯ୍ୟନ୍ତ ଅଛି।
and they broke down the column of Baal, and broke down the house of Baal, and made it a draught-house to this day.
28 ଏହି ପ୍ରକାରେ ଯେହୂ ଇସ୍ରାଏଲ ମଧ୍ୟରୁ ବାଲ୍‍କୁ ଉଚ୍ଛିନ୍ନ କଲେ।
Thus Jehu extirpated Baal out of Israel.
29 ତଥାପି ବେଥେଲ୍‍ ଓ ଦାନ୍‍ରେ ଥିବା ଯେଉଁ ସୁବର୍ଣ୍ଣ ଗୋବତ୍ସ ଦ୍ୱାରା ନବାଟର ପୁତ୍ର ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ଯେହୂ ତାଙ୍କର ସେହି ପାପାନୁଗମନ ତ୍ୟାଗ କଲେ ନାହିଁ।
Only, the sins of Jeroboam the son of Nebat, who made Israel to sin, from them Jehu departed not: [from] the golden calves that were in Bethel, and that were in Dan.
30 ଏଥିଉତ୍ତାରେ ସଦାପ୍ରଭୁ ଯେହୂଙ୍କୁ କହିଲେ, “ଆମ୍ଭ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ସାଧନ କରି ତୁମ୍ଭେ ଭଲ କରିଅଛ ଓ ଆମ୍ଭ ମନରେ ଯାହା ଯାହା ଥିଲା, ତଦନୁସାରେ ତୁମ୍ଭେ ଆହାବ-ବଂଶ ପ୍ରତି କରିଅଛ, ଏହେତୁ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ତୁମ୍ଭର ସନ୍ତାନମାନେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।”
And Jehovah said to Jehu, Because thou hast executed well that which is right in my sight, [and] hast done unto the house of Ahab according to all that was in my heart, thy children of the fourth [generation] shall sit on the throne of Israel.
31 ତଥାପି ଯେହୂ ଆପଣାର ସର୍ବାନ୍ତଃକରଣ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ ଚାଲିବାକୁ କିଛି ମନୋଯୋଗ କଲେ ନାହିଁ; ଯାରବୀୟାମ ଇସ୍ରାଏଲକୁ ଯେଉଁ ପାପ କରାଇଥିଲେ, ତାଙ୍କର ସେହି ପାପ ସେ ପରିତ୍ୟାଗ କଲେ ନାହିଁ।
But Jehu took no heed to walk in the law of Jehovah the God of Israel with all his heart; he departed not from the sins of Jeroboam, who made Israel to sin.
32 ସେସମୟରେ ସଦାପ୍ରଭୁ ଇସ୍ରାଏଲକୁ ଊଣା କରିବାକୁ ଲାଗିଲେ; ପୁଣି ହସାୟେଲ ଇସ୍ରାଏଲର ସମସ୍ତ ସୀମାରେ ସେମାନଙ୍କୁ ଆଘାତ କଲା;
In those days Jehovah began to cut Israel short; and Hazael smote them in all the borders of Israel;
33 ଯର୍ଦ୍ଦନଠାରୁ ପୂର୍ବ ଦିଗରେ ସମସ୍ତ ଗିଲୀୟଦ ଦେଶ, ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଗାଦ୍‍ ଓ ରୁବେନ୍‍ ଓ ମନଃଶି-ବଂଶୀୟ ଲୋକମାନଙ୍କ ଦେଶ, ଅର୍ଥାତ୍‍, ଗିଲୀୟଦ ଓ ବାଶନକୁ ଆଘାତ କଲା।
from the Jordan eastward, all the land of Gilead, the Gadites, and the Reubenites, and the Manassites, from Aroer, which is by the river Arnon, both Gilead and Bashan.
34 ଯେହୂଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା ଓ ତାଙ୍କର ସମସ୍ତ ପରାକ୍ରମ କʼଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
And the rest of the acts of Jehu, and all that he did, and all his might, are they not written in the book of the chronicles of the kings of Israel?
35 ପୁଣି ଯେହୂଙ୍କ ମୃତ୍ୟୁ ପରେ, ଲୋକମାନେ ତାଙ୍କୁ ଶମରୀୟାରେ କବର ଦେଲେ। ତହିଁ ଉତ୍ତାରେ ତାଙ୍କର ପୁତ୍ର ଯିହୋୟାହସ୍‍ ତାଙ୍କ ପଦରେ ରାଜ୍ୟ କଲେ।
And Jehu slept with his fathers, and they buried him in Samaria: and Jehoahaz his son reigned in his stead.
36 ଶମରୀୟାରେ ଇସ୍ରାଏଲ ଉପରେ ଯେହୂଙ୍କର ରାଜ୍ୟ କରିବାର ସମୟ ଅଠାଇଶ ବର୍ଷ ଥିଲା।
Now the time that Jehu reigned over Israel in Samaria was twenty-eight years.

< ଦ୍ୱିତୀୟ ରାଜାବଳୀ 10 >