< ଦ୍ୱିତୀୟ ରାଜାବଳୀ 18 >
1 ଇସ୍ରାଏଲର ରାଜା ଏଲାଙ୍କ ପୁତ୍ର ହୋଶେୟଙ୍କ ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ରାଜା ଆହସ୍ଙ୍କର ପୁତ୍ର ହିଜକୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।
१एला के पुत्र इस्राएल के राजा होशे के राज्य के तीसरे वर्ष में यहूदा के राजा आहाज का पुत्र हिजकिय्याह राजा हुआ।
2 ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ; ଆଉ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅବୀ, ସେ ଜିଖରୀୟଙ୍କ କନ୍ୟା ଥିଲେ।
२जब वह राज्य करने लगा तब पच्चीस वर्ष का था, और उनतीस वर्ष तक यरूशलेम में राज्य करता रहा। उसकी माता का नाम अबी था, जो जकर्याह की बेटी थी।
3 ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
३जैसे उसके मूलपुरुष दाऊद ने किया था जो यहोवा की दृष्टि में ठीक है वैसा ही उसने भी किया।
4 ସେ ଉଚ୍ଚସ୍ଥଳୀସକଳ ଦୂର କରିଦେଲେ ଓ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତି କାଟି ପକାଇଲେ; ପୁଣି ମୋଶା ନିର୍ମିତ ପିତ୍ତଳ ସର୍ପ ଖଣ୍ଡ ଖଣ୍ଡ କରି ଭାଙ୍ଗିଦେଲେ; କାରଣ ତହିଁ ଉଦ୍ଦେଶ୍ୟରେ ଇସ୍ରାଏଲ-ସନ୍ତାନଗଣ ସେସମୟ ପର୍ଯ୍ୟନ୍ତ ଧୂପ ଜ୍ୱଳାଉଥିଲେ; ଆଉ ସେ ତାହାର ନାମ ନହୁଷ୍ଟର୍ନ (ପିତ୍ତଳ ଖଣ୍ଡ) ରଖିଲେ।
४उसने ऊँचे स्थान गिरा दिए, लाठों को तोड़ दिया, अशेरा को काट डाला। पीतल का जो साँप मूसा ने बनाया था, उसको उसने इस कारण चूर चूरकर दिया, कि उन दिनों तक इस्राएली उसके लिये धूप जलाते थे; और उसने उसका नाम नहुशतान रखा।
5 ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ, ତାଙ୍କର ପରବର୍ତ୍ତୀ ଯିହୁଦାର ସମସ୍ତ ରାଜାଙ୍କ ମଧ୍ୟରେ କେହି ତାଙ୍କ ପରି ନ ଥିଲେ, କିଅବା ତାଙ୍କର ପୂର୍ବବର୍ତ୍ତୀମାନଙ୍କ ମଧ୍ୟରେ କେହି ନ ଥିଲେ।
५वह इस्राएल के परमेश्वर यहोवा पर भरोसा रखता था, और उसके बाद यहूदा के सब राजाओं में कोई उसके बराबर न हुआ, और न उससे पहले भी ऐसा कोई हुआ था।
6 କାରଣ ସେ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେଲେ, ସେ ତାହାଙ୍କ ଅନୁଗମନରୁ ବିମୁଖ ହେଲେ ନାହିଁ, ଆଉ ସଦାପ୍ରଭୁ ମୋଶାଙ୍କୁ ଯାହା ଆଜ୍ଞା କରିଥିଲେ, ତାହାଙ୍କର ସେସବୁ ଆଜ୍ଞା ସେ ପାଳନ କଲେ।
६और वह यहोवा से लिपटा रहा और उसके पीछे चलना न छोड़ा; और जो आज्ञाएँ यहोवा ने मूसा को दी थीं, उनका वह पालन करता रहा।
7 ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ; ସେ ଯେକୌଣସି ଆଡ଼େ ଗଲେ, ସେଆଡ଼େ କୁଶଳ ପ୍ରାପ୍ତ ହେଲେ। ଆଉ ସେ ଅଶୂର ରାଜାର ବିଦ୍ରୋହୀ ହୋଇ ତାହାର ସେବା କଲେ ନାହିଁ।
७इसलिए यहोवा उसके संग रहा; और जहाँ कहीं वह जाता था, वहाँ उसका काम सफल होता था। और उसने अश्शूर के राजा से बलवा करके, उसकी अधीनता छोड़ दी।
8 ସେ ଘସା ଓ ତହିଁର ସୀମା ପର୍ଯ୍ୟନ୍ତ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀର-ବେଷ୍ଟିତ ନଗର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ସଂହାର କଲେ।
८उसने पलिश्तियों को गाज़ा और उसकी सीमा तक, पहरुओं के गुम्मट और गढ़वाले नगर तक मारा।
9 ଏଥିଉତ୍ତାରେ ହିଜକୀୟ ରାଜାଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ଅର୍ଥାତ୍, ଇସ୍ରାଏଲର ରାଜା ଏଲାଙ୍କର ପୁତ୍ର ହୋଶେୟଙ୍କ ରାଜତ୍ଵର ସପ୍ତମ ବର୍ଷରେ ଅଶୂରର ରାଜା ଶଲ୍ମନେଷର ଶମରୀୟା ପ୍ରତିକୂଳରେ ଆସି ତାହା ଅବରୋଧ କଲା।
९राजा हिजकिय्याह के राज्य के चौथे वर्ष में जो एला के पुत्र इस्राएल के राजा होशे के राज्य का सातवाँ वर्ष था, अश्शूर के राजा शल्मनेसेर ने सामरिया पर चढ़ाई करके उसे घेर लिया।
10 ପୁଣି ତିନି ବର୍ଷର ଶେଷରେ ସେମାନେ ତାହା ହସ୍ତଗତ କଲେ; ହିଜକୀୟଙ୍କ ରାଜତ୍ଵର ଷଷ୍ଠ ବର୍ଷରେ, ଅର୍ଥାତ୍, ଇସ୍ରାଏଲର ରାଜା ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଶମରୀୟା ହସ୍ତଗତ କରାଗଲା।
१०और तीन वर्ष के बीतने पर उन्होंने उसको ले लिया। इस प्रकार हिजकिय्याह के राज्य के छठवें वर्ष में जो इस्राएल के राजा होशे के राज्य का नौवाँ वर्ष था, सामरिया ले लिया गया।
11 ଏଥିଉତ୍ତାରେ ଅଶୂରର ରାଜା ଇସ୍ରାଏଲକୁ ଅଶୂରକୁ ନେଇଯାଇ ହଲହରେ ଓ ହାବୋରରେ, ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ସେମାନଙ୍କୁ ରଖିଲା।
११तब अश्शूर का राजा इस्राएलियों को बन्दी बनाकर अश्शूर में ले गया, और हलह में और गोजान की नदी हाबोर के पास और मादियों के नगरों में उसे बसा दिया।
12 କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କଲେ ନାହିଁ, ମାତ୍ର ତାହାଙ୍କ ନିୟମ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞାଲଙ୍ଘନ କଲେ ଓ ତାହା ଶୁଣିବାକୁ ସମ୍ମତ ହେଲେ ନାହିଁ କି ତାହା ପାଳନ କଲେ ନାହିଁ।
१२इसका कारण यह था, कि उन्होंने अपने परमेश्वर यहोवा की बात न मानी, वरन् उसकी वाचा को तोड़ा, और जितनी आज्ञाएँ यहोवा के दास मूसा ने दी थीं, उनको टाल दिया और न उनको सुना और न उनके अनुसार किया।
13 ଏଥିଉତ୍ତାରେ ହିଜକୀୟ ରାଜାଙ୍କ ରାଜତ୍ଵର ଚଉଦ ବର୍ଷରେ ଅଶୂରର ରାଜା ସନ୍ହେରୀବ ଯିହୁଦାର ସକଳ ପ୍ରାଚୀର-ବେଷ୍ଟିତ ନଗର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା।
१३हिजकिय्याह राजा के राज्य के चौदहवें वर्ष में अश्शूर के राजा सन्हेरीब ने यहूदा के सब गढ़वाले नगरों पर चढ़ाई करके उनको ले लिया।
14 ଏଥିରେ ଯିହୁଦାର ରାଜା ହିଜକୀୟ ଲାଖୀଶ୍କୁ ଅଶୂରର ରାଜା ନିକଟକୁ ଲୋକ ପଠାଇ କହିଲେ, “ମୁଁ ଅପରାଧ କଲି; ମୋʼ ନିକଟରୁ ଫେରି ଯାଉନ୍ତୁ; ଆପଣ ମୋʼ ଉପରେ ଯେଉଁ ଭାର ଥୋଇବେ, ତାହା ମୁଁ ବହିବି।” ତହୁଁ ଅଶୂରର ରାଜା ଯିହୁଦାର ରାଜା ହିଜକୀୟଙ୍କ ଉପରେ ତିନି ଶହ ତାଳନ୍ତ ରୂପା ଓ ତିରିଶ ତାଳନ୍ତ ସୁନା ନିରୂପଣ କଲା।
१४तब यहूदा के राजा हिजकिय्याह ने अश्शूर के राजा के पास लाकीश को सन्देश भेजा, “मुझसे अपराध हुआ, मेरे पास से लौट जा; और जो भार तू मुझ पर डालेगा उसको मैं उठाऊँगा।” तो अश्शूर के राजा ने यहूदा के राजा हिजकिय्याह के लिये तीन सौ किक्कार चाँदी और तीस किक्कार सोना ठहरा दिया।
15 ତହିଁରେ ହିଜକୀୟ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରମାନରେ ପ୍ରାପ୍ତ ସମସ୍ତ ରୂପା ତାହାକୁ ଦେଲେ।
१५तब जितनी चाँदी यहोवा के भवन और राजभवन के भण्डारों में मिली, उस सब को हिजकिय्याह ने उसे दे दिया।
16 ସେସମୟରେ ହିଜକୀୟ ସଦାପ୍ରଭୁଙ୍କ ମନ୍ଦିର ଦ୍ୱାରସବୁରୁ ଓ ଯିହୁଦାର ରାଜା ହିଜକୀୟଙ୍କ ଦ୍ୱାରା ମଣ୍ଡିତ ସ୍ତମ୍ଭସବୁରୁ ସୁବର୍ଣ୍ଣ କାଟି ଅଶୂରର ରାଜାକୁ ଦେଲେ।
१६उस समय हिजकिय्याह ने यहोवा के मन्दिर के दरवाज़ो से और उन खम्भों से भी जिन पर यहूदा के राजा हिजकिय्याह ने सोना मढ़ा था, सोने को छीलकर अश्शूर के राजा को दे दिया।
17 ଏଥିଉତ୍ତାରେ ଅଶୂରର ରାଜା ଲାଖୀଶ୍ଠାରୁ ତର୍ତ୍ତାନ ଓ ରବ୍ସାରୀସ୍ ଓ ରବ୍ଶାକିକୁ ମହାସୈନ୍ୟ ସହିତ ଯିରୂଶାଲମକୁ ହିଜକୀୟ ରାଜାଙ୍କ ନିକଟକୁ ପଠାଇଲା। ତହୁଁ ସେମାନେ ଯାତ୍ରା କରି ଯିରୂଶାଲମକୁ ଆସିଲେ। ଆଉ ସେଠାରେ ଉପସ୍ଥିତ ହୁଅନ୍ତେ, ସେମାନେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲେ।
१७तो भी अश्शूर के राजा ने तर्त्तान, रबसारीस और रबशाके को बड़ी सेना देकर, लाकीश से यरूशलेम के पास हिजकिय्याह राजा के विरुद्ध भेज दिया। अतः वे यरूशलेम को गए और वहाँ पहुँचकर ऊपर के जलकुण्ड की नाली के पास धोबियों के खेत की सड़क पर जाकर खड़े हुए।
18 ପୁଣି ସେମାନେ ରାଜାଙ୍କୁ ଡାକନ୍ତେ, ହିଲ୍କୀୟର ପୁତ୍ର ଇଲିୟାକୀମ୍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ସେମାନଙ୍କ ନିକଟକୁ ଆସିଲେ।
१८जब उन्होंने राजा को पुकारा, तब हिल्किय्याह का पुत्र एलयाकीम जो राजघराने के काम पर था, और शेबना जो मंत्री था और आसाप का पुत्र योआह जो इतिहास का लिखनेवाला था, ये तीनों उनके पास बाहर निकल गए।
19 ତହିଁରେ ରବ୍ଶାକି ସେମାନଙ୍କୁ କହିଲା, ଏବେ ତୁମ୍ଭେମାନେ “ହିଜକୀୟଙ୍କୁ କୁହ, ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ‘ତୁମ୍ଭେ ଏହି ଯେଉଁ ବିଶ୍ୱାସ କରୁଅଛ, ତାହା କିରୂପ ବିଶ୍ୱାସ?
१९रबशाके ने उनसे कहा, “हिजकिय्याह से कहो, कि महाराजाधिराज अर्थात् अश्शूर का राजा यह कहता है, ‘तू किस पर भरोसा करता है?
20 ଯୁଦ୍ଧ କରିବା ପାଇଁ ମନ୍ତ୍ରଣା ଓ ବଳ ଅଛି ବୋଲି ତୁମ୍ଭେ କହୁଅଛ, ମାତ୍ର ତାହା କେବଳ ବୃଥା କଥା। ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ?
२०तू जो कहता है, कि मेरे यहाँ युद्ध के लिये युक्ति और पराक्रम है, वह तो केवल बात ही बात है। तू किस पर भरोसा रखता है कि तूने मुझसे बलवा किया है?
21 ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ। ଯେଉଁମାନେ ମିସରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର।
२१सुन, तू तो उस कुचले हुए नरकट अर्थात् मिस्र पर भरोसा रखता है, उस पर यदि कोई टेक लगाए, तो वह उसके हाथ में चुभकर छेदेगा। मिस्र का राजा फ़िरौन अपने सब भरोसा रखनेवालों के लिये ऐसा ही है।
22 ମାତ୍ର ଯେବେ ତୁମ୍ଭେମାନେ ମୋତେ କୁହ, ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରିଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଯିରୂଶାଲମରେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କି ସେହି ନୁହନ୍ତି?’
२२फिर यदि तुम मुझसे कहो, कि हमारा भरोसा अपने परमेश्वर यहोवा पर है, तो क्या यह वही नहीं है जिसके ऊँचे स्थानों और वेदियों को हिजकिय्याह ने दूर करके यहूदा और यरूशलेम से कहा, कि तुम इसी वेदी के सामने जो यरूशलेम में है दण्डवत् करना?’
23 ଏବେ ମୁଁ ବିନୟ କରୁଅଛି, ମୋʼ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ୱ ଦେବି, ଯେବେ ତୁମ୍ଭେ ପାର, ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ।
२३तो अब मेरे स्वामी अश्शूर के राजा के पास कुछ बन्धक रख, तब मैं तुझे दो हजार घोड़े दूँगा, क्या तू उन पर सवार चढ़ा सकेगा कि नहीं?
24 ତେବେ କିପରି ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ଫେରାଇ ଦେଇ ପାରିବ? କିପରି ତୁମ୍ଭେ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରୁଅଛ?
२४फिर तू मेरे स्वामी के छोटे से छोटे कर्मचारी का भी कहा न मानकर क्यों रथों और सवारों के लिये मिस्र पर भरोसा रखता है?
25 ମୁଁ କʼଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ୱଂସ କରିବାକୁ ଆସିଅଛି? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର।”
२५क्या मैंने यहोवा के बिना कहे, इस स्थान को उजाड़ने के लिये चढ़ाई की है? यहोवा ने मुझसे कहा है, कि उस देश पर चढ़ाई करके उसे उजाड़ दे।”
26 ଏଥିରେ ହିଲ୍କୀୟର ପୁତ୍ର ଇଲିୟାକୀମ୍ ଓ ଶିବ୍ନ ଓ ଯୋୟାହ ରବ୍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ। ପୁଣି ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କହନ୍ତୁ।”
२६तब हिल्किय्याह के पुत्र एलयाकीम और शेबना योआह ने रबशाके से कहा, “अपने दासों से अरामी भाषा में बातें कर, क्योंकि हम उसे समझते हैं; और हम से यहूदी भाषा में शहरपनाह पर बैठे हुए लोगों के सुनते बातें न कर।”
27 ମାତ୍ର ରବ୍ଶାକି ସେମାନଙ୍କୁ କହିଲା, “ମୋʼ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭକୁ ଏସବୁ କଥା କହିବା ପାଇଁ ପଠାଇଅଛନ୍ତି? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କʼଣ ମୋତେ ପଠାଇ ନାହାନ୍ତି?”
२७रबशाके ने उनसे कहा, “क्या मेरे स्वामी ने मुझे तुम्हारे स्वामी ही के, या तुम्हारे ही पास ये बातें कहने को भेजा है? क्या उसने मुझे उन लोगों के पास नहीं भेजा, जो शहरपनाह पर बैठे हैं, ताकि तुम्हारे संग उनको भी अपना मल खाना और अपना मूत्र पीना पड़े?”
28 ତହୁଁ ରବ୍ଶାକି ଠିଆ ହୋଇ ଉଚ୍ଚସ୍ୱରରେ ଯିହୁଦୀୟ ଭାଷାରେ ଏହି କଥା କହିଲା, “ତୁମ୍ଭେମାନେ ମହାରାଜ ଅଶୂରର ରାଜାଙ୍କ କଥା ଶୁଣ।
२८तब रबशाके ने खड़े हो, यहूदी भाषा में ऊँचे शब्द से कहा, “महाराजाधिराज अर्थात् अश्शूर के राजा की बात सुनो।
29 ରାଜା ଏହି କଥା କହନ୍ତି, ‘ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକୀୟକୁ ନ ଦିଅ; କାରଣ ସେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିବ ନାହିଁ।
२९राजा यह कहता है, ‘हिजकिय्याह तुम को धोखा देने न पाए, क्योंकि वह तुम्हें मेरे हाथ से बचा न सकेगा।
30 କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ। ଏହି କଥା କହି ହିଜକୀୟ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର ବିଶ୍ୱାସ ନ ଜନ୍ମାଉ।
३०और वह तुम से यह कहकर यहोवा पर भरोसा कराने न पाए, कि यहोवा निश्चय हमको बचाएगा और यह नगर अश्शूर के राजा के वश में न पड़ेगा।
31 ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ ନିକଟକୁ ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ ଜଳ ପାନ କର।
३१हिजकिय्याह की मत सुनो। अश्शूर का राजा कहता है कि भेंट भेजकर मुझे प्रसन्न करो और मेरे पास निकल आओ, और प्रत्येक अपनी-अपनी दाखलता और अंजीर के वृक्ष के फल खाता और अपने-अपने कुण्ड का पानी पीता रहे।
32 ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ।
३२तब मैं आकर तुम को ऐसे देश में ले जाऊँगा, जो तुम्हारे देश के समान अनाज और नये दाखमधु का देश, रोटी और दाख की बारियों का देश, जैतून और मधु का देश है, वहाँ तुम मरोगे नहीं, जीवित रहोगे; तो जब हिजकिय्याह यह कहकर तुम को बहकाए, कि यहोवा हमको बचाएगा, तब उसकी न सुनना।
33 ନାନା ଗୋଷ୍ଠୀୟମାନଙ୍କ ଦେବତାଗଣ ମଧ୍ୟରୁ କୌଣସି ଦେବତା କʼଣ ଅଶୂରୀୟ ରାଜାଙ୍କ ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି?
३३क्या और जातियों के देवताओं ने अपने-अपने देश को अश्शूर के राजा के हाथ से कभी बचाया है?
34 ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର ଓ ହେନାର ଓ ଅବ୍ବାର ଦେବତାମାନେ କାହାନ୍ତି? ସେମାନେ କʼଣ ମୋʼ ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି?
३४हमात और अर्पाद के देवता कहाँ रहे? सपर्वैम, हेना और इव्वा के देवता कहाँ रहे? क्या उन्होंने सामरिया को मेरे हाथ से बचाया है,
35 ନାନା ଗୋଷ୍ଠୀୟ ସମସ୍ତ ଦେବତା ମଧ୍ୟରେ କିଏ ଆପଣା ଦେଶକୁ ମୋʼ ହସ୍ତରୁ ଉଦ୍ଧାର କରିଅଛି ଯେ, ସଦାପ୍ରଭୁ ମୋʼ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ?’”
३५देश-देश के सब देवताओं में से ऐसा कौन है, जिसने अपने देश को मेरे हाथ से बचाया हो? फिर क्या यहोवा यरूशलेम को मेरे हाथ से बचाएगा।’”
36 ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ଗୋଟିଏ କଥା ଉତ୍ତର କଲେ ନାହିଁ। କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାଙ୍କର ଆଜ୍ଞା ଥିଲା।
३६परन्तु सब लोग चुप रहे और उसके उत्तर में एक बात भी न कही, क्योंकि राजा की ऐसी आज्ञा थी, कि उसको उत्तर न देना।
37 ଏଥିଉତ୍ତାରେ ହିଲ୍କୀୟର ପୁତ୍ର ଇଲିୟାକୀମ୍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟଙ୍କ ନିକଟକୁ ଆସି ରବ୍ଶାକିର କଥାସବୁ ତାଙ୍କୁ ଜଣାଇଲେ।
३७तब हिल्किय्याह का पुत्र एलयाकीम जो राजघराने के काम पर था, और शेबना जो मंत्री था, और आसाप का पुत्र योआह जो इतिहास का लिखनेवाला था, अपने वस्त्र फाड़े हुए, हिजकिय्याह के पास जाकर रबशाके की बातें कह सुनाईं।