< ଦ୍ୱିତୀୟ ରାଜାବଳୀ 17 >
1 ଯିହୁଦାର ରାଜା ଆହସ୍ଙ୍କ ରାଜତ୍ଵର ଦ୍ୱାଦଶ ବର୍ଷରେ ଏଲାଙ୍କର ପୁତ୍ର ହୋଶେୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ନଅ ବର୍ଷ ରାଜ୍ୟ କଲେ।
Дванадцятого року Ахаза, Юдиного царя, зацарював над Ізраїлем у Самарії Осі́я, син Елин, на дев'ять років.
2 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ମାତ୍ର ଆପଣା ପୂର୍ବବର୍ତ୍ତୀ ଇସ୍ରାଏଲ ରାଜାମାନଙ୍କ ତୁଲ୍ୟ ନୁହେଁ।
І робив він зле в Господніх оча́х, тільки не так, як ті Ізраїлеві царі, що були перед ним.
3 ତାଙ୍କ ବିରୁଦ୍ଧରେ ଅଶୂରର ରାଜା ଶଲ୍ମନେଷର ଆସିଲା; ତହିଁରେ ହୋଶେୟ ତାହାର ଦାସ ହେଲେ ଓ ତାହା ନିକଟକୁ ଦର୍ଶନୀ ଆଣିଲେ।
На нього вийшов Салманасар, цар асирійський, і Осі́я став йому за раба́, і давав йому дани́ну.
4 ଏଥିଉତ୍ତାରେ ଅଶୂରର ରାଜା ହୋଶେୟଙ୍କଠାରେ ଚକ୍ରାନ୍ତ ଭାବ ଦେଖିଲା; କାରଣ ସେ ମିସରର ସୋ ରାଜା ନିକଟକୁ ଦୂତଗଣ ପଠାଇଲେ, ପୁଣି ଅଶୂରର ରାଜାକୁ ଯେପରି ବର୍ଷକୁ ବର୍ଷ ଦର୍ଶନୀ ଦେଉଥିଲେ, ସେପରି ଆଉ ଦେଲେ ନାହିଁ; ଏଣୁ ଅଶୂରର ରାଜା ତାଙ୍କୁ ରୁଦ୍ଧ କରି କାରାଗାରରେ ବନ୍ଦ କଲା।
Та асирійський цар знайшов в Осі́ї змову, що він посилав послів до Со, єгипетського царя, та не прино́сив асирійському цареві данини, як рік-у-рік те робив був. І замкнув його асирійський цар, і зв'язав його в в'язни́чому домі.
5 ତହିଁରେ ଅଶୂରର ରାଜା ସମସ୍ତ ଦେଶ ଆକ୍ରମଣ କଲା ଓ ଶମରୀୟାକୁ ଯାଇ ତାହା ତିନି ବର୍ଷ ପର୍ଯ୍ୟନ୍ତ ଅବରୋଧ କଲା।
І вийшов асирійський цар на ввесь Край, і прийшов до Самарії, й обляга́в її три роки.
6 ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଅଶୂରର ରାଜା ଶମରୀୟା ହସ୍ତଗତ କଲା ଓ ଇସ୍ରାଏଲକୁ ଅଶୂରକୁ ନେଇଯାଇ ହଲହରେ ଓ ହାବୋରରେ ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ରଖିଲା।
Дев'ятого року Осі́ї асирійський цар здобув Самарію, та й вигнав Ізраїля до Асирії, і осадив їх у Халаху, і в Хаворі над річкою Ґозан, і в містах Мідії.
7 ଏଥିର କାରଣ ଏହି, ଇସ୍ରାଏଲ-ସନ୍ତାନଗଣର ଯେଉଁ ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ମିସର ଦେଶରୁ, ଅର୍ଥାତ୍, ମିସରୀୟ ରାଜା ଫାରୋର ହସ୍ତାଧୀନରୁ ବାହାର କରି ଆଣିଥିଲେ, ତାହାଙ୍କ ବିରୁଦ୍ଧରେ ସେମାନେ ପାପ କରି ଅନ୍ୟ ଦେବଗଣକୁ ଭୟ କଲେ,
І сталося, коли Ізраїлеві сини грішили проти Господа, Бога свого, що ви́провадив їх з єгипетського кра́ю з руки фараона, єгипетського царя, і боя́лися інших богів,
8 ଓ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଓ ଇସ୍ରାଏଲ ରାଜାମାନଙ୍କ ସ୍ଥାପିତ ବିଧିରେ ଚାଲିଲେ।
і ходили уставами тих народів, що Госпо́дь повиганяв їх перед Ізраїлевими синами, та Ізраїлевих царів, які вони встановили,
9 ଆହୁରି ଇସ୍ରାଏଲ-ସନ୍ତାନଗଣ ଗୋପନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ଅଯଥାର୍ଥ କର୍ମ କଲେ ଓ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀର-ବେଷ୍ଟିତ ନଗର ପର୍ଯ୍ୟନ୍ତ ଆପଣାମାନଙ୍କ ସକଳ ନଗରରେ ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କଲେ।
а Ізраїлеві сини вимишляли на Господа, Бога свого, слова́, що не були слушні, і будували собі па́гірки по всіх своїх містах, від вартово́ї башти аж до тверди́нного міста,
10 ଆଉ ସେମାନେ ଆପଣାମାନଙ୍କ ପାଇଁ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ମୂଳେ ସ୍ତମ୍ଭ ଓ ଆଶେରା ମୂର୍ତ୍ତିମାନ ସ୍ଥାପନ କଲେ।
і ставили собі стовпи для богів та Астарти на кожному високому взгі́р'ї та під усяким зеленим деревом,
11 ପୁଣି ସେଠାସ୍ଥିତ ସକଳ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଦ୍ୱାରା ସେମାନଙ୍କ ସମ୍ମୁଖରୁ ଦୂରୀକୃତ ଅନ୍ୟ ଦେଶୀୟମାନଙ୍କ ତୁଲ୍ୟ ସେମାନେ ଧୂପ ଜ୍ୱଳାଇଲେ ଓ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଦୁଷ୍କର୍ମ କଲେ।
і кадили там на всіх па́гірках, як ті люди, що Господь повиганяв перед ними, і робили злі речі, щоб гніви́ти Господа,
12 ପୁଣି “ତୁମ୍ଭେମାନେ ଏହି କର୍ମ କରିବ ନାହିଁ।” ବୋଲି ସଦାପ୍ରଭୁ ଯେଉଁ ଦେବତାମାନଙ୍କ ବିଷୟରେ ସେମାନଙ୍କୁ କହିଥିଲେ, ସେହି ଦେବତାମାନଙ୍କୁ ସେମାନେ ସେବା କଲେ।
і служили бовва́нам, про яких Господь говорив їм: „Не бу́дете робити цієї речі“,
13 ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।”
то Господь засві́дчив в Ізраїлі та в Юді через усіх Своїх пророків та всіх прозорли́вців, говорячи: „Верніться з ваших злих доріг, і додержуйте Моїх заповідей, уставів Моїх, згідно зо всім Зако́ном, якого Я наказав був вашим батькам, і якого послав до вас через Моїх рабів пророків“.
14 ତଥାପି ସେମାନେ ଶୁଣିବାକୁ ସମ୍ମତ ହେଲେ ନାହିଁ, ମାତ୍ର ସେମାନଙ୍କର ଯେଉଁ ପିତୃଲୋକମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ, ସେମାନଙ୍କ ଗ୍ରୀବା ତୁଲ୍ୟ ଆପଣାମାନଙ୍କ ଗ୍ରୀବା ଶକ୍ତ କଲେ।
Та не слухали вони, і робили твердо́ю свою шию, як шия їхніх батькі́в, що не вірили в Господа, Бога свого.
15 ପୁଣି ସେମାନେ ତାହାଙ୍କର ବିଧି ଓ ସେମାନଙ୍କ ପିତୃଗଣ ସହିତ କୃତ ତାହାଙ୍କର ନିୟମ ଓ ସେମାନଙ୍କ ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ। ଆଉ ସେମାନେ ଅସାରତାର ଅନୁଗାମୀ ହୋଇ ଅସାର ହେଲେ ଓ ସଦାପ୍ରଭୁ ଯେଉଁମାନଙ୍କ ତୁଲ୍ୟ କର୍ମ ନ କରିବାକୁ ସେମାନଙ୍କୁ ଆଜ୍ଞା ଦେଇଥିଲେ; ଆପଣାମାନଙ୍କ ଚତୁର୍ଦ୍ଦିଗସ୍ଥ ସେହି ଅନ୍ୟଦେଶୀୟମାନଙ୍କର ପଶ୍ଚାଦ୍ଗାମୀ ହେଲେ।
І не́хтували вони постанови Його, і заповіта Його, що склав з їхніми батька́ми, і свідо́цтва Його, що засві́дчив на них, і пішли за гидо́тою й марно́тами, та за наро́дами, що були навколо них, про яких Господь наказав був їм не робити, як вони.
16 ପୁଣି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ସକଳ ଆଜ୍ଞା ତ୍ୟାଗ କଲେ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ପ୍ରତିମା, ଅର୍ଥାତ୍, ଦୁଇ ଗୋବତ୍ସ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ, ଆଉ ଆକାଶସ୍ଥ ବାହିନୀ ସକଳକୁ ପ୍ରଣାମ କଲେ ଓ ବାଲ୍ର ସେବା କଲେ।
І полишили вони всі заповіді Господа, Бога свого, і зробили собі литого бовва́на, двох телят, і зробили Астарту, і вклонялися всьому небесному ві́йськові та служили Ваалові.
17 ପୁଣି ସେମାନେ ଆପଣାମାନଙ୍କ ପୁତ୍ରକନ୍ୟାଗଣକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ, ପୁଣି ମନ୍ତ୍ର ଓ ଗଣକତା ବ୍ୟବହାର କଲେ, ଆଉ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ କୁକର୍ମ କରିବାକୁ ଆପଣାମାନଙ୍କୁ ବିକ୍ରୟ କଲେ।
І вони перево́дили через огонь своїх синів та дочо́к своїх, і чарува́ли ча́рами, і ворожили, і віддавалися робити зло в Господніх оча́х, щоб гнівити Його.
18 ଏହେତୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତିଶୟ କ୍ରୁଦ୍ଧ ହେଲେ ଓ ସେମାନଙ୍କୁ ଆପଣା ଦୃଷ୍ଟିରୁ ଦୂର କଲେ। କେବଳ ଯିହୁଦା-ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲା ନାହିଁ।
І сильно розгнівався Господь на Ізраїля, і відкинув їх від Свого лиця, — не позостало ніко́го, тільки саме Юдине пле́м'я.
19 ଯିହୁଦା ମଧ୍ୟ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଆଜ୍ଞାସବୁ ପ୍ରତିପାଳନ କଲେ ନାହିଁ, ମାତ୍ର ଇସ୍ରାଏଲର କୃତ ବିଧିରେ ଚାଲିଲେ।
Та й Юда не додержував заповідей Господа, Бога свого, — і ходили вони Ізраїлевими постановами, які вони встанови́ли.
20 ଏଣୁ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ବଂଶକୁ ଅଗ୍ରାହ୍ୟ କଲେ ଓ ସେମାନଙ୍କୁ କ୍ଳେଶ ଦେଲେ ଓ ଆପଣା ଦୃଷ୍ଟିରୁ ସେମାନଙ୍କୁ ଦୂର ନ କରିବା ପର୍ଯ୍ୟନ୍ତ ଲୁଟକାରୀମାନଙ୍କ ହସ୍ତରେ ସମର୍ପଣ କଲେ।
І відвернувся Господь від усього Ізраїлевого насіння, і впокоря́в їх, і давав їх у руку грабі́жників, аж поки не кинув їх від лиця Свого,
21 କାରଣ ସେ ଦାଉଦ ବଂଶରୁ ଇସ୍ରାଏଲକୁ ଛିନ୍ନ କଲେ; ଆଉ ସେମାନେ ନବାଟର ପୁତ୍ର ଯାରବୀୟାମଙ୍କୁ ରାଜା କଲେ ଓ ଯାରବୀୟାମ ଇସ୍ରାଏଲକୁ ସଦାପ୍ରଭୁଙ୍କ ଅନୁଗମନରୁ ତଡ଼ିଦେଇ ସେମାନଙ୍କୁ ଏକ ମହାପାପ କରାଇଲେ।
бо Ізраїль розірвав з Давидовим домом, і вони зробили царем Єровоама, Неватового сина, а Єровоам відвернув Ізраїля від Господа, і вводив їх у великий гріх.
22 ପୁଣି ଇସ୍ରାଏଲ-ସନ୍ତାନଗଣ ଯାରବୀୟାମଙ୍କ କୃତ ସମସ୍ତ ପାପରେ ଚାଲିଲେ; ସେମାନେ ତହିଁରୁ ବିମୁଖ ହେଲେ ନାହିଁ।
І ходили Ізраїлеві сини в усіх Єровоамових гріхах, які він робив, не відсту́палися з того,
23 ଶେଷରେ ସଦାପ୍ରଭୁ ଆପଣାର ସମସ୍ତ ସେବକ ଭବିଷ୍ୟଦ୍ବକ୍ତାଙ୍କ ହସ୍ତରେ ଯେପରି କହିଥିଲେ, ତଦନୁସାରେ ସେ ଆପଣା ଦୃଷ୍ଟିରୁ ଇସ୍ରାଏଲକୁ ଦୂର କଲେ। ତେଣୁ ଇସ୍ରାଏଲ ଆପଣାମାନଙ୍କ ଦେଶରୁ ଅଶୂରକୁ ନିଆଗଲେ ଓ ଆଜି ପର୍ଯ୍ୟନ୍ତ ସେଠାରେ ଅଛନ୍ତି।
аж поки Господь не відкинув Ізраїля від лиця Свого, як говорив був через усіх Своїх рабів пророків. І пішов Ізраїль на вигна́ння з своєї землі до Асирії, і він там аж до цього дня.
24 ଏଥିଉତ୍ତାରେ ଅଶୂରର ରାଜା, ବାବିଲ ଓ କୂଥା ଓ ଅବ୍ଦା ଓ ହମାତ ଓ ସଫର୍ବୟିମଠାରୁ ଲୋକ ଆଣି ଇସ୍ରାଏଲ-ସନ୍ତାନଗଣ ବଦଳେ ଶମରୀୟାର ନାନା ନଗରରେ ସେମାନଙ୍କୁ ସ୍ଥାପନ କଲା; ତହୁଁ ସେମାନେ ଶମରୀୟା ଅଧିକାର କରି ତହିଁର ନାନା ନଗରରେ ବାସ କଲେ।
І спрова́див асирійський цар людей з Вавилону, і з Кути, і з Авви, і з Гамоту, і з Сефарваїму, й осели́в по містах Самарії замість Ізраїлевих синів. І посіли вони Самарію, й осілися по містах її.
25 ସେଠାରେ ସେମାନେ ଆପଣାମାନଙ୍କ ବସତିର ଆରମ୍ଭରେ ସଦାପ୍ରଭୁଙ୍କୁ ଭୟ କଲେ ନାହିଁ। ଏହେତୁ ସଦାପ୍ରଭୁ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଲେ ଓ ସିଂହମାନେ ଲୋକମାନଙ୍କ ମଧ୍ୟରୁ କେତେକଙ୍କୁ ବଧ କଲେ।
І сталося, на поча́тку пробува́ння їх там не боялися вони Господа, — і Господь послав на них левів, і вони нищили їх.
26 ଏଥିସକାଶୁ ସେମାନେ ଅଶୂରର ରାଜାକୁ କହିଲେ, ଆପଣ ଯେଉଁ ଗୋଷ୍ଠୀୟମାନଙ୍କୁ ନେଇ ଶମରୀୟାର ନଗରମାନରେ ସ୍ଥାପନ କରିଅଛନ୍ତି; ସେମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ। ଏଥିପାଇଁ ସେ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଅଛନ୍ତି, ଆଉ ଦେଖନ୍ତୁ, ସେମାନେ ଲୋକମାନଙ୍କୁ ବଧ କରୁଅଛନ୍ତି, କାରଣ ଲୋକମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ।
І сказали вони до асирійського царя, говорячи: „Ті люди, яких ти вигнав та осели́в по містах Самарії, не знають прав Бога цього Кра́ю, і Він послав на них оцих левів, і ось вони нищать їх, бо вони не знають права Бога цього Кра́ю“.
27 ଏଥିରେ ଅଶୂରର ରାଜା ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ସେଠାରୁ ଯେଉଁ ଯାଜକମାନଙ୍କୁ ଆଣିଅଛ, ସେମାନଙ୍କ ମଧ୍ୟରୁ ଜଣକୁ ସେଠାକୁ ନେଇଯାଅ। ସେମାନେ ସେଠାକୁ ଯାଇ ବାସ କରନ୍ତୁ ଓ ସେହି ଯାଜକ ସେଦେଶୀୟ ଦେବତାର ରୀତି ଲୋକମାନଙ୍କୁ ଶିଖାଉ।”
І наказав асирійський цар, говорячи: „Відведіть туди одно́го зо священиків, яких вигнали звідти, і пі́дуть, і осядуть там, і він навчатиме їх пра́ва Бога цього кра́ю“.
28 ତହିଁରେ ସେମାନେ ଯେଉଁ ଯାଜକମାନଙ୍କୁ ଶମରୀୟାରୁ ନେଇ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ବେଥେଲ୍ରେ ବାସ କଲା ଓ କିପ୍ରକାରେ ସଦାପ୍ରଭୁଙ୍କୁ ଭୟ କରିବା କର୍ତ୍ତବ୍ୟ, ତାହା ସେମାନଙ୍କୁ ଶିଖାଇଲା।
І прибув один із священиків, яких вигнали з Самарії, й осівся в Бет-Елі, і він навчав їх, як мають боятися Господа.
29 ତଥାପି ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣାର ଦେବତା ନିର୍ମାଣ କଲେ ଓ ଶମରୀୟ ଲୋକମାନେ ଉଚ୍ଚସ୍ଥଳୀମାନରେ ଯେସବୁ ଗୃହ ନିର୍ମାଣ କରିଥିଲେ; ତହିଁ ମଧ୍ୟରେ ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣା ନିବାସ-ନଗରରେ ଆପଣା ଆପଣାର ଦେବତା ସ୍ଥାପନ କଲେ।
Та крім того кожен народ робив свого бога, і ставили їх у па́гірковому місці, що робили попередні самаряни, кожен народ по своїх містах, де вони сиділи.
30 ପୁଣି ବାବିଲୀୟ ଲୋକମାନେ ସୁକ୍କୋତ୍ ବନୋତ୍ ନିର୍ମାଣ କଲେ, ଓ କୂଥୀୟ ଲୋକମାନେ ନେର୍ଗଲ ନିର୍ମାଣ କଲେ, ଓ ହମାତୀୟ ଲୋକମାନେ ଅଶୀମା ନିର୍ମାଣ କଲେ,
А вавилоняни зробили Суккот-Бенота, а кутяни зробили Нереґала, а гаматяни зробили Ашіму,
31 ଓ ଅବ୍ବୀୟ ଲୋକମାନେ ନିଭସ୍ ଓ ତର୍ତ୍ତକ୍ ନିର୍ମାଣ କଲେ, ଓ ସଫର୍ବୀୟ ଲୋକମାନେ ସଫର୍ବୟିମର ଅଦ୍ରମ୍ମେଲକ୍ ଓ ଅନମ୍ମେଲକ୍ ଦେବତାମାନଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ସନ୍ତାନମାନଙ୍କୁ ଅଗ୍ନିରେ ଦଗ୍ଧ କଲେ।
а авв'яни зробили Нівхаза та Тартака, а ме́шканці Сефарваїму палили синів своїх ув огні Адраммелехові й Анаммелехові, сефарваїмським богам.
32 ଏହିରୂପେ ସେମାନେ ସଦାପ୍ରଭୁଙ୍କୁ ମଧ୍ୟ ଭୟ କଲେ ଏବଂ ଆପଣାମାନଙ୍କ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଉଚ୍ଚସ୍ଥଳୀ ସବୁର ଯାଜକମାନଙ୍କୁ ମଧ୍ୟ ନିଯୁକ୍ତ କଲେ। ସେମାନେ ସେମାନଙ୍କ ନିମନ୍ତେ ଉଚ୍ଚସ୍ଥଳୀର ଗୃହସବୁରେ ବଳିଦାନ କଲେ।
І при тому вони боялися Господа, і настанови́ли собі з-серед себе священиків па́гірків, і вони прино́сили їм жертви в пагірковому місці.
33 ସେମାନେ ସଦାପ୍ରଭୁଙ୍କୁ ମଧ୍ୟ ଭୟ କଲେ, ପୁଣି ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟରୁ ସେମାନେ ନୀତ ହୋଇଥିଲେ, ସେମାନଙ୍କ ରୀତି ଅନୁସାରେ ଆପଣା ଆପଣା ଦେବତାମାନଙ୍କର ମଧ୍ୟ ସେବା କଲେ।
Вони боялися Господа, і богам своїм служили за правом тих народів, звідки повиганя́ли їх.
34 ସେମାନେ ଆଜି ପର୍ଯ୍ୟନ୍ତ ପୂର୍ବ ରୀତି ଅନୁସାରେ କରୁଅଛନ୍ତି; ସେମାନେ ସଦାପ୍ରଭୁଙ୍କୁ ଭୟ କରୁ ନାହାନ୍ତି, କିଅବା ସଦାପ୍ରଭୁ ଯେଉଁ ଯାକୁବଙ୍କୁ ଇସ୍ରାଏଲ ନାମ ଦେଇଥିଲେ, ତାଙ୍କ ସନ୍ତାନଗଣର ସେମାନଙ୍କର ବିଧି ଅନୁସାରେ ଓ ସେମାନଙ୍କ ଶାସନାନୁସାରେ ଓ ସେମାନଙ୍କୁ ଦତ୍ତ ତାହାଙ୍କର ବ୍ୟବସ୍ଥା ଓ ଆଜ୍ଞାନୁସାରେ କରୁ ନାହାନ୍ତି।
Аж до цього дня вони роблять за колишнім правом, — вони не бояться Господа, і не роблять за уставами своїми та за правом своїм, ані за Зако́ном, ані за заповіддю, як наказав був Господь синам Якова, якому дав ім'я́ Ізраїля.
35 ସେହି ଯାକୁବ ସନ୍ତାନଗଣ ସଙ୍ଗେ ସଦାପ୍ରଭୁ ଏକ ନିୟମ କରି ସେମାନଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ ଅନ୍ୟ ଦେବଗଣକୁ ଭୟ କରିବ ନାହିଁ କି ସେମାନଙ୍କୁ ପ୍ରଣାମ କରିବ ନାହିଁ, କିଅବା ସେମାନଙ୍କର ସେବା କରି ସେମାନଙ୍କ ନିକଟରେ ବଳିଦାନ କରିବ ନାହିଁ;
І склав Господь із ними заповіта, і наказав їм, говорячи: „Не будете боятися інших богів, і не будете вклонятися їм, і не будете служити їм, і не будете прино́сити жертов їм,
36 ମାତ୍ର ଯେ ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ତୁମ୍ଭେମାନେ ଭୟ କରିବ ଓ ତାହାଙ୍କୁ ପ୍ରଣାମ କରିବ ଓ ତାହାଙ୍କ ନିକଟରେ ବଳିଦାନ କରିବ।
а тільки Господа, що вивів вас із єгипетського кра́ю великою силою та ви́тягненим раме́ном, Його будете боятися, і Йому будете вклонятися, і Йому будете прино́сити жертви.
37 ପୁଣି ସେ ତୁମ୍ଭମାନଙ୍କ ପାଇଁ ଯେ ଯେ ବିଧି, ଶାସନ, ବ୍ୟବସ୍ଥା ଓ ଆଜ୍ଞା ଲେଖିଅଛନ୍ତି, ତୁମ୍ଭେମାନେ ସଦାକାଳ ତାହା ପାଳନ କରିବାକୁ ମନୋଯୋଗ କରିବ; ଆଉ ତୁମ୍ଭେମାନେ ବିଦେଶୀୟ ଦେବତାଗଣକୁ ଭୟ କରିବ ନାହିଁ।
І устави, і права́, і Зако́на, і заповідь, які написав вам, бу́дете доде́ржувати, щоб вико́нувати по всі дні, а богів інших не будете боятися.
38 ପୁଣି ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ଯେଉଁ ନିୟମ କରିଅଛୁ, ତାହା ପାସୋରିବ ନାହିଁ କିଅବା ବିଦେଶୀୟ ଦେବତାଗଣକୁ ତୁମ୍ଭେମାନେ ଭୟ କରିବ ନାହିଁ।
А заповіта, що Я склав із вами, не забудете, і не будете боятися інших богів,
39 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ତୁମ୍ଭେମାନେ ଭୟ କରିବ; ଆଉ ସେ ତୁମ୍ଭମାନଙ୍କର ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”
а тільки Господа, Бога вашого, будете боятися, і Він вирятує вас із руки всіх ваших ворогів“.
40 ତଥାପି ସେମାନେ ତାହା ଶୁଣିଲେ ନାହିଁ ଓ ଆପଣାମାନଙ୍କ ପୂର୍ବ ରୀତି ଅନୁସାରେ କର୍ମ କଲେ।
Та не послухали вони, бо все робили за своїм попереднім зви́чаєм.
41 ଏହିରୂପେ ଉକ୍ତ ଗୋଷ୍ଠୀୟମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ଆପଣାମାନଙ୍କ ଖୋଦିତ ପ୍ରତିମାଗଣର ସେବା କଲେ; ସେମାନଙ୍କର ସନ୍ତାନଗଣ ଓ ସେମାନଙ୍କ ସନ୍ତାନଗଣର ସନ୍ତାନଗଣ ମଧ୍ୟ ଆପଣାମାନଙ୍କ ପୂର୍ବପୁରୁଷମାନଙ୍କ ତୁଲ୍ୟ ଆଜି ପର୍ଯ୍ୟନ୍ତ କରୁଅଛନ୍ତି।
І ті народи все боялися Господа, але служили бовва́нам своїм. Так само сини їхні та сини їхніх синів, — як робили батьки їхні, так роблять вони аж до цього дня.