< ଦ୍ୱିତୀୟ ରାଜାବଳୀ 14 >
1 ଇସ୍ରାଏଲର ରାଜା ଯିହୋୟାହସ୍ଙ୍କ ପୁତ୍ର ଯୋୟାଶ୍ଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଯୋୟାଶ୍ଙ୍କ ପୁତ୍ର ଅମତ୍ସୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।
Katika mwaka wa pili wa Yehoashi mwana wa Yehoazi, mfalme wa Israeli, Amazia mwana wa Yoashi, mfalme wa Yuda, alianza kutawala.
2 ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିହୋୟଦ୍ଦନ୍, ସେ ଯିରୂଶାଲମ ନିବାସିନୀ ଥିଲେ।
Alikuwa na umri wa miaka ishirini na tanao wakati alipoanza kutawala; alitawala kwa mda wa miaka ishirini na tisa katika Yerusalemu.
3 ପୁଣି ଅମତ୍ସୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ନୁହେଁ; ସେ ଆପଣା ପିତା ଯୋୟାଶ୍ଙ୍କର କୃତ ସମସ୍ତ କର୍ମାନୁସାରେ କର୍ମ କଲେ।
Mama yake alikuwa anaitwa Yehoyadani, wa Yerusalemu. Alifanya yale yaliyo mema usoni mwa macho ya Yahwe, sio kama baba yake Daudi. Alifanya kila kitu ambacho Yoashi, baba yake, alichukuwa amekifanya.
4 ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
Lakini sehemu ya juu haikuondolewa. Watu wakaendelea kutoa dhabihu na kufukiza ubani katika sehemu mahala pa juu.
5 ଏଥିଉତ୍ତାରେ ତାଙ୍କ ହସ୍ତରେ ରାଜ୍ୟ ସ୍ଥିର ହେବା ମାତ୍ରେ ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ।
Ikawa mara utawala wake ulipokuwa imara, aliwaua watumishi ambao waliokuwa wamemuua baba yake, mfalme.
6 “ମାତ୍ର ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ; କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ;” କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁୁଭୋଗ କରିବ, ମୋଶାଙ୍କର ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ ସେ ସେହି ହତ୍ୟାକାରୀମାନଙ୍କ ସନ୍ତାନଗଣର ପ୍ରାଣଦଣ୍ଡ କଲେ ନାହିଁ।
Ila hakuwaweka watoto wa wale wauaji kwenye kifo; isipokuwa, alifanya kutokana na kile kilichokuwa kimeandikwa kwenye sheria, kwenye kitabu cha Musa, kama Yahwe alivyokuwa ameamuru, akisema, “Wababa wasife kwa ajili ya watoto wao, wala watoto wasife kwa ajili ya makosa ya wazazi wao. Isipokuwa, kila mtu atakufa kwa ajili ya dhambi zake mwenyewe.”
7 ସେ ଲବଣ ଉପତ୍ୟକାରେ ଇଦୋମର ଦଶ ସହସ୍ର ଲୋକଙ୍କୁ ବଧ କଲେ ଓ ଯୁଦ୍ଧରେ ସେଲା ନଗର ହସ୍ତଗତ କରି ତହିଁର ନାମ ଯକ୍ତେଲ ରଖିଲେ; ତାହା ଆଜି ପର୍ଯ୍ୟନ୍ତ ଅଛି।
Aliua maaskari elfu kumi wa Edomi kwenye bonde la chumvi; pia alimchukua Sela kwenye vita na kuiita Yoktheeli, ndivyo paitwavyo hadi leo.
8 ସେହି ସମୟରେ ଅମତ୍ସୀୟ ବାର୍ତ୍ତାବାହକ ପଠାଇ ଯେହୂଙ୍କର ପୌତ୍ର ଯିହୋୟାହସ୍ଙ୍କ ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍ଙ୍କୁ କହିଲେ, “ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।”
Kisha Amazia akatuma wajumbe kwa Yehoashi mwana wa Yehoahazi mwana wa Yehu mfalme wa Israeli, akisema, “Njoo, tuonane kila mmoja macho kwa macho kwenye mashinadano.”
9 ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ଯିହୁଦାର ରାଜା ଅମତ୍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନର କଣ୍ଟକଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ‘ତୁମ୍ଭ କନ୍ୟାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ ଦିଅ,’ ଏଥିମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା।
Lakini Yehoashi mfalme wa Israeli akawatuma wajumbe kurudi kwa Amazia mfalme wa Yuda, akisema, “Mbaruti uliokuwa Lebanoni ulituma kwa mwerezi katika Lebanuni, kusema, 'Mpatie mwanangu binti yako amuoe; lakini hayawani aliyekuwako Lebanoni akaukanyaga chini ule mbaruti.
10 ପ୍ରକୃତରେ ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ, ଆଉ ତୁମ୍ଭ ମନ ଗର୍ବିତ ହୋଇଅଛି; ସେହି ଗୌରବ ନେଇ ଘରେ ଥାଅ; ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ?”
Umempiga sana Edomu, na moyo wako umekuinua. Jisifu katika ushindi wako, lakini kaa nyumbani, kwa nini unataka kujisababishia mataizo na kuanguka, wote wewe na Yuda pamoja nawe?”
11 ମାତ୍ର ଅମତ୍ସୀୟ ଶୁଣିଲେ ନାହିଁ। ଏଣୁ ଇସ୍ରାଏଲର ରାଜା ଯୋୟାଶ୍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦା-ରାଜା ଅମତ୍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ।
Lakini Amazia hakutaka kusikia. Hivyo Yehoashi mfalme wa Israeli akakwea yeye na Amazia mfalme wa Yuda wakakutana uso kwa uso huko Beth Shemeshi, ambayo ilikuwa ya Yuda.
12 ଏଥିରେ ଇସ୍ରାଏଲ ସମ୍ମୁଖରେ ଯିହୁଦା ପରାସ୍ତ ହେଲା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ।
Yuda walishindwa mbele ya Israeli, na kila mtu akakimbia nyumbani.
13 ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ବେଥ୍-ଶେମଶରେ ଅହସୀୟଙ୍କର ପୌତ୍ର ଯୋୟାଶ୍ଙ୍କର ପୁତ୍ର ଯିହୁଦାର ରାଜା ଅମତ୍ସୀୟଙ୍କୁ ଧରି ଯିରୂଶାଲମକୁ ଆସିଲେ ଓ ଇଫ୍ରୟିମ ନଗର-ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ।
Yehoashi mfalme wa Israeli, akamchukua Amazia, mfalme wa Yuda mwana wa Yehoashi mwana wa Ahazia, huko Beth Shemeshi. Akaja Yerusalemu na kuuangusha chini ukuta wa Yerusalemu kutoka lango la Efraimu mpaka kwenye pembe ya lango, urefu wa mbali wa dhiraa mia nne.
14 ପୁଣି ସେ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର, ମଧ୍ୟ ଲୋକମାନଙ୍କୁ ବନ୍ଧକ ରୂପେ ନେଇ ଶମରୀୟାକୁ ଫେରିଗଲେ।
Akachukua dhahabu na fedha zote, na vitu vyote ambavyo vilipatikana katika nyumba ya Yahwe, na vitu vya thamani kwenye nyumba ya mfalme, pamoja na mateka pia, na kurudi samaria.
15 ଏହି ଯୋୟାଶ୍ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ ଓ ତାଙ୍କର ପରାକ୍ରମ ଓ ସେ ଯିହୁଦାର ରାଜା ଅମତ୍ସୀୟଙ୍କ ସଙ୍ଗେ କିପ୍ରକାରେ ଯୁଦ୍ଧ କଲେ, ଏସବୁ କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Kama ilivyo kwa mambo mengine yamhusuyo Yehoashi, yote aliyoyafanya, ushujaa wake, na jinsi alivyopigana na Amazia mfalme wa Yuda, je hayakuandikwa kwenye kitabu cha matukio ya mfalme wa Israeli?
16 ଏଥିଉତ୍ତାରେ ଯୋୟାଶ୍ ମୃତ୍ୟୁବରଣ କଲେ ଓ ଶମରୀୟାରେ ଇସ୍ରାଏଲ ରାଜାମାନଙ୍କ ସଙ୍ଗେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଯାରବୀୟାମ ତାଙ୍କ ପଦରେ ରାଜ୍ୟ କଲେ।
Kisha Yehoashi akalala na wazee wake na ailizikwa katika Samaria pamoja na wafalme wa Israeli, na Yeroboamu, mwanaye, akawa mfalme katika eneo lake.
17 ପୁଣି ଇସ୍ରାଏଲର ରାଜା ଯିହୋୟାହସ୍ଙ୍କ ପୁତ୍ର ଯୋୟାଶ୍ଙ୍କର ମୃତ୍ୟୁୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍ଙ୍କର ପୁତ୍ର ଅମତ୍ସୀୟ ପନ୍ଦର ବର୍ଷ ବଞ୍ଚିଲେ।
Amazia mwana wa Yoashi, mfalme wa Yuda, akaishi miaka kumi na tano baada ya Yehoashi mwana wa Yehoahazi, mfalme wa Israeli.
18 ଏହି ଅମତ୍ସୀୟଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କʼଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Kama ilivyo kwa mambo mengine yanayomhusu Amazia, je hayakuandikwa kwenye kitabu cha matukio ya mfalme wa Yuda?
19 ଏଥିଉତ୍ତାରେ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ, ତହିଁରେ ସେ ଲାଖୀଶ୍କୁ ପଳାଇଲେ। ମାତ୍ର ସେମାନେ ତାଙ୍କ ପଛେ ପଛେ ଲାଖୀଶ୍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।
Wakafanya njama dhidi ya Amazia katika Yerusalimu, akakimbilia Lakishi. Akakimbia hadi Lakishi, lakini wakawatuma watu kumfuata hadi Lakishi na kumuua huko.
20 ପୁଣି ସେମାନେ ଅଶ୍ୱମାନଙ୍କ ଉପରେ ରଖି ତାଙ୍କୁ ଆଣିଲେ ତହୁଁ ସେ ଯିରୂଶାଲମରେ ଆପଣା ପିତୃଗଣ ସହିତ ଦାଉଦ-ନଗରରେ କବର ପାଇଲେ।
Wakamrudisha kwa farasi, na alizikwa pamoja na wazee wake katika mji wa Saudi.
21 ଏଥିଉତ୍ତାରେ ଯିହୁଦାର ସମସ୍ତ ଲୋକ ଷୋଳ ବର୍ଷ ବୟସ୍କ ଅସରୀୟଙ୍କୁ ନେଇ ତାଙ୍କର ପିତା ଅମତ୍ସୀୟଙ୍କ ପଦରେ ରାଜା କଲେ।
Watu wote wa Yuda wakamchukua Uzaria, ambaye alikuwa na umri wa miaka kumi na minne, na walimfanya kuwa mfalme katika nyumba ya kifalme wa baba yake Uzaria.
22 ରାଜା ଅମତ୍ସୀୟଙ୍କ ମୃତ୍ୟୁ ପରେ, ଅସରୀୟ ଏଲତ୍ ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ।
Alikuwa Uzaria ambaye alijenga Elathi na kuirudisha kwa Yuda, baada ya mfalme Uzaria akalala pamoja na mababu zake.
23 ଯିହୁଦାର ରାଜା ଯୋୟାଶ୍ଙ୍କର ପୁତ୍ର ଅମତ୍ସୀୟଙ୍କ ରାଜତ୍ଵର ପନ୍ଦର ବର୍ଷରେ ଇସ୍ରାଏଲର ରାଜା ଯୋୟାଶ୍ଙ୍କର ପୁତ୍ର ଯାରବୀୟାମ ଶମରୀୟାରେ ରାଜତ୍ୱ କରିବାକୁ ଆରମ୍ଭ କରି ଏକଚାଳିଶ ବର୍ଷ ରାଜ୍ୟ କଲେ।
Katika mwaka wa kumi na tano wa Amazia mwana wa Yoashi mfalme wa Yuda, Yeroboamu mwana wa Yoashi mfalme wa Israeli alianza kutawala katika Samaria; alitawala kwa muda wa miaka arobaini na moja.
24 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।
Akafanya yaliyo maovu usoni mwa Yahwe. Hakuziacha dhambi zake za Yeroboamu mwana wa Nabeti, ambaye aliisababisha Israeli kuasi.
25 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅମିତ୍ତୟର ପୁତ୍ର ଗାଥ୍-ହେଫର ନିବାସୀ ଆପଣା ଦାସ ଯୂନସ ଭବିଷ୍ୟଦ୍ବକ୍ତାଙ୍କ ହସ୍ତରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟାନୁସାରେ ସେ ହମାତର ପ୍ରବେଶ ସ୍ଥାନଠାରୁ ଆରବା ସମୁଦ୍ର ପର୍ଯ୍ୟନ୍ତ ଇସ୍ରାଏଲର ସୀମା ପୁନର୍ବାର ହସ୍ତଗତ କଲେ।
Akairudisha mipaka ya Israeli kutoka Lebo Hamathi mpaka kwenye Bahari ya Araba, kufuata amri ya neno la Yahwe, Mungu wa Israeli, ambalo aliongea kupitia mtumishi wake Yona mwana wa Amitai, yule nabii, ambaye alitokea Gathi Heferi.
26 କାରଣ ସଦାପ୍ରଭୁ ଦେଖିଲେ ଯେ, ଇସ୍ରାଏଲର ଦୁଃଖ ଅତ୍ୟନ୍ତ ତିକ୍ତ; ଯେଣୁ ବନ୍ଦୀ କି ମୁକ୍ତ କେହି ନ ଥିଲେ, କିଅବା ଇସ୍ରାଏଲର ସାହାଯ୍ୟକାରୀ କେହି ନ ଥିଲା।
Kwa kuwa Yahwe aliyaona mateso ya Israeli, ambayo yalikuwa makali kwa kila mmoja, wote mtumwa na asyemtumwa, na kwamba hapakuwa na ulinzi kwa ajili ya Israeli.
27 ମାତ୍ର ସଦାପ୍ରଭୁ ଆକାଶମଣ୍ଡଳ ତଳୁ ଇସ୍ରାଏଲର ନାମ ଲୋପ କରିବାକୁ କହିଲେ ନାହିଁ; ଏଣୁ ସେ ଯୋୟାଶ୍ଙ୍କର ପୁତ୍ର ଯାରବୀୟାମଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ।
Basi Yahwe akasema kwamba hatoweza kulifuta jina la Israeli chini ya mbingu; badala yake, aliwaokoa kwa mkono wa Yeroboamu mwana wa Yehoashi.
28 ଏହି ଯାରବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ, ସେ କିପ୍ରକାରେ ଯୁଦ୍ଧ କଲେ ଓ ଇସ୍ରାଏଲ ପାଇଁ ସେ କିପ୍ରକାରେ ଯିହୁଦାର ପୂର୍ବାଧିକୃତ ଦମ୍ମେଶକ ଓ ହମାତ ପୁନର୍ବାର ହସ୍ତଗତ କଲେ, ଏସବୁ କʼଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Kama ilivyo kwa mambo mengine yamhusuyo Yeroboamu, yote aliyoyafanya, ushujaa wake, jinsi alivyo pigana vita na kuipata tena Damaskasi na Hamathi, ambayo ilikuwa ya Yuda, kwa Israeli, je hayakuandikwa katika kitabu cha matukio ya wafalme wa Israeli?
29 ଏଥିଉତ୍ତାରେ ଯାରବୀୟାମଙ୍କ ମୃତ୍ୟୁ ପରେ ସେ ଇସ୍ରାଏଲର ରାଜାମାନଙ୍କ ସହିତ କବରପ୍ରାପ୍ତ ହେଲେ; ପୁଣି ତାଙ୍କର ପୁତ୍ର ଜିଖରୀୟ ତାଙ୍କ ପଦରେ ରାଜ୍ୟ କଲେ।
Yeroboamu akalala na mababu zake, pamoja na mfalme wa Israeli, na Zekaria mtoto wake akawa mfalme katika sehemu yake.