< ଦ୍ୱିତୀୟ ରାଜାବଳୀ 11 >

1 ଏଥିମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ସମସ୍ତ ରାଜବଂଶ ବିନାଶ କଲା।
Ahazya'nın annesi Atalya, oğlunun öldürüldüğünü duyunca, kral soyunun bütün bireylerini yok etmeye çalıştı.
2 ମାତ୍ର ଯୋରାମ୍‍ ରାଜାଙ୍କର କନ୍ୟା, ଅହସୀୟଙ୍କର ଭଗିନୀ ଯିହୋଶେବା ଅହସୀୟଙ୍କର ପୁତ୍ର ଯୋୟାଶ୍‍କୁ ନେଇଗଲା ଓ ଯେଉଁ ରାଜପୁତ୍ରମାନେ ହତ ହେଲେ, ସେମାନଙ୍କ ମଧ୍ୟରୁ ତାହାକୁ ଚୋରାଇ ନେଇ ତାହାକୁ ଓ ତାହାର ଧାତ୍ରୀକୁ ଶୟନାଗାରରେ ରଖିଲା; ଆଉ ସେମାନେ ତାହାକୁ ଅଥଲୀୟାଠାରୁ ଲୁଚାଇ ରଖିବାରୁ ସେ ହତ ହେଲା ନାହିଁ।
Ne var ki, Kral Yehoram'ın kızı, Ahazya'nın üvey kızkardeşi Yehoşeva, Ahazya oğlu Yoaş'ı kralın öldürülmek istenen öteki oğullarının arasından alıp kaçırdı ve dadısıyla birlikte yatak odasına gizledi. Çocuğu Atalya'dan gizleyerek kurtarmış oldu.
3 ଆଉ ସେ ତାହା ସହିତ ସଦାପ୍ରଭୁଙ୍କ ଗୃହରେ ଛଅ ବର୍ଷ ଗୋପନରେ ରହିଲା; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲା।
Atalya ülkeyi yönetirken, çocuk altı yıl boyunca RAB'bin Tapınağı'nda dadısıyla birlikte gizlendi.
4 ଏଥିଉତ୍ତାରେ ସପ୍ତମ ବର୍ଷରେ ଯିହୋୟାଦା ଲୋକ ପଠାଇ କରୀୟମାନଙ୍କର ଓ ପ୍ରହରୀବର୍ଗର ଶତପତିମାନଙ୍କୁ ଅଣାଇ ସଦାପ୍ରଭୁଙ୍କ ଗୃହକୁ ଆପଣା ନିକଟକୁ ନେଲା; ଆଉ ସେ ସେମାନଙ୍କ ସହିତ ନିୟମ କରି ସଦାପ୍ରଭୁଙ୍କ ଗୃହରେ ସେମାନଙ୍କୁ ଶପଥ କରାଇ ରାଜପୁତ୍ରଙ୍କୁ ଦେଖାଇଲା।
Yedinci yıl Yehoyada haber gönderip Karyalılar'ın ve muhafızların yüzbaşılarını çağırttı. Onları RAB'bin Tapınağı'nda toplayarak onlarla bir antlaşma yaptı. Hepsine RAB'bin Tapınağı'nda ant içirdikten sonra kralın oğlu Yoaş'ı kendilerine gösterdi.
5 ଆଉ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଏହି କର୍ମ କରିବ; ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ବିଶ୍ରାମବାରରେ ଆସନ୍ତି, ସେମାନଙ୍କ ତୃତୀୟାଂଶ ରାଜଗୃହର ରକ୍ଷଣୀୟ ରକ୍ଷା କରିବେ,
Onlara şu buyrukları verdi: “Şabat Günü göreve gidenlerin üçte biri kral sarayını koruyacak,
6 ଓ ତୃତୀୟାଂଶ ସୂର ଦ୍ୱାରରେ ରହିବେ ଓ ତୃତୀୟାଂଶ ପ୍ରହରୀବର୍ଗର ପଶ୍ଚାତ୍‍ ଦ୍ୱାରରେ ରହିବେ; ଏହିରୂପେ ତୁମ୍ଭେମାନେ ଗୃହର ରକ୍ଷଣୀୟ ରକ୍ଷା କରି ପ୍ରତିରୋଧକ ହେବ।
üçte biri Sur Kapısı'nda, üçte biri de muhafızların arkasındaki kapıda bulunacak. Sırayla tapınak nöbeti tutacaksınız.
7 ଆଉ ତୁମ୍ଭମାନଙ୍କର ଦୁଇ ଦଳ, ଅର୍ଥାତ୍‍, ବିଶ୍ରାମବାରରେ ବାହାରକୁ ଯିବା ଲୋକ ସମସ୍ତେ ରାଜାଙ୍କ ସମୀପରେ ସଦାପ୍ରଭୁଙ୍କ ଗୃହର ରକ୍ଷଣୀୟ ରକ୍ଷା କରିବେ।
Şabat Günü görevleri biten öbür iki bölükteki askerlerin tümü RAB'bin Tapınağı'nın çevresinde durup kralı koruyacak.
8 ପୁଣି ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ଅସ୍ତ୍ର ନେଇ ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବ; ଆଉ ଯେକେହି ଶ୍ରେଣୀ ଭିତରକୁ ଆସେ, ସେ ହତ ହେଉ ଓ ରାଜା ବାହାରକୁ ଯିବା ବେଳେ ଓ ଭିତରକୁ ଆସିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ।”
Herkes yalın kılıç kralın çevresini sarsın, yaklaşan olursa öldürün. Kral nereye giderse, ona eşlik edin.”
9 ତହିଁରେ ଯିହୋୟାଦା ଯାଜକ ଯାହାସବୁ ଆଜ୍ଞା କଲା, ତଦନୁସାରେ ଶତପତିମାନେ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକମାନଙ୍କୁ ନେଇ ଯିହୋୟାଦା ଯାଜକ ନିକଟକୁ ଆସିଲେ।
Yüzbaşılar Kâhin Yehoyada'nın buyruklarını tam tamına uyguladılar. Şabat Günü göreve gidenlerle görevi biten adamlarını alıp Yehoyada'nın yanına gittiler.
10 ତହିଁରେ ଦାଉଦ ରାଜାଙ୍କର ଯେ ଯେ ବର୍ଚ୍ଛା ଓ ଢାଲ ସଦାପ୍ରଭୁଙ୍କ ଗୃହରେ ଥିଲା, ତାହାସବୁ ଯାଜକ ସେହି ଶତପତିମାନଙ୍କୁ ଦେଲା।
Kâhin RAB'bin Tapınağı'ndaki Kral Davut'tan kalan mızraklarla kalkanları yüzbaşılara dağıttı.
11 ତହୁଁ ଗୃହର ଦକ୍ଷିଣ ପାର୍ଶ୍ୱରୁ ବାମ ପାର୍ଶ୍ୱ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ପ୍ରହରୀବର୍ଗର ପ୍ରତ୍ୟେକ ଲୋକ ହସ୍ତରେ ଆପଣା ଆପଣା ଅସ୍ତ୍ର ଧରି ରାଜାଙ୍କର ଚତୁର୍ଦ୍ଦିଗରେ ଠିଆ ହେଲେ।
Kralı korumak için sunağın ve tapınağın çevresine tapınağın güneyinden kuzeyine kadar silahlı muhafızlar yerleştirildi.
12 ସେତେବେଳେ ସେ ରାଜପୁତ୍ର ଯୋୟାଶ୍‍ଙ୍କୁ ବାହାରକୁ ଆଣି ତାଙ୍କର ମସ୍ତକରେ ମୁକୁଟ ପିନ୍ଧାଇ ତାଙ୍କୁ ସାକ୍ଷ୍ୟ ପୁସ୍ତକ ଦେଲା; ତହିଁରେ ସେମାନେ ତାଙ୍କୁ ରାଜା କରି ଅଭିଷେକ କଲେ; ଆଉ ସେମାନେ କରତାଳି ଦେଇ କହିଲେ, “ରାଜା ଚିରଜୀବୀ ହେଉନ୍ତୁ।”
Yehoyada kralın oğlu Yoaş'ı dışarı çıkarıp başına taç koydu. Tanrı'nın Yasası'nı da ona verip krallığını ilan ettiler. Onu meshedip alkışlayarak, “Yaşasın kral!” diye bağırdılar.
13 ଏଥିରେ ଅଥଲୀୟା ପ୍ରହରୀବର୍ଗର ଓ ଲୋକମାନଙ୍କର କୋଳାହଳ ଶୁଣି ସଦାପ୍ରଭୁଙ୍କ ଗୃହକୁ ଲୋକମାନଙ୍କ ନିକଟକୁ ଆସିଲା।
Atalya muhafızlarla halkın çıkardığı gürültüyü duyunca, RAB'bin Tapınağı'nda toplananların yanına gitti.
14 ପୁଣି ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ବିଧି ଅନୁସାରେ ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଓ ତୂରୀବାଦକମାନେ ଅଛନ୍ତି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି “ରାଜଦ୍ରୋହ ରାଜଦ୍ରୋହ!” ବୋଲି ଡାକ ପକାଇଲା।
Baktı, kral geleneğe uygun olarak sütunun yanında duruyor; yüzbaşılar, borazan çalanlar çevresine toplanmış. Ülke halkı sevinç içindeydi, borazanlar çalınıyordu. Atalya giysilerini yırtarak, “Hainlik! Hainlik!” diye bağırdı.
15 ଏଥିରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ଆଜ୍ଞା ଦେଇ କହିଲା, “ସୈନ୍ୟଶ୍ରେଣୀର ମଧ୍ୟଦେଇ ଏହାକୁ ବାହାରକୁ ନେଇଯାଅ ଓ ଯେ ତାହାର ପଶ୍ଚାଦ୍‍ଗାମୀ ହୁଏ, ତାହାକୁ ଖଡ୍ଗରେ ବଧ କର।” କାରଣ ଯାଜକ କହିଲା, “ସେ ସଦାପ୍ରଭୁଙ୍କ ଗୃହ ଭିତରେ ହତ ନ ହେଉ।”
Kâhin Yehoyada yüzbaşılara, “O kadını aradan çıkarın. Ardından kim giderse kılıçtan geçirin” diye buyruk verdi. Çünkü kadının RAB'bin Tapınağı'nda öldürülmesini istemiyordu.
16 ତହୁଁ ସେମାନେ ତାହା ପାଇଁ ପଥ ଛାଡ଼ନ୍ତେ, ସେ ରାଜଗୃହକୁ ଯିବା ଅଶ୍ୱଦ୍ୱାରର ପଥ ଦେଇ ଗଲା ଓ ସେଠାରେ ହତ ହେଲା।
Atalya yakalandı ve sarayın At Kapısı'na götürülüp öldürüldü.
17 ଏଥିଉତ୍ତାରେ ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ସଦାପ୍ରଭୁଙ୍କର ଏବଂ ରାଜା ଓ ଲୋକମାନଙ୍କ ମଧ୍ୟରେ ଏକ ନିୟମ କଲା; ରାଜା ଓ ଲୋକମାନଙ୍କ ମଧ୍ୟରେ ହିଁ ନିୟମ କଲା।
Yehoyada RAB'bin halkı olmaları için RAB ile kral ve halk arasında bir antlaşma yaptı. Ayrıca halkla kral arasında da bir antlaşma yaptı.
18 ଏଥିଉତ୍ତାରେ ଦେଶର ସମଗ୍ର ଲୋକ ବାଲ୍‍ ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ; ସେମାନେ ତାହାର ଯଜ୍ଞବେଦି ଓ ତାହାର ପ୍ରତିମାସବୁ ସମ୍ପୂର୍ଣ୍ଣ ରୂପେ ଚୂର୍ଣ୍ଣ କଲେ ଓ ଯଜ୍ଞବେଦିମାନର ସମ୍ମୁଖରେ ବାଲ୍‍ର ଯାଜକ ମତ୍ତନକୁ ବଧ କଲେ। ପୁଣି ଯାଜକ ସଦାପ୍ରଭୁଙ୍କ ଗୃହରେ କର୍ମଚାରୀମାନଙ୍କୁ ନିଯୁକ୍ତ କଲା।
Ülke halkı gidip Baal'ın tapınağını yıktı. Sunaklarını, putlarını parçaladılar; Baal'ın Kâhini Mattan'ı da sunakların önünde öldürdüler. Kâhin Yehoyada RAB'bin Tapınağı'na nöbetçiler yerleştirdi.
19 ପୁଣି ଯିହୋୟାଦା ଶତପତିମାନଙ୍କୁ ଓ କରୀୟମାନଙ୍କୁ ଓ ପ୍ରହରୀବର୍ଗକୁ ଓ ଦେଶର ସମଗ୍ର ଲୋକଙ୍କୁ ନେଲା; ତହୁଁ ସେମାନେ ସଦାପ୍ରଭୁଙ୍କ ଗୃହରୁ ରାଜାଙ୍କୁ ଆଣି ପ୍ରହରୀବର୍ଗର ଦ୍ୱାର ଦେଇ ରାଜଗୃହକୁ ଆସିଲେ। ଏଥିରେ ଯୋୟାଶ୍‍ ରାଜସିଂହାସନରେ ଉପବିଷ୍ଟ ହେଲେ।
Sonra yüzbaşıları, Karyalılar'ı, muhafızları ve halkı yanına aldı. Kralı RAB'bin Tapınağı'ndan getirdiler. Muhafızlar Kapısı'ndan geçerek sarayına götürdüler, kral tahtına oturttular.
20 ଏହିରୂପେ ଦେଶର ସମୁଦାୟ ଲୋକ ଆନନ୍ଦ କଲେ ଓ ନଗର ସୁସ୍ଥିର ହେଲା; ଆଉ ସେମାନେ ରାଜଗୃହ ନିକଟରେ ଅଥଲୀୟାଙ୍କୁ ଖଡ୍ଗରେ ବଧ କଲେ।
Ülke halkı sevinç içindeydi, ancak kent suskundu. Çünkü Atalya sarayda kılıçla öldürülmüştü.
21 ଯୋୟାଶ୍‍ ସାତ ବର୍ଷ ବୟସରେ ରାଜ୍ୟ କରିବାକୁ ଆରମ୍ଭ କଲେ।

< ଦ୍ୱିତୀୟ ରାଜାବଳୀ 11 >