< ଦ୍ୱିତୀୟ ରାଜାବଳୀ 18 >

1 ଇସ୍ରାଏଲର ରାଜା ଏଲାଙ୍କ ପୁତ୍ର ହୋଶେୟଙ୍କ ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ରାଜା ଆହସ୍‌ଙ୍କର ପୁତ୍ର ହିଜକୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।
וַֽיְהִי בִּשְׁנַת שָׁלֹשׁ לְהוֹשֵׁעַ בֶּן־אֵלָה מֶלֶךְ יִשְׂרָאֵל מָלַךְ חִזְקִיָּה בֶן־אָחָז מֶלֶךְ יְהוּדָֽה׃
2 ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ; ଆଉ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅବୀ, ସେ ଜିଖରୀୟଙ୍କ କନ୍ୟା ଥିଲେ।
בֶּן־עֶשְׂרִים וְחָמֵשׁ שָׁנָה הָיָה בְמָלְכוֹ וְעֶשְׂרִים וָתֵשַׁע שָׁנָה מָלַךְ בִּירוּשָׁלָ͏ִם וְשֵׁם אִמּוֹ אֲבִי בַּת־זְכַרְיָֽה׃
3 ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
וַיַּעַשׂ הַיָּשָׁר בְּעֵינֵי יְהוָה כְּכֹל אֲשֶׁר־עָשָׂה דָּוִד אָבִֽיו׃
4 ସେ ଉଚ୍ଚସ୍ଥଳୀସକଳ ଦୂର କରିଦେଲେ ଓ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତି କାଟି ପକାଇଲେ; ପୁଣି ମୋଶା ନିର୍ମିତ ପିତ୍ତଳ ସର୍ପ ଖଣ୍ଡ ଖଣ୍ଡ କରି ଭାଙ୍ଗିଦେଲେ; କାରଣ ତହିଁ ଉଦ୍ଦେଶ୍ୟରେ ଇସ୍ରାଏଲ-ସନ୍ତାନଗଣ ସେସମୟ ପର୍ଯ୍ୟନ୍ତ ଧୂପ ଜ୍ୱଳାଉଥିଲେ; ଆଉ ସେ ତାହାର ନାମ ନହୁଷ୍ଟର୍ନ (ପିତ୍ତଳ ଖଣ୍ଡ) ରଖିଲେ।
הוּא ׀ הֵסִיר אֶת־הַבָּמוֹת וְשִׁבַּר אֶת־הַמַּצֵּבֹת וְכָרַת אֶת־הָֽאֲשֵׁרָה וְכִתַּת נְחַשׁ הַנְּחֹשֶׁת אֲשֶׁר־עָשָׂה מֹשֶׁה כִּי עַד־הַיָּמִים הָהֵמָּה הָיוּ בְנֵֽי־יִשְׂרָאֵל מְקַטְּרִים לוֹ וַיִּקְרָא־לוֹ נְחֻשְׁתָּֽן׃
5 ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ, ତାଙ୍କର ପରବର୍ତ୍ତୀ ଯିହୁଦାର ସମସ୍ତ ରାଜାଙ୍କ ମଧ୍ୟରେ କେହି ତାଙ୍କ ପରି ନ ଥିଲେ, କିଅବା ତାଙ୍କର ପୂର୍ବବର୍ତ୍ତୀମାନଙ୍କ ମଧ୍ୟରେ କେହି ନ ଥିଲେ।
בַּיהוָה אֱלֹהֵֽי־יִשְׂרָאֵל בָּטָח וְאַחֲרָיו לֹא־הָיָה כָמֹהוּ בְּכֹל מַלְכֵי יְהוּדָה וַאֲשֶׁר הָיוּ לְפָנָֽיו׃
6 କାରଣ ସେ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେଲେ, ସେ ତାହାଙ୍କ ଅନୁଗମନରୁ ବିମୁଖ ହେଲେ ନାହିଁ, ଆଉ ସଦାପ୍ରଭୁ ମୋଶାଙ୍କୁ ଯାହା ଆଜ୍ଞା କରିଥିଲେ, ତାହାଙ୍କର ସେସବୁ ଆଜ୍ଞା ସେ ପାଳନ କଲେ।
וַיִּדְבַּק בַּֽיהוָה לֹא־סָר מֵאַֽחֲרָיו וַיִּשְׁמֹר מִצְוֺתָיו אֲשֶׁר־צִוָּה יְהוָה אֶת־מֹשֶֽׁה׃
7 ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ; ସେ ଯେକୌଣସି ଆଡ଼େ ଗଲେ, ସେଆଡ଼େ କୁଶଳ ପ୍ରାପ୍ତ ହେଲେ। ଆଉ ସେ ଅଶୂର ରାଜାର ବିଦ୍ରୋହୀ ହୋଇ ତାହାର ସେବା କଲେ ନାହିଁ।
וְהָיָה יְהוָה עִמּוֹ בְּכֹל אֲשֶׁר־יֵצֵא יַשְׂכִּיל וַיִּמְרֹד בְּמֶֽלֶךְ־אַשּׁוּר וְלֹא עֲבָדֽוֹ׃
8 ସେ ଘସା ଓ ତହିଁର ସୀମା ପର୍ଯ୍ୟନ୍ତ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀର-ବେଷ୍ଟିତ ନଗର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ସଂହାର କଲେ।
הֽוּא־הִכָּה אֶת־פְּלִשְׁתִּים עַד־עַזָּה וְאֶת־גְּבוּלֶיהָ מִמִּגְדַּל נוֹצְרִים עַד־עִיר מִבְצָֽר׃
9 ଏଥିଉତ୍ତାରେ ହିଜକୀୟ ରାଜାଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ଅର୍ଥାତ୍‍, ଇସ୍ରାଏଲର ରାଜା ଏଲାଙ୍କର ପୁତ୍ର ହୋଶେୟଙ୍କ ରାଜତ୍ଵର ସପ୍ତମ ବର୍ଷରେ ଅଶୂରର ରାଜା ଶଲ୍‍ମନେଷର ଶମରୀୟା ପ୍ରତିକୂଳରେ ଆସି ତାହା ଅବରୋଧ କଲା।
וַֽיְהִי בַּשָּׁנָה הָֽרְבִיעִית לַמֶּלֶךְ חִזְקִיָּהוּ הִיא הַשָּׁנָה הַשְּׁבִיעִית לְהוֹשֵׁעַ בֶּן־אֵלָה מֶלֶךְ יִשְׂרָאֵל עָלָה שַׁלְמַנְאֶסֶר מֶֽלֶךְ־אַשּׁוּר עַל־שֹׁמְרוֹן וַיָּצַר עָלֶֽיהָ׃
10 ପୁଣି ତିନି ବର୍ଷର ଶେଷରେ ସେମାନେ ତାହା ହସ୍ତଗତ କଲେ; ହିଜକୀୟଙ୍କ ରାଜତ୍ଵର ଷଷ୍ଠ ବର୍ଷରେ, ଅର୍ଥାତ୍‍, ଇସ୍ରାଏଲର ରାଜା ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଶମରୀୟା ହସ୍ତଗତ କରାଗଲା।
וַֽיִּלְכְּדֻהָ מִקְצֵה שָׁלֹשׁ שָׁנִים בִּשְׁנַת־שֵׁשׁ לְחִזְקִיָּה הִיא שְׁנַת־תֵּשַׁע לְהוֹשֵׁעַ מֶלֶךְ יִשְׂרָאֵל נִלְכְּדָה שֹׁמְרֽוֹן׃
11 ଏଥିଉତ୍ତାରେ ଅଶୂରର ରାଜା ଇସ୍ରାଏଲକୁ ଅଶୂରକୁ ନେଇଯାଇ ହଲହରେ ଓ ହାବୋରରେ, ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ସେମାନଙ୍କୁ ରଖିଲା।
וַיֶּגֶל מֶֽלֶךְ־אַשּׁוּר אֶת־יִשְׂרָאֵל אַשּׁוּרָה וַיַּנְחֵם בַּחְלַח וּבְחָבוֹר נְהַר גּוֹזָן וְעָרֵי מָדָֽי׃
12 କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କଲେ ନାହିଁ, ମାତ୍ର ତାହାଙ୍କ ନିୟମ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞାଲଙ୍ଘନ କଲେ ଓ ତାହା ଶୁଣିବାକୁ ସମ୍ମତ ହେଲେ ନାହିଁ କି ତାହା ପାଳନ କଲେ ନାହିଁ।
עַל ׀ אֲשֶׁר לֹֽא־שָׁמְעוּ בְּקוֹל יְהוָה אֱלֹהֵיהֶם וַיַּעַבְרוּ אֶת־בְּרִיתוֹ אֵת כָּל־אֲשֶׁר צִוָּה מֹשֶׁה עֶבֶד יְהוָה וְלֹא שָׁמְעוּ וְלֹא עָשֽׂוּ׃
13 ଏଥିଉତ୍ତାରେ ହିଜକୀୟ ରାଜାଙ୍କ ରାଜତ୍ଵର ଚଉଦ ବର୍ଷରେ ଅଶୂରର ରାଜା ସନ୍‍‌‌ହେରୀବ ଯିହୁଦାର ସକଳ ପ୍ରାଚୀର-ବେଷ୍ଟିତ ନଗର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା।
וּבְאַרְבַּע עֶשְׂרֵה שָׁנָה לַמֶּלֶךְ חִזְקִיָּה עָלָה סַנְחֵרִיב מֶֽלֶךְ־אַשּׁוּר עַל כָּל־עָרֵי יְהוּדָה הַבְּצֻרוֹת וַֽיִּתְפְּשֵֽׂם׃
14 ଏଥିରେ ଯିହୁଦାର ରାଜା ହିଜକୀୟ ଲାଖୀଶ୍‍କୁ ଅଶୂରର ରାଜା ନିକଟକୁ ଲୋକ ପଠାଇ କହିଲେ, “ମୁଁ ଅପରାଧ କଲି; ମୋʼ ନିକଟରୁ ଫେରି ଯାଉନ୍ତୁ; ଆପଣ ମୋʼ ଉପରେ ଯେଉଁ ଭାର ଥୋଇବେ, ତାହା ମୁଁ ବହିବି।” ତହୁଁ ଅଶୂରର ରାଜା ଯିହୁଦାର ରାଜା ହିଜକୀୟଙ୍କ ଉପରେ ତିନି ଶହ ତାଳନ୍ତ ରୂପା ଓ ତିରିଶ ତାଳନ୍ତ ସୁନା ନିରୂପଣ କଲା।
וַיִּשְׁלַח חִזְקִיָּה מֶֽלֶךְ־יְהוּדָה אֶל־מֶֽלֶךְ־אַשּׁוּר ׀ לָכִישָׁה ׀ לֵאמֹר ׀ חָטָאתִי שׁוּב מֵֽעָלַי אֵת אֲשֶׁר־תִּתֵּן עָלַי אֶשָּׂא וַיָּשֶׂם מֶֽלֶךְ־אַשּׁוּר עַל־חִזְקִיָּה מֶֽלֶךְ־יְהוּדָה שְׁלֹשׁ מֵאוֹת כִּכַּר־כֶּסֶף וּשְׁלֹשִׁים כִּכַּר זָהָֽב׃
15 ତହିଁରେ ହିଜକୀୟ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରମାନରେ ପ୍ରାପ୍ତ ସମସ୍ତ ରୂପା ତାହାକୁ ଦେଲେ।
וַיִּתֵּן חִזְקִיָּה אֶת־כָּל־הַכֶּסֶף הַנִּמְצָא בֵית־יְהוָה וּבְאֹצְרוֹת בֵּית הַמֶּֽלֶךְ׃
16 ସେସମୟରେ ହିଜକୀୟ ସଦାପ୍ରଭୁଙ୍କ ମନ୍ଦିର ଦ୍ୱାରସବୁରୁ ଓ ଯିହୁଦାର ରାଜା ହିଜକୀୟଙ୍କ ଦ୍ୱାରା ମଣ୍ଡିତ ସ୍ତମ୍ଭସବୁରୁ ସୁବର୍ଣ୍ଣ କାଟି ଅଶୂରର ରାଜାକୁ ଦେଲେ।
בָּעֵת הַהִיא קִצַּץ חִזְקִיָּה אֶת־דַּלְתוֹת הֵיכַל יְהוָה וְאֶת־הָאֹמְנוֹת אֲשֶׁר צִפָּה חִזְקִיָּה מֶלֶךְ יְהוּדָה וַֽיִּתְּנֵם לְמֶלֶךְ אַשּֽׁוּר׃
17 ଏଥିଉତ୍ତାରେ ଅଶୂରର ରାଜା ଲାଖୀଶ୍‍ଠାରୁ ତର୍ତ୍ତାନ ଓ ରବ୍‍ସାରୀସ୍‍ ଓ ରବ୍‍ଶାକିକୁ ମହାସୈନ୍ୟ ସହିତ ଯିରୂଶାଲମକୁ ହିଜକୀୟ ରାଜାଙ୍କ ନିକଟକୁ ପଠାଇଲା। ତହୁଁ ସେମାନେ ଯାତ୍ରା କରି ଯିରୂଶାଲମକୁ ଆସିଲେ। ଆଉ ସେଠାରେ ଉପସ୍ଥିତ ହୁଅନ୍ତେ, ସେମାନେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲେ।
וַיִּשְׁלַח מֶֽלֶךְ־אַשּׁוּר אֶת־תַּרְתָּן וְאֶת־רַב־סָרִיס ׀ וְאֶת־רַב־שָׁקֵה מִן־לָכִישׁ אֶל־הַמֶּלֶךְ חִזְקִיָּהוּ בְּחֵיל כָּבֵד יְרוּשָׁלָ͏ִם וַֽיַּעֲלוּ וַיָּבֹאוּ יְרוּשָׁלִַם וַיַּעֲלוּ וַיָּבֹאוּ וַיַּֽעַמְדוּ בִּתְעָלַת הַבְּרֵכָה הָֽעֶלְיוֹנָה אֲשֶׁר בִּמְסִלַּת שְׂדֵה כוֹבֵֽס׃
18 ପୁଣି ସେମାନେ ରାଜାଙ୍କୁ ଡାକନ୍ତେ, ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ସେମାନଙ୍କ ନିକଟକୁ ଆସିଲେ।
וַֽיִּקְרְאוּ אֶל־הַמֶּלֶךְ וַיֵּצֵא אֲלֵהֶם אֶלְיָקִים בֶּן־חִלְקִיָּהוּ אֲשֶׁר עַל־הַבָּיִת וְשֶׁבְנָה הַסֹּפֵר וְיוֹאָח בֶּן־אָסָף הַמַּזְכִּֽיר׃
19 ତହିଁରେ ରବ୍‍ଶାକି ସେମାନଙ୍କୁ କହିଲା, ଏବେ ତୁମ୍ଭେମାନେ “ହିଜକୀୟଙ୍କୁ କୁହ, ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ‘ତୁମ୍ଭେ ଏହି ଯେଉଁ ବିଶ୍ୱାସ କରୁଅଛ, ତାହା କିରୂପ ବିଶ୍ୱାସ?
וַיֹּאמֶר אֲלֵהֶם רַב־שָׁקֵה אִמְרוּ־נָא אֶל־חִזְקִיָּהוּ כֹּֽה־אָמַר הַמֶּלֶךְ הַגָּדוֹל מֶלֶךְ אַשּׁוּר מָה הַבִּטָּחוֹן הַזֶּה אֲשֶׁר בָּטָֽחְתָּ׃
20 ଯୁଦ୍ଧ କରିବା ପାଇଁ ମନ୍ତ୍ରଣା ଓ ବଳ ଅଛି ବୋଲି ତୁମ୍ଭେ କହୁଅଛ, ମାତ୍ର ତାହା କେବଳ ବୃଥା କଥା। ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ?
אָמַרְתָּ אַךְ־דְּבַר־שְׂפָתַיִם עֵצָה וּגְבוּרָה לַמִּלְחָמָה עַתָּה עַל־מִי בָטַחְתָּ כִּי מָרַדְתָּ בִּֽי׃
21 ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ। ଯେଉଁମାନେ ମିସରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର।
עַתָּה הִנֵּה בָטַחְתָּ לְּךָ עַל־מִשְׁעֶנֶת הַקָּנֶה הָרָצוּץ הַזֶּה עַל־מִצְרַיִם אֲשֶׁר יִסָּמֵךְ אִישׁ עָלָיו וּבָא בְכַפּוֹ וּנְקָבָהּ כֵּן פַּרְעֹה מֶֽלֶךְ־מִצְרַיִם לְכָֽל־הַבֹּטְחִים עָלָֽיו׃
22 ମାତ୍ର ଯେବେ ତୁମ୍ଭେମାନେ ମୋତେ କୁହ, ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରିଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଯିରୂଶାଲମରେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କି ସେହି ନୁହନ୍ତି?’
וְכִי־תֹאמְרוּן אֵלַי אֶל־יְהוָה אֱלֹהֵינוּ בָּטָחְנוּ הֲלוֹא־הוּא אֲשֶׁר הֵסִיר חִזְקִיָּהוּ אֶת־בָּמֹתָיו וְאֶת־מִזְבְּחֹתָיו וַיֹּאמֶר לִֽיהוּדָה וְלִירוּשָׁלִַם לִפְנֵי הַמִּזְבֵּחַ הַזֶּה תִּֽשְׁתַּחֲווּ בִּירוּשָׁלָֽ͏ִם׃
23 ଏବେ ମୁଁ ବିନୟ କରୁଅଛି, ମୋʼ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ୱ ଦେବି, ଯେବେ ତୁମ୍ଭେ ପାର, ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ।
וְעַתָּה הִתְעָרֶב נָא אֶת־אֲדֹנִי אֶת־מֶלֶךְ אַשּׁוּר וְאֶתְּנָה לְךָ אַלְפַּיִם סוּסִים אִם־תּוּכַל לָתֶת לְךָ רֹכְבִים עֲלֵיהֶֽם׃
24 ତେବେ କିପରି ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ଫେରାଇ ଦେଇ ପାରିବ? କିପରି ତୁମ୍ଭେ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରୁଅଛ?
וְאֵיךְ תָּשִׁיב אֵת פְּנֵי פַחַת אַחַד עַבְדֵי אֲדֹנִי הַקְּטַנִּים וַתִּבְטַח לְךָ עַל־מִצְרַיִם לְרֶכֶב וּלְפָרָשִֽׁים׃
25 ମୁଁ କʼଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ୱଂସ କରିବାକୁ ଆସିଅଛି? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର।”
עַתָּה הֲמִבַּלְעֲדֵי יְהוָה עָלִיתִי עַל־הַמָּקוֹם הַזֶּה לְהַשְׁחִתוֹ יְהוָה אָמַר אֵלַי עֲלֵה עַל־הָאָרֶץ הַזֹּאת וְהַשְׁחִיתָֽהּ׃
26 ଏଥିରେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ଓ ଶିବ୍‍ନ ଓ ଯୋୟାହ ରବ୍‍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ। ପୁଣି ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କହନ୍ତୁ।”
וַיֹּאמֶר אֶלְיָקִים בֶּן־חִלְקִיָּהוּ וְשֶׁבְנָה וְיוֹאָח אֶל־רַב־שָׁקֵה דַּבֶּר־נָא אֶל־עֲבָדֶיךָ אֲרָמִית כִּי שֹׁמְעִים אֲנָחְנוּ וְאַל־תְּדַבֵּר עִמָּנוּ יְהוּדִית בְּאָזְנֵי הָעָם אֲשֶׁר עַל־הַחֹמָֽה׃
27 ମାତ୍ର ରବ୍‍ଶାକି ସେମାନଙ୍କୁ କହିଲା, “ମୋʼ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭକୁ ଏସବୁ କଥା କହିବା ପାଇଁ ପଠାଇଅଛନ୍ତି? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କʼଣ ମୋତେ ପଠାଇ ନାହାନ୍ତି?”
וַיֹּאמֶר אֲלֵיהֶם רַב־שָׁקֵה הַעַל אֲדֹנֶיךָ וְאֵלֶיךָ שְׁלָחַנִי אֲדֹנִי לְדַבֵּר אֶת־הַדְּבָרִים הָאֵלֶּה הֲלֹא עַל־הָאֲנָשִׁים הַיֹּֽשְׁבִים עַל־הַחֹמָה לֶאֱכֹל אֶת חריהם צוֹאָתָם וְלִשְׁתּוֹת אֶת־שיניהם מימֵי רַגְלֵיהֶם עִמָּכֶֽם׃
28 ତହୁଁ ରବ୍‍ଶାକି ଠିଆ ହୋଇ ଉଚ୍ଚସ୍ୱରରେ ଯିହୁଦୀୟ ଭାଷାରେ ଏହି କଥା କହିଲା, “ତୁମ୍ଭେମାନେ ମହାରାଜ ଅଶୂରର ରାଜାଙ୍କ କଥା ଶୁଣ।
וַֽיַּעֲמֹד רַב־שָׁקֵה וַיִּקְרָא בְקוֹל־גָּדוֹל יְהוּדִית וַיְדַבֵּר וַיֹּאמֶר שִׁמְעוּ דְּבַר־הַמֶּלֶךְ הַגָּדוֹל מֶלֶךְ אַשּֽׁוּר׃
29 ରାଜା ଏହି କଥା କହନ୍ତି, ‘ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକୀୟକୁ ନ ଦିଅ; କାରଣ ସେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିବ ନାହିଁ।
כֹּה אָמַר הַמֶּלֶךְ אַל־יַשִּׁיא לָכֶם חִזְקִיָּהוּ כִּי־לֹא יוּכַל לְהַצִּיל אֶתְכֶם מִיָּדֽוֹ׃
30 କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ। ଏହି କଥା କହି ହିଜକୀୟ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର ବିଶ୍ୱାସ ନ ଜନ୍ମାଉ।
וְאַל־יַבְטַח אֶתְכֶם חִזְקִיָּהוּ אֶל־יְהוָה לֵאמֹר הַצֵּל יַצִּילֵנוּ יְהוָה וְלֹא תִנָּתֵן אֶת־הָעִיר הַזֹּאת בְּיַד מֶלֶךְ אַשּֽׁוּר׃
31 ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ ନିକଟକୁ ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ ଜଳ ପାନ କର।
אַֽל־תִּשְׁמְעוּ אֶל־חִזְקִיָּהוּ כִּי כֹה אָמַר מֶלֶךְ אַשּׁוּר עֲשֽׂוּ־אִתִּי בְרָכָה וּצְאוּ אֵלַי וְאִכְלוּ אִישׁ־גַּפְנוֹ וְאִישׁ תְּאֵֽנָתוֹ וּשְׁתוּ אִישׁ מֵֽי־בוֹרֽוֹ׃
32 ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍‍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ।
עַד־בֹּאִי וְלָקַחְתִּי אֶתְכֶם אֶל־אֶרֶץ כְּאַרְצְכֶם אֶרֶץ דָּגָן וְתִירוֹשׁ אֶרֶץ לֶחֶם וּכְרָמִים אֶרֶץ זֵית יִצְהָר וּדְבַשׁ וִֽחְיוּ וְלֹא תָמֻתוּ וְאַֽל־תִּשְׁמְעוּ אֶל־חִזְקִיָּהוּ כִּֽי־יַסִּית אֶתְכֶם לֵאמֹר יְהוָה יַצִּילֵֽנוּ׃
33 ନାନା ଗୋଷ୍ଠୀୟମାନଙ୍କ ଦେବତାଗଣ ମଧ୍ୟରୁ କୌଣସି ଦେବତା କʼଣ ଅଶୂରୀୟ ରାଜାଙ୍କ ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି?
הַהַצֵּל הִצִּילוּ אֱלֹהֵי הַגּוֹיִם אִישׁ אֶת־אַרְצוֹ מִיַּד מֶלֶךְ אַשּֽׁוּר׃
34 ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର ଓ ହେନାର ଓ ଅବ୍ବାର ଦେବତାମାନେ କାହାନ୍ତି? ସେମାନେ କʼଣ ମୋʼ ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି?
אַיֵּה אֱלֹהֵי חֲמָת וְאַרְפָּד אַיֵּה אֱלֹהֵי סְפַרְוַיִם הֵנַע וְעִוָּה כִּֽי־הִצִּילוּ אֶת־שֹׁמְרוֹן מִיָּדִֽי׃
35 ନାନା ଗୋଷ୍ଠୀୟ ସମସ୍ତ ଦେବତା ମଧ୍ୟରେ କିଏ ଆପଣା ଦେଶକୁ ମୋʼ ହସ୍ତରୁ ଉଦ୍ଧାର କରିଅଛି ଯେ, ସଦାପ୍ରଭୁ ମୋʼ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ?’”
מִי בְּכָל־אֱלֹהֵי הָֽאֲרָצוֹת אֲשֶׁר־הִצִּילוּ אֶת־אַרְצָם מִיָּדִי כִּי־יַצִּיל יְהוָה אֶת־יְרוּשָׁלַ͏ִם מִיָּדִֽי׃
36 ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ଗୋଟିଏ କଥା ଉତ୍ତର କଲେ ନାହିଁ। କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାଙ୍କର ଆଜ୍ଞା ଥିଲା।
וְהֶחֱרִישׁוּ הָעָם וְלֹֽא־עָנוּ אֹתוֹ דָּבָר כִּי־מִצְוַת הַמֶּלֶךְ הִיא לֵאמֹר לֹא תַעֲנֻֽהוּ׃
37 ଏଥିଉତ୍ତାରେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟଙ୍କ ନିକଟକୁ ଆସି ରବ୍‍ଶାକିର କଥାସବୁ ତାଙ୍କୁ ଜଣାଇଲେ।
וַיָּבֹא אֶלְיָקִים בֶּן־חִלְקִיָּה אֲשֶׁר־עַל־הַבַּיִת וְשֶׁבְנָא הַסֹּפֵר וְיוֹאָח בֶּן־אָסָף הַמַּזְכִּיר אֶל־חִזְקִיָּהוּ קְרוּעֵי בְגָדִים וַיַּגִּדוּ לוֹ דִּבְרֵי רַב־שָׁקֵֽה׃

< ଦ୍ୱିତୀୟ ରାଜାବଳୀ 18 >