< ଦ୍ୱିତୀୟ ରାଜାବଳୀ 15 >

1 ଇସ୍ରାଏଲର ରାଜା ଯାରବୀୟାମଙ୍କ ରାଜତ୍ଵର ସତାଇଶ ବର୍ଷରେ ଯିହୁଦାର ରାଜା ଅମତ୍‍ସୀୟଙ୍କର ପୁତ୍ର ଅସରୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।
Двадцятого й сьомого року Єровоама, Ізраїлевого царя, зацарював Аза́рія, син Амації, Юдиного царя.
2 ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ଆଉ ସେ ଯିରୂଶାଲମରେ ବାବନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ।
Він був віку шістнадцяти літ, коли зацарював, і царював в Єрусалимі п'ятдеся́т і два роки. А ім'я́ його матері — Єхолія, з Єрусалиму.
3 ପୁଣି ସେ ଆପଣା ପିତା ଅମତ୍‍ସୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
І робив він угодне в Господніх оча́х, усе так, як робив його батько Амація.
4 ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
Тільки па́гірки не були знищені, — народ ще прино́сив жертву та кадив на па́гірках.
5 ପୁଣି ସଦାପ୍ରଭୁ ରାଜାଙ୍କୁ ଆଘାତ କଲେ, ତହିଁରେ ସେ ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ଏକ ପୃଥକ ଗୃହରେ ବାସ କଲେ। ଆଉ ରାଜାଙ୍କର ପୁତ୍ର ଯୋଥମ୍‍ ଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ।
І вдарив Господь царя, і він був прокаже́ний аж до дня своєї смерти, і сидів ув осібному домі. А над домом був Йотам, царів син, — він судив народ Кра́ю.
6 ଏହି ଅସରୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
А решта діл Азарії та все, що він робив, — ось вони написані в Книзі Хроніки Юдиних царів.
7 ଏଥିଉତ୍ତାରେ ଅସରୀୟ ମୃତ୍ୟୁବରଣ କଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ-ନଗରରେ ତାଙ୍କର ପିତୃଗଣ ସହିତ କବର ଦେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍‍ ତାଙ୍କର ପଦରେ ରାଜ୍ୟ କଲେ।
І спочив Азарія з своїми батьками, і його поховали з його батьками в Давидовому Місті, а замість нього зацарював син його Йотам.
8 ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ଅଠତିରିଶି ବର୍ଷରେ ଯାରବୀୟାମଙ୍କ ପୁତ୍ର ଜିଖରୀୟ ଶମରୀୟାରେ ଇସ୍ରାଏଲ ଉପରେ ଛଅ ମାସ ରାଜ୍ୟ କଲେ।
Тридцятого й восьмого року Азарії, Юдиного царя, зацарював над Ізраїлем у Самарії Захарій, син Єровоама, на шість місяців.
9 ପୁଣି ସେ ଆପଣା ପୂର୍ବପୁରୁଷମାନଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।
І робив він зле в Господніх оча́х, як робили батьки його, — не відступився від гріхів Єровоама, Неватового сина, що вводив у гріх Ізраїля.
10 ଆଉ ଯାବେଶଙ୍କର ପୁତ୍ର ଶଲ୍ଲୁମ୍‍ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ଓ ଲୋକମାନଙ୍କ ସମ୍ମୁଖରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ।
І вчинив змову на нього Шаллум, Явешів син, і бив його перед наро́дом і вбив його, і зацарював замість нього.
11 ଏହି ଜିଖରୀୟଙ୍କ ଅବଶିଷ୍ଟ ବୃତ୍ତାନ୍ତ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।
А решта діл Захарія, — ось вони написані в Книзі Хроніки Ізраїлевих царів.
12 ସଦାପ୍ରଭୁ ଯେହୂଙ୍କୁ ଏହି କଥା କହିଥିଲେ, ଯଥା, “ତୁମ୍ଭ ପୁତ୍ରମାନେ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।” ଆଉ ସେହିପରି ହେଲା।
Оце Господнє слово, що Він промовляв до Єгу, говорячи: „Сини чотирьох поколінь будуть сидіти тобі на Ізраїлевому троні“. І сталося так.
13 ଯିହୁଦାର ରାଜା ଉଷୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଯାବେଶଙ୍କର ପୁତ୍ର ଶଲ୍ଲୁମ୍‍ ରାଜତ୍ୱ କରିବାକୁ ଆରମ୍ଭ କଲେ; ଆଉ ସେ ଶମରୀୟାରେ ଏକ ମାସ କାଳ ରାଜ୍ୟ କଲେ।
Шаллу́м, Явешів син, зацарював тридцятого й дев'ятого року Уззійї, Юдиного царя, і царював місяць ча́су в Самарії.
14 ଆଉ ଗାଦିର ପୁତ୍ର ମନହେମ୍‍ ତିର୍ସାରୁ ଯାଇ ଶମରୀୟାରେ ଉପସ୍ଥିତ ହେଲେ ଓ ଯାବେଶଙ୍କର ପୁତ୍ର ଶଲ୍ଲୁମ୍‍ଙ୍କୁ ଶମରୀୟାରେ ଆଘାତ କରି ବଧ କଲେ, ପୁଣି ତାଙ୍କ ପଦରେ ରାଜ୍ୟ କଲେ।
І пішов Менахе́м, Ґадіїв син, з Тірци, і прибув у Самарію, та й побив Шаллума, Явешового сина, в Самарії, і вбив його, і зацарював замість нього.
15 ଏହି ଶଲ୍ଲୁମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କୃତ ଚକ୍ରାନ୍ତ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।
А решта днів Шаллума та змова його, яку він учинив був, — ото вони написані в Книзі Хроніки Ізраїлевих царів.
16 ଏଥିଉତ୍ତାରେ ମନହେମ୍‍ ତିର୍ସାଠାରୁ, ତିପ୍ସହ ଓ ତନ୍ମଧ୍ୟବର୍ତ୍ତୀ ସମସ୍ତଙ୍କୁ, ପୁଣି ତିପ୍ସହର ସମସ୍ତ ଅଞ୍ଚଳକୁ ଆଘାତ କଲେ। ଲୋକମାନେ ତାଙ୍କ ପାଇଁ ନଗର ମୁକ୍ତ ନ କରିବାରୁ ସେ ତାହା ଆଘାତ କଲେ; ପୁଣି ତନ୍ମଧ୍ୟବର୍ତ୍ତିନୀ ଗର୍ଭବତୀ ସ୍ତ୍ରୀ ସମସ୍ତଙ୍କର ଉଦର ବିଦୀର୍ଣ୍ଣ କଲେ।
Тоді побив Менахем місто Тіфсах та все, що в ньому, і границі його від Тірци, бо не відчини́ло воно брами. І він вибив його, а все вагітне́ повитина́в.
17 ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଗାଦିର ପୁତ୍ର ମନହେମ୍‍ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଶମରୀୟାରେ ଦଶ ବର୍ଷ ରାଜ୍ୟ କଲେ।
Тридцятого й дев'ятого року Азарії, Юдиного царя, зацарював над Ізраїлем у Самарії Менахем, Ґадіїв син, на десять літ.
18 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ଆପଣାର ଯାବଜ୍ଜୀବନ ବିମୁଖ ହେଲେ ନାହିଁ।
І робив він зле в Господніх оча́х, не вступився від гріхів Єровоама, Неватового сина, що вводив у гріх Ізраїля. За його днів
19 ଅଶୂରର ରାଜା ପୂଲ୍‍ ଦେଶର ବିରୁଦ୍ଧରେ ଆସନ୍ତେ, ମନହେମ୍‍ ଆପଣା ହସ୍ତରେ ରାଜ୍ୟ ଦୃଢ଼ କରିବା ପାଇଁ ଯେପରି ପୂଲ୍‍ର ହସ୍ତ ତାଙ୍କର ସହାୟ ହେବ, ଏଥିପାଇଁ ସେ ତାହାକୁ ଏକ ସହସ୍ର ତାଳନ୍ତ ରୂପା ଦେଲେ।
прийшов Пул, асирійський цар, на край. І дав Менахем Пулові тисячу талантів срібла, щоб його руки були з ним, щоб зміцнити царство в його руці.
20 ପୁଣି ମନହେମ୍‍ ଏହି ମୁଦ୍ରା ଇସ୍ରାଏଲ ମଧ୍ୟରୁ ଆଦାୟ କଲେ, ଅର୍ଥାତ୍‍, ଅଶୂରର ରାଜାକୁ ଦେବା ପାଇଁ ସମଗ୍ର ଧନଶାଳୀ ଲୋକଙ୍କର ପ୍ରତିଜଣଠାରୁ ପଚାଶ ଶେକଲ ଲେଖାଏଁ ରୂପା ନେଲେ, ତହିଁରେ ଅଶୂରର ରାଜା ଫେରିଗଲା ଓ ଦେଶର ସେସ୍ଥାନରେ ରହିଲା ନାହିଁ।
А Менахем розклав це срібло на Ізраїля, на всіх воякі́в, щоб дати асирійському цареві, по п'ятдесят шеклів срібла від кожного чоловіка. І вернувся асирійський цар, і не стояв там у Краю́.
21 ଏହି ମନହେମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
А решта діл Менахема та все, що він робив, — ото вони написані в Книзі Хроніки Ізраїлевих царів.
22 ଏଥିଉତ୍ତାରେ ମନହେମ୍‍ ମୃତ୍ୟୁବରଣ କଲେ; ତହୁଁ ତାଙ୍କର ପୁତ୍ର ପକହୀୟ ତାଙ୍କ ପଦରେ ରାଜ୍ୟ କଲେ।
І спочив Менахем з батька́ми своїми, а замість нього зацарював син його Пекахія.
23 ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ପଚାଶ ବର୍ଷରେ ମନହେମ୍‍ଙ୍କର ପୁତ୍ର ପକହୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜ୍ୟ କଲେ।
П'ятдесятого року Азарії, Юдиного царя, зацарював над Ізраїлем у Самарії Пекахія, син Менахемів, на два роки.
24 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।
І робив він зло в Господніх оча́х, — не відступався від гріхів Єровоама, Неватового сина, що вводив у гріх Ізраїля.
25 ଆଉ ରମଲୀୟଙ୍କର ପୁତ୍ର ପେକହ ନାମକ ତାଙ୍କର ସେନାପତି ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କୁ ଓ ତାଙ୍କ ସଙ୍ଗେ ଅର୍ଗୋବ ଓ ଅରୀୟିକୁ ଶମରୀୟାସ୍ଥ ରାଜଗୃହର ଦୁର୍ଗରେ ଆଘାତ କଲେ। ପୁଣି ତାଙ୍କ ସଙ୍ଗେ ପଚାଶ ଜଣ ଗିଲୀୟଦୀୟ ଲୋକ ଥିଲେ; ଆଉ ସେ ତାଙ୍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ।
І вчинив на нього змову Пе́ках, син Ремалії, старшина́ його, і забив його в палаті царсько́го дому, з Арґовом та з Ар'єм, а з ним було п'ятдесят чоловіка з ґілеадян. І він убив його, і зацарював замість нього.
26 ଏହି ପକହୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।
А решта діл Пекахії та все, що він робив, — ото вони написані в Книзі Хроніки Ізраїлевих царів.
27 ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ବାବନ ବର୍ଷରେ ରମଲୀୟଙ୍କର ପୁତ୍ର ପେକହ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି କୋଡ଼ିଏ ବର୍ଷ ରାଜ୍ୟ କଲେ।
П'ятдесятого й другого року Азарії, Юдиного царя, зацарював у Самарії над Ізраїлем Пеках, син Ремалії, на двадцять років.
28 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସବୁ ପାପରୁ ସେ ବିମୁଖ ହେଲେ ନାହିଁ।
І робив він зло в Господніх оча́х, — не відступався від гріхів Єровоама, Неватового сина, що вводив у гріх Ізраїля.
29 ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲାତ୍‍-ପିଲେସର୍ ଆସି ଇୟୋନ୍‍ ଓ ଆବେଲ୍‍-ବେଥ୍-ମାଖା ଓ ଯାନୋହ ଓ କେଦଶ ଓ ହାସୋର ଓ ଗିଲୀୟଦ ଓ ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ହସ୍ତଗତ କଲା; ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା।
За днів Пекаха, Ізраїлевого царя, прийшов Тіґлат-Піл'есер, цар асирійський, і взяв Іййона, і Авел-Бет-Мааху, і Йоноаха, і Кедеша, і Хацора, і Ґілеада, і Ґаліла, увесь край Нефталимів, та й вигнав їх до Асирії.
30 ଏଥିଉତ୍ତାରେ ଏଲାଙ୍କର ପୁତ୍ର ହୋଶେୟ ରମଲୀୟଙ୍କର ପୁତ୍ର ପେକହଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ସେ ତାଙ୍କୁ ଆଘାତ କରି ବଧ କଲେ, ପୁଣି ଉଷୀୟଙ୍କର ପୁତ୍ର ଯୋଥମ୍‍ଙ୍କ ରାଜତ୍ଵର କୋଡ଼ିଏ ବର୍ଷରେ ସେ ପେକହଙ୍କ ପଦରେ ରାଜ୍ୟ କଲେ।
А Осі́я, син Елин, склав змову на Пекаха, сина Ремалії, і вдарив його та й убив його, і зацарював замість нього двадцятого року Йотама, Уззійїного сина.
31 ଏହି ପେକହଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଇସ୍ରାଏଲର ରାଜାମାନଙ୍କର ଇତିହାସ ପୁସ୍ତକରେ ଲିଖିତ ଅଛି।
А решта діл Пекаха та все, що́ він зробив, — ото вони написані в Книзі Хроніки Ізраїлевих царів.
32 ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଉଷୀୟଙ୍କର ପୁତ୍ର ଯୋଥମ୍‍ ରାଜତ୍ୱ କରିବାକୁ ଆରମ୍ଭ କଲେ।
Другого року Пекаха, сина Ремалії, Ізраїлевого царя, зацарював Йотам, син Уззійї, Юдиного царя.
33 ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ। ଆଉ ତାଙ୍କ ମାତାଙ୍କର ନାମ ଯିରୁଶା, ସେ ସାଦୋକର କନ୍ୟା ଥିଲେ।
Він був віку двадцяти й п'яти років, коли зацарював, і шістнадцять літ царював в Єрусалимі. А ім'я́ його матері — Єруша, Садокова дочка́.
34 ଯୋଥମ୍‍ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ କର୍ମ କଲେ।
І робив він угодне в Господніх оча́х, — усе, що робив був його батько Уззійя, робив він.
35 ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ। ସେ ସଦାପ୍ରଭୁଙ୍କ ଗୃହର ଉପର ଦ୍ୱାର ଦୃଢ଼ କଲେ।
Тільки па́гірки не були знищені, — наро́д іще прино́сив жертви та кадив на па́гірках. Він збудував горі́шню браму Господнього дому.
36 ଏହି ଯୋଥମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
А решта діл Йотама та все, що́ він зробив, — ото вони написані в Книзі Хроніки Юдиних царів.
37 ସେସମୟରେ ସଦାପ୍ରଭୁ ଅରାମର ରାଜା ରତ୍ସୀନକୁ ଓ ରମଲୀୟଙ୍କର ପୁତ୍ର ପେକହଙ୍କୁ ଯିହୁଦା ବିରୁଦ୍ଧରେ ପଠାଇବାକୁ ଆରମ୍ଭ କଲେ।
За тих днів зачав Господь посилати на Юду Реціна, сирійського царя, та Пекаха, сина Ремалії.
38 ଏଥିଉତ୍ତାରେ ଯୋଥମ୍‍ ମୃତ୍ୟୁବରଣ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଗଣ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଆହସ୍‌ ତାଙ୍କର ପଦରେ ରାଜ୍ୟ କଲେ।
І спочив Йотам із своїми батька́ми, і був похований з батьками своїми в Місті Давида, свого батька, а замість нього зацарював син його Ахаз.

< ଦ୍ୱିତୀୟ ରାଜାବଳୀ 15 >