< ଦ୍ୱିତୀୟ ରାଜାବଳୀ 10 >
1 ଶମରୀୟାରେ ଆହାବଙ୍କର ସତୁରି ପୁତ୍ର ଥିଲେ। ଏଣୁ ଯେହୂ ଶମରୀୟାରେ ଯିଷ୍ରିୟେଲର ଅଧ୍ୟକ୍ଷଗଣ, ପ୍ରାଚୀନମାନଙ୍କୁ ଓ ଆହାବଙ୍କର ପୁତ୍ରମାନଙ୍କ ପ୍ରତିପାଳକମାନଙ୍କ ନିକଟକୁ ଏହିପରି ପତ୍ରମାନ ଲେଖି ପଠାଇଲେ, ଯଥା,
У Ахава было семьдесят сыновей в Самарии. И написал Ииуй письма, и послал в Самарию к начальникам Изреельским, старейшинам и воспитателям детей Ахавовых, такого содержания:
2 “ତୁମ୍ଭମାନଙ୍କ ପ୍ରଭୁର ପୁତ୍ରଗଣ ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ପୁଣି ରଥ ଓ ଅଶ୍ୱଗଣ, ମଧ୍ୟ ଏକ ପ୍ରାଚୀର-ବେଷ୍ଟିତ ନଗର ଓ ଅସ୍ତ୍ରଶସ୍ତ୍ର ତୁମ୍ଭମାନଙ୍କର ହସ୍ତଗତ ଅଛି।
когда придет это письмо к вам, то, так как у вас и сыновья господина вашего, у вас же и колесницы, и кони, и укрепленный город, и оружие,
3 ଏହେତୁ ତୁମ୍ଭମାନଙ୍କ ନିକଟରେ ଏହି ପତ୍ର ଉପସ୍ଥିତ ହେବା ମାତ୍ରେ ତୁମ୍ଭେମାନେ ଆପଣା ପ୍ରଭୁର ପୁତ୍ରଗଣ ମଧ୍ୟରୁ ସର୍ବାପେକ୍ଷା ଉତ୍ତମ ଓ ଉପଯୁକ୍ତ ଜଣକୁ ବାଛ ଓ ତାହାକୁ ତାହାର ପିତାର ସିଂହାସନରେ ବସାଅ ଓ ତୁମ୍ଭେମାନେ ଆପଣା ପ୍ରଭୁର ବଂଶ ପକ୍ଷରେ ଯୁଦ୍ଧ କର।”
выберите лучшего и достойнейшего из сыновей государя своего, и посадите на престол отца его, и воюйте за дом государя своего.
4 ମାତ୍ର ସେମାନେ ଅତିଶୟ ଭୀତ ହୋଇ କହିଲେ, “ଦେଖ, ସେ ଦୁଇ ରାଜା ତାହା ସମ୍ମୁଖରେ ଠିଆ ହୋଇ ପାରିଲେ ନାହିଁ; ତେବେ ଆମ୍ଭେମାନେ କିପରି ଠିଆ ହେବା?”
Они испугались чрезвычайно и сказали: вот, два царя не устояли перед ним, как же нам устоять?
5 ଏହେତୁ ଗୃହାଧ୍ୟକ୍ଷ ଓ ନଗରାଧ୍ୟକ୍ଷ, ମଧ୍ୟ ପ୍ରାଚୀନମାନେ ଓ ସନ୍ତାନଗଣର ପ୍ରତିପାଳକମାନେ ଯେହୂଙ୍କ ନିକଟକୁ ଏହି କଥା କହି ପଠାଇଲେ, “ଆମ୍ଭେମାନେ ଆପଣଙ୍କର ଦାସ ଓ ଆପଣ ଆମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରିବେ, ଆମ୍ଭେମାନେ ତାହାସବୁ କରିବୁ; ଆମ୍ଭେମାନେ କୌଣସି ଲୋକକୁ ରାଜା କରିବୁ ନାହିଁ; ଆପଣଙ୍କ ଦୃଷ୍ଟିରେ ଯାହା ଭଲ, ତାହା ଆପଣ କରନ୍ତୁ।”
И послал начальствующий над домом царским, и градоначальник, и старейшины, и воспитатели к Ииую, сказать: мы рабы твои, и что скажешь нам, то и сделаем; мы никого не поставим царем, что угодно тебе, то и делай.
6 ତହୁଁ ଯେହୂ ଦ୍ୱିତୀୟ ଥର ସେମାନଙ୍କ ନିକଟକୁ ପତ୍ର ଲେଖିଲେ, ଯଥା, “ଯଦି ତୁମ୍ଭେମାନେ ମୋହର ପକ୍ଷ ଓ ଯଦି ତୁମ୍ଭେମାନେ ମୋʼ କଥାରେ ମନୋଯୋଗ କରିବ, ତେବେ ତୁମ୍ଭେମାନେ ଆପଣା ପ୍ରଭୁର ପୁତ୍ରମାନଙ୍କ ମସ୍ତକ ଘେନି ଆସନ୍ତାକାଲି ଏହି ସମୟରେ ଯିଷ୍ରିୟେଲକୁ ମୋʼ ନିକଟକୁ ଆସ।” ସେହି ସତୁରି ଜଣ ରାଜପୁତ୍ର ଆପଣାମାନଙ୍କ ପ୍ରତିପାଳକ ନଗରସ୍ଥ ପ୍ରଧାନ ଲୋକଙ୍କ ସଙ୍ଗରେ ଥିଲେ।
И написал он к ним письмо во второй раз такое: если вы мои и слову моему повинуетесь, то возьмите головы сыновей государя своего, и придите ко мне завтра в это время в Изреель. Царских же сыновей было семьдесят человек; воспитывали их знатнейшие в городе.
7 ଏଥିଉତ୍ତାରେ ସେମାନଙ୍କ ନିକଟରେ ପତ୍ର ଉପସ୍ଥିତ ହୁଅନ୍ତେ, ସେମାନେ ସେହି ସତୁରି ଜଣ ରାଜପୁତ୍ରଙ୍କୁ ନେଇ ବଧ କଲେ ଓ ସେମାନଙ୍କର ମସ୍ତକ ଟୋକେଇରେ ରଖି ଯିଷ୍ରିୟେଲକୁ ଯେହୂଙ୍କ ନିକଟକୁ ପଠାଇଲେ।
Когда пришло к ним письмо, они взяли царских сыновей, и закололи их - семьдесят человек, и положили головы их в корзины, и послали к нему в Изреель.
8 ଏଥିରେ ଜଣେ ଦୂତ ଆସି ଯେହୂଙ୍କୁ ଜଣାଇ କହିଲା, “ସେମାନେ ରାଜପୁତ୍ରମାନଙ୍କ ମସ୍ତକ ଆଣିଅଛନ୍ତି।” ତହିଁରେ ସେ କହିଲେ, “ଦ୍ୱାର-ପ୍ରବେଶ ସ୍ଥାନରେ ଦୁଇ ଗଦା କରି ପ୍ରାତଃକାଳ ପର୍ଯ୍ୟନ୍ତ ସେସବୁ ରଖ।”
И пришел посланный, и донес ему, и сказал: принесли головы сыновей царских. И сказал он: разложите их на две груды у входа в ворота, до утра.
9 ଏଥିଉତ୍ତାରେ ପ୍ରାତଃକାଳରେ ଯେହୂ ବାହାରକୁ ଯାଇ ଠିଆ ହୋଇ ସମସ୍ତ ଲୋକଙ୍କୁ କହିଲେ, “ତୁମ୍ଭେମାନେ ଧାର୍ମିକ ଲୋକ; ଦେଖ, ମୁଁ ଆପଣା ପ୍ରଭୁ ବିରୁଦ୍ଧରେ ଚକ୍ରାନ୍ତ କରି ତାହାକୁ ବଧ କଲି; ମାତ୍ର ଏସମସ୍ତଙ୍କୁ କିଏ ବଧ କଲା?
Поутру он вышел, и стал, и сказал всему народу: вы невиновны. Вот я восстал против государя моего и умертвил его, а их всех кто убил?
10 ଏବେ ଜାଣ ଯେ, ସଦାପ୍ରଭୁ ଆହାବ-ବଂଶ ବିଷୟରେ ଯାହା କହିଅଛନ୍ତି, ସଦାପ୍ରଭୁଙ୍କ ସେହି ବାକ୍ୟରୁ କିଛି ହିଁ ତଳେ ପଡ଼ିବ ନାହିଁ; କାରଣ ସଦାପ୍ରଭୁ ଆପଣା ଦାସ ଏଲୀୟଙ୍କ ଦ୍ୱାରା ଯାହା କହିଥିଲେ, ତାହା ସଫଳ କରିଅଛନ୍ତି।”
Знайте же теперь, что не падет на землю ни одно слово Господа, которое Он изрек о доме Ахава; Господь сделал то, что изрек чрез раба Своего Илию.
11 ତହୁଁ ଯେହୂ ଆହାବଙ୍କର କାହାକୁ ଅବଶିଷ୍ଟ ନ ରଖିବା ପର୍ଯ୍ୟନ୍ତ ଯିଷ୍ରିୟେଲରେ ତାଙ୍କ ବଂଶର ଅବଶିଷ୍ଟ ସମସ୍ତଙ୍କୁ, ଓ ତାଙ୍କ ପ୍ରଧାନ ଲୋକ ସମସ୍ତଙ୍କୁ, ତାଙ୍କ ଆତ୍ମୀୟ ବନ୍ଧୁମାନଙ୍କୁ, ଓ ତାଙ୍କର ଯାଜକମାନଙ୍କୁ ବଧ କଲେ।
И умертвил Ииуй всех оставшихся из дома Ахава в Изрееле, и всех вельмож его, и близких его, и священников его, так что не осталось от него ни одного уцелевшего.
12 ଏଥିଉତ୍ତାରେ ଯେହୂ ଉଠି ପ୍ରସ୍ଥାନ କରି ଶମରୀୟାକୁ ଗଲେ। ପୁଣି ସେ ପଥ ମଧ୍ୟରେ ମେଷପାଳକମାନଙ୍କ ମେଷଲୋମ-ଚ୍ଛେଦନ ଗୃହ ନିକଟରେ ଉପସ୍ଥିତ ହୁଅନ୍ତେ,
И встал, и пошел, и пришел в Самарию. Находясь на пути при Беф-Екеде пастушеском,
13 ଯେହୂ ଯିହୁଦାର ରାଜା ଅହସୀୟଙ୍କର ଭ୍ରାତୃଗଣକୁ ଭେଟି ପଚାରିଲେ, “ତୁମ୍ଭେମାନେ କିଏ?” ସେମାନେ ଉତ୍ତର କଲେ, “ଆମ୍ଭେମାନେ ଅହସୀୟଙ୍କର ଭାଇ; ଆଉ ଆମ୍ଭେମାନେ ରାଜାଙ୍କ ସନ୍ତାନମାନଙ୍କର ଓ ରାଣୀଙ୍କ ସନ୍ତାନମାନଙ୍କର ମଙ୍ଗଳବାଦ କରିବାକୁ ଯାଉଅଛୁ।”
встретил Ииуй братьев Охозии, царя Иудейского, и сказал: кто вы? Они сказали: мы братья Охозии, идем узнать о здоровье сыновей царя и сыновей государыни.
14 ଏଥିରେ ଯେହୂ କହିଲେ, “ଏମାନଙ୍କୁ ଜିଅନ୍ତା ଧର।” ତହୁଁ ଲୋକମାନେ ସେମାନଙ୍କୁ ଜୀଅନ୍ତା ଧରି ମେଷଲୋମ ଚ୍ଛେଦନଗୃହର ଗର୍ତ୍ତ ନିକଟରେ ସେହି ବୟାଳିଶ ଜଣଙ୍କୁ ବଧ କଲେ, ସେ ସେମାନଙ୍କର କାହାକୁ ଅବଶିଷ୍ଟ ରଖିଲେ ନାହିଁ।
И сказал он: возьмите их живых. И взяли их живых, и закололи их - сорок два человека, при колодезе Беф-Екеда, и не осталось из них ни одного.
15 ଏଥିଉତ୍ତାରେ ଯେହୂ ସେଠାରୁ ପ୍ରସ୍ଥାନ କରନ୍ତେ, ଆପଣା ସମ୍ମୁଖରେ ଆଗମନକାରୀ ରେଖବର ପୁତ୍ର ଯିହୋନାଦବ୍କୁ ଭେଟିଲେ। ସେ ତାହାକୁ ମଙ୍ଗଳବାଦ କରି ପଚାରିଲେ, “ଯେପରି ତୁମ୍ଭ ପ୍ରତି ମୋʼ ମନ ସରଳ, ସେପରି ତୁମ୍ଭ ମନ କି ମୋʼ ପ୍ରତି ଅଛି?” ଏଥିରେ ଯିହୋନାଦବ୍ ଉତ୍ତର କଲା, “ହଁ, ଅଛି।” “ତାହାହେଲେ ମୋତେ ତୁମ୍ଭ ହସ୍ତ ଦିଅ।” ତହୁଁ ଯିହୋନାଦବ୍ ତାଙ୍କୁ ଆପଣା ହସ୍ତ ଦିଅନ୍ତେ, ଯେହୂ ତାହାକୁ ଆପଣା ନିକଟକୁ ରଥ ଉପରକୁ ନେଲେ।
И поехал оттуда, и встретился с Ионадавом, сыном Рихавовым, шедшим навстречу ему, и приветствовал его, и сказал ему: расположено ли твое сердце так, как мое сердце к твоему сердцу? И сказал Ионадав: да. Если так, то дай руку твою. И подал он руку свою, и приподнял он его к себе в колесницу,
16 ପୁଣି ଯେହୂ କହିଲେ, “ମୋʼ ସଙ୍ଗେ ଆସ, ସଦାପ୍ରଭୁଙ୍କ ନିମନ୍ତେ ମୋହର ଉଦ୍ଯୋଗ ଦେଖ।” ଏହିରୂପେ ସେମାନେ ତାହାକୁ ତାଙ୍କ ରଥରେ ଚଢ଼ାଇଲେ।
и сказал: поезжай со мною, и смотри на мою ревность о Господе. И посадили его в колесницу.
17 ଏଥିଉତ୍ତାରେ ଯେହୂ ଶମରୀୟାରେ ଉପସ୍ଥିତ ହୁଅନ୍ତେ, ସଦାପ୍ରଭୁ ଏଲୀୟଙ୍କୁ ଯାହା କହିଥିଲେ, ସେହି ବାକ୍ୟାନୁସାରେ ଯେହୂ ଆହାବଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଶମରୀୟାସ୍ଥ ତାଙ୍କର ଅବଶିଷ୍ଟ ସମସ୍ତଙ୍କୁ ବଧ କଲେ।
Прибыв в Самарию, он убил всех, остававшихся у Ахава в Самарии, так что совсем истребил его, по слову Господа, которое Он изрек Илии.
18 ପୁଣି ଯେହୂ ସମଗ୍ର ଲୋକଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, “ଆହାବ ବାଲ୍ର ଅଳ୍ପ ସେବା କଲା, ମାତ୍ର ଯେହୂ ତାହାର ବହୁତ ସେବା କରିବ।
И собрал Ииуй весь народ и сказал им: Ахав мало служил Ваалу; Ииуй будет служить ему более.
19 ଏହେତୁ ଏବେ ବାଲ୍ର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କୁ ଓ ତାହାର ପୂଜକ ସମସ୍ତଙ୍କୁ ଓ ତାହାର ଯାଜକ ସମସ୍ତଙ୍କୁ ମୋʼ ନିକଟକୁ ଡାକ; କେହି ଅନୁପସ୍ଥିତ ନ ରହନ୍ତୁ; କାରଣ ବାଲ୍ ଉଦ୍ଦେଶ୍ୟରେ ମୋହର ଏକ ବଡ଼ ଯଜ୍ଞ କରିବାର ଅଛି; ଯେକେହି ଅନୁପସ୍ଥିତ ହେବ, ସେ ବଞ୍ଚିବ ନାହିଁ।” ମାତ୍ର ଯେହୂ ବାଲ୍ର ପୂଜକମାନଙ୍କୁ ବିନାଶ କରିବା ଅଭିପ୍ରାୟରେ ଏହା ଛଳ ଭାବରେ କଲେ।
Итак созовите ко мне всех пророков Ваала, всех служителей его и всех священников его, чтобы никто не был в отсутствии, потому что у меня будет великая жертва Ваалу. А всякий, кто не явится, не останется жив. Ииуй делал это с хитрым намерением, чтобы истребить служителей Ваала.
20 ଆଉ ଯେହୂ କହିଲେ, “ବାଲ୍ ଉଦ୍ଦେଶ୍ୟରେ ଏକ ପବିତ୍ର ମହାସଭା ନିରୂପଣ କର।” ତହୁଁ ସେମାନେ ତାହା ଘୋଷଣା କଲେ।
И сказал Ииуй: назначьте праздничное собрание ради Ваала. И провозгласили собрание.
21 ପୁଣି ଯେହୂ ସମଗ୍ର ଇସ୍ରାଏଲ ମଧ୍ୟକୁ ଲୋକ ପଠାଇଲେ; ତହିଁରେ ବାଲ୍ର ପୂଜକ ସମସ୍ତେ ଆସିଲେ, ଯେ ନ ଆସିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ। ଆଉ ଲୋକମାନେ ବାଲ୍ର ମନ୍ଦିରକୁ ଆସନ୍ତେ, ବାଲ୍ର ମନ୍ଦିରର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ପୂର୍ଣ୍ଣ ହେଲା।
И послал Ииуй по всему Израилю, и пришли все служители Ваала; не оставалось ни одного человека, кто бы не пришел; и вошли в дом Ваалов, и наполнился дом Ваалов от края до края.
22 ତେବେ ସେ ବସ୍ତ୍ରାଗାରର ଅଧ୍ୟକ୍ଷଙ୍କୁ କହିଲେ, “ବାଲ୍ର ସମସ୍ତ ପୂଜକଙ୍କ ନିମନ୍ତେ ବସ୍ତ୍ର ବାହାର କରି ଆଣ।” ଏଥିରେ ସେ ବସ୍ତ୍ର ବାହାର କରି ଆଣିଲା।
И сказал он хранителю одежд: принеси одежду для всех служителей Ваала. И он принес им одежду.
23 ତହିଁରେ ଯେହୂ ଓ ରେଖବର ପୁତ୍ର ଯିହୋନାଦବ୍ ବାଲ୍ ମନ୍ଦିରକୁ ଗଲେ; ଆଉ ସେ ବାଲ୍ର ପୂଜକମାନଙ୍କୁ କହିଲେ, “ଏଠାରେ ତୁମ୍ଭମାନଙ୍କ ମଧ୍ୟରେ ବାଲ୍ର ପୂଜକମାନଙ୍କ ବ୍ୟତୀତ ସଦାପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ କେହି ଯେପରି ନ ଥାଏ, ଏଥିପାଇଁ ଖୋଜି ଦେଖ।”
И вошел Ииуй с Ионадавом, сыном Рихавовым, в дом Ваалов, и сказал служителям Ваала: разведайте и разглядите, не находится ли у вас кто-нибудь из служителей Господних, так как здесь должны находиться только одни служители Ваала.
24 ଏଥିଉତ୍ତାରେ ସେମାନେ ବଳିଦାନ ଓ ହୋମ କରିବାକୁ ଭିତରକୁ ଗଲେ। ଯେହୂ ଆପଣାର ଅଶୀ ଜଣକୁ ବାହାରେ ନିଯୁକ୍ତ କରି କହିଥିଲେ, “ମୁଁ ଯେଉଁ ଲୋକମାନଙ୍କୁ ତୁମ୍ଭମାନଙ୍କର ହସ୍ତଗତ କରାଇବି, ସେମାନଙ୍କ ମଧ୍ୟରୁ କେହି ଯେବେ ପଳାଏ, ତେବେ ଯେ ତାହାକୁ ଛାଡ଼ିଦିଏ, ତାହାର ପ୍ରାଣ ସେ ଲୋକର ପ୍ରାଣର ବଦଳ ହେବ।”
И приступили они к совершению жертв и всесожжений. А Ииуй поставил вне дома восемьдесят человек и сказал: душа того, у которого спасется кто-либо из людей, которых я отдаю вам в руки, будет вместо души спасшегося.
25 ଏଥିଉତ୍ତାରେ ଯେହୂ ହୋମବଳି ଉତ୍ସର୍ଗ ଶେଷ କରିବା କ୍ଷଣେ, ସେ ପ୍ରହରୀ ଓ ସେନାପତିମାନଙ୍କୁ କହିଲେ, “ଭିତରକୁ ଯାଅ, ସେମାନଙ୍କୁ ବଧ କର; କାହାକୁ ବାହାରକୁ ଆସିବାକୁ ଦିଅ ନାହିଁ।” ତହୁଁ ସେମାନେ ଖଡ୍ଗଧାରରେ ସେମାନଙ୍କୁ ବଧ କଲେ; ଆଉ ପ୍ରହରୀ ଓ ସେନାପତିମାନେ ସେମାନଙ୍କୁ ବାହାରେ ପକାଇଦେଇ ବାଲ୍ ମନ୍ଦିରର ଗୃହକୁ ଗଲେ।
Когда кончено было всесожжение, сказал Ииуй скороходам и начальникам: пойдите, бейте их, чтобы ни один не ушел. И поразили их острием меча и бросили их скороходы и начальники, и пошли в город, где было капище Ваалово.
26 ପୁଣି ସେମାନେ ବାଲ୍ ମନ୍ଦିରରୁ ସ୍ତମ୍ଭମାନ ବାହାର କରି ଆଣି ପୋଡ଼ି ପକାଇଲେ।
И вынесли статуи из капища Ваалова и сожгли их.
27 ଆଉ ବାଲ୍ର ସ୍ତମ୍ଭ ଭାଙ୍ଗି ପକାଇଲେ ଓ ବାଲ୍ର ମନ୍ଦିର ଭାଙ୍ଗି ପକାଇ ତାକୁ ମଳଗୃହ କଲେ, ତାହା ଆଜି ପର୍ଯ୍ୟନ୍ତ ଅଛି।
И разбили статую Ваала, и разрушили капище Ваалово; и сделали из него место нечистот, до сего дня.
28 ଏହି ପ୍ରକାରେ ଯେହୂ ଇସ୍ରାଏଲ ମଧ୍ୟରୁ ବାଲ୍କୁ ଉଚ୍ଛିନ୍ନ କଲେ।
И истребил Ииуй Ваала с земли Израильской.
29 ତଥାପି ବେଥେଲ୍ ଓ ଦାନ୍ରେ ଥିବା ଯେଉଁ ସୁବର୍ଣ୍ଣ ଗୋବତ୍ସ ଦ୍ୱାରା ନବାଟର ପୁତ୍ର ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ଯେହୂ ତାଙ୍କର ସେହି ପାପାନୁଗମନ ତ୍ୟାଗ କଲେ ନାହିଁ।
Впрочем от грехов Иеровоама, сына Наватова, который ввел Израиля в грех, от них не отступал Ииуй, - от золотых тельцов, которые в Вефиле и которые в Дане.
30 ଏଥିଉତ୍ତାରେ ସଦାପ୍ରଭୁ ଯେହୂଙ୍କୁ କହିଲେ, “ଆମ୍ଭ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ସାଧନ କରି ତୁମ୍ଭେ ଭଲ କରିଅଛ ଓ ଆମ୍ଭ ମନରେ ଯାହା ଯାହା ଥିଲା, ତଦନୁସାରେ ତୁମ୍ଭେ ଆହାବ-ବଂଶ ପ୍ରତି କରିଅଛ, ଏହେତୁ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ତୁମ୍ଭର ସନ୍ତାନମାନେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।”
И сказал Господь Ииую: за то, что ты охотно сделал, что было праведно в очах Моих, выполнил над домом Ахавовым все, что было на сердце у Меня, сыновья твои до четвертого рода будут сидеть на престоле Израилевом.
31 ତଥାପି ଯେହୂ ଆପଣାର ସର୍ବାନ୍ତଃକରଣ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ ଚାଲିବାକୁ କିଛି ମନୋଯୋଗ କଲେ ନାହିଁ; ଯାରବୀୟାମ ଇସ୍ରାଏଲକୁ ଯେଉଁ ପାପ କରାଇଥିଲେ, ତାଙ୍କର ସେହି ପାପ ସେ ପରିତ୍ୟାଗ କଲେ ନାହିଁ।
Но Ииуй не старался ходить в законе Господа Бога Израилева, от всего сердца. Он не отступал от грехов Иеровоама, который ввел Израиля в грех.
32 ସେସମୟରେ ସଦାପ୍ରଭୁ ଇସ୍ରାଏଲକୁ ଊଣା କରିବାକୁ ଲାଗିଲେ; ପୁଣି ହସାୟେଲ ଇସ୍ରାଏଲର ସମସ୍ତ ସୀମାରେ ସେମାନଙ୍କୁ ଆଘାତ କଲା;
В те дни начал Господь отрезать части от Израильтян, и поражал их Азаил во всем пределе Израилевом,
33 ଯର୍ଦ୍ଦନଠାରୁ ପୂର୍ବ ଦିଗରେ ସମସ୍ତ ଗିଲୀୟଦ ଦେଶ, ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଗାଦ୍ ଓ ରୁବେନ୍ ଓ ମନଃଶି-ବଂଶୀୟ ଲୋକମାନଙ୍କ ଦେଶ, ଅର୍ଥାତ୍, ଗିଲୀୟଦ ଓ ବାଶନକୁ ଆଘାତ କଲା।
на восток от Иордана, всю землю Галаад, колено Гадово, Рувимово, Манассиино, начиная от Ароера, который при потоке Арноне, и Галаад и Васан.
34 ଯେହୂଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା ଓ ତାଙ୍କର ସମସ୍ତ ପରାକ୍ରମ କʼଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Прочее об Ииуе и обо всем, что он сделал, и о мужественных подвигах его написано в летописи царей Израильских.
35 ପୁଣି ଯେହୂଙ୍କ ମୃତ୍ୟୁ ପରେ, ଲୋକମାନେ ତାଙ୍କୁ ଶମରୀୟାରେ କବର ଦେଲେ। ତହିଁ ଉତ୍ତାରେ ତାଙ୍କର ପୁତ୍ର ଯିହୋୟାହସ୍ ତାଙ୍କ ପଦରେ ରାଜ୍ୟ କଲେ।
И почил Ииуй с отцами своими, и похоронили его в Самарии. И воцарился Иоахаз, сын его, вместо него.
36 ଶମରୀୟାରେ ଇସ୍ରାଏଲ ଉପରେ ଯେହୂଙ୍କର ରାଜ୍ୟ କରିବାର ସମୟ ଅଠାଇଶ ବର୍ଷ ଥିଲା।
Времени же царствования Ииуева над Израилем, в Самарии, было двадцать восемь лет.