< ଦ୍ୱିତୀୟ ରାଜାବଳୀ 17 >

1 ଯିହୁଦାର ରାଜା ଆହସ୍‌ଙ୍କ ରାଜତ୍ଵର ଦ୍ୱାଦଶ ବର୍ଷରେ ଏଲାଙ୍କର ପୁତ୍ର ହୋଶେୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ନଅ ବର୍ଷ ରାଜ୍ୟ କଲେ।
Дванаесте године царовања Ахазовог над Јудом зацари се у Самарији над Израиљем Осија, син Илин, и царова девет година.
2 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ମାତ୍ର ଆପଣା ପୂର୍ବବର୍ତ୍ତୀ ଇସ୍ରାଏଲ ରାଜାମାନଙ୍କ ତୁଲ୍ୟ ନୁହେଁ।
И чињаше што је зло пред Господом, али не као цареви Израиљеви који бише пре њега.
3 ତାଙ୍କ ବିରୁଦ୍ଧରେ ଅଶୂରର ରାଜା ଶଲ୍‍ମନେଷର ଆସିଲା; ତହିଁରେ ହୋଶେୟ ତାହାର ଦାସ ହେଲେ ଓ ତାହା ନିକଟକୁ ଦର୍ଶନୀ ଆଣିଲେ।
На њега дође Салманасар цар асирски, и Осија му поста слуга, те му плаћаше данак.
4 ଏଥିଉତ୍ତାରେ ଅଶୂରର ରାଜା ହୋଶେୟଙ୍କଠାରେ ଚକ୍ରାନ୍ତ ଭାବ ଦେଖିଲା; କାରଣ ସେ ମିସରର ସୋ ରାଜା ନିକଟକୁ ଦୂତଗଣ ପଠାଇଲେ, ପୁଣି ଅଶୂରର ରାଜାକୁ ଯେପରି ବର୍ଷକୁ ବର୍ଷ ଦର୍ଶନୀ ଦେଉଥିଲେ, ସେପରି ଆଉ ଦେଲେ ନାହିଁ; ଏଣୁ ଅଶୂରର ରାଜା ତାଙ୍କୁ ରୁଦ୍ଧ କରି କାରାଗାରରେ ବନ୍ଦ କଲା।
Али цар асирски опази да Осија хоће да се одметне, јер Осија посла посланике к Соју, цару мисирском и не посла данак годишњи цару асирском; зато га опколи цар асирски и свезавши баци га у тамницу.
5 ତହିଁରେ ଅଶୂରର ରାଜା ସମସ୍ତ ଦେଶ ଆକ୍ରମଣ କଲା ଓ ଶମରୀୟାକୁ ଯାଇ ତାହା ତିନି ବର୍ଷ ପର୍ଯ୍ୟନ୍ତ ଅବରୋଧ କଲା।
А цар асирски прође сву земљу и дође на Самарију, и би је три године.
6 ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଅଶୂରର ରାଜା ଶମରୀୟା ହସ୍ତଗତ କଲା ଓ ଇସ୍ରାଏଲକୁ ଅଶୂରକୁ ନେଇଯାଇ ହଲହରେ ଓ ହାବୋରରେ ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ରଖିଲା।
Девете године Осијине узе цар асирски Самарију и одведе Израиља у Асирију и насели у Алају и у Авору на води Гозану и у градовима мидским.
7 ଏଥିର କାରଣ ଏହି, ଇସ୍ରାଏଲ-ସନ୍ତାନଗଣର ଯେଉଁ ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ମିସର ଦେଶରୁ, ଅର୍ଥାତ୍‍, ମିସରୀୟ ରାଜା ଫାରୋର ହସ୍ତାଧୀନରୁ ବାହାର କରି ଆଣିଥିଲେ, ତାହାଙ୍କ ବିରୁଦ୍ଧରେ ସେମାନେ ପାପ କରି ଅନ୍ୟ ଦେବଗଣକୁ ଭୟ କଲେ,
А то би што синови Израиљеви грешише Господу Богу свом, који их је извео из земље мисирске испод руке Фараона, цара мисирског, и бојаше се других богова,
8 ଓ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଓ ଇସ୍ରାଏଲ ରାଜାମାନଙ୍କ ସ୍ଥାପିତ ବିଧିରେ ଚାଲିଲେ।
И ходише по уредбама народа који одагна Господ испред синова Израиљевих, и како чинише цареви Израиљеви;
9 ଆହୁରି ଇସ୍ରାଏଲ-ସନ୍ତାନଗଣ ଗୋପନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ଅଯଥାର୍ଥ କର୍ମ କଲେ ଓ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀର-ବେଷ୍ଟିତ ନଗର ପର୍ଯ୍ୟନ୍ତ ଆପଣାମାନଙ୍କ ସକଳ ନଗରରେ ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କଲେ।
И тајно чинише синови Израиљеви шта није право пред Господом Богом њиховим, и поградише висине по свим градовима својим, од куле стражарске до градова озиданих.
10 ଆଉ ସେମାନେ ଆପଣାମାନଙ୍କ ପାଇଁ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ମୂଳେ ସ୍ତମ୍ଭ ଓ ଆଶେରା ମୂର୍ତ୍ତିମାନ ସ୍ଥାପନ କଲେ।
И подигоше ликове и лугове на сваком високом хуму и под сваким зеленим дрветом.
11 ପୁଣି ସେଠାସ୍ଥିତ ସକଳ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଦ୍ୱାରା ସେମାନଙ୍କ ସମ୍ମୁଖରୁ ଦୂରୀକୃତ ଅନ୍ୟ ଦେଶୀୟମାନଙ୍କ ତୁଲ୍ୟ ସେମାନେ ଧୂପ ଜ୍ୱଳାଇଲେ ଓ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଦୁଷ୍କର୍ମ କଲେ।
И кађаху онуда по свим висинама као народи које одагна Господ испред њих, и чињаху зле ствари гневећи Господа.
12 ପୁଣି “ତୁମ୍ଭେମାନେ ଏହି କର୍ମ କରିବ ନାହିଁ।” ବୋଲି ସଦାପ୍ରଭୁ ଯେଉଁ ଦେବତାମାନଙ୍କ ବିଷୟରେ ସେମାନଙ୍କୁ କହିଥିଲେ, ସେହି ଦେବତାମାନଙ୍କୁ ସେମାନେ ସେବା କଲେ।
И служаху гадним боговима, за које им беше Господ рекао: Не чините то.
13 ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍‍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।”
И Господ опомињаше Израиља и Јуду преко свих пророка и свих виделаца говорећи: Вратите се са злих путева својих и држите заповести моје и уредбе моје по свему закону који сам заповедио оцима вашим и који сам вам послао по слугама својим пророцима.
14 ତଥାପି ସେମାନେ ଶୁଣିବାକୁ ସମ୍ମତ ହେଲେ ନାହିଁ, ମାତ୍ର ସେମାନଙ୍କର ଯେଉଁ ପିତୃଲୋକମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ, ସେମାନଙ୍କ ଗ୍ରୀବା ତୁଲ୍ୟ ଆପଣାମାନଙ୍କ ଗ୍ରୀବା ଶକ୍ତ କଲେ।
Али не послушаше; него беху тврдоврати као и оци њихови, који не вероваше Господу Богу свом.
15 ପୁଣି ସେମାନେ ତାହାଙ୍କର ବିଧି ଓ ସେମାନଙ୍କ ପିତୃଗଣ ସହିତ କୃତ ତାହାଙ୍କର ନିୟମ ଓ ସେମାନଙ୍କ ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ। ଆଉ ସେମାନେ ଅସାରତାର ଅନୁଗାମୀ ହୋଇ ଅସାର ହେଲେ ଓ ସଦାପ୍ରଭୁ ଯେଉଁମାନଙ୍କ ତୁଲ୍ୟ କର୍ମ ନ କରିବାକୁ ସେମାନଙ୍କୁ ଆଜ୍ଞା ଦେଇଥିଲେ; ଆପଣାମାନଙ୍କ ଚତୁର୍ଦ୍ଦିଗସ୍ଥ ସେହି ଅନ୍ୟଦେଶୀୟମାନଙ୍କର ପଶ୍ଚାଦ୍‍ଗାମୀ ହେଲେ।
И одбацише уредбе Његове и завет Његов, који учини с оцима њиховим, и сведочанства Његова, којима им сведочаше, и ходише за ништавилом и посташе ништави, и за народима који беху око њих, за које им беше заповедио Господ да не чине као они.
16 ପୁଣି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ସକଳ ଆଜ୍ଞା ତ୍ୟାଗ କଲେ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ପ୍ରତିମା, ଅର୍ଥାତ୍‍, ଦୁଇ ଗୋବତ୍ସ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ, ଆଉ ଆକାଶସ୍ଥ ବାହିନୀ ସକଳକୁ ପ୍ରଣାମ କଲେ ଓ ବାଲ୍‍ର ସେବା କଲେ।
И оставише све заповести Господа Бога свог, и начинише себи ливене ликове, два телета, и лугове, и клањаше се свој војсци небеској, и служаше Валу.
17 ପୁଣି ସେମାନେ ଆପଣାମାନଙ୍କ ପୁତ୍ରକନ୍ୟାଗଣକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ, ପୁଣି ମନ୍ତ୍ର ଓ ଗଣକତା ବ୍ୟବହାର କଲେ, ଆଉ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ କୁକର୍ମ କରିବାକୁ ଆପଣାମାନଙ୍କୁ ବିକ୍ରୟ କଲେ।
И проводише синове своје и кћери своје кроз огањ, и даваше се на врачање и гатање, и продаше се да чине зло пред Господом гневећи Га.
18 ଏହେତୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତିଶୟ କ୍ରୁଦ୍ଧ ହେଲେ ଓ ସେମାନଙ୍କୁ ଆପଣା ଦୃଷ୍ଟିରୁ ଦୂର କଲେ। କେବଳ ଯିହୁଦା-ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲା ନାହିଁ।
Зато се Господ разгневи врло на Израиља, и одбаци их од себе, те не оста него само племе Јудино.
19 ଯିହୁଦା ମଧ୍ୟ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଆଜ୍ଞାସବୁ ପ୍ରତିପାଳନ କଲେ ନାହିଁ, ମାତ୍ର ଇସ୍ରାଏଲର କୃତ ବିଧିରେ ଚାଲିଲେ।
Па ни Јуда не држаше заповести Господа Бога свог, него хођаше по уредбама које начинише Израиљци.
20 ଏଣୁ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ବଂଶକୁ ଅଗ୍ରାହ୍ୟ କଲେ ଓ ସେମାନଙ୍କୁ କ୍ଳେଶ ଦେଲେ ଓ ଆପଣା ଦୃଷ୍ଟିରୁ ସେମାନଙ୍କୁ ଦୂର ନ କରିବା ପର୍ଯ୍ୟନ୍ତ ଲୁଟକାରୀମାନଙ୍କ ହସ୍ତରେ ସମର୍ପଣ କଲେ।
Зато Господ поврже све семе Израиљево, и мучи их, и предаде их у руке онима који их плене, докле их и одбаци од себе.
21 କାରଣ ସେ ଦାଉଦ ବଂଶରୁ ଇସ୍ରାଏଲକୁ ଛିନ୍ନ କଲେ; ଆଉ ସେମାନେ ନବାଟର ପୁତ୍ର ଯାରବୀୟାମଙ୍କୁ ରାଜା କଲେ ଓ ଯାରବୀୟାମ ଇସ୍ରାଏଲକୁ ସଦାପ୍ରଭୁଙ୍କ ଅନୁଗମନରୁ ତଡ଼ିଦେଇ ସେମାନଙ୍କୁ ଏକ ମହାପାପ କରାଇଲେ।
Јер се отцепише Израиљци од дома Давидовог, и поставише царем Јеровоама, сина Наватовог, а Јеровоам одби Израиљце од Господа и наведе их да греше грехом великим.
22 ପୁଣି ଇସ୍ରାଏଲ-ସନ୍ତାନଗଣ ଯାରବୀୟାମଙ୍କ କୃତ ସମସ୍ତ ପାପରେ ଚାଲିଲେ; ସେମାନେ ତହିଁରୁ ବିମୁଖ ହେଲେ ନାହିଁ।
И ходише синови Израиљеви у свим гресима Јеровоамовим које је он чинио, и не одступише од њих;
23 ଶେଷରେ ସଦାପ୍ରଭୁ ଆପଣାର ସମସ୍ତ ସେବକ ଭବିଷ୍ୟଦ୍‍ବକ୍ତାଙ୍କ ହସ୍ତରେ ଯେପରି କହିଥିଲେ, ତଦନୁସାରେ ସେ ଆପଣା ଦୃଷ୍ଟିରୁ ଇସ୍ରାଏଲକୁ ଦୂର କଲେ। ତେଣୁ ଇସ୍ରାଏଲ ଆପଣାମାନଙ୍କ ଦେଶରୁ ଅଶୂରକୁ ନିଆଗଲେ ଓ ଆଜି ପର୍ଯ୍ୟନ୍ତ ସେଠାରେ ଅଛନ୍ତି।
Докле Господ не одбаци Израиља од себе као што је говорио преко свих слуга својих пророка, и тако пресељен би Израиљ из земље своје у Асирску до данашњег дана.
24 ଏଥିଉତ୍ତାରେ ଅଶୂରର ରାଜା, ବାବିଲ ଓ କୂଥା ଓ ଅବ୍ଦା ଓ ହମାତ ଓ ସଫର୍ବୟିମଠାରୁ ଲୋକ ଆଣି ଇସ୍ରାଏଲ-ସନ୍ତାନଗଣ ବଦଳେ ଶମରୀୟାର ନାନା ନଗରରେ ସେମାନଙ୍କୁ ସ୍ଥାପନ କଲା; ତହୁଁ ସେମାନେ ଶମରୀୟା ଅଧିକାର କରି ତହିଁର ନାନା ନଗରରେ ବାସ କଲେ।
Потом доведе цар асирски људе из Вавилона и из Хуте и из Аве и из Емата и из Сефарвима, и насели их у градовима самаријским место Израиљаца, и наследише Самарију, и живљаху по градовима њеним.
25 ସେଠାରେ ସେମାନେ ଆପଣାମାନଙ୍କ ବସତିର ଆରମ୍ଭରେ ସଦାପ୍ରଭୁଙ୍କୁ ଭୟ କଲେ ନାହିଁ। ଏହେତୁ ସଦାପ୍ରଭୁ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଲେ ଓ ସିଂହମାନେ ଲୋକମାନଙ୍କ ମଧ୍ୟରୁ କେତେକଙ୍କୁ ବଧ କଲେ।
А кад почеше живети онде, не бојаху се Господа, а Господ посла на њих лавове, који их дављаху.
26 ଏଥିସକାଶୁ ସେମାନେ ଅଶୂରର ରାଜାକୁ କହିଲେ, ଆପଣ ଯେଉଁ ଗୋଷ୍ଠୀୟମାନଙ୍କୁ ନେଇ ଶମରୀୟାର ନଗରମାନରେ ସ୍ଥାପନ କରିଅଛନ୍ତି; ସେମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ। ଏଥିପାଇଁ ସେ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଅଛନ୍ତି, ଆଉ ଦେଖନ୍ତୁ, ସେମାନେ ଲୋକମାନଙ୍କୁ ବଧ କରୁଅଛନ୍ତି, କାରଣ ଲୋକମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ।
Зато рекоше цару асирском говорећи: Ови народи које си довео и населио у градовима самаријским не знају законе Бога оне земље; зато посла на њих лавове, који их ето море, јер не знају законе Бога оне земље.
27 ଏଥିରେ ଅଶୂରର ରାଜା ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ସେଠାରୁ ଯେଉଁ ଯାଜକମାନଙ୍କୁ ଆଣିଅଛ, ସେମାନଙ୍କ ମଧ୍ୟରୁ ଜଣକୁ ସେଠାକୁ ନେଇଯାଅ। ସେମାନେ ସେଠାକୁ ଯାଇ ବାସ କରନ୍ତୁ ଓ ସେହି ଯାଜକ ସେଦେଶୀୟ ଦେବତାର ରୀତି ଲୋକମାନଙ୍କୁ ଶିଖାଉ।”
Тада заповеди цар асирски и рече: Одведите онамо једног од свештеника које сте довели оданде, па нека иде и седи онде, нека их учи закону Бога оне земље.
28 ତହିଁରେ ସେମାନେ ଯେଉଁ ଯାଜକମାନଙ୍କୁ ଶମରୀୟାରୁ ନେଇ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ବେଥେଲ୍‍ରେ ବାସ କଲା ଓ କିପ୍ରକାରେ ସଦାପ୍ରଭୁଙ୍କୁ ଭୟ କରିବା କର୍ତ୍ତବ୍ୟ, ତାହା ସେମାନଙ୍କୁ ଶିଖାଇଲା।
И тако један од свештеника, које беху одвели из Самарије, дође и настани се у Ветиљу, и учаше их како ће се бојати Господа.
29 ତଥାପି ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣାର ଦେବତା ନିର୍ମାଣ କଲେ ଓ ଶମରୀୟ ଲୋକମାନେ ଉଚ୍ଚସ୍ଥଳୀମାନରେ ଯେସବୁ ଗୃହ ନିର୍ମାଣ କରିଥିଲେ; ତହିଁ ମଧ୍ୟରେ ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣା ନିବାସ-ନଗରରେ ଆପଣା ଆପଣାର ଦେବତା ସ୍ଥାପନ କଲେ।
Али начинише себи сваки народ своје богове, и пометаше их у куће висина, које беху начинили Самарјани, сваки народ у својим градовима у којима живљаху.
30 ପୁଣି ବାବିଲୀୟ ଲୋକମାନେ ସୁକ୍କୋତ୍‍ ବନୋତ୍‍ ନିର୍ମାଣ କଲେ, ଓ କୂଥୀୟ ଲୋକମାନେ ନେର୍ଗଲ ନିର୍ମାଣ କଲେ, ଓ ହମାତୀୟ ଲୋକମାନେ ଅଶୀମା ନିର୍ମାଣ କଲେ,
Јер Вавилоњани начинише Сокот-Веноту, а Хућани начинише Нергала, а Емаћани начинише Асима;
31 ଓ ଅବ୍ବୀୟ ଲୋକମାନେ ନିଭସ୍‍ ଓ ତର୍ତ୍ତକ୍‍ ନିର୍ମାଣ କଲେ, ଓ ସଫର୍ବୀୟ ଲୋକମାନେ ସଫର୍ବୟିମର ଅଦ୍ରମ୍ମେଲକ୍‍ ଓ ଅନମ୍ମେଲକ୍‍ ଦେବତାମାନଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ସନ୍ତାନମାନଙ୍କୁ ଅଗ୍ନିରେ ଦଗ୍ଧ କଲେ।
И Ављани начинише Ниваза и Тартака, а Сефарвимци спаљиваху синове своје огњем Адрамелеху и Анамелеху боговима сефарвимским.
32 ଏହିରୂପେ ସେମାନେ ସଦାପ୍ରଭୁଙ୍କୁ ମଧ୍ୟ ଭୟ କଲେ ଏବଂ ଆପଣାମାନଙ୍କ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଉଚ୍ଚସ୍ଥଳୀ ସବୁର ଯାଜକମାନଙ୍କୁ ମଧ୍ୟ ନିଯୁକ୍ତ କଲେ। ସେମାନେ ସେମାନଙ୍କ ନିମନ୍ତେ ଉଚ୍ଚସ୍ଥଳୀର ଗୃହସବୁରେ ବଳିଦାନ କଲେ।
Али се бојаху Господа, и поставише између себе свештенике висинама, који им служаху у домовима висина;
33 ସେମାନେ ସଦାପ୍ରଭୁଙ୍କୁ ମଧ୍ୟ ଭୟ କଲେ, ପୁଣି ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟରୁ ସେମାନେ ନୀତ ହୋଇଥିଲେ, ସେମାନଙ୍କ ରୀତି ଅନୁସାରେ ଆପଣା ଆପଣା ଦେବତାମାନଙ୍କର ମଧ୍ୟ ସେବା କଲେ।
Бојаху се Господа, али и својим боговима служаху по обичају оних народа из којих их преселише.
34 ସେମାନେ ଆଜି ପର୍ଯ୍ୟନ୍ତ ପୂର୍ବ ରୀତି ଅନୁସାରେ କରୁଅଛନ୍ତି; ସେମାନେ ସଦାପ୍ରଭୁଙ୍କୁ ଭୟ କରୁ ନାହାନ୍ତି, କିଅବା ସଦାପ୍ରଭୁ ଯେଉଁ ଯାକୁବଙ୍କୁ ଇସ୍ରାଏଲ ନାମ ଦେଇଥିଲେ, ତାଙ୍କ ସନ୍ତାନଗଣର ସେମାନଙ୍କର ବିଧି ଅନୁସାରେ ଓ ସେମାନଙ୍କ ଶାସନାନୁସାରେ ଓ ସେମାନଙ୍କୁ ଦତ୍ତ ତାହାଙ୍କର ବ୍ୟବସ୍ଥା ଓ ଆଜ୍ଞାନୁସାରେ କରୁ ନାହାନ୍ତି।
И до данашњег дана раде по старим обичајима; не боје се Господа, а не раде ни по својим уредбама и обичајима, ни по закону и заповести што је заповедио Господ синовима Јакова, коме наде име Израиљ;
35 ସେହି ଯାକୁବ ସନ୍ତାନଗଣ ସଙ୍ଗେ ସଦାପ୍ରଭୁ ଏକ ନିୟମ କରି ସେମାନଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ ଅନ୍ୟ ଦେବଗଣକୁ ଭୟ କରିବ ନାହିଁ କି ସେମାନଙ୍କୁ ପ୍ରଣାମ କରିବ ନାହିଁ, କିଅବା ସେମାନଙ୍କର ସେବା କରି ସେମାନଙ୍କ ନିକଟରେ ବଳିଦାନ କରିବ ନାହିଁ;
С којима учини Господ завет и заповеди им и рече: Не бојте се других богова нити им се клањајте нити им служите нити им приносите жртава;
36 ମାତ୍ର ଯେ ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ତୁମ୍ଭେମାନେ ଭୟ କରିବ ଓ ତାହାଙ୍କୁ ପ୍ରଣାମ କରିବ ଓ ତାହାଙ୍କ ନିକଟରେ ବଳିଦାନ କରିବ।
Него Господа, који вас је извео из земље мисирске силом великом и мишицом подигнутом, Њега се бојте и Њему се клањајте и Њему приносите жртве;
37 ପୁଣି ସେ ତୁମ୍ଭମାନଙ୍କ ପାଇଁ ଯେ ଯେ ବିଧି, ଶାସନ, ବ୍ୟବସ୍ଥା ଓ ଆଜ୍ଞା ଲେଖିଅଛନ୍ତି, ତୁମ୍ଭେମାନେ ସଦାକାଳ ତାହା ପାଳନ କରିବାକୁ ମନୋଯୋଗ କରିବ; ଆଉ ତୁମ୍ଭେମାନେ ବିଦେଶୀୟ ଦେବତାଗଣକୁ ଭୟ କରିବ ନାହିଁ।
И уредбе и правила и закон и заповести што вам је написао држите извршујући их увек, и не бојте се других богова.
38 ପୁଣି ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ଯେଉଁ ନିୟମ କରିଅଛୁ, ତାହା ପାସୋରିବ ନାହିଁ କିଅବା ବିଦେଶୀୟ ଦେବତାଗଣକୁ ତୁମ୍ଭେମାନେ ଭୟ କରିବ ନାହିଁ।
И не заборављајте завет који је учинио с вама, и не бојте се других богова.
39 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ତୁମ୍ଭେମାନେ ଭୟ କରିବ; ଆଉ ସେ ତୁମ୍ଭମାନଙ୍କର ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”
Него Господа Бога свог бојте се, и Он ће вас избавити из руку свих непријатеља ваших.
40 ତଥାପି ସେମାନେ ତାହା ଶୁଣିଲେ ନାହିଁ ଓ ଆପଣାମାନଙ୍କ ପୂର୍ବ ରୀତି ଅନୁସାରେ କର୍ମ କଲେ।
Али не послушаше, него радише по старом свом обичају.
41 ଏହିରୂପେ ଉକ୍ତ ଗୋଷ୍ଠୀୟମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ଆପଣାମାନଙ୍କ ଖୋଦିତ ପ୍ରତିମାଗଣର ସେବା କଲେ; ସେମାନଙ୍କର ସନ୍ତାନଗଣ ଓ ସେମାନଙ୍କ ସନ୍ତାନଗଣର ସନ୍ତାନଗଣ ମଧ୍ୟ ଆପଣାମାନଙ୍କ ପୂର୍ବପୁରୁଷମାନଙ୍କ ତୁଲ୍ୟ ଆଜି ପର୍ଯ୍ୟନ୍ତ କରୁଅଛନ୍ତି।
Тако ови народи бојаху се Господа и идолима својим служаху; и синови њихови и синови синова њихових чине до данашњег дана онако како су чинили оци њихови.

< ଦ୍ୱିତୀୟ ରାଜାବଳୀ 17 >