< ଦ୍ୱିତୀୟ ରାଜାବଳୀ 17 >

1 ଯିହୁଦାର ରାଜା ଆହସ୍‌ଙ୍କ ରାଜତ୍ଵର ଦ୍ୱାଦଶ ବର୍ଷରେ ଏଲାଙ୍କର ପୁତ୍ର ହୋଶେୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ନଅ ବର୍ଷ ରାଜ୍ୟ କଲେ।
Katika mwaka wa kumi na moja wa Ahazi mfalme Yuda, utawala wa Hoshea mwana wa Elahi ulianza. Alitawala katika Samaria juu ya Israeli kwa muda wa miaka minane.
2 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ମାତ୍ର ଆପଣା ପୂର୍ବବର୍ତ୍ତୀ ଇସ୍ରାଏଲ ରାଜାମାନଙ୍କ ତୁଲ୍ୟ ନୁହେଁ।
Alifanya yaliyo maovu usoni pa Yahwe, ila sio kama waflme wa Israeli ambao ulikuwa kabla yake.
3 ତାଙ୍କ ବିରୁଦ୍ଧରେ ଅଶୂରର ରାଜା ଶଲ୍‍ମନେଷର ଆସିଲା; ତହିଁରେ ହୋଶେୟ ତାହାର ଦାସ ହେଲେ ଓ ତାହା ନିକଟକୁ ଦର୍ଶନୀ ଆଣିଲେ।
Shalmanesa mfalme wa Ashuru akamshambulia, na Hoshea akawa mtumishi na kumletea kodi.
4 ଏଥିଉତ୍ତାରେ ଅଶୂରର ରାଜା ହୋଶେୟଙ୍କଠାରେ ଚକ୍ରାନ୍ତ ଭାବ ଦେଖିଲା; କାରଣ ସେ ମିସରର ସୋ ରାଜା ନିକଟକୁ ଦୂତଗଣ ପଠାଇଲେ, ପୁଣି ଅଶୂରର ରାଜାକୁ ଯେପରି ବର୍ଷକୁ ବର୍ଷ ଦର୍ଶନୀ ଦେଉଥିଲେ, ସେପରି ଆଉ ଦେଲେ ନାହିଁ; ଏଣୁ ଅଶୂରର ରାଜା ତାଙ୍କୁ ରୁଦ୍ଧ କରି କାରାଗାରରେ ବନ୍ଦ କଲା।
Kisha mfalme wa Ashuru akaona kwamba Hoshea alikuwa na njama dhidi ya yake, kwa kuwa Hoshea aliwatuma wajumbe kwa So mfalme wa Misri; pia, hakumpatia kodi mfalme wa Ashuru, kama alivyofanya mwaka hadi mwaka.
5 ତହିଁରେ ଅଶୂରର ରାଜା ସମସ୍ତ ଦେଶ ଆକ୍ରମଣ କଲା ଓ ଶମରୀୟାକୁ ଯାଇ ତାହା ତିନି ବର୍ଷ ପର୍ଯ୍ୟନ୍ତ ଅବରୋଧ କଲା।
Basi mfalme wa Ashuru akamfunga akamtia kifungoni. Kisha mfalme wa Ashuru akaishambulia nchi yote, akaishambulia Samaria na kuizunguka kwa miaka mitatu.
6 ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଅଶୂରର ରାଜା ଶମରୀୟା ହସ୍ତଗତ କଲା ଓ ଇସ୍ରାଏଲକୁ ଅଶୂରକୁ ନେଇଯାଇ ହଲହରେ ଓ ହାବୋରରେ ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ରଖିଲା।
Katika mwaka wa tisa wa Hoshea, mfalme wa Ashuru akaichukua Samaria na akawapeleka Israeli hadi Ashuru. Akawaweka kwenye Hala, kwenye Habori Mto wa Gozani, na katika mji wa Wamedi.
7 ଏଥିର କାରଣ ଏହି, ଇସ୍ରାଏଲ-ସନ୍ତାନଗଣର ଯେଉଁ ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ମିସର ଦେଶରୁ, ଅର୍ଥାତ୍‍, ମିସରୀୟ ରାଜା ଫାରୋର ହସ୍ତାଧୀନରୁ ବାହାର କରି ଆଣିଥିଲେ, ତାହାଙ୍କ ବିରୁଦ୍ଧରେ ସେମାନେ ପାପ କରି ଅନ୍ୟ ଦେବଗଣକୁ ଭୟ କଲେ,
Utekwaji huu ulitokea kwa sababu wana wa Israeli walifanya dhambi dhidi ya Yahwe Mungu wao, ambaye aliwaleta kutoka nchi ya Misri, kutoka chini ya mkono wa Farao mfalme wa Misri. Watu walikuwa wakiabudu miungu mingine
8 ଓ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଓ ଇସ୍ରାଏଲ ରାଜାମାନଙ୍କ ସ୍ଥାପିତ ବିଧିରେ ଚାଲିଲେ।
na kutembea katika matendo ya wamataifa ambao Yahwe aliwafukuza mbele ya watu wa Israeli, na katika matendo ya wafalme wa Israeli ambayo waliyokuwa wameyafanya.
9 ଆହୁରି ଇସ୍ରାଏଲ-ସନ୍ତାନଗଣ ଗୋପନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ଅଯଥାର୍ଥ କର୍ମ କଲେ ଓ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀର-ବେଷ୍ଟିତ ନଗର ପର୍ଯ୍ୟନ୍ତ ଆପଣାମାନଙ୍କ ସକଳ ନଗରରେ ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କଲେ।
Wana wa Israeli wakafanya kwa siri mambo mabaya dhidi ya Yahwe Mungu wao. Wakajijengea mahala pa juu katika miji yao yote, kutoka mnara wa walinzi hadi mji wenye boma.
10 ଆଉ ସେମାନେ ଆପଣାମାନଙ୍କ ପାଇଁ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ମୂଳେ ସ୍ତମ୍ଭ ଓ ଆଶେରା ମୂର୍ତ୍ତିମାନ ସ୍ଥାପନ କଲେ।
Pia wakasimamisha nguzo za mawe na Ashera juu ya kila mlima chini ya kila mti mbichi.
11 ପୁଣି ସେଠାସ୍ଥିତ ସକଳ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଦ୍ୱାରା ସେମାନଙ୍କ ସମ୍ମୁଖରୁ ଦୂରୀକୃତ ଅନ୍ୟ ଦେଶୀୟମାନଙ୍କ ତୁଲ୍ୟ ସେମାନେ ଧୂପ ଜ୍ୱଳାଇଲେ ଓ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଦୁଷ୍କର୍ମ କଲେ।
Huko wakafukiza ubani katika mahali pa juu pote, kama mataifa walivyokuwa wamefanya, ambao Yahwe aliwafukuza mbele yao. Waisraeli wakafanya mambo maovu ili kuchochea hasira ya Yahwe,
12 ପୁଣି “ତୁମ୍ଭେମାନେ ଏହି କର୍ମ କରିବ ନାହିଁ।” ବୋଲି ସଦାପ୍ରଭୁ ଯେଉଁ ଦେବତାମାନଙ୍କ ବିଷୟରେ ସେମାନଙ୍କୁ କହିଥିଲେ, ସେହି ଦେବତାମାନଙ୍କୁ ସେମାନେ ସେବା କଲେ।
wakaabudu sanamu, ambazo Yahwe alizokuwa amewaambia, “Msifanye jambo hili.”
13 ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍‍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।”
Bado Yahwe aliwashuhudia Israeli na Yuda kwa kila nabii na kila muonaji, kusema, “Geukeni kutoka nija zenu mbaya na kuzishika amri zangu na hukumu zangu, na kuwa makini kufuata ile sheria yote niliyowaamuru baba zenu, na ambayo niliwapelekea kwa watumishi wangu manabii.”
14 ତଥାପି ସେମାନେ ଶୁଣିବାକୁ ସମ୍ମତ ହେଲେ ନାହିଁ, ମାତ୍ର ସେମାନଙ୍କର ଯେଉଁ ପିତୃଲୋକମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ, ସେମାନଙ୍କ ଗ୍ରୀବା ତୁଲ୍ୟ ଆପଣାମାନଙ୍କ ଗ୍ରୀବା ଶକ୍ତ କଲେ।
Lakini hawakuweza kusikia; badala yake walikuwa wakaidi kama baba zao ambao hawakumwamini Yahwe Mungu wao.
15 ପୁଣି ସେମାନେ ତାହାଙ୍କର ବିଧି ଓ ସେମାନଙ୍କ ପିତୃଗଣ ସହିତ କୃତ ତାହାଙ୍କର ନିୟମ ଓ ସେମାନଙ୍କ ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ। ଆଉ ସେମାନେ ଅସାରତାର ଅନୁଗାମୀ ହୋଇ ଅସାର ହେଲେ ଓ ସଦାପ୍ରଭୁ ଯେଉଁମାନଙ୍କ ତୁଲ୍ୟ କର୍ମ ନ କରିବାକୁ ସେମାନଙ୍କୁ ଆଜ୍ଞା ଦେଇଥିଲେ; ଆପଣାମାନଙ୍କ ଚତୁର୍ଦ୍ଦିଗସ୍ଥ ସେହି ଅନ୍ୟଦେଶୀୟମାନଙ୍କର ପଶ୍ଚାଦ୍‍ଗାମୀ ହେଲେ।
Walizikataa sheria zake na lile agano ambalo alilifanya pamoja na babu zao, na hilo agano wakakubaliana wapewe. Wakafuata mambo yao yasiyofaa na wakawa hawafai. Wakawafuata mataifa ya kipagani ambao waliwazunguka, ambao Yahwe alikuwa amewaamuru wasiige.
16 ପୁଣି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ସକଳ ଆଜ୍ଞା ତ୍ୟାଗ କଲେ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ପ୍ରତିମା, ଅର୍ଥାତ୍‍, ଦୁଇ ଗୋବତ୍ସ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ, ଆଉ ଆକାଶସ୍ଥ ବାହିନୀ ସକଳକୁ ପ୍ରଣାମ କଲେ ଓ ବାଲ୍‍ର ସେବା କଲେ।
Wakazipuuza amri zote za Yahwe Mungu wao. Wakatengeneza sanamu za kusubu za ndama wawili kuziabudu. Wakatengeza nguzo ya Ashera, na wakaziabudu nyota zote za mbinguni na Baali.
17 ପୁଣି ସେମାନେ ଆପଣାମାନଙ୍କ ପୁତ୍ରକନ୍ୟାଗଣକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ, ପୁଣି ମନ୍ତ୍ର ଓ ଗଣକତା ବ୍ୟବହାର କଲେ, ଆଉ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ କୁକର୍ମ କରିବାକୁ ଆପଣାମାନଙ୍କୁ ବିକ୍ରୟ କଲେ।
Wakawatupia watoto wao wakike kwa wakiume kwenye moto, wakapiga ramli na uchawi, wakajiuza wenyewe kufanya yale ambayo yalikuwa maovu usoni pa Yahwe, na kuichochea hasira yake.
18 ଏହେତୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତିଶୟ କ୍ରୁଦ୍ଧ ହେଲେ ଓ ସେମାନଙ୍କୁ ଆପଣା ଦୃଷ୍ଟିରୁ ଦୂର କଲେ। କେବଳ ଯିହୁଦା-ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲା ନାହିଁ।
Kwa hiyo Yahwe alikuwa na hasira na Israeli na kuwaondoa usoni mwake. Hakubakia mtu hata mmoja isipokuwa kabila la Yuda peke yake.
19 ଯିହୁଦା ମଧ୍ୟ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଆଜ୍ଞାସବୁ ପ୍ରତିପାଳନ କଲେ ନାହିଁ, ମାତ୍ର ଇସ୍ରାଏଲର କୃତ ବିଧିରେ ଚାଲିଲେ।
Hata watu wa Yuda hawakushika amri za Yahwe Mungu wao, lakini badala yake walifuata mambo hayo hayo ya kipagani ambayo Israeli walifuata.
20 ଏଣୁ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ବଂଶକୁ ଅଗ୍ରାହ୍ୟ କଲେ ଓ ସେମାନଙ୍କୁ କ୍ଳେଶ ଦେଲେ ଓ ଆପଣା ଦୃଷ୍ଟିରୁ ସେମାନଙ୍କୁ ଦୂର ନ କରିବା ପର୍ଯ୍ୟନ୍ତ ଲୁଟକାରୀମାନଙ୍କ ହସ୍ତରେ ସମର୍ପଣ କଲେ।
Hivyo Yahwe akawakataa vizazi vyote vya Israeli; akawatesa na kuwatia kwenye mkono wa wale wenye kuwateka nyara, hadi atakapokuwa amewatupa usoni mwake.
21 କାରଣ ସେ ଦାଉଦ ବଂଶରୁ ଇସ୍ରାଏଲକୁ ଛିନ୍ନ କଲେ; ଆଉ ସେମାନେ ନବାଟର ପୁତ୍ର ଯାରବୀୟାମଙ୍କୁ ରାଜା କଲେ ଓ ଯାରବୀୟାମ ଇସ୍ରାଏଲକୁ ସଦାପ୍ରଭୁଙ୍କ ଅନୁଗମନରୁ ତଡ଼ିଦେଇ ସେମାନଙ୍କୁ ଏକ ମହାପାପ କରାଇଲେ।
Akawatoa Israeli kutoka kwenye mstari wa kifalme wa Daudi, na wakamfanya Yeroboamu mwana wa Nabeti mfalme. Yeroboamu akawapeleka Israeli mbali kutoka kumfuata Yahwe na kuwafanya wafanye dhambi kubwa.
22 ପୁଣି ଇସ୍ରାଏଲ-ସନ୍ତାନଗଣ ଯାରବୀୟାମଙ୍କ କୃତ ସମସ୍ତ ପାପରେ ଚାଲିଲେ; ସେମାନେ ତହିଁରୁ ବିମୁଖ ହେଲେ ନାହିଁ।
Wana wa Israeli wakafuata dhambi zote za Yeroboamu na hawakujiepusha nazo,
23 ଶେଷରେ ସଦାପ୍ରଭୁ ଆପଣାର ସମସ୍ତ ସେବକ ଭବିଷ୍ୟଦ୍‍ବକ୍ତାଙ୍କ ହସ୍ତରେ ଯେପରି କହିଥିଲେ, ତଦନୁସାରେ ସେ ଆପଣା ଦୃଷ୍ଟିରୁ ଇସ୍ରାଏଲକୁ ଦୂର କଲେ। ତେଣୁ ଇସ୍ରାଏଲ ଆପଣାମାନଙ୍କ ଦେଶରୁ ଅଶୂରକୁ ନିଆଗଲେ ଓ ଆଜି ପର୍ଯ୍ୟନ୍ତ ସେଠାରେ ଅଛନ୍ତି।
basi Yahwe akawaondoa Israeli kutoka usoni pake, kama alivyokuwa amesema kupitia watumishi wake wote manabii kwamba angeweza kufanya. Hivyo Israeli walichukuliwa kutoka nchi yao kwenda Ashuru, na iko hivyo hata leo.
24 ଏଥିଉତ୍ତାରେ ଅଶୂରର ରାଜା, ବାବିଲ ଓ କୂଥା ଓ ଅବ୍ଦା ଓ ହମାତ ଓ ସଫର୍ବୟିମଠାରୁ ଲୋକ ଆଣି ଇସ୍ରାଏଲ-ସନ୍ତାନଗଣ ବଦଳେ ଶମରୀୟାର ନାନା ନଗରରେ ସେମାନଙ୍କୁ ସ୍ଥାପନ କଲା; ତହୁଁ ସେମାନେ ଶମରୀୟା ଅଧିକାର କରି ତହିଁର ନାନା ନଗରରେ ବାସ କଲେ।
Mfalme wa Ashuru akawaleta watu kutoka Babeli na kutoka Kutha, na kutoka Ava, na kutoka Hamathi na Sefarvaimu, na kuwaweka katika mji wa Samaria na kuishi katika huo mji wake.
25 ସେଠାରେ ସେମାନେ ଆପଣାମାନଙ୍କ ବସତିର ଆରମ୍ଭରେ ସଦାପ୍ରଭୁଙ୍କୁ ଭୟ କଲେ ନାହିଁ। ଏହେତୁ ସଦାପ୍ରଭୁ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଲେ ଓ ସିଂହମାନେ ଲୋକମାନଙ୍କ ମଧ୍ୟରୁ କେତେକଙ୍କୁ ବଧ କଲେ।
Ikatokea wakati walipoanza kuishi huko hawakumcha Yahwe. Hivyo Yahwe akatuma simba miongoni mwao ambao waliwaua baadhi yao.
26 ଏଥିସକାଶୁ ସେମାନେ ଅଶୂରର ରାଜାକୁ କହିଲେ, ଆପଣ ଯେଉଁ ଗୋଷ୍ଠୀୟମାନଙ୍କୁ ନେଇ ଶମରୀୟାର ନଗରମାନରେ ସ୍ଥାପନ କରିଅଛନ୍ତି; ସେମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ। ଏଥିପାଇଁ ସେ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଅଛନ୍ତି, ଆଉ ଦେଖନ୍ତୁ, ସେମାନେ ଲୋକମାନଙ୍କୁ ବଧ କରୁଅଛନ୍ତି, କାରଣ ଲୋକମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ।
Basi wakaongea na mfalme wa Ashuru, wakisema, “Wale mataifa uliowaamisha na kuwaweka kwenye miji ya Samaria hawayajui mambo wanayotakiwa kuyafanya kutokana na mungu wa nchi. Hivyo alikuwa amewatuma simba kwenda kwao, na, tazama, wale simba walikuwa wakiwauua watu huko kwa sababu hawakufahamu yale mambo waliyokuwa wanatakiwa kuyafanya kwa mungu wa nchi.”
27 ଏଥିରେ ଅଶୂରର ରାଜା ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ସେଠାରୁ ଯେଉଁ ଯାଜକମାନଙ୍କୁ ଆଣିଅଛ, ସେମାନଙ୍କ ମଧ୍ୟରୁ ଜଣକୁ ସେଠାକୁ ନେଇଯାଅ। ସେମାନେ ସେଠାକୁ ଯାଇ ବାସ କରନ୍ତୁ ଓ ସେହି ଯାଜକ ସେଦେଶୀୟ ଦେବତାର ରୀତି ଲୋକମାନଙ୍କୁ ଶିଖାଉ।”
Kisha mfalme wa Ashuru akatoa amri, akisema, “Mchukueni mmoja wa makuhani hapo ambaye mmemleta kutoka huko, na mumwache aende na kuishi huko, na mumwache awafundishe mambo yanayotakiwa kwa mungu wa nchi.”
28 ତହିଁରେ ସେମାନେ ଯେଉଁ ଯାଜକମାନଙ୍କୁ ଶମରୀୟାରୁ ନେଇ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ବେଥେଲ୍‍ରେ ବାସ କଲା ଓ କିପ୍ରକାରେ ସଦାପ୍ରଭୁଙ୍କୁ ଭୟ କରିବା କର୍ତ୍ତବ୍ୟ, ତାହା ସେମାନଙ୍କୁ ଶିଖାଇଲା।
Hivyo mmoja wa makuhani ambaye walimchukua kutoka Samaria akaja na kuishi katika Betheli; akawafundisha jinsi wavyotakiwa mcha Yahwe.
29 ତଥାପି ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣାର ଦେବତା ନିର୍ମାଣ କଲେ ଓ ଶମରୀୟ ଲୋକମାନେ ଉଚ୍ଚସ୍ଥଳୀମାନରେ ଯେସବୁ ଗୃହ ନିର୍ମାଣ କରିଥିଲେ; ତହିଁ ମଧ୍ୟରେ ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣା ନିବାସ-ନଗରରେ ଆପଣା ଆପଣାର ଦେବତା ସ୍ଥାପନ କଲେ।
Watu wa kila kabila wakajifanyia miungu yao wenyewe, na kuiweka mahala pa juu ambapo Wasamaria walifanya kila kabila katika mji ambako walipoishi.
30 ପୁଣି ବାବିଲୀୟ ଲୋକମାନେ ସୁକ୍କୋତ୍‍ ବନୋତ୍‍ ନିର୍ମାଣ କଲେ, ଓ କୂଥୀୟ ଲୋକମାନେ ନେର୍ଗଲ ନିର୍ମାଣ କଲେ, ଓ ହମାତୀୟ ଲୋକମାନେ ଅଶୀମା ନିର୍ମାଣ କଲେ,
Watu wa Babeli wakatengeneza Sakoth Benithi; watu wa Sakoth wakatengeneza Nergali; watu wa Hamathi wakatengeza Ashima;
31 ଓ ଅବ୍ବୀୟ ଲୋକମାନେ ନିଭସ୍‍ ଓ ତର୍ତ୍ତକ୍‍ ନିର୍ମାଣ କଲେ, ଓ ସଫର୍ବୀୟ ଲୋକମାନେ ସଫର୍ବୟିମର ଅଦ୍ରମ୍ମେଲକ୍‍ ଓ ଅନମ୍ମେଲକ୍‍ ଦେବତାମାନଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ସନ୍ତାନମାନଙ୍କୁ ଅଗ୍ନିରେ ଦଗ୍ଧ କଲେ।
Waavi wakatengeneza Nibhazi na Tartaki. Nao Wasefarvi wakwachoma watoto wao kwenye moto kwa Adrameleki na Anameleki, wale miungu wa Sefarvaimu.
32 ଏହିରୂପେ ସେମାନେ ସଦାପ୍ରଭୁଙ୍କୁ ମଧ୍ୟ ଭୟ କଲେ ଏବଂ ଆପଣାମାନଙ୍କ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଉଚ୍ଚସ୍ଥଳୀ ସବୁର ଯାଜକମାନଙ୍କୁ ମଧ୍ୟ ନିଯୁକ୍ତ କଲେ। ସେମାନେ ସେମାନଙ୍କ ନିମନ୍ତେ ଉଚ୍ଚସ୍ଥଳୀର ଗୃହସବୁରେ ବଳିଦାନ କଲେ।
Pia wakamcha Yahwe, na kuwateua kutoka miongoni mwao makuhani wa mahali pa juu, ambao waliteketeza kwa ajili yao kwenye hekalun mahali pa juu.
33 ସେମାନେ ସଦାପ୍ରଭୁଙ୍କୁ ମଧ୍ୟ ଭୟ କଲେ, ପୁଣି ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟରୁ ସେମାନେ ନୀତ ହୋଇଥିଲେ, ସେମାନଙ୍କ ରୀତି ଅନୁସାରେ ଆପଣା ଆପଣା ଦେବତାମାନଙ୍କର ମଧ୍ୟ ସେବା କଲେ।
Wakamcha Yahwe na pia kuabudu miungu yao wenyewe, sawa sawa na tamaduni za mataifa kutoka miongoni mwao waliokuwa wamewachukua.
34 ସେମାନେ ଆଜି ପର୍ଯ୍ୟନ୍ତ ପୂର୍ବ ରୀତି ଅନୁସାରେ କରୁଅଛନ୍ତି; ସେମାନେ ସଦାପ୍ରଭୁଙ୍କୁ ଭୟ କରୁ ନାହାନ୍ତି, କିଅବା ସଦାପ୍ରଭୁ ଯେଉଁ ଯାକୁବଙ୍କୁ ଇସ୍ରାଏଲ ନାମ ଦେଇଥିଲେ, ତାଙ୍କ ସନ୍ତାନଗଣର ସେମାନଙ୍କର ବିଧି ଅନୁସାରେ ଓ ସେମାନଙ୍କ ଶାସନାନୁସାରେ ଓ ସେମାନଙ୍କୁ ଦତ୍ତ ତାହାଙ୍କର ବ୍ୟବସ୍ଥା ଓ ଆଜ୍ଞାନୁସାରେ କରୁ ନାହାନ୍ତି।
Hadi siku hii ya leo wameshikilia tamaduni zao za zamani. Wala hawamwogopi Yahwe, wala hawazifuati sheria zake, torati, au amri ambazo Yahwe aliwapa watu wa Yakobo ambaye alemwita jina Israeli
35 ସେହି ଯାକୁବ ସନ୍ତାନଗଣ ସଙ୍ଗେ ସଦାପ୍ରଭୁ ଏକ ନିୟମ କରି ସେମାନଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ ଅନ୍ୟ ଦେବଗଣକୁ ଭୟ କରିବ ନାହିଁ କି ସେମାନଙ୍କୁ ପ୍ରଣାମ କରିବ ନାହିଁ, କିଅବା ସେମାନଙ୍କର ସେବା କରି ସେମାନଙ୍କ ନିକଟରେ ବଳିଦାନ କରିବ ନାହିଁ;
pamoja na ambao Yahwe alifanya agano nao na kuwaamuru, “Msiiche miungu mingine, wala kuisujudia, wala kuiabudu, wala kuitolea sadaka.
36 ମାତ୍ର ଯେ ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ତୁମ୍ଭେମାନେ ଭୟ କରିବ ଓ ତାହାଙ୍କୁ ପ୍ରଣାମ କରିବ ଓ ତାହାଙ୍କ ନିକଟରେ ବଳିଦାନ କରିବ।
Lakini Yahwe, ambaye aliwatoa kutoka nchi ya Misri kwa nguvu kubwa na mkono ulionyooshwa, yeye ndiye mnayetakiwa kumwabudu, yeye ndiye manayetakiwa kumsujudia, na yeye ndiye mnayetakiwa kumtolea sadaka.
37 ପୁଣି ସେ ତୁମ୍ଭମାନଙ୍କ ପାଇଁ ଯେ ଯେ ବିଧି, ଶାସନ, ବ୍ୟବସ୍ଥା ଓ ଆଜ୍ଞା ଲେଖିଅଛନ୍ତି, ତୁମ୍ଭେମାନେ ସଦାକାଳ ତାହା ପାଳନ କରିବାକୁ ମନୋଯୋଗ କରିବ; ଆଉ ତୁମ୍ଭେମାନେ ବିଦେଶୀୟ ଦେବତାଗଣକୁ ଭୟ କରିବ ନାହିଁ।
Na sheria na hukumu, na torati na amri ambazo alizoziandika kwa ajili yenu, mtazishika milele. Hivyo msiiche miungu mingine,
38 ପୁଣି ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ଯେଉଁ ନିୟମ କରିଅଛୁ, ତାହା ପାସୋରିବ ନାହିଁ କିଅବା ବିଦେଶୀୟ ଦେବତାଗଣକୁ ତୁମ୍ଭେମାନେ ଭୟ କରିବ ନାହିଁ।
na agano ambalo nimelifanya pamoja nanyi, hamtalisahau; wala kuicha miungu mingine.
39 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ତୁମ୍ଭେମାନେ ଭୟ କରିବ; ଆଉ ସେ ତୁମ୍ଭମାନଙ୍କର ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”
Lakini Yahwe Mungu wenu, ndiye ambaye mtakayemcha. Atawalinda mbali na nguvu ya maadui zenu,”
40 ତଥାପି ସେମାନେ ତାହା ଶୁଣିଲେ ନାହିଁ ଓ ଆପଣାମାନଙ୍କ ପୂର୍ବ ରୀତି ଅନୁସାରେ କର୍ମ କଲେ।
Hawatasikia, kwasababu waliendelea kufanya yale waliyokuwa wameyafanya nyuma.
41 ଏହିରୂପେ ଉକ୍ତ ଗୋଷ୍ଠୀୟମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ଆପଣାମାନଙ୍କ ଖୋଦିତ ପ୍ରତିମାଗଣର ସେବା କଲେ; ସେମାନଙ୍କର ସନ୍ତାନଗଣ ଓ ସେମାନଙ୍କ ସନ୍ତାନଗଣର ସନ୍ତାନଗଣ ମଧ୍ୟ ଆପଣାମାନଙ୍କ ପୂର୍ବପୁରୁଷମାନଙ୍କ ତୁଲ୍ୟ ଆଜି ପର୍ଯ୍ୟନ୍ତ କରୁଅଛନ୍ତି।
Hivyo haya mataifa wakamcha Yahwe na pia wakaabudu sanamu zao za kuchonga, na watoto wao wakafanya hivyo hivyo na watoto wa watoto wao. Wakaendelea kufanya yale ambayo babu zao waliyoyafanya, hata leo.

< ଦ୍ୱିତୀୟ ରାଜାବଳୀ 17 >