< ଦ୍ୱିତୀୟ ରାଜାବଳୀ 11 >
1 ଏଥିମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ସମସ୍ତ ରାଜବଂଶ ବିନାଶ କଲା।
А Готолија, мати Охозијина, видевши да јој погибе син уста и поби сав род царски.
2 ମାତ୍ର ଯୋରାମ୍ ରାଜାଙ୍କର କନ୍ୟା, ଅହସୀୟଙ୍କର ଭଗିନୀ ଯିହୋଶେବା ଅହସୀୟଙ୍କର ପୁତ୍ର ଯୋୟାଶ୍କୁ ନେଇଗଲା ଓ ଯେଉଁ ରାଜପୁତ୍ରମାନେ ହତ ହେଲେ, ସେମାନଙ୍କ ମଧ୍ୟରୁ ତାହାକୁ ଚୋରାଇ ନେଇ ତାହାକୁ ଓ ତାହାର ଧାତ୍ରୀକୁ ଶୟନାଗାରରେ ରଖିଲା; ଆଉ ସେମାନେ ତାହାକୁ ଅଥଲୀୟାଠାରୁ ଲୁଚାଇ ରଖିବାରୁ ସେ ହତ ହେଲା ନାହିଁ।
Али Јосавеја, кћи цара Јорама сестра Охозијина, узе Јоаса сина Охозијиног, и украде га између синова царевих, које убијаху, и с дојкињом његовом сакри га од Готолије у ложницу, те не погибе.
3 ଆଉ ସେ ତାହା ସହିତ ସଦାପ୍ରଭୁଙ୍କ ଗୃହରେ ଛଅ ବର୍ଷ ଗୋପନରେ ରହିଲା; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲା।
И би сакривен с њом у дому Господњем шест година, а Готолија цароваше у земљи.
4 ଏଥିଉତ୍ତାରେ ସପ୍ତମ ବର୍ଷରେ ଯିହୋୟାଦା ଲୋକ ପଠାଇ କରୀୟମାନଙ୍କର ଓ ପ୍ରହରୀବର୍ଗର ଶତପତିମାନଙ୍କୁ ଅଣାଇ ସଦାପ୍ରଭୁଙ୍କ ଗୃହକୁ ଆପଣା ନିକଟକୁ ନେଲା; ଆଉ ସେ ସେମାନଙ୍କ ସହିତ ନିୟମ କରି ସଦାପ୍ରଭୁଙ୍କ ଗୃହରେ ସେମାନଙ୍କୁ ଶପଥ କରାଇ ରାଜପୁତ୍ରଙ୍କୁ ଦେଖାଇଲା।
А седме године посла Јодај и дозва стотинике и војводе и војнике, и уведе их к себи у дом Господњи, и ухвати веру с њима, и закле их у дому Господњем, и показа им сина царевог.
5 ଆଉ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଏହି କର୍ମ କରିବ; ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ବିଶ୍ରାମବାରରେ ଆସନ୍ତି, ସେମାନଙ୍କ ତୃତୀୟାଂଶ ରାଜଗୃହର ରକ୍ଷଣୀୟ ରକ୍ଷା କରିବେ,
И заповеди им говорећи: Ово учините: вас трећина, који долазите у суботу, нека чувају стражу у двору царском.
6 ଓ ତୃତୀୟାଂଶ ସୂର ଦ୍ୱାରରେ ରହିବେ ଓ ତୃତୀୟାଂଶ ପ୍ରହରୀବର୍ଗର ପଶ୍ଚାତ୍ ଦ୍ୱାରରେ ରହିବେ; ଏହିରୂପେ ତୁମ୍ଭେମାନେ ଗୃହର ରକ୍ଷଣୀୟ ରକ୍ଷା କରି ପ୍ରତିରୋଧକ ହେବ।
А трећина нека буде на вратима сурским, а трећина на вратима која су иза војника; и чувајте дом од силе.
7 ଆଉ ତୁମ୍ଭମାନଙ୍କର ଦୁଇ ଦଳ, ଅର୍ଥାତ୍, ବିଶ୍ରାମବାରରେ ବାହାରକୁ ଯିବା ଲୋକ ସମସ୍ତେ ରାଜାଙ୍କ ସମୀପରେ ସଦାପ୍ରଭୁଙ୍କ ଗୃହର ରକ୍ଷଣୀୟ ରକ୍ଷା କରିବେ।
А два дела вас свих који одлазе у суботу нека чувају стражу у дому Господњем око цара.
8 ପୁଣି ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ଅସ୍ତ୍ର ନେଇ ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବ; ଆଉ ଯେକେହି ଶ୍ରେଣୀ ଭିତରକୁ ଆସେ, ସେ ହତ ହେଉ ଓ ରାଜା ବାହାରକୁ ଯିବା ବେଳେ ଓ ଭିତରକୁ ଆସିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ।”
И опколите цара сваки са својим оружјем у руци, и ко би навалио међу врсте нека се погуби, и будите с царем кад стане излазити и улазити.
9 ତହିଁରେ ଯିହୋୟାଦା ଯାଜକ ଯାହାସବୁ ଆଜ୍ଞା କଲା, ତଦନୁସାରେ ଶତପତିମାନେ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକମାନଙ୍କୁ ନେଇ ଯିହୋୟାଦା ଯାଜକ ନିକଟକୁ ଆସିଲେ।
И стотиници учинише све како заповеди Јодај свештеник; и узеше сваки своје људе који долажаху у суботу с онима који одлажаху у суботу, и дођоше к свештенику Јодају.
10 ତହିଁରେ ଦାଉଦ ରାଜାଙ୍କର ଯେ ଯେ ବର୍ଚ୍ଛା ଓ ଢାଲ ସଦାପ୍ରଭୁଙ୍କ ଗୃହରେ ଥିଲା, ତାହାସବୁ ଯାଜକ ସେହି ଶତପତିମାନଙ୍କୁ ଦେଲା।
И свештеник даде стотиницима копља и штитове цара Давида, што беху у дому Господњем.
11 ତହୁଁ ଗୃହର ଦକ୍ଷିଣ ପାର୍ଶ୍ୱରୁ ବାମ ପାର୍ଶ୍ୱ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ପ୍ରହରୀବର୍ଗର ପ୍ରତ୍ୟେକ ଲୋକ ହସ୍ତରେ ଆପଣା ଆପଣା ଅସ୍ତ୍ର ଧରି ରାଜାଙ୍କର ଚତୁର୍ଦ୍ଦିଗରେ ଠିଆ ହେଲେ।
И војници стадоше сваки са својим оружјем у руци од десне стране дома до леве стране дома према олтару и према дому око цара.
12 ସେତେବେଳେ ସେ ରାଜପୁତ୍ର ଯୋୟାଶ୍ଙ୍କୁ ବାହାରକୁ ଆଣି ତାଙ୍କର ମସ୍ତକରେ ମୁକୁଟ ପିନ୍ଧାଇ ତାଙ୍କୁ ସାକ୍ଷ୍ୟ ପୁସ୍ତକ ଦେଲା; ତହିଁରେ ସେମାନେ ତାଙ୍କୁ ରାଜା କରି ଅଭିଷେକ କଲେ; ଆଉ ସେମାନେ କରତାଳି ଦେଇ କହିଲେ, “ରାଜା ଚିରଜୀବୀ ହେଉନ୍ତୁ।”
Тада изведе сина царевог, и метну му венац на главу, и даде му сведочанство, и поставише га царем, и помазаше га, и пљескајући рукама говораху: Да живи цар!
13 ଏଥିରେ ଅଥଲୀୟା ପ୍ରହରୀବର୍ଗର ଓ ଲୋକମାନଙ୍କର କୋଳାହଳ ଶୁଣି ସଦାପ୍ରଭୁଙ୍କ ଗୃହକୁ ଲୋକମାନଙ୍କ ନିକଟକୁ ଆସିଲା।
А кад Готолија чу вику народа, који се стецаше, дође к народу у дом Господњи;
14 ପୁଣି ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ବିଧି ଅନୁସାରେ ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଓ ତୂରୀବାଦକମାନେ ଅଛନ୍ତି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି “ରାଜଦ୍ରୋହ ରାଜଦ୍ରୋହ!” ବୋଲି ଡାକ ପକାଇଲା।
И погледа, и гле, цар стајаше код ступа по обичају, и кнезови и трубе око цара, и сав народ из земље радоваше се, и трубе трубљаху. Тада Готолија раздре хаљине своје и повика: Буна! Буна!
15 ଏଥିରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ଆଜ୍ଞା ଦେଇ କହିଲା, “ସୈନ୍ୟଶ୍ରେଣୀର ମଧ୍ୟଦେଇ ଏହାକୁ ବାହାରକୁ ନେଇଯାଅ ଓ ଯେ ତାହାର ପଶ୍ଚାଦ୍ଗାମୀ ହୁଏ, ତାହାକୁ ଖଡ୍ଗରେ ବଧ କର।” କାରଣ ଯାଜକ କହିଲା, “ସେ ସଦାପ୍ରଭୁଙ୍କ ଗୃହ ଭିତରେ ହତ ନ ହେଉ।”
А свештеник Јодај заповеди стотиницима који беху над војском, и рече им: Изведите је из врста напоље, и ко пође за њом погубите га мачем; јер рече свештеник: Да не погине у дому Господњем.
16 ତହୁଁ ସେମାନେ ତାହା ପାଇଁ ପଥ ଛାଡ଼ନ୍ତେ, ସେ ରାଜଗୃହକୁ ଯିବା ଅଶ୍ୱଦ୍ୱାରର ପଥ ଦେଇ ଗଲା ଓ ସେଠାରେ ହତ ହେଲା।
И начинише јој место; и кад дође на пут којим се иде у дом царски коњским вратима, онде је убише.
17 ଏଥିଉତ୍ତାରେ ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ସଦାପ୍ରଭୁଙ୍କର ଏବଂ ରାଜା ଓ ଲୋକମାନଙ୍କ ମଧ୍ୟରେ ଏକ ନିୟମ କଲା; ରାଜା ଓ ଲୋକମାନଙ୍କ ମଧ୍ୟରେ ହିଁ ନିୟମ କଲା।
Тада Јодај учини завет између Господа и цара и народа да ће бити народ Господњи, такође и између цара и народа.
18 ଏଥିଉତ୍ତାରେ ଦେଶର ସମଗ୍ର ଲୋକ ବାଲ୍ ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ; ସେମାନେ ତାହାର ଯଜ୍ଞବେଦି ଓ ତାହାର ପ୍ରତିମାସବୁ ସମ୍ପୂର୍ଣ୍ଣ ରୂପେ ଚୂର୍ଣ୍ଣ କଲେ ଓ ଯଜ୍ଞବେଦିମାନର ସମ୍ମୁଖରେ ବାଲ୍ର ଯାଜକ ମତ୍ତନକୁ ବଧ କଲେ। ପୁଣି ଯାଜକ ସଦାପ୍ରଭୁଙ୍କ ଗୃହରେ କର୍ମଚାରୀମାନଙ୍କୁ ନିଯୁକ୍ତ କଲା।
Потом сав народ земаљски отиде у дом Валов, и раскопаше дом и олтар, и изломише ликове његове сасвим; а Матана свештеника Валовог убише пред олтарима. А свештеник опет уреди службу у дому Господњем.
19 ପୁଣି ଯିହୋୟାଦା ଶତପତିମାନଙ୍କୁ ଓ କରୀୟମାନଙ୍କୁ ଓ ପ୍ରହରୀବର୍ଗକୁ ଓ ଦେଶର ସମଗ୍ର ଲୋକଙ୍କୁ ନେଲା; ତହୁଁ ସେମାନେ ସଦାପ୍ରଭୁଙ୍କ ଗୃହରୁ ରାଜାଙ୍କୁ ଆଣି ପ୍ରହରୀବର୍ଗର ଦ୍ୱାର ଦେଇ ରାଜଗୃହକୁ ଆସିଲେ। ଏଥିରେ ଯୋୟାଶ୍ ରାଜସିଂହାସନରେ ଉପବିଷ୍ଟ ହେଲେ।
И узе стотинике и војводе и војнике и сав народ земаљски, и изведоше цара из дома Господњег, и уђоше у дом царски путем на врата војничка. И седе на царски престо.
20 ଏହିରୂପେ ଦେଶର ସମୁଦାୟ ଲୋକ ଆନନ୍ଦ କଲେ ଓ ନଗର ସୁସ୍ଥିର ହେଲା; ଆଉ ସେମାନେ ରାଜଗୃହ ନିକଟରେ ଅଥଲୀୟାଙ୍କୁ ଖଡ୍ଗରେ ବଧ କଲେ।
И радоваше се сав народ земаљски, и град се умири пошто Готолију убише мачем код царског дома.
21 ଯୋୟାଶ୍ ସାତ ବର୍ଷ ବୟସରେ ରାଜ୍ୟ କରିବାକୁ ଆରମ୍ଭ କଲେ।
Јоасу беше седам година кад се зацари.