< ଦ୍ୱିତୀୟ ରାଜାବଳୀ 16 >
1 ରମଲୀୟଙ୍କର ପୁତ୍ର ପେକହଙ୍କ ରାଜତ୍ଵର ସତର ବର୍ଷରେ ଯିହୁଦାର ରାଜା ଯୋଥମ୍ଙ୍କର ପୁତ୍ର ଆହସ୍ ରାଜତ୍ୱ କରିବାକୁ ଆରମ୍ଭ କଲେ।
Im siebzehnten Jahre Pekachs, des Sohnes Remaljas, wurde Ahas König, der Sohn Jothams, des Königs von Juda.
2 ଆହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ।
Zwanzig Jahre war Ahas alt, als er König wurde, und er regierte sechzehn Jahre zu Jerusalem. Und er tat nicht, was recht war in den Augen Jehovas, seines Gottes, wie sein Vater David;
3 ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ଆହୁରି ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ।
sondern er wandelte auf dem Wege der Könige von Israel, und er ließ sogar seinen Sohn durchs Feuer gehen, nach den Greueln der Nationen, die Jehova vor den Kindern Israel ausgetrieben hatte;
4 ପୁଣି ସେ ଉଚ୍ଚସ୍ଥଳୀମାନରେ ଓ ପର୍ବତଗଣ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
und er opferte und räucherte auf den Höhen und auf den Hügeln und unter jedem grünen Baume.
5 ସେତେବେଳେ ଅରାମର ରାଜା ରତ୍ସୀନ ଓ ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହ ଯୁଦ୍ଧ କରିବା ପାଇଁ ଯିରୂଶାଲମକୁ ଆସିଲେ। ପୁଣି ସେମାନେ ଆହସ୍ଙ୍କୁ ଅବରୋଧ କଲେ, ମାତ୍ର ତାଙ୍କୁ ପରାସ୍ତ କରି ପାରିଲେ ନାହିଁ।
Damals zogen Rezin, der König von Syrien, und Pekach, der Sohn Remaljas, der König von Israel, nach Jerusalem hinauf zum Streit; und sie belagerten Ahas, aber sie vermochten nicht wider ihn zu streiten.
6 ସେହି ସମୟରେ ଅରାମର ରାଜା ରତ୍ସୀନ, ଏଲତ୍ ନଗରକୁ ପୁନର୍ବାର ଅରାମର ଅଧୀନ କରାଇ ଯିହୁଦୀୟମାନଙ୍କୁ ଏଲତ୍ରୁ ତଡ଼ିଦେଲା। ତହିଁରେ ଅରାମୀୟମାନେ ଏଲତ୍କୁ ଆସି ଆଜି ପର୍ଯ୍ୟନ୍ତ ସେଠାରେ ବାସ କରୁଅଛନ୍ତି।
Zu selbiger Zeit brachte Rezin, der König von Syrien, Elath wieder an Syrien und trieb die Juden aus Elath hinaus; und die Syrer kamen nach Elath, und sie haben dort gewohnt bis auf diesen Tag.
7 ଏଥିରେ ଆହସ୍ ଅଶୂରର ରାଜା ତିଗ୍ଲାତ୍-ପିଲେସର୍ ନିକଟକୁ ଦୂତଗଣ ପଠାଇ କହିଲେ, “ମୁଁ ତୁମ୍ଭର ଦାସ ଓ ତୁମ୍ଭର ପୁତ୍ର; ଆସ, ଅରାମର ରାଜା ହସ୍ତରୁ ଓ ଇସ୍ରାଏଲର ରାଜା ହସ୍ତରୁ ମୋତେ ଉଦ୍ଧାର କର, ଏମାନେ ମୋʼ ବିରୁଦ୍ଧରେ ଉଠୁଅଛନ୍ତି।”
Da sandte Ahas Boten an Tiglath-Pileser, den König von Assyrien, und ließ ihm sagen: Ich bin dein Knecht und dein Sohn; komm herauf und rette mich aus der Hand des Königs von Syrien und aus der Hand des Königs von Israel, die sich wider mich erhoben haben.
8 ପୁଣି ଆହସ୍ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରରେ ପ୍ରାପ୍ତ ସୁନା ଓ ରୂପା ନେଇ ଅଶୂରର ରାଜା ନିକଟକୁ ଦର୍ଶନୀ ରୂପେ ପଠାଇଲେ।
Und Ahas nahm das Silber und das Gold, das sich in dem Hause Jehovas und in den Schätzen des Königshauses vorfand, und sandte es als Geschenk an den König von Assyrien.
9 ତହିଁରେ ଅଶୂରର ରାଜା ତାଙ୍କର କଥାରେ ମନୋଯୋଗ କଲା; ପୁଣି ଅଶୂରର ରାଜା ଦମ୍ମେଶକ ବିରୁଦ୍ଧରେ ଯାଇ ତାହା ହସ୍ତଗତ କରି ତହିଁର ଲୋକମାନଙ୍କୁ ବନ୍ଦୀ କରି କୀର୍ ନଗରକୁ ନେଇଗଲା ଓ ରତ୍ସୀନକୁ ବଧ କଲା।
Und der König von Assyrien hörte auf ihn; und der König von Assyrien zog hinauf wider Damaskus und nahm es ein und führte seine Einwohner weg nach Kir; und Rezin tötete er.
10 ଏଥିଉତ୍ତାରେ ଆହସ୍ ରାଜା ଅଶୂରର ରାଜା ତିଗ୍ଲାତ୍-ପିଲେସର୍କୁ ସାକ୍ଷାତ କରିବା ପାଇଁ ଦମ୍ମେଶକକୁ ଗଲେ ଓ ଦମ୍ମେଶକରେ ଥିବା ଯଜ୍ଞବେଦି ଦେଖିଲେ; ତହିଁରେ ଆହସ୍ ରାଜା ସେହି ଯଜ୍ଞବେଦିର ସକଳ ଶିଳ୍ପକର୍ମାନୁସାରେ ତହିଁର ଆକୃତି ଓ ନମୁନା ଊରୀୟ ଯାଜକ ନିକଟକୁ ପଠାଇଲେ।
Und der König Ahas zog Tiglath-Pileser, dem König von Assyrien, entgegen, nach Damaskus. Und als er den Altar sah, der zu Damaskus war, da sandte der König Ahas dem Priester Urija das Gleichnis des Altars und dessen Abbild nach seiner ganzen Bauart.
11 ତହୁଁ ଊରୀୟ ଯାଜକ ଏକ ଯଜ୍ଞବେଦି ନିର୍ମାଣ କଲା; ଆହସ୍ ରାଜା ଦମ୍ମେଶକରୁ ଯାହା ଯାହା ପଠାଇଥିଲେ, ତଦନୁସାରେ ଆହସ୍ ରାଜା ଦମ୍ମେଶକରୁ ଆସିବା ପୂର୍ବେ ଊରୀୟ ଯାଜକ ସକଳ କର୍ମ କଲା।
Und der Priester Urija baute den Altar; nach allem, was der König Ahas von Damaskus gesandt hatte, also machte ihn der Priester Urija, bis der König Ahas von Damaskus kam.
12 ପୁଣି ରାଜା ଦମ୍ମେଶକରୁ ଆସିଲା ଉତ୍ତାରେ ରାଜା ସେହି ଯଜ୍ଞବେଦି ଦେଖିଲେ; ଆଉ ରାଜା ସେହି ଯଜ୍ଞବେଦି ନିକଟକୁ ଯାଇ ତହିଁ ଉପରେ ବଳିଦାନ କଲେ।
Und als der König von Damaskus kam, und der König den Altar sah, da trat der König an den Altar und opferte darauf;
13 ପୁଣି ସେ ସେହି ଯଜ୍ଞବେଦି ଉପରେ ଆପଣା ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଦଗ୍ଧ କରି ଓ ଆପଣା ପେୟ-ନୈବେଦ୍ୟ ଢାଳି ଆପଣା ମଙ୍ଗଳାର୍ଥକ ବଳିର ରକ୍ତ ଛିଞ୍ଚିଲେ।
und er räucherte sein Brandopfer und sein Speisopfer, und goß sein Trankopfer aus, und sprengte das Blut seiner Friedensopfer an den Altar.
14 ଆଉ ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳ ଯଜ୍ଞବେଦିକୁ ମନ୍ଦିରର ସମ୍ମୁଖରୁ, ଅର୍ଥାତ୍, ଆପଣା ଯଜ୍ଞବେଦି ଓ ସଦାପ୍ରଭୁଙ୍କ ଗୃହର ମଧ୍ୟସ୍ଥାନରୁ ତାହା ଆଣି ଆପଣା ଯଜ୍ଞବେଦିର ଉତ୍ତର ଭାଗରେ ସ୍ଥାପନ କଲେ।
Den ehernen Altar aber, der vor Jehova stand, den rückte er von der Vorderseite des Hauses weg, von der Stelle, zwischen seinem Altar und dem Hause Jehovas; und er setzte ihn an die Seite seines Altars gegen Norden.
15 ଆହୁରି ଆହସ୍ ରାଜା ଊରୀୟ ଯାଜକକୁ ଆଜ୍ଞା ଦେଇ କହିଲେ, “ପ୍ରଭାତୀୟ ହୋମବଳି ଓ ସାୟଂକାଳୀନ ଭକ୍ଷ୍ୟ ନୈବେଦ୍ୟ ଓ ରାଜାଙ୍କର ହୋମବଳି ଓ ତାଙ୍କର ଭକ୍ଷ୍ୟ ନୈବେଦ୍ୟ, ପୁଣି ଦେଶସ୍ଥ ସମଗ୍ର ଲୋକଙ୍କ ହୋମବଳି ଓ ସେମାନଙ୍କର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ବଡ଼ ଯଜ୍ଞବେଦି ଉପରେ ଦଗ୍ଧ କର ଓ ତହିଁ ଉପରେ ହୋମବଳିର ସବୁ ରକ୍ତ ଓ ବଳିଦାନର ସବୁ ରକ୍ତ ଛିଞ୍ଚି ଦିଅ; ମାତ୍ର ପ୍ରଶ୍ନକରଣାର୍ଥେ ପିତ୍ତଳ ଯଜ୍ଞବେଦି ମୋʼ ପାଇଁ ରହିବ।”
Und der König Ahas gebot dem Priester Urija und sprach: Räuchere auf dem großen Altar das Morgenbrandopfer und das Abendspeisopfer, und das Brandopfer des Königs samt seinem Speisopfer, und das Brandopfer des ganzen Volkes des Landes samt ihren Speisopfern und ihren Trankopfern; und alles Blut der Brandopfer und alles Blut der Schlachtopfer sollst du daran sprengen; und der eherne Altar soll für mich sein zum Erforschen.
16 ଏହିରୂପେ ଊରୀୟ ଯାଜକ ଆହସ୍ ରାଜାଙ୍କର ଆଜ୍ଞା ପ୍ରମାଣେ ସବୁ କର୍ମ କଲା।
Und der Priester Urija tat nach allem, was der König Ahas geboten hatte.
17 ପୁଣି ଆହସ୍ ରାଜା ବୈଠିକିମାନର ମଧ୍ୟଦେଶ କାଟି ତହିଁରୁ ପ୍ରକ୍ଷାଳନ-ପାତ୍ର ସ୍ଥାନାନ୍ତର କଲେ; ଆଉ ସମୁଦ୍ରରୂପ ପାତ୍ର ତଳେ ଯେଉଁ ଯେଉଁ ପିତ୍ତଳମୟ ଗୋରୁ ଥିଲା, ସେ ସବୁର ଉପରୁ ତାହା ନେଇ ପଥର ଚଟାଣ ଉପରେ ରଖିଲେ।
Und der König Ahas brach die Felder an den Gestellen ab und tat die Becken, die darauf waren, hinweg; und er ließ das Meer von den ehernen Rindern, die darunter waren, herabnehmen und auf eine Unterlage von Steinen setzen.
18 ଆଉ ସେମାନେ ବିଶ୍ରାମବାର ନିମନ୍ତେ ମନ୍ଦିର ମଧ୍ୟରେ ଯେଉଁ ଆବୃତ ପଥ ଓ ରାଜାଙ୍କର ପ୍ରବେଶାର୍ଥେ ଯେଉଁ ବର୍ହିଦ୍ୱାର କରିଥିଲେ, ତାହା ସେ ଅଶୂରର ରାଜାର ଭୟରେ ସଦାପ୍ରଭୁଙ୍କ ମନ୍ଦିର ଆଡ଼କୁ ଫେରାଇଲେ।
Und den bedeckten Sabbathgang, den man am Hause gebaut hatte, und den äußeren Eingang des Königs veränderte er am Hause Jehovas wegen des Königs von Assyrien.
19 ଏହି ଆହସ୍ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Und das Übrige der Geschichte Ahas', was er getan hat, ist das nicht geschrieben in dem Buche der Chronika der Könige von Juda?
20 ଏଥିଉତ୍ତାରେ ଆହସ୍ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ। ତହୁଁ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ।
Und Ahas legte sich zu seinen Vätern, und er wurde begraben bei seinen Vätern in der Stadt Davids. Und Hiskia, sein Sohn, ward König an seiner Statt.