< ଦ୍ୱିତୀୟ ରାଜାବଳୀ 19 >
1 ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ସଦାପ୍ରଭୁଙ୍କ ଗୃହକୁ ଗଲେ।
Als nun der König Hiskia das vernommen hatte, zerriß er seine Kleider, hüllte sich in Sackleinen und begab sich in den Tempel des HERRN;
2 ପୁଣି ରାଜଗୃହାଧ୍ୟକ୍ଷ ଇଲିୟାକୀମ୍କୁ ଓ ଶିବ୍ନ ଲେଖକଙ୍କୁ ଓ ଯାଜକମାନଙ୍କ ପ୍ରାଚୀନବର୍ଗଙ୍କୁ ଅଖା ଘୋଡ଼ାଇ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇଲେ।
seinen Hausminister Eljakim aber und den Staatsschreiber Sebna samt den vornehmsten Priestern sandte er, ebenfalls in Trauerkleider gehüllt, zu dem Propheten Jesaja, dem Sohne des Amoz.
3 ତହିଁରେ ସେମାନେ ଯିଶାଇୟଙ୍କୁ କହିଲେ, “ହିଜକୀୟ କହନ୍ତି, ଆଜି ଦିନ ଆପଦ ଓ ଅନୁଯୋଗ ଓ ଅପମାନର ଦିନ; କାରଣ ବାଳକଗଣ ପ୍ରସବ-ଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।
Diese sagten zu ihm: »So läßt Hiskia dir sagen: ›Ein Tag der Bedrängnis, der Züchtigung und Schmach ist der heutige Tag; denn die Kinder sind bis zum Muttermund gekommen, aber es fehlt an Kraft zum Gebären.
4 ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ତିରସ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।”
Vielleicht aber wird der HERR, dein Gott, auf alle Worte des Großwesirs hören, den sein Herr, der König von Assyrien, hergesandt hat, um den lebendigen Gott zu verhöhnen, und wird ihn für die Worte strafen, die der HERR, dein Gott, gehört hat. So lege denn Fürbitte ein für den Rest, der noch vorhanden ist!‹«
5 ଏହିରୂପେ ହିଜକୀୟ ରାଜାଙ୍କର ଦାସମାନେ ଯିଶାଇୟଙ୍କ ନିକଟରେ ଉପସ୍ଥିତ ହେଲେ।
Als nun die Diener des Königs Hiskia zu Jesaja gekommen waren,
6 ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ କହିବ; ସଦାପ୍ରଭୁ ଏହା କହନ୍ତି, ‘ଅଶୂରୀୟ ରାଜାର ଦାସମାନେ ଆମ୍ଭକୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ ନାହିଁ।
sagte dieser zu ihnen: »Bringt eurem Herrn folgenden Bescheid: ›So hat der HERR gesprochen: Fürchte dich nicht vor den Reden, die du gehört hast, mit denen die Diener des Königs von Assyrien mich geschmäht haben!
7 ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ। ଆଉ ଆମ୍ଭେ ତାହାର ନିଜ ଦେଶରେ ଖଡ୍ଗ ଦ୍ୱାରା ତାହାକୁ ନିପାତ କରିବା।’”
Wisse wohl: ich will ihm einen Geist eingeben, daß er, wenn er eine Kunde erhält, in sein Land zurückkehrt, und ich will ihn dann in seinem eigenen Lande durch das Schwert umkommen lassen.‹«
8 ଏଥିଉତ୍ତାରେ ଅଶୂରୀୟ ରାଜା ଲାଖୀଶ୍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍ଶାକି ଶୁଣି ଫେରିଗଲା ଓ ତାହାକୁ ଲିବ୍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା।
Als hierauf der Großwesir zurückgekehrt war, fand er den König von Assyrien mit der Belagerung von Libna beschäftigt; er hatte nämlich erfahren, daß jener von Lachis abgezogen war.
9 ପୁଣି ଅଶୂରୀୟ ରାଜା କୂଶଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା, “ଦେଖ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି।” ତହୁଁ ସେ ହିଜକୀୟଙ୍କ ନିକଟକୁ ପୁନର୍ବାର ଦୂତମାନଙ୍କୁ ପଠାଇ କହିଲା,
Als (Sanherib) sodann in betreff des äthiopischen Königs Thirhaka die Nachricht erhielt, dieser sei zum Kriege gegen ihn ausgezogen, sandte er nochmals Boten an Hiskia und ließ ihm sagen:
10 “ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟଙ୍କୁ ଏହି କଥା କହିବ, ‘ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ୱାସଭୂମି ପରମେଶ୍ୱର ତୁମ୍ଭକୁ ନ ଭୁଲାଉନ୍ତୁ।
»Folgende Botschaft sollt ihr dem König Hiskia von Juda überbringen: Laß dich nicht von deinem Gott täuschen, auf den du dein Vertrauen setzt, indem du meinst: ›Jerusalem wird nicht in die Gewalt des Königs von Assyrien fallen!‹
11 ଦେଖ, ଅଶୂରୀୟ ରାଜାମାନେ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ଦ୍ୱାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ତେବେ ତୁମ୍ଭେ କʼଣ ଉଦ୍ଧାର ପାଇବ?
Du hast doch selbst gehört, wie die Könige von Assyrien mit allen Ländern verfahren sind, indem sie den Bann an ihnen vollstreckten, und da solltest du gerettet werden?
12 ଆମ୍ଭ ପିତୃଲୋକମାନେ ଯେଉଁ ଗୋଶନ ଓ ହାରଣ ଓ ରେତ୍ସଫ ଦେଶୀୟମାନଙ୍କୁ ଓ ତଲଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ?
Haben etwa die Götter der Völkerschaften, welche meine Väter vernichtet haben, diese Völker errettet: Gosan, Haran und Rezeph und die Bewohner von Eden in Thelassar?
13 ହମାତର ରାଜା ଓ ଅର୍ପଦର ରାଜା ଓ ସଫର୍ବୟିମ ନଗରର, ହେନାର ଓ ଅବ୍ବାର ରାଜା କାହାନ୍ତି?’”
Wo ist der König von Hamath, der König von Arpad und der König von Lair und Sepharwaim, von Hena und Iwwa?«
14 ତହିଁରେ ହିଜକୀୟ ଦୂତମାନଙ୍କଠାରୁ ପତ୍ର ଗ୍ରହଣ କରି ତାହା ପାଠ କଲେ। ଆଉ ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଖୋଲିଲେ।
Als nun Hiskia das Schreiben aus der Hand der Gesandten in Empfang genommen und es gelesen hatte, ging er in den Tempel des HERRN hinauf und breitete es dort vor dem HERRN aus.
15 ଆଉ ହିଜକୀୟ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାର୍ଥନା କରି କହିଲେ, “ହେ କିରୂବଗଣ ଉପରେ ଉପବିଷ୍ଟ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।
Alsdann betete Hiskia vor dem HERRN mit den Worten: »HERR, Gott Israels, der du über den Cheruben thronst! Du allein bist der Gott über alle Reiche auf Erden; du bist’s, der Himmel und Erde geschaffen hat!
16 ହେ ସଦାପ୍ରଭୋ, ଆପଣା କର୍ଣ୍ଣ ଡେର ଓ ଶୁଣ; ହେ ସଦାପ୍ରଭୋ, ଆପଣା ଚକ୍ଷୁ ଫିଟାଅ ଓ ଦେଖ, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ସନ୍ହେରୀବ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ।
Neige, HERR, dein Ohr und höre! Öffne deine Augen, HERR, und blicke her! Ja, höre die Worte, die Sanherib hier hat sagen lassen, um den lebendigen Gott zu verhöhnen!
17 ହେ ସଦାପ୍ରଭୋ, ଅଶୂରୀୟ ରାଜାମାନେ ନାନା ଗୋଷ୍ଠୀ ଓ ସେମାନଙ୍କ ଦେଶ ଉଚ୍ଛିନ୍ନ କରିଅଛନ୍ତି,
Es ist allerdings wahr, HERR, daß die Könige von Assyrien die Völkerschaften und ihr Land verwüstet
18 ଓ ସେମାନଙ୍କ ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନ ଥିଲେ, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେହି ରାଜାମାନେ ସେମାନଙ୍କୁ ବିନାଶ କଲେ।
und deren Götter ins Feuer geworfen haben; aber das waren auch keine Götter, sondern nur Machwerk von Menschenhänden, Holz und Stein: die konnten sie vernichten.
19 ଏଣୁ ଏବେ, ହେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର, ମୁଁ ବିନୟ କରୁଅଛି, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ପରମେଶ୍ୱର ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”
Nun aber, HERR, unser Gott, rette uns doch aus seiner Hand, damit alle Reiche auf Erden erkennen, daß du, HERR, allein Gott bist!«
20 ଏଥିଉତ୍ତାରେ ଆମୋସର ପୁତ୍ର ଯିଶାଇୟ ହିଜକୀୟଙ୍କ ନିକଟକୁ କହି ପଠାଇଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସନ୍ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ଯେଉଁ ପ୍ରାର୍ଥନା କରିଅଛ, ତାହା ଆମ୍ଭେ ଶୁଣିଲୁ।
Da sandte Jesaja, der Sohn des Amoz, zu Hiskia und ließ ihm sagen: »So hat der HERR, der Gott Israels, gesprochen: ›Was das Gebet betrifft, das du wegen Sanheribs, des Königs von Assyrien, an mich gerichtet hast, so habe ich es gehört.‹
21 ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି: ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି, ଯିରୂଶାଲମର କନ୍ୟା ତୁମ୍ଭଆଡ଼େ ମୁଣ୍ଡ ହଲାଇଅଛି।
Folgenden Ausspruch hat der HERR über ihn getan: ›Es verachtet dich, es spottet deiner die jungfräuliche Tochter Zion; hinter dir her schüttelt das Haupt die Tochter Jerusalem!
22 ତୁମ୍ଭେ କାହାକୁ ତିରସ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ୱକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ!
Wen hast du geschmäht und gelästert und gegen wen deine Stimme erhoben und deine Augen hochmütig emporgerichtet? Gegen den Heiligen Israels!
23 ତୁମ୍ଭେ ଆପଣା ଦୂତମାନଙ୍କ ଦ୍ୱାରା ପ୍ରଭୁଙ୍କୁ ତିରସ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ବହୁସଂଖ୍ୟକ ରଥରେ ପର୍ବତଗଣର ଊର୍ଦ୍ଧ୍ୱକୁ, ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ; ଆଉ ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ, ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି ଆମ୍ଭେ ତାହାର ଦୂରବର୍ତ୍ତୀ ବାସ ସ୍ଥାନରେ, ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା।
Durch den Mund deiner Gesandten hast du den HERRN geschmäht und hast gesagt: Mit meiner Kriegswagen Menge ersteige ich die Höhen der Berge, den obersten Gipfel des Libanon; ich haue nieder den Hochwald seiner Zedern, die Auslese seiner Zypressen, und dringe vor bis zu seinem obersten Gipfel, in seinen dichtesten Baumgarten.
24 ଆମ୍ଭେ ଖୋଳି ଅଜ୍ଞାତ ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ସବୁ ନଦୀ ଶୁଷ୍କ କରିବା।
Ich grabe den Erdboden auf und trinke Wasser und mache andrerseits mit der Sohle meiner Füße versiegen alle Nilarme Ägyptens! –
25 ଏହା କʼଣ ତୁମ୍ଭେ ଶୁଣି ନାହଁ, କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ, ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ? ଏହା ଏବେ ଆମ୍ଭେ ସଫଳ କରିଅଛୁ। ତୁମ୍ଭେ ଯେ ପ୍ରାଚୀର-ବେଷ୍ଟିତ ନଗରମାନ ବିନାଶ କରି, ସେସବୁକୁ ଢିପି କରିବ।
Hast du es nicht gehört? Von lange her habe ich es festgesetzt und seit den Tagen der Vorzeit es vorbereitet, nunmehr aber es eintreten lassen, daß du feste Städte zu wüsten Steinhaufen verheeren solltest,
26 ଏହେତୁ ତନ୍ନିବାସୀଗଣ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଲଜ୍ଜିତ ହେଲେ; ସେମାନେ କ୍ଷେତ୍ରର ଶାକ ଓ ନବୀନ ତୃଣ, ଗୃହ-ଛାତ ଉପରିସ୍ଥ ଘାସ, ଓ ଅପକ୍ୱ ଅବସ୍ଥାରେ ଶୁଷ୍କ ଶସ୍ୟ ତୁଲ୍ୟ ହେଲେ।
und ihre Bewohner, deren Arm zu kurz war, sollten erschreckt dastehen und zuschanden werden, sollten wie Kraut des Feldes und grünender Rasen sein, wie Gras auf den Dächern und wie Getreide, das versengt ist, ehe es aufschießt.
27 ମାତ୍ର ତୁମ୍ଭର ବସିବାର, ଓ ବାହାରକୁ ଯିବାର ଓ ଭିତରକୁ ଆସିବାର, ଓ ଆମ୍ଭ ବିରୁଦ୍ଧରେ ତୁମ୍ଭର କ୍ରୋଧ କରିବାର ମଧ୍ୟ ଆମ୍ଭେ ଜାଣୁ।
Mir ist dein Aufstehen und dein Sitzen offenbar, dein Gehen und Kommen kenne ich wohl, auch dein Toben wider mich.
28 ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ, ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏହେତୁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ, ଓ ତୁମ୍ଭ ଓଷ୍ଠାଧରରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।
Weil du nun wider mich tobst und dein Großtun zu meinen Ohren aufgestiegen ist, will ich dir meinen Ring in die Nase legen und meinen Zaum an deine Lippen und will dich auf dem Wege zurückkehren lassen, auf dem du hergekommen bist.‹
29 ଏଣୁ (ହେ ହିଜକୀୟ, ) ତୁମ୍ଭ ପ୍ରତି ଏହି ଚିହ୍ନ ହେବ: ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ, ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ। ପୁଣି ତୃତୀୟ ବର୍ଷ ତୁମ୍ଭେମାନେ ବୁଣ ଓ କାଟ, ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଜନ କର।
Folgendes aber möge dir, Hiskia, als Wahrzeichen dienen: In diesem Jahr wird man den Brachwuchs essen und im nächsten Jahre den Wurzelwuchs; im dritten Jahre aber sollt ihr säen und ernten, sollt ihr Weinberge anlegen und ihren Ertrag genießen.
30 ପୁଣି ଯିହୁଦା ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ ପୁନର୍ବାର ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ।
Was dann vom Hause Juda entronnen und als Rest übriggeblieben ist, wird aufs neue unten Wurzel treiben und oben Früchte tragen;
31 କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକ, ଓ ସିୟୋନ ପର୍ବତରୁ ରକ୍ଷାପ୍ରାପ୍ତ ଲୋକମାନେ ବାହାରିବେ। ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସିଦ୍ଧ କରିବ।
denn von Jerusalem wird ein Überrest ausgehen und eine Schar Entronnener vom Berge Zion; der Eifer des HERRN der Heerscharen wird dies vollführen!
32 ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି: ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ। କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ।
Darum hat der HERR in bezug auf den König von Assyrien so gesprochen: ›Er soll nicht in diese Stadt hineinkommen und keinen Pfeil hineinschießen; er soll mit keinem Schild gegen sie anrücken und keinen Wall gegen sie aufführen!
33 ସଦାପ୍ରଭୁ କହନ୍ତି, ସେ ଯେଉଁ ବାଟରେ ଆସିଲା, ସେହି ବାଟରେ ଫେରିଯିବ, ଓ ସେ ଏହି ନଗରକୁ ଆସିବ ନାହିଁ।
Nein, auf dem Wege, auf dem er gekommen ist, soll er zurückkehren und in diese Stadt nicht eindringen!‹ – so lautet der Ausspruch des HERRN.
34 କାରଣ ଆମ୍ଭେ ଆପଣା ସକାଶୁ, ଓ ଆମ୍ଭ ଦାସ ଦାଉଦ ସକାଶୁ, ଏହି ନଗରକୁ ରକ୍ଷା କରିବାକୁ ସପକ୍ଷ ହେବା।”
›Ja, ich will diese Stadt beschirmen, um sie zu erretten, um meiner selbst willen und um meines Knechtes David willen!‹«
35 ଏଥିଉତ୍ତାରେ ସେହି ରାତ୍ରି ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଅଶୀ ହଜାର ଲୋକ ସଂହାର କଲେ; ପୁଣି ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସେସମସ୍ତେ ମୃତ ଶବ ହୋଇଅଛନ୍ତି।
In derselben Nacht aber ging der Engel des HERRN aus und ließ im Lager der Assyrer 185000 Mann sterben; und als man am Morgen früh aufstand, fand man sie alle tot als Leichen vor.
36 ତହିଁରେ ଅଶୂରର ରାଜା ସନ୍ହେରୀବ ପ୍ରସ୍ଥାନ କଲା ଓ ଫେରିଯାଇ ନୀନିବୀରେ ବାସ କଲା।
Da brach Sanherib, der König von Assyrien, auf und zog ab; er kehrte nach Hause zurück und nahm seinen Wohnsitz in Ninive.
37 ଏଥିଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ତାହାର ଦୁଇ ପୁତ୍ର ଅଦ୍ରମ୍ମେଲକ୍ ଓ ଶରେତ୍ସର ତାହାକୁ ଖଡ୍ଗରେ ବଧ କଲେ; ତହୁଁ ସେମାନେ ଆରାରାଟ୍ ଦେଶକୁ ପଳାୟନ କଲେ। ପୁଣି ତାହାର ପୁତ୍ର ଏସର୍ହଦ୍ଦୋନ୍ ତାହାର ପଦରେ ରାଜ୍ୟ କଲା।
Als er aber dort (einmal) im Tempel seines Gottes Nisroch anbetete, erschlugen ihn seine Söhne Adrammelech und Sarezer mit dem Schwert; sie entflohen dann ins Land Ararat, und sein Sohn Esarhaddon folgte ihm als König in der Regierung nach.