< ଦ୍ୱିତୀୟ ରାଜାବଳୀ 13 >

1 ଯିହୁଦାର ଅହସୀୟ ରାଜାଙ୍କର ପୁତ୍ର ଯୋୟାଶ୍‍ଙ୍କ ରାଜତ୍ଵର ତେଇଶ ବର୍ଷରେ ଯେହୂଙ୍କର ପୁତ୍ର ଯିହୋୟାହସ୍‍ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ସତର ବର୍ଷ ରାଜ୍ୟ କଲେ।
Двадцятого й третього року Йоаша, сина Ахазії, Юдиного царя, зацарював над Ізраїлем у Самарії Єгоахаз, син Єгу, на сімнадцять літ.
2 ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ପୁଣି ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପର ଅନୁଗାମୀ ହେଲେ; ଯିହୋୟାହସ୍‍ ତହିଁରୁ ବିମୁଖ ହେଲେ ନାହିଁ।
І робив він зло в Господніх оча́х, і ходив у гріхах Єровоама, Неватового сина, що вводив у гріх Ізраїля, і не відхиля́вся від того.
3 ଏଥିରେ ସଦାପ୍ରଭୁଙ୍କ କ୍ରୋଧ ଇସ୍ରାଏଲ ବିରୁଦ୍ଧରେ ପ୍ରଜ୍ୱଳିତ ହୁଅନ୍ତେ; ସେ ଅରାମର ରାଜା ହସାୟେଲ ହସ୍ତରେ ଓ ହସାୟେଲର ପୁତ୍ର ବିନ୍‍ହଦଦ୍‍ ହସ୍ତରେ ସେମାନଙ୍କୁ ନିତ୍ୟ ସମର୍ପଣ କଲେ।
І запалився гнів Господа на Ізраїля, і Він дав їх у руку Газаїла, царя сирійського, та в руку Бен-Гадада, Газаїлового сина, на всі ті дні.
4 ପୁଣି ଯିହୋୟାହସ୍‍ ସଦାପ୍ରଭୁଙ୍କ ନିକଟରେ ନିବେଦନ କରନ୍ତେ, ସଦାପ୍ରଭୁ ତାଙ୍କ ପ୍ରତି ମନୋଯୋଗ କଲେ; କାରଣ ଅରାମର ରାଜା ଇସ୍ରାଏଲ ପ୍ରତି କିପରି ଅତ୍ୟାଚାର କଲା, ସେମାନଙ୍କର ସେହି ଅତ୍ୟାଚାର ସେ ଦେଖିଲେ।
Та вблагав Єгоахаз лице Господнє, — і Господь його вислухав, бо бачив Він горе Ізраїля, бо тиснув їх сирійський цар.
5 ଯେହେତୁ ଅରାମର ରାଜା ଲୋକମାନଙ୍କ ମଧ୍ୟରୁ କେବଳ ପଚାଶ ଜଣ ଅଶ୍ୱାରୂଢ଼ ଓ ଦଶ ରଥ ଓ ଦଶ ସହସ୍ର ପଦାତିକ ଛଡ଼ା ଯିହୋୟାହସ୍‍ ନିମନ୍ତେ ଆଉ କାହାକୁ ଅବଶିଷ୍ଟ ନ ରଖି ସେମାନଙ୍କୁ ବିନଷ୍ଟ ଓ ମର୍ଦ୍ଦିତ ଧୂଳି ତୁଲ୍ୟ କରିଥିଲା।
І дав Господь Ізраїлеві спаси́теля, і вони вийшли з-під руки Сирії. І сиділи Ізраїлеві сини в своїх наметах, як давніш.
6 ଏଣୁ ସଦାପ୍ରଭୁ ଇସ୍ରାଏଲକୁ ଏକ ଉଦ୍ଧାରକର୍ତ୍ତା ଦେଲେ, ତହିଁରେ ସେମାନେ ଅରାମୀୟମାନଙ୍କ ହସ୍ତାଧୀନରୁ ବାହାରିଗଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ପୂର୍ବ ପରି ଆପଣା ଆପଣା ତମ୍ବୁରେ ବାସ କଲେ।
Тільки не відійшли вони з гріхів дому Єровоама, що вводив у гріх Ізраїля, і сам у тому ходив, і Астарта стояла в Самарії.
7 ତଥାପି ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ବଂଶର ସେହି ସବୁ ପାପରୁ ସେମାନେ ବିମୁଖ ହେଲେ ନାହିଁ, ମାତ୍ର ତହିଁରେ ହିଁ ଚାଲିଲେ। ପୁଣି ଶମରୀୟାରେ ଆଶେରା ମୂର୍ତ୍ତି ମଧ୍ୟ ରହିଲା।
А Сирія не позоставила Єгоахазові наро́ду, як тільки п'ятдеся́т верхівці́в та десять возів, та десять тисяч піхоти, бо їх вигубив сирійський цар, і зробив їх порохом на топта́ння.
8 ଏହି ଯିହୋୟାହସ୍‍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
А решта діл Єгоахаза, і все, що́ він робив, та його лица́рськість, он вони написані в Книзі Ізраїлевих царів.
9 ଏଥିଉତ୍ତାରେ ଯିହୋୟାହସ୍‍ଙ୍କ ମୃତ୍ୟୁ ପରେ, ଲୋକମାନେ ତାଙ୍କୁ ଶମରୀୟାରେ କବର ଦେଲେ, ପୁଣି ତାଙ୍କର ପୁତ୍ର ଯୋୟାଶ୍‍ ତାଙ୍କର ପଦରେ ରାଜ୍ୟ କଲେ।
І спочив Єгоахаз з батька́ми своїми, і поховали його в Самарії, а замість нього зацарював син його Йоаш.
10 ଯିହୁଦାର ଯୋୟାଶ୍‍ ରାଜାଙ୍କ ରାଜତ୍ଵର ସଇଁତିରିଶ ବର୍ଷରେ ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ ଇସ୍ରାଏଲ ଉପରେ ଶମରୀୟାରେ ରାଜତ୍ୱ କରିବାକୁ ଆରମ୍ଭ କରି ଷୋଳ ବର୍ଷ ରାଜ୍ୟ କଲେ।
Тридцятого й сьомого року Йоаша, Юдиного царя, зацарював над Ізраїлем у Самарії Йоаш, Єгоахазів син, на шістнадцять літ.
11 ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ ମାତ୍ର ସେ ତହିଁରେ ହିଁ ଚାଲିଲେ।
І робив він зле в Господніх оча́х, і не відходив від усіх гріхів Єровоама, Неватового сина, що вводив у гріх Ізраїля, і в тому́ ходив.
12 ଏହି ଯୋୟାଶ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ଯେଉଁ ପରାକ୍ରମରେ ସେ ଯିହୁଦାର ରାଜା ଅମତ୍‍ସୀୟ ସଙ୍ଗେ ଯୁଦ୍ଧ କଲେ, ତାହାସବୁ କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
А решта діл Йоаша, і все, що він робив, і лица́рськість його́, як він воював з Амацією, Юдиним царем, — он вони написані в Книзі Хроніки Ізраїлевих царів.
13 ଏଥିଉତ୍ତାରେ ଯୋୟାଶ୍‍ ମୃତ୍ୟୁବରଣ କଲେ। ତହିଁରେ ଯାରବୀୟାମ ତାଙ୍କ ସିଂହାସନରେ ଉପବିଷ୍ଟ ହେଲେ, ପୁଣି ଯୋୟାଶ୍‍ ଇସ୍ରାଏଲ ରାଜାମାନଙ୍କ ସହିତ ଶମରୀୟାରେ କବରପ୍ରାପ୍ତ ହେଲେ।
І спочив Йоаш з батьками своїми, а Єровоам сів на троні його. І був похований Йоаш у Самарії, з Ізраїлевими царями.
14 ଇଲୀଶାୟ ଯେଉଁ ପୀଡ଼ାରେ ମଲେ, ସେହି ପୀଡ଼ାରେ ପୀଡ଼ିତ ହୁଅନ୍ତେ, ଇସ୍ରାଏଲର ରାଜା ଯୋୟାଶ୍‍ ତାଙ୍କ ନିକଟକୁ ଆସି ତାଙ୍କ ଉପରେ ରୋଦନ କରି କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!”
А Єлисей заслаб на неду́гу, що з неї й поме́р. І зійшов до нього Йоаш, Ізраїлів цар, і плакав над ним і говорив: „Ба́тьку мій, батьку мій, колесни́це Ізра́їлева та верхівці́ його!“
15 ଏଥିରେ ଇଲୀଶାୟ ତାଙ୍କୁ କହିଲେ, “ଧନୁ ଓ ତୀର ଧର,” ତହୁଁ ସେ ଧନୁ ଓ ତୀର ଧରିଲେ।
І сказав йому Єлисей: „Візьми лука та стрі́ли“. І приніс той до нього лука та стріли.
16 ତେବେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, “ଧନୁ ଉପରେ ତୁମ୍ଭ ହାତ ଦିଅ,” ତହୁଁ ସେ ତହିଁ ଉପରେ ହାତ ଦେଲେ। ସେତେବେଳେ ଇଲୀଶାୟ ରାଜାଙ୍କ ହସ୍ତ ଉପରେ ଆପଣା ହସ୍ତ ରଖିଲେ।
А він сказав Ізраїлевому цареві: „Поклади свою руку на лука!“І той поклав свою руку. А Єлисей поклав свої руки на руки цареві.
17 ଆଉ ଇଲୀଶାୟ କହିଲେ, “ପୂର୍ବଆଡ଼ ଝରକା ଫିଟାଅ,” ତହିଁରେ ସେ ତାହା ଫିଟାଇଲେ। ତେବେ ଇଲୀଶାୟ କହିଲେ, “ତୀର ମାର,” ତହିଁରେ ସେ ତୀର ମାରିଲେ। ଏଥିରେ ଇଲୀଶାୟ କହିଲେ, “ସଦାପ୍ରଭୁଙ୍କର ଜୟତୀର, ଅରାମର ବିପକ୍ଷ ଜୟତୀର, କାରଣ ତୁମ୍ଭେ ଅଫେକରେ ଅରାମୀୟମାନଙ୍କୁ ନିଃଶେଷ କରିବା ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କରିବ।”
І він сказав: „Відчини вікно на схід!“І той відчинив. І сказав Єлисей: „Стріляй!“І той вистрілив, а він сказав: „Стріла́ спасі́ння Господнього, і стріла спасіння проти Сирії. І поб'єш ти Сирію в Афеку аж до кінця!“
18 ଆହୁରି ସେ କହିଲେ, “ତୀରସବୁ ନିଅ,” ତହିଁରେ ସେ ତାହାସବୁ ନେଲେ। ତହୁଁ ସେ ଇସ୍ରାଏଲର ରାଜାଙ୍କୁ କହିଲେ, “ଭୂମିକୁ ଆଘାତ କର,” ତହିଁରେ ସେ ତିନି ଥର ଆଘାତ କରି ନିବୃତ୍ତ ହେଲେ।
І він сказав: „Візьми стрі́ли!“І той узяв, а він сказав до Ізраїлевого царя: „Удар по землі!“І він ударив три рази та й став.
19 ଏଥିରେ ପରମେଶ୍ୱରଙ୍କ ଲୋକ ତାଙ୍କ ପ୍ରତି କ୍ରୁଦ୍ଧ ହୋଇ କହିଲେ, “ତୁମ୍ଭେ ତ ପାଞ୍ଚ କି ଛଅ ଥର ଆଘାତ କରିଥାʼନ୍ତ; ତାହା କରିଥିଲେ, ତୁମ୍ଭେ ଅରାମକୁ ନିଃଶେଷ କରିବା ପର୍ଯ୍ୟନ୍ତ ଆଘାତ କରିଥାʼନ୍ତ; ମାତ୍ର ଏବେ ତୁମ୍ଭେ କେବଳ ତିନି ଥର ଅରାମକୁ ଆଘାତ କରିବ।”
І розгнівався на нього Божий чоловік і сказав: „Щоб ти був ударив п'ять або шість раз, тоді побив би Сирію аж до кінця! А тепер тільки три рази поб'єш ти Сирію“.
20 ଏଥିଉତ୍ତାରେ ଇଲୀଶାୟଙ୍କ ମୃତ୍ୟୁୁ ହୁଅନ୍ତେ, ଲୋକମାନେ ତାଙ୍କୁ କବର ଦେଲେ। ସେତେବେଳେ ମୋୟାବୀୟ ଲୁଟକାରୀ ଦଳ ବର୍ଷର ଆରମ୍ଭରେ ଦେଶ ଆକ୍ରମଣ କଲେ।
І спочи́в Єлисей, і поховали його. А моавські о́рди прийшли до Кра́ю наступного року.
21 ସେସମୟରେ ଲୋକମାନେ ଜଣେ ମନୁଷ୍ୟକୁ କବର ଦେବା ବେଳେ ଏପରି ଘଟିଲା ଯେ, ଦେଖ, ସେମାନେ ଏକ ଲୁଟକାରୀ ଦଳକୁ ଦୂରରୁ ଦେଖିଲେ। ତହିଁରେ ସେମାନେ ସେହି ମନୁଷ୍ୟକୁ ଇଲୀଶାୟଙ୍କର କବରରେ ପକାଇ ଦିଅନ୍ତେ, ସେ ମନୁଷ୍ୟ ଇଲୀଶାୟଙ୍କର ଅସ୍ଥି ସ୍ପର୍ଶ କରିବା ମାତ୍ରେ ସଜୀବ ହୋଇ ଆପଣା ଚରଣରେ ଠିଆ ହେଲା।
І сталося, як ховали одно́го чоловіка, то погребальники побачили ті о́рди, та й кинули того чоловіка до Єлисеєвого гро́бу. А коли впав і доторкнувся той чоловік до Єлисеєвих косте́й, то воскрес, і встав на ноги свої...
22 ଯିହୋୟାହସ୍‍ଙ୍କ ଅଧିକାରର ସମସ୍ତ କାଳ ଅରାମର ରାଜା ହସାୟେଲ ଇସ୍ରାଏଲ ପ୍ରତି ଅତ୍ୟାଚାର କଲା।
А Газаїл, сирійський цар, тиснув Ізраїля всі дні Єгоахаза.
23 ମାତ୍ର ସଦାପ୍ରଭୁ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ସହିତ ଆପଣା କୃତ ନିୟମ ସକାଶୁ ସେମାନଙ୍କ ପ୍ରତି ଅନୁଗ୍ରହ କଲେ ଓ ସେମାନଙ୍କ ଉପରେ ଦୟା ବହି ସେମାନଙ୍କ ପ୍ରତି ସୁଦୃଷ୍ଟି କଲେ, ଆଉ ସେମାନଙ୍କୁ ବିନାଶ କରିବାକୁ ଅସମ୍ମତ ହେଲେ ଓ ଏପର୍ଯ୍ୟନ୍ତ ଆପଣା ସମ୍ମୁଖରୁ ସେମାନଙ୍କୁ ଦୂର କଲେ ନାହିଁ।
Та Господь був милости́вий до них, і змилувася над ними, і звернувся до них ради заповіта Свого з Авраамом, Ісаком та Яковом, і не хотів ви́губити їх, і не відкинув їх від Свого лиця аж дотепер.
24 ଏଥିଉତ୍ତାରେ ଅରାମର ରାଜା ହସାୟେଲ ମଲା; ତହୁଁ ତାହାର ପୁତ୍ର ବିନ୍‍ହଦଦ୍‍ ତାହାର ପଦରେ ରାଜ୍ୟ କଲା।
І спочи́в Газаїл, сирійський цар, а замість нього зацарював син його Бен-Гадад.
25 ପୁଣି ଯୋୟାଶ୍‍ଙ୍କର ପିତା ଯିହୋୟାହାସ୍‍ଙ୍କଠାରୁ ହସାୟେଲ ଯେ ଯେ ନଗର ଯୁଦ୍ଧରେ ନେଇଥିଲା, ସେହି ସକଳ ନଗର ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ ହସାୟେଲର ପୁତ୍ର ବିନ୍‍ହଦଦ୍‍ଠାରୁ ପୁନର୍ବାର ନେଲେ। ଯୋୟାଶ୍‍ ତାହାକୁ ତିନି ଥର ଆଘାତ କରି ଇସ୍ରାଏଲର ସେହି ସକଳ ନଗର ପୁନର୍ବାର ନେଲେ।
І Йоаш, Єгоахазів син, узяв назад ті міста з руки Бен-Гадада, Газаїлового сина, що взяв був із руки Єгоахаза, свого батька, у війні. Три ра́зи побив його Йоаш, і вернув Ізраїлеві міста.

< ଦ୍ୱିତୀୟ ରାଜାବଳୀ 13 >